Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 9:1-15

ପରମେଶ୍ୱର ଓ ଯିହୂଦୀ ଲୋକେ

ମୁଁ ଖ୍ରୀଷ୍ଟଙ୍କଠାରେ ଅଛି, ଓ ମୁଁ ସତ୍ୟ କହୁଛି। ମୁଁ ମିଛ କହୁ ନାହିଁ। ପବିତ୍ରଆତ୍ମା ଦ୍ୱାରା ମୋର ଭାବନା ନିୟନ୍ତ୍ରିତ। ଏହି ଭାବନା ମୋତେ କୁହେ ଯେ ମୁଁ ମିଛ କୁହେ ନାହିଁ। ମୋର ଅଶେଷ ଦୁଃଖ ଅଛି, ଓ ମୁଁ ଯିହୂଦୀମାନଙ୍କ ଲାଗି ଅଧିକ ବେଦନାଗ୍ରସ୍ତ ଅଛି। ସେମାନେ ମୋର ଭାଇ ଓ ଭଉଣୀ। ସେମାନେ ଏହି ସଂସାରରେ ମୋର ପରିବାର। ମୁଁ ସେମାନଙ୍କୁ ସାହାଯ୍ୟ କରିପାରେ। ମୁଁ ନିଜେ ଅଭିଶପ୍ତ ହେବା ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହୋଇପାରେ। ସେମାନେ ଇସ୍ରାଏଲୀୟ ଲୋକ। ସେମାନେ ପରମେଶ୍ୱରଙ୍କର ବଛାଯାଇଥିବା ସନ୍ତାନ। ସେମାନଙ୍କ ପାଖରେ ପରମେଶ୍ୱରଙ୍କ ମହିମା ଅଛି ଓ ସେମାନେ ପରମେଶ୍ୱର ଲୋକମାନଙ୍କ ସହିତ କରିଥୀବା ଚୁକ୍ତିର ସହଭାଗୀ। ପରମେଶ୍ୱର ସେମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଓ ଉପାସନାର ସଠିକ ପଦ୍ଧତି ଦେଇଛନ୍ତି। ପରମେଶ୍ୱର ସେମାନଙ୍କୁ ତାହାଙ୍କର ପ୍ରତିଶ୍ରୁତିମାନ ଦେଇଛନ୍ତି। ସେମାନେ ଆମ ପୂର୍ବପୁରୁଷମାନଙ୍କର ବଂଶଧର ଅଟନ୍ତି। ସେମାନେ ସଂସାରରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟରେ ଖ୍ରୀଷ୍ଟ ପରମେଶ୍ୱର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ୱର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବୋଲି ନୁହେଁ, କାରଣ ଇସ୍ରାଏଲର କେବଳ ଅଳ୍ପ କିଛି ଲୋକ ହିଁ ପ୍ରକୃତରେ ପରମେଶ୍ୱରଙ୍କର ଲୋକ। ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍‌‌ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।” [a] ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ ନୁହନ୍ତି। କେବଳ ଯେଉଁମାନେ ପରମେଶ୍ୱରଙ୍କ ପ୍ରତିଜ୍ଞା ଦ୍ୱାରା ପରମେଶ୍ୱରଙ୍କ ସନ୍ତାନ ହୋଇଥିଲେ ସେହିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ। ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।” [b]

10 କେବଳ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ଇସ୍‌‌ହାକଙ୍କଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ। 11-12 ଦୁଇଟି ପୁତ୍ର ଜନ୍ମ ହେବା ପୂର୍ବରୁ ଓ ସେମାନେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ୱର ରିବିକାକୁ କହିଥିଲେ, ବଡ଼ ପୁତ୍ରଟି ସାନଟିର ସେବା କରିବ। ପରମେଶ୍ୱରଙ୍କ ମନୋନୟନ ତାହାଙ୍କ ଯୋଜନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥିଲେ ସେହି କାରଣରୁ ହେଲା। 13 ଶାସ୍ତ୍ର କୁହେ: “ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।” [c]

14 ତା’ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ? 15 ନା, ଆମ୍ଭେ ଏପରି କହି ପାରିବା ନାହିଁ। ପରମେଶ୍ୱର ମୋଶାଙ୍କୁ କହିଥିଲେ, “ଆମ୍ଭେ ଯାହାକୁ ଦୟା କରିବା ପାଇଁ ଇଚ୍ଛା କରିବା, ଆମ୍ଭେ ତାହା ପ୍ରତି ଦୟା ଦେଖାଇବା। ଆମ୍ଭେ ଯାହାକୁ କରୁଣା ଦେଖାଇବା ପାଇଁ ଇଚ୍ଛା କରିବା ଆମ୍ଭେ ତାହାକୁ କରୁଣା ଦେଖାଇବା।” [d]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center