Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 21:1-17

ପାଉଲଙ୍କ ଯିରୁଶାଲମ ଯାତ୍ରା

21 ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା’ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ। ପାତାରାରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥିରେ ଚଢ଼ିଲୁ ଓ ଯାତ୍ରା କଲୁ।

ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା’ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା। ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ। ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ। ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।

ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ। ଆମ୍ଭେ ତହିଁ ଆରଦିନ କାଇସରୀଆ ନଗରରେ ପହଞ୍ଚିଲୁ। ତା’ପରେ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭରକ ଫିଲି‌ପ୍‌ପଙ୍କ ଘରେ ପ୍ରବେଶ କଲୁ। ସେ ସାତ ଜଣ ବିଶେଷ ସେବକମାନଙ୍କ ମଧ୍ୟରୁ ଜଣେ ଥିଲେ। ଆମ୍ଭେମାନେ ତାହାଙ୍କ ସହିତ ରହିଲୁ। ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।

10 ସେଠାରେ ଆମ୍ଭେ ବହୁତ ଦିନ ରହିଲା ପରେ ଯିହୂଦା ଦେଶରୁ ଆଗାବ ନାମରେ ଜଣେ ଭବିଷ୍ୟ‌ଦ୍‌ବକ୍ତା ଆସି ପହଞ୍ଚିଲେ। 11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି । ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”

12 ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ। 13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”

14 ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”

15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ। 16 କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।

ପାଉଲ ଯାକୁବଙ୍କ ସହିତ ମିଳନ

17 ଆମ୍ଭେମାନେ ଯିରୁଶାଲମରେ ପହଞ୍ଚିବା ମାତ୍ରେ ଆମ୍ଭକୁ ଭାଇମାନେ ଖୁସୀରେ ସ୍ୱାଗତ ଜଣାଇଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center