New Testament in a Year
28 ଯୀଶୁ ମନ୍ଦିରରେ ଉପଦେଶ ଦେଉ ଦେଉ ଉଚ୍ଚ ସ୍ୱରରେ କହିଲେ, “ହଁ, ତୁମ୍ଭେ ମୋତେ ଜାଣ ଓ ମୁଁ କେଉଁଠାରୁ ଆସିଛି ତାହା ମଧ୍ୟ ଜାଣ। କିନ୍ତୁ ମୁଁ ମୋର ନିଜ ଅଧିକାର ବଳରେ ଆସି ନାହିଁ। ମୁଁ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ପଠାଯାଇଛି। ତୁମ୍ଭେ ତାହାଙ୍କୁ ଜାଣି ନାହଁ। 29 କିନ୍ତୁ ମୁଁ ତାହାଙ୍କୁ ଜାଣିଛି ଓ ମୁଁ ତାହାଙ୍କ ପାଖରୁ ଆସିଛି। ସେ ସୋତେ ପଠାଇଛନ୍ତି।”
30 ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କେହି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତେବେଳେ ମଧ୍ୟ ତାହାଙ୍କୁ ହତ୍ୟା କରିବାର ଉଚିତ୍ ସମୟ ହୋଇ ନ ଥିଲା। 31 ବହୁତ ଲୋକ ଯୀଶୁଙ୍କୁ ବିଶ୍ୱାସ କଲେ। ଲୋକମାନେ କହିଲେ, “ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ୟକ୍ତି ଯେଉଁସବୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ’ଣ ଅଧିକ କରିବେ? ନା, ଏହି ବ୍ୟକ୍ତି ନିଶ୍ଚୟ ଖ୍ରୀଷ୍ଟ ହୋଇଥିବେ।”
ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯିହୂଦୀ ନେତାମାନଙ୍କର ଚେଷ୍ଟା
32 ଲୋକମାନେ ଯୀଶୁଙ୍କ ବିଷୟରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ୟ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିରରେ କେତେକ ସୈନ୍ୟଙ୍କୁ ପଠାଇଲେ। 33 ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭ ସହିତ ଆଉ ଅଳ୍ପ ସମୟ ରହିବି। ମୋତେ ଯିଏ ପଠାଇଛନ୍ତି ମୁଁ ତାହାଙ୍କ ନିକଟକୁ ଫେରିଯିବି। 34 ତୁମ୍ଭେମାନେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ। ଆଉ, ମୁଁ ଯେଉଁଠାରେ ଥିବି, ସେଠାକୁ ତୁମ୍ଭେମାନେ ଯାଇ ପାରିବ ନାହିଁ।”
35 ଯିହୂଦୀମାନେ ପରସ୍ପର କୁହାକୁହି ହେଲେ, “ଏ ଲୋକ ଏପରି କେଉଁଠାକୁ ଯିବ ଯେ, ଆମ୍ଭେ ତାହାକୁ ପାଇବା ନାହିଁ। ସେ କ’ଣ ଗ୍ରୀକ୍ ନଗର ଗୁଡ଼ିକୁ ଯିବ, ଯେଉଁଠାରେ ଆମ୍ଭ ଲୋକମାନେ ରୁହନ୍ତି? ସେ ସେଠାରେ ଗ୍ରୀକ୍ ଲୋକମାନଙ୍କୁ ଶିକ୍ଷା ଦେବ କି? 36 ଏହି ଲୋକ କହୁଛି, ‘ତୁମ୍ଭେ ମୋତେ ଖୋଜିବ, କିନ୍ତୁ ମୋତେ ପାଇବ ନାହିଁ।” ସେ ପୁଣି କହୁଛି, ‘ମୁଁ ଯେଉଁଠି ରହିବି, ତୁମ୍ଭେ ଆସି ପାରିବ ନାହିଁ।’ ଏହାର ଅର୍ଥ କ’ଣ?”
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ
37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ’ଠାରେ ବିଶ୍ୱାସ କରେ ତେବେ ତା’ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।
ଯୀଶୁଙ୍କ ସମ୍ବନ୍ଧରେ ଲୋକମାନଙ୍କର ତର୍କ
40 ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତେକ ଲୋକ କହିଲେ, “ଏହି ଲୋକ ପ୍ରକୃତରେ ସେହି ଭବିଷ୍ୟଦ୍ବକ୍ତା।”
41 ଅନ୍ୟମାନେ କହିଲେ, “ସେ ଖ୍ରୀଷ୍ଟ।”
ଅନ୍ୟମାନେ କହିଲେ, “ଗାଲିଲୀରୁ ଖ୍ରୀଷ୍ଟ ଆସିବେ ନାହିଁ। 42 ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।” 43 ତେଣୁ ଲୋକମାନେ ଯୀଶୁଙ୍କ ବିଷୟରେ ଭିନ୍ନ ଭିନ୍ନ ମତ ଦେଲେ। 44 ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
ଯିହୂଦୀ ନେତାମାନେ ବିଶ୍ୱାସ କରିବାକୁ ମନା କଲେ
45 ମନ୍ଦିରର ସୈନ୍ୟମାନେ ମୁଖ୍ୟଯାଜକ ଓ ଫାରୂଶୀମାନଙ୍କ ପାଖକୁ ଫେରି ଆସିଲେ। ଯାଜକମାନେ ଓ ଫାରୂଶୀମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ଯୀଶୁଙ୍କୁ କାହିଁକି ବନ୍ଦୀ କରି ଆଣିଲ ନାହିଁ?”
46 ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”
47 ଫାରୂଶୀମାନେ କହିଲେ, “ତାହାହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ୟ ବୋକା ବନେଇଛନ୍ତି। 48 କୌଣସି ନେତା କ’ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ’ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା। 49 ଏହି ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।”
50 କିନ୍ତୁ ସେହି ଦଳରେ ନୀକଦୀମ ଥିଲେ। ସେ ଏହା ପୂର୍ବରୁ ଯୀଶୁଙ୍କୁ ଦେଖିବା ପାଇଁ ଯାଇଥିଲେ। [a] 51 ସେ କହିଲେ, “ଆମ୍ଭର ପ୍ରଥା ଯେକୌଣସି ଲୋକର କଥା ପ୍ରଥମେ ନ ଶୁଣି ବିଗ୍ଭର କରିବ ନାହିଁ। ସେ କ’ଣ କରିଛନ୍ତି, ଆମ୍ଭେ ନ ଜାଣି ତାହାଙ୍କର ବିଗ୍ଭର କରି ପାରିବା ନାହିଁ।”
52 ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ’ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।’’
(ପ୍ରାଚୀନତମ ଓ ‘ଯୋହନ’ର ସବୁଠାରୁ ଭଲ ଗ୍ରୀକ୍ ପ୍ରତିଗୁଡ଼ିକରେ 7:53 ଠାରୁ 8:11 ପର୍ଯ୍ୟନ୍ତ ପଦ ଗୁଡ଼ିକ ନାହିଁ।)
ବ୍ୟଭିଗ୍ଭର ପାପରେ ଧରାଯାଇଥିବା ସ୍ତ୍ରୀ
53 ତା’ପରେ ସେ ସ୍ଥାନ ଛାଡ଼ି ସମସ୍ତ ଯିହୂଦୀ ନେତାମାନେ ନିଜ ନିଜ ଘରକୁ ଗଲେ।
2010 by World Bible Translation Center