Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:1-16

11 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭେମାନେ ସେହିପରି ଅନୁସରଣ କର।

ଅଧୀନରେ ରହିବା

ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ। ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।

ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ। ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍‌‌ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା’ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।

କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ। ପୁରୁଷ ସ୍ତ୍ରୀଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି। ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା। 10 ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।

11 କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। 12 କାରଣ, ଯେପରି ପୁରୁଷଠାରୁ ସ୍ତ୍ରୀ ଆସିଛି, ସେହିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତରେ ପ୍ରତ୍ୟେକ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି।

13 ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର। 14 ପ୍ରକୃତି କ’ଣ ତୁମ୍ଭକୁ ଶିକ୍ଷା ଦେଇ ନାହିଁ ଯେ, କୌଣସି ପୁରୁଷ ବଡ଼ ବଡ଼ ବାଳ ରଖିବ ଲଜ୍ଜାଜନକ କଥା? 15 କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା’ ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି। 16 ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center