Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:17-34

ପ୍ରଭୁଭୋଜ

17 ବର୍ତ୍ତମାନ ମୁଁ ଯେଉଁ ବିଷୟରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବେତ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତ୍ତେ କ୍ଷତିକାରକ ହେଉଛି। 18 ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ। 19 କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।

20 ଅତଏବ, ତୁମ୍ଭେମାନେ ଯେତେବେଳେ ମଣ୍ଡଳୀରେ ସମବେତ ହୁଅ, ତୁମ୍ଭେମାନେ ପ୍ରକୃତରେ ପ୍ରଭୁଭୋଜ [a] ପାଳନ କରି ନ ଥାଅ। 21 କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି। 22 ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।

23 ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ। 24 ତା’ପରେ ସେହି ରୋଟୀକୁ ଛିଣ୍ଡାଇ ସେ କହିଲେ: “ଏହା ତୁମ୍ଭମାନଙ୍କ ନିମନ୍ତେ ମୋର ଶରୀର। ମୋତେ ସ୍ମରଣ କରିବା ପାଇଁ ତୁମ୍ଭେମାନେ ଏହା କର।” 25 ସେହିପରି ସେମାନେ ଖାଇ ସାରିଲା ପରେ, ସେ ପାନପାତ୍ର ନେଲେ ଓ କହିଲେ: “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ଚୁକ୍ତିର ନିଦର୍ଶନ। ତୁମ୍ଭେମାନେ ଯେତେଥର ଏହି ପାତ୍ରକୁ ପାନ କରିବ, ମୋତେ ସ୍ମରଣ କରିବା ପାଇଁ ତାହା କରିବ।” 26 ପ୍ରତ୍ୟେକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲାବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ଯ୍ୟନ୍ତ, ପ୍ରଭୁଙ୍କ ମୃତ୍ୟୁର ଘୋଷଣା କରୁଥିବ।

27 ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ୍ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ। 28 ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର। 29 ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା’ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ। 30 ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି। 31 କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନେବା, ତା’ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବାକୁ ପଡ଼ିବ ନାହିଁ। 32 ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।

33 ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର। 34 ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center