Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 11:1-18

ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଭୁଲି ନାହାନ୍ତିଁ

11 ତା’ହେଲେ ମୁଁ ପ୍ରଶ୍ନ କରୁଛି: “କ’ଣ ପରମେଶ୍ୱର ନିଜ ଲୋକମାନଙ୍କୁ ପରିତ୍ୟାଗ କରନ୍ତି କି?” ନା! ମୁଁ ଜଣେ ଇସ୍ରାଏଲୀୟ ଲୋକ। ମୁଁ ଅବ୍ରହାମଙ୍କ ପରିବାରର ଅଟେ। ବିନ୍ୟାମିନଙ୍କ ଗୋଷ୍ଠୀରେ ଜାତ। ସେମାନେ ଜନ୍ମ ହେବା ପୂର୍ବରୁ ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ବାଛିଥିଲେ। ପରମେଶ୍ୱର ସେମାନଙ୍କୁ ତ୍ୟାଗ କରି ନାହାନ୍ତି। ଏଲିୟ ଯେତେବେଳେ ପରମେଶ୍ୱରଙ୍କଠାରେ ଇସ୍ରାଏଲ ଲୋକମାନଙ୍କ ବିରୁଦ୍ଧରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟରେ ଶାସ୍ତ୍ର ଯାହା କୁହେ, ତୁମ୍ଭେ ଜାଣିଛ? ଏଲିୟ କହିଥିଲେ: “ପ୍ରଭୁ, ଲୋକେ ତୁମ୍ଭର ଭବିଷ୍ୟ‌ଦ୍‌ବକ୍ତାଗଣକୁ ବଧ କରିଛନ୍ତି, ଓ ତୁମ୍ଭର ଯଜ୍ଞବେଦୀ ସବୁ ଭାଙ୍ଗିଛନ୍ତି। କେବଳ ମୁଁ ଜଣେ ଭବିଷ୍ୟ‌ଦ୍‌ବକ୍ତା ବଞ୍ଚିଛି, ସେମାନେ ମୋତେ ମଧ୍ୟ ମାରି ଦେବା ପାଇଁ ଚେଷ୍ଟା କରୁଛନ୍ତି।” [a] କିନ୍ତୁ ତାହାଙ୍କୁ ପରମେଶ୍ୱରଙ୍କର ଉତ୍ତର କ’ଣ ଥିଲା? “ବାଆଲ ଆଗରେ ଆଣ୍ଠୁମାଡ଼ି ନ ଥିବା ସାତହଜାର ଲୋକଙ୍କୁ ଏବେ ମଧ୍ୟ ମୁଁ ନିଜ ପାଇଁ ରଖିଛି।” [b]

ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ବଛା ଯାଇଥିବା ଏବେ ମଧ୍ୟ କେତେକ ଲୋକ ଅଛନ୍ତି। ଯଦି ପରମେଶ୍ୱର ଅନୁଗ୍ରହ ହେତୁ ସେମାନଙ୍କୁ ମନୋନୀତ କରିଛନ୍ତି, ତା’ହେଲେ ଲୋକମାନେ ନିଜେ କରିଥିବା କାର୍ଯ୍ୟ ହେତୁ ପରମେଶ୍ୱରଙ୍କ ଲୋକ ହୋଇ ନାହାନ୍ତି। ଯଦି କାର୍ଯ୍ୟ ଦ୍ୱାରା ତାହା ହେଇଥା’ନ୍ତା ତେବେ ଅନୁଗ୍ରହର କ’ଣ ବା ଅର୍ଥ ହେବ? ତା’ହେଲେ କ’ଣ ହେଲା?

ଇସ୍ରାଏଲର ଲୋକେ ଯାହା ପାଇଁ ପରମେଶ୍ୱରଙ୍କଠାରେ ଧାର୍ମିକ ହେବା ଚେଷ୍ଟା କରିଥିଲେ, କିନ୍ତୁ ସଫଳ ହେଲେ ନାହିଁ। କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ବଛା ଯାଇଥିବା ଲୋକେ ଧାର୍ମିକ ହେଲେ। ଅନ୍ୟ ସମସ୍ତେ ଜଡ଼ ହୋଇ ପରମେଶ୍ୱରଙ୍କ କଥା ଶୁଣିବା ପାଇଁ ମନା କଲେ। ଶାସ୍ତ୍ରରେ ଯେପରି ଲେଖା ଅଛି:

“ପରମେଶ୍ୱର ଲୋକମାନଙ୍କୁ ଜଡ଼ତାର ଆତ୍ମାଦେଲେ।” (A)

“ସେମାନେ ସତ୍ୟକୁ ଦେଖି ନ ପାରନ୍ତି ସେଥିପାଇଁ ପରମେଶ୍ୱର ସେମାନଙ୍କର ଆଖି ବନ୍ଦ କରିଦେଲେ,
    ସେମାନେ ସତ୍ୟକୁ ଶୁଣି ନ ପାରନ୍ତୁ ସେଥିପାଇଁ ପରମେଶ୍ୱର ସେମାନଙ୍କର କାନ ବନ୍ଦ କରିଦେଲେ।
ଏହି ଦଶା ଏବେ ସୁଦ୍ଧା ଲାଗି ରହିଛି।” (B)

ଦାଉଦ କୁହନ୍ତି:

“ସେ ଲୋକମାନେ ନିଜର ଭୋଜନରେ ଚ୍ଛନ୍ଦି ଓ ବାନ୍ଧି ହୋଇ ଯାଆନ୍ତୁ,
    ତାହାଙ୍କର ପତନ ହେଉ ଓ ସେମାନଙ୍କୁ ଦଣ୍ଡ ମିଳୁ।
10 ସେମାନଙ୍କର ଆଖି ସତ୍ୟକୁ ଦେଖି ନ ପାରିବା ପାଇଁ ବନ୍ଦ ହୋଇଯାଉ।
    ସର୍ବଦା ପାଇଁ ସେମାନଙ୍କର ଅଣ୍ଟା ନଇଁ ପଡ଼ୁ।” (C)

11 ତା’ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସେମାନଙ୍କୁ ନଷ୍ଟ କରିଥିଲା କି। ବରଂ ସେମାନଙ୍କର ଭୁଲ୍ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ୱାରା ଯିହୂଦୀମାନଙ୍କ ଭିତରେ ଉତ୍ସାହ ଭାବ ଜାଗୃତ ହେଲା। 12 ଯିହୂଦୀମାନଙ୍କର ତୃଟୀ ଏହି ସଂସାର ପାଇଁ ଆଶୀର୍ବାଦର ଧନ ସ୍ୱରୂପ ହେଲା, ସେମାନେ ଯାହା ହରାଇଲେ, ତାହା ଅଣଯିହୂଦୀମାନଙ୍କ ପାଇଁ ଆଶୀର୍ବାଦର ଧନ ଆଣି ଦେଲା। ତେଣୁ ପରମେଶ୍ୱର ଯାହା ଗ୍ଭହୁଁଛନ୍ତି ସେହି ଅନୁସାରେ ପୂର୍ଣ୍ଣ ସଂଖ୍ୟକ ଯିହୂଦୀମାନେ ଯେତେବେଳେ ଗ୍ଭଲିବେ, ସେତେବେଳେ ସଂସାର ନିଶ୍ଚିତ ରୂପେ ଅଧିକ ମାତ୍ରାରେ ଆଶୀର୍ବାଦର ଧନ ପ୍ରାପ୍ତ କରିବ!

13 ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶେଷ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ରେରିତ ହୋଇଛି। ମୁଁ ପୂର୍ଣ୍ଣ ମନ ପ୍ରାଣରେ ଏହି କାମ କରିବି। 14 ମୁଁ ଆଶାକରେ ଯେ ନିଜ ଲୋକ ମାନଙ୍କ ଭିତରେ ଉ‌‌‌ଦ୍‌‌‌ଯୋଗ ଆଣି ତାହାଙ୍କ ଭିତରୁ କେତେକ ଲୋକଙ୍କୁ ଉଦ୍ଧାର କରି ପାରିବି। 15 ଯିହୂଦୀମାନଙ୍କୁ ପରମେଶ୍ୱର ଅସ୍ୱୀକାର କରି ଦେଲାପରେ, ସେ ଜଗତର ଅନ୍ୟଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ଯିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ୟୁରୁ ପୁନର୍ଜୀବନ ଆଣିବା। 16 ଆମ୍ଭ ଭୋଜନର ପ୍ରଥମ ଭାଗଟି ଯଦି ପରମେଶ୍ୱରଙ୍କୁ ସମର୍ପଣ କରାଯାଏ, ତା’ହେଲେ ସମସ୍ତ ଭୋଜନ ପବିତ୍ର ହୁଏ। ଯଦି କୌଣସି ଗଛର ଚେର ପବିତ୍ର, ତା’ହେଲେ ସେହି ଗଛର ସମସ୍ତ ଡାଳ ମଧ୍ୟ ପବିତ୍ର।

17 ଧରିନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡ଼ିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଙ୍ଗଲୀ ଜୀତଗଛର ଶାଖାଗୁଡ଼ିକ ଆଣି ପ୍ରଥମ ଗଛ ସହିତ ସଂଯୁକ୍ତ କରାହେଲା। ତୁମ୍ଭେ ଅଣଯିହୂଦୀମାନେ ସେହି ଜଙ୍ଗଲୀ ଜୀତଗଛ ଭଳି। ତୁମ୍ଭେମାନେ ସେହି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ। 18 ସେଥିପାଇଁ, ପ୍ରଥମ ଗଛର ସେ ଭଙ୍ଗା ଡାଳଗୁଡ଼ିକ ନିମନ୍ତେ ତୁମ୍ଭମାନଙ୍କର ଗର୍ବ କରିବାର କୌଣସି କାରଣ ନାହିଁ। କାରଣ ତୁମ୍ଭେମାନେ ପ୍ରଥମ ଗଛର ଚେରକୁ ଜୀବନ ପ୍ରଦାନ କରୁ ନାହଁ, ବରଂ ସେହି ଚେର ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରୁଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center