New Testament in a Year
22 ତା’ପରେ ଲୋକମାନେ ପାଉଲ ଓ ଶୀଲାଙ୍କୁ ଆକ୍ରମଣ କରିବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ଯୋଗ ଦେଲେ। ନଗରପାଳମାନେ ସେମାନଙ୍କର ଲୁଗାପଟା ଛିଣ୍ଡାଇ ଦେଲେ ଓ ସେମାନଙ୍କୁ ବେତ ଆଘାତ ଦ୍ୱାରା ଦଣ୍ଡ ଦେବା ପାଇଁ ଆଦେଶ ଦେଲେ। 23 ସେମାନେ ସେମାନଙ୍କୁ ବହୁତ ମାଡ଼ ମାରିବା ପରେ କାରାଗାରରେ ବନ୍ଦୀ କଲେ। ସେମାନଙ୍କୁ ସାବଧାନରେ ଜଗିବା ପାଇଁ କାରାଧ୍ୟକ୍ଷଙ୍କୁ ଆଦେଶ ଦେଲେ। 24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ।
25 ପାଉଲ ଓ ଶୀଲା ମଧ୍ୟରାତ୍ରି ବେଳେ ପରମେଶ୍ୱରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହା ସବୁ ଶୁଣୁଥିଲେ। 26 ହଠାତ୍ ଖୁବ୍ ଜୋର୍ରେ ଭୂମିକମ୍ପ ହେଲା। ଏହା ଦ୍ୱାରା କାରାଗାରର ମୂଳଦୁଆ ଟଳମଳ ହେଲା। ଦେଖୁ ଦେଖୁ ସବୁ ଦ୍ୱାର ଖୋଲିଗଲା ଓ ସମସ୍ତ ବନ୍ଦୀଙ୍କର ଶିକୁଳି ଖୋଲିଗଲା। 27 କାରାଧ୍ୟକ୍ଷ ନିଦରୁ ଉଠି ବସିଲେ। କାରାଗାରର ଦୁଆର ଗୁଡ଼ିକ ଖୋଲିଥିବାର ଦେଖି, ସେ ନିଜକୁ ହତ୍ୟା କରିବା ଉଦ୍ଦେଶ୍ୟରେ ନିଜର ଖଣ୍ଡା ବାହାର କଲେ। ସେ ଭାବିଲେ ଯେ, ବନ୍ଦୀମାନେ ଖସି ପଳାଇ ଯାଇଛନ୍ତି। 28 କିନ୍ତୁ ପାଉଲ ଚିତ୍କାର କରି କହିଲେ, “ଆମ୍ଭେ ସମସ୍ତେ ଏଠାରେ ଅଛୁ। ନିଜର କ୍ଷତି କର ନାହିଁ।”
29 ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ। 30 ତା’ପରେ ସେ ସେମାନଙ୍କୁ ବାହାରକୁ ଆଣି ପଗ୍ଭରିଲେ, ମହାଶୟମାନେ, “ପରିତ୍ରାଣ ପାଇବା ପାଇଁ ମୋର କ’ଣ କରିବା ଆବଶ୍ୟକ?”
31 ସେମାନେ ତାହାଙ୍କୁ କହିଲେ, “ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର। ଏହି ଭାବରେ ତୁମ୍ଭେ ଓ ତୁମ୍ଭ ଘରେ ରହୁଥିବା ସମସ୍ତେ ଉଦ୍ଧାର ପାଇ ପାରିବେ।” 32 ପାଉଲ ଓ ଶୀଲା ତାକୁ ଓ ତା’ ଘରେ ରହୁଥିବା ସମସ୍ତଙ୍କୁ ପ୍ରଭୁଙ୍କର ବାକ୍ୟ ପ୍ରଗ୍ଭର କଲେ। 33 କାରାଗାର ଅଧିକାରୀ ସେମାନଙ୍କୁ ନେଇ ସେହି ମଧ୍ୟରାତ୍ରିରେ ସେମାନଙ୍କର କ୍ଷତ ବିକ୍ଷତ ଜାଗାଗୁଡ଼ିକୁ ଧୋଇ ସଫା କଲେ। ତା’ପରେ ତୁରନ୍ତ ସେ ଓ ତାହାଙ୍କର ସମସ୍ତ ପରିବାର ବାପ୍ତିଜିତ ହେଲେ। 34 ତା’ପରେ ସେହି କାରାଧ୍ୟକ୍ଷ ପାଉଲ ଓ ଶୀଲାଙ୍କୁ ଘରକୁ ଡାକି ନେଇ ଖାଇବାକୁ ଦେଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ଆନନ୍ଦିତ ହେଲେ।
35 ସକାଳ ହେବାରୁ ବିଗ୍ଭରକର୍ତ୍ତାମାନେ “ସେ ଲୋକମାନଙ୍କୁ ଛାଡ଼ିଦିଅ” ଏହି ବାର୍ତ୍ତା ଦେଇ କେତେକ ସୈନିକଙ୍କୁ ପଠାଇଲେ।
36 କାରାଧ୍ୟକ୍ଷ ପାଉଲଙ୍କୁ କହିଲେ ଯେ, “ବିଗ୍ଭରକର୍ତ୍ତାମାନେ ଆପଣମାନଙ୍କୁ ଛାଡ଼ି ଦେବା ପାଇଁ କହି ପଠାଇଛନ୍ତି। ତେଣୁ ଆପଣମାନେ ବର୍ତ୍ତମାନ ବାହାରକୁ ଶାନ୍ତିରେ ଯାଇପାରନ୍ତି।”
37 କିନ୍ତୁ ପାଉଲ ସୈନିକମାନଙ୍କୁ କହିଲେ, “ସେମାନେ ଆମ୍ଭକୁ ବିନା ବିଗ୍ଭରରେ ଜନସାଧାରଣଙ୍କ ସାମନାରେ ମାରିଛନ୍ତି। ଆମ୍ଭେ ରୋମୀୟ ନାଗରିକ। କିନ୍ତୁ ଆମ୍ଭକୁ କାରାଗାରରେ ବନ୍ଦୀ କରି ରଖାଯାଇଛି। ବର୍ତ୍ତମାନ ସେମାନେ ଆମ୍ଭକୁ ଗୋପନରେ ଛାଡ଼ି ଦେବା ପାଇଁ କହୁଛନ୍ତି? ଏହା ଆଦୌ ହୋଇପାରିବ ନାହିଁ।” ତେଣୁ ସେମାନେ ନିଜେ ଆସି ବିଗ୍ଭରକର୍ତ୍ତାମାନଙ୍କୁ କହିଲେ।
38 ସେମାନେ ପାଉଲ ଓ ଶୀଲାଙ୍କୁ ରୋମୀୟ ଜାଣି ଡରିଗଲେ। 39 ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା’ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ। 40 ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା’ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।
2010 by World Bible Translation Center