Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:1-19

ବିବାହ ବିଷୟରେ

ଏବେ ମୁଁ ତୁମ୍ଭେମାନେ ଲେଖିଥିବା ବିଷୟ ଗୁଡ଼ିକରେ ଉତ୍ତର ଦେଉଛି। ପୁରୁଷ ପକ୍ଷେ ବିବାହ ନ କରିବା ଭଲ। କିନ୍ତୁ ଯୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରତ୍ୟେକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସେହିଭଳି ପ୍ରତ୍ୟେକ ସ୍ତ୍ରୀର ନିଜ ସ୍ୱାମୀ ଥିବା ଉଚିତ୍। ପତି ଆପଣାର ପତ୍ନୀକୁ ତାହାର ପ୍ରାପ୍ୟ ଦେବା ଉଚିତ୍। ପତ୍ନୀର ତା’ ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା’ର ଶରୀର ଉପରେ ତା’ ସ୍ୱାମୀର ଅଧିକାର ଅଛି। ସେହିଭଳି ସ୍ୱାମୀର ତା’ ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା’ର ଶରୀର ଉପରେ ତା’ର ସ୍ତ୍ରୀର ଅଧିକାର ଅଛି। ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁହେଁ ପ୍ରାର୍ଥନାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହୋଇ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା’ପରେ ପୁନର୍ବାର ଏକାଠି ହୁଅ, ଯଦ୍ଦ୍ୱାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନେଇ ତୁମ୍ଭମାନଙ୍କୁ ପ୍ରଲୋଭିତ କରି ପାରିବ ନାହିଁ। ମୋର ଏହା ଆଦେଶ ନୁହେଁ, ବରଂ କିଛି ସମୟ ପାଇଁ ପୃଥକ ରହିବାକୁ ଅନୁମତି ଦେଉଛି। ମୁଁ ଇଚ୍ଛା କରେ ଯେ, ସମସ୍ତେ ମୋ’ ଭଳି ରୁହନ୍ତୁ। କିନ୍ତୁ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କଠାରୁ ଏକ ବିଶେଷ ଅନୁଗ୍ରହ ମିଳିଛି। ଯଦି ଜଣକର ଗୋଟିଏ ପ୍ରକାର ଅନୁଗ୍ରହଦାନ ତା’ହେଲେ ଅନ୍ୟ ଜଣକ ନିମନ୍ତେ ଅନ୍ୟ ପ୍ରକାରର ଅନୁଗ୍ରହଦାନ ଅଛି।

ଏବେ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହୁଛି ଯେ, ଯଦି ସେମାନେ ମୋ’ ଭଳି ଏକାକୀ ରହି ପାରିବେ, ତା’ହେଲେ ଭଲ। କିନ୍ତୁ ଯଦି ସେମାନେ ନିଜ ଶରୀର ଉପରେ ନିୟନ୍ତ୍ରଣ ରଖି ପାରିବେ ନାହିଁ, ତା’ହେଲେ ସେମାନେ ବିବାହ କରିବା ଉଚିତ୍। କାରଣ କାମ ବାସନାର ଅଗ୍ନିରେ ପୋଡ଼ି ହେବା ଅପେକ୍ଷା ବିବାହ କରିବା ଉତ୍ତମ।

10 ଯେଉଁମାନେ ବିବାହିତ ସେମାନଙ୍କୁ ମୁଁ ଏହି ଆଦେଶ ଦେଉଛି-ଏହି ଆଦେଶ ମୋ’ଠାରୁ ନୁହେଁ ବରଂ, ପ୍ରଭୁ ନିଜେ ଏହି ଆଦେଶ ଦିଅନ୍ତି। 11 ଯେ, ପତ୍ନୀ ନିଜ ପତିକୁ କେବେ ହେଲେ ଛାଡ଼ିବା ଉଚିତ୍ ନୁହେଁ, କିନ୍ତୁ ଯଦି ପତ୍ନୀ ନିଜ ପତିକୁ ଛାଡ଼େ, ତା’ହେଲେ ପୁନଃ ବିବାହ ନ କରି ରହିବା ଉଚିତ୍ ବା ନିଜ ପତି ସହିତ ମିଶିଯିବା ଉଚିତ୍। ଠିକ୍ ସେହିଭଳି ପତି ମଧ୍ୟ ନିଜ ପତ୍ନୀକୁ ଛାଡ଼ପତ୍ର ଦେବା ଉଚିତ୍ ନୁହେଁ।

12 ମୁଁ ଅନ୍ୟ ସମସ୍ତ ଲୋକଙ୍କୁ ଏହା କହେ (ଏହା ମୋର କଥା, ପ୍ରଭୁଙ୍କର ନୁହେଁ): ଯଦି କୌଣସି ଖ୍ରୀଷ୍ଟିୟ ଭାଇଙ୍କର ଏପରି ପତ୍ନୀ ଅଛି ଓ ସେ ଖ୍ରୀଷ୍ଟ ବିଶ୍ୱାସିନୀ ନୁହେଁ ମାତ୍ର ପତି ସହିତ ରହିବାକୁ ଇଚ୍ଛୁକ, ତା’ହେଲେ ପତି ତାକୁ ତ୍ୟାଗ କରିବା ଉଚିତ୍ ନୁହେଁ। 13 ଯଦି କୌଣସି ପତ୍ନୀର ପତି ଅଛି, ଓ ସେ ଖ୍ରୀଷ୍ଟ ବିଶ୍ୱାସୀ ନୁହେଁ, କିନ୍ତୁ ସେ ପତ୍ନୀ ସହିତ ରହିବା ପାଇଁ ଇଚ୍ଛୁକ, ତା’ହେଲେ ପତ୍ନୀ ତାକୁ ଛାଡ଼ପତ୍ର ଦେବା ଅନୁଚିତ୍। 14 ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ନ କରୁଥିବା ପତି, ତା’ର ବିଶ୍ୱାସ କରୁଥିବା ପତ୍ନୀ ମାଧ୍ୟମରେ ପବିତ୍ର କରାଯାଇଅଛି। ସେହିଭଳି ବିଶ୍ୱାସ ନ କରୁଥିବା ପତ୍ନୀ, ତା’ ବିଶ୍ୱାସ କରୁଥିବା ପତି ମାଧ୍ୟମରେ ପବିତ୍ର କରାଯାଇ ଅଛି। ଯଦି ଏହା ସତ୍ୟ ହୋଇ ନ ଥା’ନ୍ତା, ତା’ହେଲେ ତୁମ୍ଭମାନଙ୍କ ସନ୍ତାନମାନେ କଦାପି ଶୁଚି ହୋଇ ନ ଥା’ନ୍ତେ। କିନ୍ତୁ ସେମାନେ ଏବେ ପବିତ୍ର ଅଟନ୍ତି।

15 ତଥାପି ଯଦି ଜଣେ ଅବିଶ୍ୱାସୀ, ଜଣେ ବିଶ୍ୱାସୀଠାରୁ ଅଲଗା ହେବାକୁ ଇଚ୍ଛା କରେ, ତା’ହେଲେ ସେ ଅଲଗା ହୋଇପାରେ। ଯେତେବେଳେ ଏପରି ଘଟିବ, ଖ୍ରୀଷ୍ଟିୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହେବେ। ପରମେଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ରହିବାକୁ ଆହ୍ୱାନ ଦେଇଛନ୍ତି। 16 ପତ୍ନୀଗଣ ହୁଏତ ତୁମ୍ଭେମାନେ ନିଜର ରକ୍ଷା କରି ପାରିବ; ପତିଗଣ! ହୁଏତ ତୁମ୍ଭେମାନେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ୟତରେ କ’ଣ ଘଟିବ, ଏହା ତୁମ୍ଭେମାନେ ଏବେ ଜାଣି ନାହଁ।

ପରମେଶ୍ୱରଙ୍କ ଆହ୍ୱାନ ଅନୁସାରେ ଜୀବନଯାପନ କର

17 ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ। 18 ପରମେଶ୍ୱରଙ୍କ ଆହ୍ୱାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହୋଇ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ୍ ନୁହେଁ। ଯଦି ଜଣେ ଆହ୍ୱାନ ପାଇବା ବେଳେ ସୁନ୍ନତ ହୋଇ ନାହିଁ, ତା’ର ମଧ୍ୟ ସୁନ୍ନତ ହେବା ଉଚିତ୍ ନୁହେଁ। 19 ଜଣେ ସୁନ୍ନତ ହୋଇଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ୱରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center