Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 23:16-35

16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ। 17 ତା’ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା’ର ତାହାଙ୍କୁ କିଛି କହିବାର ଅଛି।” 18 ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”

19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”

20 ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି। 21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”

22 ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”

ପାଉଲଙ୍କୁ କାଇସରୀଆକୁ ସ୍ଥାନାନ୍ତରିତ

23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। 24 ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀ‌କ୍‌ସଙ୍କ ପାଖରେ ଉପସ୍ଥିତ କରାଅ।” 25 ସେନାଧ୍ୟକ୍ଷ ରାଜ୍ୟପାଳଙ୍କୁ ଗୋଟିଏ ପତ୍ର ଲେଖିଲେ, ପତ୍ରର ମର୍ମ ହେଲା;

26 “ମହାମହିମ ରାଜ୍ୟପାଳ ଫେଲୀ‌କ୍‌ସଙ୍କୁ

କ୍ଳାଉଦିଅ ଲୂସିୟାଙ୍କର ନମସ୍କାର।

27 ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ। 28 ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି। 29 ତା’ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ। 30 ହଠାତ୍ ମୁଁ ତାକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା’ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସେମାନେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।

31 ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ। 32 ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ। 33 ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା’ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।

34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। 35 ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center