New Testament in a Year
24 ତେଣୁ ଯିହୂଦୀ ନେତାମାନେ ସେହି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସେମାନେ କହିଲେ, “ତୁମ୍ଭେ ସତ୍ୟ କହି ପରମେଶ୍ୱରଙ୍କୁ ଗୌରବ ଦେବା ଉଚିତ୍। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।”
25 ଲୋକଟି ଉତ୍ତର ଦେଲା, “ସେ ପାପୀ କି ନୁହେଁ, ମୁଁ ଜାଣି ନାହିଁ। କିନ୍ତୁ ମୁଁ ଅନ୍ଧ ଥିଲି ଓ ବର୍ତ୍ତମାନ ଦେଖି ପାରୁଛି।”
26 ଯିହୂଦୀ ନେତାମାନେ ପଗ୍ଭରିଲେ, “ସେ ତୁମକୁ କ’ଣ କଲା? ସେ ତୁମ ଆଖିକୁ କିପରି ଭଲ କରିଦେଲା?”
27 ସେ ଲୋକ କହିଲା, “ମୁଁ ସେ କଥା ତୁମକୁ ଆଗରୁ କହିସାରିଛି। କିନ୍ତୁ ତୁମେ ମୋ’ କଥା ଶୁଣୁ ନାହଁ। ତୁମେ ପୁଣି କାହିଁକି ଶୁଣିବା ପାଇଁ ଗ୍ଭହୁଁଛ? ତୁମ୍ଭେ ମଧ୍ୟ କ’ଣ ତାହାଙ୍କର ଶିଷ୍ୟ ହେବା ପାଇଁ ଗ୍ଭହୁଁଛ?”
28 ଯିହୂଦୀନେତାମାନେ ଖୁବ୍ ରାଗିଯାଇ ତାକୁ ଗାଳି ଦେଲେ। ତା’ପରେ ସେମାନେ କହିଲେ, “ତୁମ୍ଭେ ସେହି ଲୋକର ଶିଷ୍ୟ। କିନ୍ତୁ ଆମ୍ଭେ ମୋଶାଙ୍କର ଶିଷ୍ୟ। 29 ଆମ୍ଭେ ଜାଣୁ, ପରମେଶ୍ୱର ମୋଶାଙ୍କୁ କଥା କହିଛନ୍ତି। କିଏ ଏ ଲୋକ କେଉଁଠାରୁ ଆସିଛି, ଆମ୍ଭେ ତାହା ସୁଦ୍ଧା ଜାଣି ନାହୁଁ।”
30 ଲୋକଟି ଉତ୍ତର ଦେଲା, “ଏହା ବଡ଼ ଆଶ୍ଚର୍ଯ୍ୟ କଥା। ଯୀଶୁ କେଉଁଠାରୁ ଆସିଛନ୍ତି ତୁମ୍ଭେ ଜାଣି ନାହଁ। କିନ୍ତୁ ସେ ମୋ’ ଆଖି ଭଲ କରିଦେଇଛନ୍ତି। 31 ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ୱର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ୱର ତା’ର କଥା ଶୁଣନ୍ତି। 32 ଆଜି ପର୍ଯ୍ୟନ୍ତ କେହି କେବେ ଜଣେ ଜନ୍ମ ଅନ୍ଧର ଆଖି ଖୋଲି ପାରି ନ ଥିଲେ। 33 ଏ ଲୋକ ନିଶ୍ଚିତ ରୂପରେ ପରମେଶ୍ୱରଙ୍କ ପାଖରୁ ଆସିଛି, ନ ହେଲେ ସେ ଏଭଳି କିଛି କାର୍ଯ୍ୟ କରି ପାରି ନ ଥା’ନ୍ତା।”
34 ଯିହୂଦୀମାନେ ଉତ୍ତର ଦେଲେ, “ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହୋଇଛ। ତୁମ୍ଭେ କ’ଣ ଆମ୍ଭକୁ ଶିକ୍ଷା ଦେବା ପାଇଁ ଚେଷ୍ଟା କରୁଛ?” ଏହା କହି ସେମାନେ ତାକୁ ଜବରଦସ୍ତ ତଡ଼ି ଦେଲେ।
ଆତ୍ମିକ ଅନ୍ଧତା
35 ଯୀଶୁ ଶୁଣିଲେ ଯେ, ଯିହୂଦୀନେତାମାନେ ସେ ଲୋକକୁ ଜବରଦସ୍ତ ତଡ଼ି ଦେଇଛନ୍ତି। ଯୀଶୁ ସେ ଲୋକକୁ ଖୋଜି ପାଇଲେ। ଏବଂ ସେ ତାହାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସ କର?”
36 ସେ ଲୋକଟି ପଗ୍ଭରିଲା, “ଗୁରୁ, ମନୁଷ୍ୟପୁତ୍ର କିଏ? ମୋତେ କୁହନ୍ତୁ ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିପାରେ।”
37 ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖି ସାରିଛ। ତୁମ୍ଭ ସହିତ ବର୍ତ୍ତମାନ ଯିଏ କଥା ହେଉଛନ୍ତି, ସେ ସେହି ମନୁଷ୍ୟପୁତ୍ର।”
38 ସେ ଲୋକଟି ଉତ୍ତର ଦେଲା, “ହଁ, ପ୍ରଭୁ ମୁଁ ବିଶ୍ୱାସ କରେ।” ସେ ମୁଣ୍ଡ ନୁଆଁଇ ଯୀଶୁଙ୍କୁ ପ୍ରଣାମ କଲା।
39 ଯୀଶୁ କହିଲେ, “ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଗ୍ଭରିତ ହେବ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସେମାନେ ଅନ୍ଧ ହେବେ।”
40 ଯୀଶୁଙ୍କ ପାଖରେ କେତେକ ଫାରୂଶୀ ଥିଲେ। ସେମାନେ ଯୀଶୁଙ୍କର ଏପରି କହିବା ଶୁଣିଲେ। ସେମାନେ ପଗ୍ଭରିଲେ, “କ’ଣ? ତା’ ମାନେ ତୁମ୍ଭେ କହୁଛ ଯେ ଆମ୍ଭେ ମଧ୍ୟ ଅନ୍ଧ?”
41 ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା’ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।”
2010 by World Bible Translation Center