New Testament in a Year
22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି। 23 କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ। 24 ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା’ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ। 25 କିନ୍ତୁ ଯାହା ଆମ୍ଭ ପାଖରେ ଏବେ ସୁଦ୍ଧା ନାହିଁ ତା’ ପାଇଁ ଆମ୍ଭେ ଭରସାରେ ଅଛୁ। ଆମ୍ଭେ ଏହା ପାଇଁ ଧୈର୍ଯ୍ୟପୁର୍ବକ ଅପେକ୍ଷା କରି ରହିଛୁ।
26 ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ। 27 ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।
28 ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା। 29 ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା’ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ [a] ବୋଲି ଧରା ହେବେ। 30 ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ।
ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ପ୍ରେମ
31 ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ। 32 ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ। 33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି। 34 କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି। 35 ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ?ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା’ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! 36 ଶାସ୍ତ୍ରରେ ଏହିପରି ଲେଖା ଅଛି:
“ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ।
ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।” (A)
37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ। 38-39 ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ।
2010 by World Bible Translation Center