Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଏଫିସୀୟଙ୍କ ପ୍ରତି ପତ୍ର 5:1-16

ଜ୍ୟୋତିଃର୍ମୟ ଜୀବନ

ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର। ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।

ତୁମ୍ଭ ଭିତରେ କୌଣସି ଯୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପଯୁକ୍ତ ନୁହେଁ। ତୁମ୍ଭ ଭିତରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ୍। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଥିବା ଉଚିତ୍। ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ଯୌନ ପାପଗୁଡ଼ିକରେ ଲିପ୍ତ ରୁହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ୱର ଓ ଖ୍ରୀଷ୍ଟଙ୍କ ରାଜ୍ୟରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କେବଳ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦେବତାମାନଙ୍କର ପୂଜା କରେ।

ମିଥ୍ୟାକଥା କହି କେହି ତୁମ୍ଭକୁ ପ୍ରତାରଣା ନ କରୁ। ଏ ବିଷୟରେ ସଚେତନ ରୁହ। ଯେଉଁମାନେ ଅବାଧ୍ୟ ହୋଇ ଏ ସମସ୍ତ ମନ୍ଦ କର୍ମ କରନ୍ତି, ସେମାନଙ୍କ ଉପରେ ପରମେଶ୍ୱର କ୍ରୋଧାନ୍ୱିତ ହୁଅନ୍ତି। ଅତଏବ ତୁମ୍ଭେ ମଧ୍ୟ ଏଭଳି ମନ୍ଦ କର୍ମ ସେହି ଅବଜ୍ଞାକାରୀଙ୍କ ସହିତ କର ନାହିଁ। ଅତୀତରେ ତୁମ୍ଭେ ଅନ୍ଧକାରରେ ଥିଲ, କିନ୍ତୁ ଏବେ ତୁମ୍ଭେ ପ୍ରଭୁଙ୍କଠାରେ ଆଲୋକରେ ଅଛ। ଅତଏବ ଆଲୋକର ସନ୍ତାନମାନଙ୍କ ଭଳି ଆଚରଣ କର। ଆଲୋକ ପ୍ରତ୍ୟେକ ପ୍ରକାରର ଉତ୍ତମ ଭାବ, ଉଚିତ୍ ଜୀବନଯାପନ ଓ ସତ୍ୟ ଫଳ ଉତ୍ପନ୍ନ କରେ। 10 କେଉଁ ବିଷୟ ଗୁଡ଼ିକ ଈଶ୍ୱରଙ୍କ ସନ୍ତୋଷ ଜନ୍ମାଏ, ସେଗୁଡ଼ିକ ଶିଖିବାକୁ ଚେଷ୍ଟା କର। ଅନ୍ଧକାରରେ ଲୋକେ ଯେଭଳି କାମ କରନ୍ତି, ସେଗୁଡ଼ିକୁ କର ନାହିଁ। ସେଗୁଡ଼ିକ କରିବା ଦ୍ୱାରା କିଛି ଲାଭ ହୁଏ ନାହିଁ। 11 ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର। 12 ଅନ୍ଧକାରରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସେଗୁଡ଼ିକ କହିବା ପାଇଁ ମଧ୍ୟ ଲଜ୍ଜା ଲାଗେ। 13 କିନ୍ତୁ ଆଲୋକ ସମ୍ମୁଖରେ ଏଗୁଡ଼ିକୁ ରଖିଲେ, ଏସବୁ କର୍ମର ସମସ୍ତ ମନ୍ଦତା ସ୍ପଷ୍ଟ ଭାବେ ପ୍ରକାଶିତ ହୁଏ। 14 ଯାହା ସହଜରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ:

“ହେ! ଶୋଇଥିବା ଲୋକ, ଜାଗି ଉଠ
    ମୃତ୍ୟୁରୁ ଉଠି ଆସ,
ଏବଂ ଖ୍ରୀଷ୍ଟ ତୁମ୍ଭକୁ ଆଲୋକିତ କରିବେ।”

15 ଅତଏବ କିପରି ଜୀବନ କାଟୁଅଛ, ଏବିଷୟରେ ବିଶେଷ ସାବଧାନ ରୁହ। ନିର୍ବୋଧ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ମାତ୍ର ଜ୍ଞାନୀ ଲୋକଙ୍କ ପରି ଜୀବନଯାପନ କର। 16 ଏହା ଅତ୍ୟନ୍ତ ମନ୍ଦ ସମୟ ହୋଇ ଥିବାରୁ, ଭଲ କାମ କରିବା ପାଇଁ ମିଳୁଥିବା କୌଣସି ସୁଯୋଗକୁ ଛାଡ଼ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center