Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 10:1-23

ପିତର ଓ କର୍ଣ୍ଣୀଲିୟ

10 କାଇସରୀଆ ନଗରରେ କର୍ଣ୍ଣୀଲିୟ ନାମକ ଜଣେ ଲୋକ ଥିଲେ। ଇତାଲିକ ନାମକ ରୋମୀୟ ସୈନ୍ୟବାହିନୀର ଏକ ବିଭାଗରେ ପଦାଧିକାରୀ ଥିଲେ। ସେ ଜଣେ ଧାର୍ମିକ ଲୋକ ଥିଲେ ଓ ତାହାଙ୍କ ଗୃହରେ ବାସ କରୁଥିବା ଲୋକମାନଙ୍କ ସହ ସେ ସତ୍ୟ ପରମେଶ୍ୱରଙ୍କର ଉପାସନା କରୁଥିଲେ। ସେ ଗରିବମାନଙ୍କୁ ବହୁତ ଦାନ ଦେଉଥିଲେ ଓ ସବୁବେଳେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। ଦିନେ ଅପରାହ୍ନ ପ୍ରାୟ ତିନିଟା ସମୟରେ ସେ ଏକ ଦର୍ଶନ ଦେଖିଲେ। ସେ ଜଣେ ସ୍ୱର୍ଗଦୂତଙ୍କୁ ତାହାଙ୍କ ନିକଟକୁ ଆସୁଥିବାର ସ୍ପଷ୍ଟ ଭାବେ ଦେଖିଲେ। ସେ ତାହାଙ୍କୁ କହିଲେ, “କର୍ଣ୍ଣୀଲିୟ।”

କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?”

ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି। ବର୍ତ୍ତମାନ ଯାଫୋ ନଗରକୁ ତୁମ୍ଭେ ତୁମ୍ଭର ଲୋକମାନଙ୍କୁ ପଠାଇ ଶିମୋନ ନାମକ ଗୋଟିଏ ଲୋକଙ୍କୁ ସେଠାରୁ ଆଣ। ସେହି ଶିମୋନ, ପିତର ନାମରେ ମଧ୍ୟ ପରିଚିତ। ପିତର ସମୁଦ୍ରକୂଳ ପାଖରେ ରହୁଥିବା ଶିମୋନ ନାମକ ଜଣେ ଚମାର ସଙ୍ଗେ ରହୁଛନ୍ତି।” ଏହା କହି ସ୍ୱର୍ଗଦୂତ ଗ୍ଭଲିଗଲେ। ଏହା ପରେ କର୍ଣ୍ଣୀଲିୟ ନିଜର ବ୍ୟକ୍ତିଗତ ସହକାରୀ ମଧ୍ୟରୁ ତାହାଙ୍କର ଦୁଇଜଣ ସେବକ ଓ ଜଣେ ନିଷ୍ଠାପର ସୈନିକକୁ ଡାକିଲେ। ସେ ସେମାନଙ୍କୁ ସମସ୍ତ ଘଟଣା କହି ଯାଫୋକୁ ପଠାଇଲେ।

ତହିଁ ଆରଦିନ ସେମାନେ ଯାଫୋ ନଗର ନିକଟରେ ପହଞ୍ଚିଲେ, ସେତେବେଳେ ପିତର ଛାତ ଉପରକୁ ପ୍ରାର୍ଥନା କରିବା ପାଇଁ ଯାଇଥିଲେ। ତାହା ପ୍ରାୟ ଦ୍ୱିପ୍ରହର ସମୟ ଥିଲା। 10 ତେଣୁ ପିତରଙ୍କୁ ବହୁତ ଭୋକ ଲାଗିବାରୁ ସେ ଖାଇବା ପାଇଁ ଇଚ୍ଛା କରୁଥିଲେ। ସେମାନେ ପିତରଙ୍କ ନିମନ୍ତେ ଖାଦ୍ୟ ତିଆରି କରୁଥିବା ସମୟରେ ସେ ଗୋଟିଏ ସ୍ୱପ୍ନ ଦେଖିଲେ। 11 ସେ ଦେଖିଲେ ଯେ, ସ୍ୱର୍ଗ ଖୋଲିଗଲା ଓ ତା’ ଭିତରୁ ଗୋଟିଏ ଗ୍ଭରି କୋଣ ଧରା ବଡ଼ ଗ୍ଭଦର ଭଳି କିଛି ଗୋଟାଏ ପୃଥିବୀକୁ ଖସୁଛି। 12 ତା’ଭିତରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ। 13 ତା’ପରେ ତାହାଙ୍କୁ ଗୋଟିଏ ବାଣୀ ଶୁଭିଲା, “ପିତର, ଉଠ, ଏହି ପଶୁମାନଙ୍କ ମଧ୍ୟରୁ ଯେକୌଣସିଟିକୁ ମାର ଓ ଖାଅ।”

14 ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।”

15 ମାତ୍ର ସେହି ସ୍ୱର ତାଙ୍କୁ ପୁଣି କହିଲେ, “ପରମେଶ୍ୱର ଯେଉଁ ବିଷୟକୁ ପବିତ୍ର କରିଛନ୍ତି, ତୁମ୍ଭେ ତାକୁ ଅପବିତ୍ର କୁହ ନାହିଁ।” 16 ଏହିପରି ତିନିଥର ହେବାପରେ ସେ ଜିନିଷଟି ହଠାତ୍ ସ୍ୱର୍ଗକୁ ଉଠି ଗ୍ଭଲିଗଲା। 17 ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା’ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ।

ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ। 18 ସେମାନେ ତାହାଙ୍କୁ ଡାକିଲେ ଓ ପିତର ନାମରେ ପରିଚିତ ଶିମୋନ ସେଠାରେ ଅତିଥି ଭାବରେ ରହିଛନ୍ତି କି ନାହିଁ ପଗ୍ଭରିଲେ।

19 ସେପର୍ଯ୍ୟନ୍ତ ପିତର ସେହି ଦର୍ଶନ ବିଷୟରେ ଚିନ୍ତା କରୁଥିଲେ। ସେହି ସମୟରେ ପବିତ୍ରଆତ୍ମା ତାହାଙ୍କୁ କହିଲେ, “ଶୁଣ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଛନ୍ତି। 20 ତେଣୁ ଉଠ ଓ ତଳକୁ ଯାଅ। ସେହି ଲୋକମାନଙ୍କ ସହିତ ଯାଅ ଓ ସେମାନଙ୍କୁ କିଛି ପଗ୍ଭର ନାହିଁ। କାରଣ ମୁଁ ସେମାନଙ୍କୁ ପଠାଇଛି।” 21 ପିତର ତଳକୁ ଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହାକୁ ଖୋଜୁଛ ମୁଁ ସେହି ଲୋକ। ତୁମ୍ଭେମାନେ ଏଠାକୁ କାହିଁକି ଆସିଛ?”

22 ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।” 23 ତେଣୁ ପିତର ସେମାନଙ୍କୁ ଭିତରକୁ ଡାକିଲେ ଓ ରାତ୍ରି ଯାପନ କରିବାକୁ ଜାଗାଟିଏ ଦେଲେ।

ତହିଁ ଆରଦିନ ସେ ସେମାନଙ୍କ ସହିତ ପ୍ରସ୍ତୁତ ହୋଇ ଗ୍ଭଲିଗଲେ। ଯାଫୋର କେତେକ ଭାଇମାନେ ମଧ୍ୟ ତାହାଙ୍କ ସହିତ ଆସିଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center