Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଏବ୍ରୀ 10:1-18

ଯୀଶୁଙ୍କ ବଳିଦାନ ଆମକୁ ସମ୍ପୂର୍ଣ୍ଣ କରେ

10 ବ୍ୟବସ୍ଥା ଆମ୍ଭକୁ ଭବିଷ୍ୟତରେ ଘଟିବାକୁ ଥିବା ଉତ୍ତମ ବିଷୟ ଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ୟବସ୍ଥା ପ୍ରକୃତ ବିଷୟ ଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ୟବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁହେ। ଯେଉଁ ଲୋକମାନେ ପରମେଶ୍ୱରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସେହି ବଳି ସମର୍ପଣ କାର୍ଯ୍ୟ କରି ଗ୍ଭଲିଥା’ନ୍ତି। କିନ୍ତୁ ବ୍ୟବସ୍ଥା କେବେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ। ଯଦି ବ୍ୟବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥା’ନ୍ତା ତା’ହେଲେ ସେହି ବଳିଗୁଡ଼ିକ ବନ୍ଦ ହୋଇ ଯାଇ ସାରିଥା’ନ୍ତା। ସେହି ଲୋକମାନେ ମଧ୍ୟ ପାପରୁ ଶୁଦ୍ଧ ହୋଇଯାଇ ସାରିଥା’ନ୍ତେ। ସେମାନେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥା’ନ୍ତେ। କିନ୍ତୁ ବ୍ୟବସ୍ଥା କଦାପି ତାହା କରି ପାରିବ ନାହିଁ। ସେମାନେ ଯେଉଁ ବଳି ଗୁଡ଼ିକ ଦିଅନ୍ତି, ତାହା ପ୍ରତିବର୍ଷ ସେମାନଙ୍କୁ ସେମାନଙ୍କର ପାପଗୁଡ଼ିକ ସ୍ମରଣ କରାଇ ଦିଏ। ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି।

ଅତଏବ ଯେତେବେଳେ ଖ୍ରୀଷ୍ଟ ସଂସାରକୁ ଆସିଲେ ସେ କହିଲେ:

“ତୁମ୍ଭେ ବଳି ଓ ସମର୍ପଣ ଗ୍ଭହଁ ନାହିଁ,
    କିନ୍ତୁ ତୁମ୍ଭେ ମୋ’ ପାଇଁ ଶରୀରଟିଏ ନିର୍ମାଣ କରିଛ,
ହୋମବଳି ଓ ପାପାର୍ଥକ ବଳରେ ତୁମ୍ଭେ ଖୁସୀ ହୁଅ ନାହିଁ।
    ବଳି ଦ୍ୱାରା ପାପହରଣ କଥାର ମଧ୍ୟ ତୁମ୍ଭେ ଖୁସୀ ନୁହଁ।
ତା’ପରେ ମୁଁ କହିଲି: ‘ପରମେଶ୍ୱର ମୁଁ ଅଛି
    ଏଠାରେ ବ୍ୟବସ୍ଥା ପୁସ୍ତକରେ ମୋ’ ବିଷୟରେ ଲେଖା ଅଛି।
    ତୁମ୍ଭେ ଗ୍ଭହିଁ ଥିବା କାର୍ଯ୍ୟଗୁଡ଼ିକ ମୁଁ କରିବା ପାଇଁ ଆସିଛି।’” (A)

ଏହି ଶାସ୍ତ୍ରରେ ସେ ପ୍ରଥମେ କହିଥିଲେ, “ତୁମ୍ଭେ ବଳି ଓ ନୈବେଦ୍ୟମାନ ଗ୍ଭହଁ ନାହିଁ। ତୁମ୍ଭେ ହୋମବଳି ଦ୍ୱାରା ବା ପାପହରଣ ହେବା ପାଇଁ ଦିଆଯାଉଥିବା ବଳିଗୁଡ଼ିକ ଦ୍ୱାରା ପ୍ରସନ୍ନ ହୁଅ ନାହିଁ।” ବ୍ୟବସ୍ଥା ଆଜ୍ଞା ଦିଏ ଏହି ବଳିଦାନ ପାଇଁ। ତା’ପରେ ସେ କହିଲେ “ପରମେଶ୍ୱର, ମୁଁ ଏଠାରେ ଅଛି। ମୁଁ ତୁମ୍ଭେ ଗ୍ଭହୁଁଥିବା କାମ କରିବା ପାଇଁ ଆସିଛି।” ଅତଏବ ପରମେଶ୍ୱର ତାହାଙ୍କର ପ୍ରଥମ ବଳିଦାନ ପ୍ରଥା ସମାପ୍ତ କରି ନୂତନପ୍ରଥା ଆରମ୍ଭ କଲେ। 10 ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।

11 ଯାଜକମାନେ ପ୍ରତିଦିନ ଠିଆ ହୋଇ ସେମାନଙ୍କର ଧାର୍ମିକ ସେବା କାର୍ଯ୍ୟ କରନ୍ତି। ସେହି, ସମାନ ବଳିଗୁଡ଼ିକ ସେମାନେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସେହିଭଳି ବଳି କେବେ ହେଲେ ପାପହରଣ କରିପାରେ ନାହିଁ। 12 ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ। 13 ତା’ପରେ ଖ୍ରୀଷ୍ଟ ପରମେଶ୍ୱରଙ୍କ ଡାହାଣ ପଟେ ବସିଲେ। ସେଠାରେ ଖ୍ରୀଷ୍ଟ ଏବେ ନିଜ ଶତ୍ରୁମାନଙ୍କୁ ତାହାଙ୍କ ଶକ୍ତି ତଳେ ରହିବା ପାଇଁ ଅପେକ୍ଷାରେ ଅଛନ୍ତି। 14 ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି।

15 ପବିତ୍ରଆତ୍ମା ମଧ୍ୟ ଆମ୍ଭକୁ ଏହା ବିଷୟରେ କୁହନ୍ତି। ପ୍ରଥମରେ ସେ କୁହନ୍ତି:

16 “ପ୍ରଭୁ କହିଲେ, ଭବିଷ୍ୟତରେ ମୋ’ ଲୋକମାନଙ୍କ ସହିତ
    ମୁଁ ଏହି ଚୁକ୍ତି କରିବି।
ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ହୃଦୟରେ ରଖିବି।
    ମୁଁ ମୋ’ ନିୟମଗୁଡ଼ିକୁ ସେମାନଙ୍କ ମନରେ ଲେଖିବି।” (B)

17 ଏହା ମଧ୍ୟ କୁହନ୍ତି:

“ମୁଁ ସେମାନଙ୍କର ପାପ ଓ କରୁଥିବା ମନ୍ଦକାମଗୁଡ଼ିକୁ କ୍ଷମା କରିଦେବି,
    ମୁଁ ସେଗୁଡ଼ିକୁ ପୁଣି କେବେ ହେଲେ ମନେ ପକାଇବି ନାହିଁ।” (C)

18 ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ୟକତା ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center