Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ରୋମୀୟଙ୍କ ପ୍ରତି ପତ୍ର 11:19-36

19 ତୁମ୍ଭେମାନେ କହି ପାର, “ସେ ଗଛର ଡାଳଗୁଡ଼ିକ ଭାଙ୍ଗି ପଡ଼ିବାରୁ ମୁଁ ତା’ ସହିତ ସଂଯୁକ୍ତ ହେଲି।” 20 ଏହା ସତ୍ୟ କିନ୍ତୁ ସେ ଡାଳଗୁଡ଼ିକ ଭାଙ୍ଗି ପଡ଼ିବାର କାରଣ ହେଉଛି ସେମାନଙ୍କର ଅବିଶ୍ୱାସ। କିନ୍ତୁ ତୁମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସ ହେତୁ ସେହି ଗଛର ଅଂଶୀ ହୋଇ ପାରିଛ। ଅତଏବ ଗର୍ବ କରିବା ପରିବର୍ତ୍ତେ ଭୟ କରିବା ଦରକାର। 21 ବିଶ୍ୱାସ ନ କରିବା ହେତୁ ଯଦି ପରମେଶ୍ୱର ପ୍ରଥମ ଗଛର ଶାଖାଗୁଡ଼ିକୁ ଭାଙ୍ଗିଦେଲେ, ତା’ହେଲେ ତୁମ୍ଭେମାନେ ମଧ୍ୟ ବିଶ୍ୱାସ ନ ରଖି ପାରିଲେ ପରମେଶ୍ୱର ତୁମ୍ଭମାନଙ୍କୁ ବିଛିନ୍ନ କରିଦେବେ।

22 ଅତଏବ ବୁଝିବା ଦରକାର ଯେ, ପରମେଶ୍ୱର ଅତି ଦୟାଳୁ, କିନ୍ତୁ ସେ ଅତି କଠୋର ମଧ୍ୟ ହୋଇପାରିବେ। ପରମେଶ୍ୱରତାହାଙ୍କୁ ଅନୁସରଣ ନ କରୁଥିବା ଲୋକମାନଙ୍କୁ ଦଣ୍ତ ଦିଅନ୍ତି, କିନ୍ତୁ ତୁମ୍ଭେମାନେ ତାହାଙ୍କ ଅନୁଗ୍ରହରେ ରହିଲେ ସେ, ତୁମ୍ଭମାନଙ୍କ ପ୍ରତି ଦୟାଳୁ ହୁଅନ୍ତି। ଅନ୍ୟ ପକ୍ଷରେ ଯଦି ତୁମ୍ଭେମାନେ ତାହାଙ୍କୁ ଅନୁସରଣ ନ କର ତା’ହେଲେ ତୁମ୍ଭେମାନେ ମଧ୍ୟ କଟାଯାଇ ଫିଙ୍ଗି ଦିଆଯିବ। 23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା’ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ। 24 ତୁମ୍ଭେମାନେ ଜଙ୍ଗଲୀ ଜୀତଗଛର କଟାଯାଇଥିବା ଶାଖା। ତୁମ୍ଭେମାନେ ଭଲ ଜୀତଗଛ ସହିତ ସଂଯୁକ୍ତ ହୋଇଛ। କିନ୍ତୁ ଏହା ସ୍ୱାଭାବିକ। ଅତଏବ, ସେହି ଯିହୂଦୀମାନେ ପ୍ରକୃତରେ ନିଜର ବୃକ୍ଷ ସହିତ ପୁନର୍ବାର ସଂଯୁକ୍ତ ହୋଇପାରିବେ।

25 ଭାଇ ଓ ଭଉଣୀମାନେ, ଏହି ନିଗୂଢ଼ ସତ୍ୟ ବିଷୟରେ ତୁମ୍ଭେମାନେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଗ୍ଭହେଁ ନାହିଁ । ଏହି ସତ୍ୟ ତୁମ୍ଭମାନଙ୍କୁ ଜାଣିବାରେ ସାହାଯ୍ୟ କରିବ ଯେ, ତୁମ୍ଭେମାନେ ସର୍ବଜ୍ଞ ନୁହଁ। ଏହି କଥା ସତ୍ୟ ଯେ, ଇସ୍ରାଏଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ୟ କରାଯାଇଛି। ଯେତେବେଳେ ପୂର୍ଣ୍ଣ ସଂଖ୍ୟକ ଅଣଯିହୂଦୀ ପରମେଶ୍ୱରଙ୍କ ନିଜ ଲୋକ ହୋଇ ଯିବେ, ତା’ହେଲେ ଏହି ସ୍ଥିତିରେ ପରିବର୍ତ୍ତନ ଘଟିବ। 26 ଏହିଭଳି ସମଗ୍ର ଇସ୍ରାଏଲ ଉଦ୍ଧାର ପାଇବ। ଶାସ୍ତ୍ରରେ ଲେଖାଅଛି:

“ସିୟୋନ [a]ଠାରୁ ଉଦ୍ଧାରକର୍ତ୍ତା ଆସିବେ।
    ସେ ଯାବୁକ ପରିବାର ସମସ୍ତ ଅଧର୍ମଗୁଡ଼ିକୁ ଦୂର କରିବେ।
27 ଓ ଆମ୍ଭେ ସେହି ଲୋକମାନଙ୍କର ପାପଗୁଡ଼ିକୁ ହରଣ କଲା ପରେ
    ଏହି ଚୁକ୍ତି କରିବା।” (A)

28 ଯିହୂଦୀମାନେ ସୁସମାଗ୍ଭର ଗ୍ରହଣ କରୁ ନ ଥିବାରୁ, ପରମେଶ୍ୱରଙ୍କ ଶତ୍ରୁ। ଏହା ତୁମ୍ଭ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିଛି। କିନ୍ତୁ ଯିହୂଦୀମାନେ ଏବେ ମଧ୍ୟ ପରମେଶ୍ୱରଙ୍କର ମନୋନୀତ ଲୋକ। ତାହାଙ୍କ ପୂର୍ବଜ ମାନଙ୍କୁ ଦେଇଥିବା ପ୍ରତିଜ୍ଞା ହେତୁ, ପରମେଶ୍ୱର ସେମାନଙ୍କୁ ଖୁବ୍ ଭଲ ପାଆନ୍ତି। 29 ପରମେଶ୍ୱର ଯେଉଁମାନଙ୍କୁ ଡାକନ୍ତି ଓ ଯେଉଁ ଦାନଗୁଡ଼ିକ ଦିଅନ୍ତି; ସେମାନଙ୍କ ପ୍ରତି ପରମେଶ୍ୱର ନିଜର ମନ କେବେ ହେଲେ ପରିବର୍ତ୍ତନ କରନ୍ତି ନାହିଁ। 30 ଆଗରୁ ତୁମ୍ଭେମାନେ ପରମେଶ୍ୱରଙ୍କୁ ଅବଜ୍ଞା କରୁଥିଲ। କିନ୍ତୁ ବର୍ତ୍ତମାନ ଯିହୂଦୀମାନଙ୍କର ଅବଜ୍ଞାର ଫଳସ୍ୱରୂପ, ତୁମ୍ଭେମାନେ ଅନୁଗ୍ରହ ପ୍ରାପ୍ତ କରିଛ। 31 ଏବେ ଯିହୂଦୀମାନେ ଅବଜ୍ଞା କରୁଛନ୍ତି, କାରଣ ପରମେଶ୍ୱର ତୁମ୍ଭମାନଙ୍କୁ ଅନୁଗ୍ରହ କରୁଛନ୍ତି। କିନ୍ତୁଏହା ଘଟିଲା, ଯେହେତୁ ସେମାନେ ମଧ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରି ପାରିବେ। 32 ସବୁ ଲୋକେ ପରମେଶ୍ୱରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ୟ ସ୍ଥିତିରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦେଖାଇ ପାରିବେ।

ପରମେଶ୍ୱର ଧନ୍ୟ

33 ପରମେଶ୍ୱରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତି କିପରି ନିଅନ୍ତି କେହି ବୁଝାଇ ପାରିବ ନାହିଁ। 34 କେହିହେଲେ ପରମେଶ୍ୱରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁହେ:

“ପ୍ରଭୁଙ୍କର ମନକୁ କିଏ ଜାଣିଛି?
    କିଏ ପରମେଶ୍ୱରଙ୍କୁ ପରାମର୍ଶ ଦେଇ ପାରିବ କି?” (B)

35 “କିଏ କେବେ ହେଲେ ପରମେଶ୍ୱରଙ୍କୁ କ’ଣ ବା ଦେଇଛି?
    ଯେ ପରମେଶ୍ୱର ପ୍ରତ୍ୟୁପକାରରେ କିଛି ଦେବେ।” (C)

36 ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center