Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 8:1-21

ଆତ୍ମାରେ ଜୀବନ

ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି। ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ। ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।

ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସବୁବେଳେ ତାହାଙ୍କ ପାପପୂର୍ଣ୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି। ଯଦି ଜଣେ ଲୋକର ବିଗ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା’ହେଲେ ଆତ୍ମିକ ମୃତ୍ୟୁ ହୁଏ। କିନ୍ତୁ ଯଦି ଜଣକର ବିଗ୍ଭର ଆତ୍ମା ଦ୍ୱାରା ନିୟନ୍ରିତ ହୁଏ, ତା’ହେଲେ ସେଠାରେ ଜୀବନ ଓ ଶାନ୍ତି ଅଛି। ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା’ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ। ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ।

କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା’ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା’ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ। 10 ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା’ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି। 11 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା’ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।

12 ସୁତରାଂ, ମୋ’ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ୍ଣ ଶରୀର ଦ୍ୱାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀରର ଇଚ୍ଛା ଅଧୀନରେ ନୋହୁଁ। 13 ଯଦି ତୁମ୍ଭେମାନେ ତୁମ୍ଭ ପାପପୂର୍ଣ୍ଣ ଶରୀର ଅନୁସାରେ ମନ୍ଦ କାମ ପାଇଁ ନିଜ ଜୀବନକୁ ବ୍ୟବହାର କର, ତା’ହେଲେ ତୁମ୍ଭେମାନେ ଆତ୍ମିକ ରୂପରେ ମରିଯିବ। କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କୁ ଶରୀର ମାଧ୍ୟମରେ ମନ୍ଦ କାମ କରିବାକୁ ରୋକିବା ପାଇଁ ବ୍ୟବହାର କର, ତା’ହେଲେ ତୁମ୍ଭେମାନେ ପ୍ରକୃତ ଜୀବନ ପାଇବ।

14 ଯେଉଁମାନେ ନିଜ ଜୀବନରେ ପରମେଶ୍ୱରଙ୍କର ଆତ୍ମାକୁ ନେତୃତ୍ୱ ଦିଅନ୍ତି ସେମାନେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ। 15 ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହେବାକୁ ଦେବେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହେବେ ନାହିଁ। ଆମ୍ଭ ଭିତରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ୱରଙ୍କର ସନ୍ତାନ କରି ଦିଅନ୍ତି। ଓ ସେହି ଆତ୍ମାଙ୍କ ସହିତ ଆମ୍ଭେ କହୁ, ‘ପିତା, ପ୍ରିୟ ପିତା।’ 16 ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ବୋଲି କହିବା ଲାଗି ସେହି ଆତ୍ମା ଆମ୍ଭ ଆତ୍ମା ସହିତ ଯୋଡ଼ି ହୁଅନ୍ତି। 17 ଆମ୍ଭେ ଯଦି ପରମେଶ୍ୱରଙ୍କର ସନ୍ତାନ, ତା’ହେଲେ ପରମେଶ୍ୱର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ୱରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ୟ ଏହି ଆଶୀର୍ବାଦ ପାଇବୁ। କିନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହାହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ୟ ମହିମାର ଅଧିକାରୀ ହେବା।

ଆମକୁ ଭବିଷ୍ୟତ‌‌ରେ ମହିମା ମିଳିବ

18 ଆମ୍ଭେ ଦୁଃଖ ଭୋଗ କରୁଛୁ। କିନ୍ତୁ ଯେଉଁ ଗୌରବ ଆମ୍ଭକୁ ଭବିଷ୍ୟତ‌‌ରେ ମିଳିବ ତା ତୁଳନାରେ ଆମ୍ଭର ବର୍ତ୍ତମାନର ଦୁଃଖ କିଛି ନୁହେଁ। 19 ପରମେଶ୍ୱର ଯାହାକିଛି ସୃଷ୍ଟି କରିଛନ୍ତି, ସେହିସବୁ ବଡ଼ ଆଶାରେ ସେହି ସମୟକୁ ଅପେକ୍ଷା କରିଚନ୍ତି ଯେ କେତେବେଳେ ପରମେଶ୍ୱର ସଂସାରକୁ ଜଣାଇ ଦେବେ ଯେ, କେଉଁମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଗ୍ଭହିଁ ରହିଛି। 20 ପରମେଶ୍ୱର ଯାହାକିଛି ସୃଷ୍ଟି କରିଥିଲେ ତାହା ଅସାର ହୋଇଗଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ୱର ଏହା କରିବା ପାଇଁ ସ୍ଥିର କରିଥିଲେ। କିନ୍ତୁ ଏହି ଭରଷା ଥିଲା: 21 ଯେପରି ପରମେଶ୍ୱର ସୃଷ୍ଟି କରିଥିବା ପ୍ରତ୍ୟେକ ବସ୍ତୁ ବିନାଶରୁ ମୁକ୍ତ ହେବ। ଏହି ଭରସା ଥିଲା ଯେ ପରମେଶ୍ୱରଙ୍କ ସନ୍ତାନମାନଙ୍କ ପାଇଁ ଯାହାକିଛି ନିର୍ମିତ ହୋଇଛି ସେଗୁଡ଼ିକ ସେହି ସ୍ୱଚ୍ଛନ୍ଦ ଓ ମହିମାର ଭାଗୀ ହେବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center