Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଏବ୍ରୀ 10:19-39

ପରମେଶ୍ୱରଙ୍କ ନିକଟକୁ ଆସ

19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ୱାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟରେ ଏପରି କରି ପାରିବା। 20 ଯୀଶୁଙ୍କ ଦ୍ୱାରା ଖୋଲି ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦେଇ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ୟଦେଇ ଯାଏ ଯାହାକି ଯୀଶୁଙ୍କ ଶରୀର ଅଟେ। 21 ପରମେଶ୍ୱରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ୟ ଜଣେ ମହାଯାଜକ ଅଛନ୍ତି। 22 ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍। 23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।

ପରସ୍ପରକୁ ସାହାଯ୍ୟ କର, ଦୃଢ଼ ହୁଅ

24 ଆମ୍ଭେ ପରସ୍ପର ବିଷୟରେ ଚିନ୍ତା କରିବା ଏବଂ ପରସ୍ପରକୁ ଭଲ ପାଇବା ଓ ଭଲ କାମ କରିବା ପାଇଁ ଉତ୍ସାହିତ କରିବା ଉଚିତ୍। 25 କିଛି ଲୋକ ଯେପରି ମଣ୍ଡଳୀ ଉପାସନା ପରିତ୍ୟାଗ କରନ୍ତି, ଆମ୍ଭେ ସେହିପରି ଏକାଠି ମିଳିତ ହେବା ବନ୍ଦ କରିବା ଉଚିତ୍ ନୁହେଁ। ତା’ ପରିବର୍ତ୍ତେ, ସେହି ଦିନଟି ନିକଟତର ହେଉଛି ଦେଖି ଆମ୍ଭେମାନେ ଏକାଠି ମିଳିତ ହୋଇ ପରସ୍ପରକୁ ଅଧିକ ଉତ୍ସାହିତ କରିବା ଉଚିତ୍।

ଖ୍ରୀଷ୍ଟଙ୍କଠାରୁ ମୁହଁ ବୁଲାଇ ନିଅ ନାହିଁ

26 ସତ୍ୟକୁ ଜାଣିଲା ପରେ ମଧ୍ୟ ଯଦି ଆମ୍ଭେ ପାପକାମ କରି ଗ୍ଭଲିବା ପାଇଁ ଇଚ୍ଛା କରିବା, ତା’ହେଲେ ସିଦ୍ଧାନ୍ତ ନେଉ, ପାପ ହରଣ କରିବା ପାଇଁ ଆଉ କୌଣସି ବଳିଦାନ ନାହିଁ। 27 ଆମ୍ଭେ ଯଦି ପାପ କରି ଗ୍ଭଲିଥିବା, ତା’ହେଲେ ଆମ୍ଭେ ନିଶ୍ଚିତ ଯେ, ଆମ୍ଭ ପାଇଁ ବିଗ୍ଭରର ଭୟଙ୍କର ଆଶଙ୍କା ରହିଛି, ଓ ପରମେଶ୍ୱରଙ୍କ ବିରୋଧୀ ଜୀବନଯାପନ କରୁଥିବା ଲୋକମାନଙ୍କୁ ଗ୍ରାସ କରିବାକୁ ଥିବା ଭୟଙ୍କର ଅଗ୍ନି ଆମ୍ଭ ପାଇଁ ରହିଛି। 28 ଯେଉଁ ଲୋକ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ମନା କଲା, ତାହାକୁ ଦୋଷୀ ପ୍ରମାଣିତ କରିବା ଲାଗି ଦୁଇ ବା ତିନି ଜଣ ସାକ୍ଷୀ ଆବଶ୍ୟକ ଥିଲେ। କ୍ଷମା ଦିଆ ନ ଯାଇ, ତାହାକୁ ବଧ କରାଯାଉଥିଲା। 29 ତା’ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା’ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା। 30 ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” [a] ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।” [b] 31 ଜୀବିତ ପରମେଶ୍ୱରଙ୍କ ହାତରେ ଜଣେ ପାପୀ ପଡ଼ିଯିବା, ଗୋଟିଏ ଭୟଙ୍କର କଥା।

ଗ୍ରହଣ କରିଥିବା ସାହସ ଓ ଆନନ୍ଦକୁ ଛାଡ଼ ନାହିଁ

32 ପ୍ରଥମଥର ସତ୍ୟ ଜାଣିବା ଦିନଗୁଡ଼ିକୁ ମନେ ପକାଅ। ଅନେକ ପ୍ରକାରର ଯାତନା ସହିତ ତୁମ୍ଭେମାନ ସଂଘର୍ଷ କରିଥିଲ, କିନ୍ତୁ ତୁମ୍ଭେମାନେ ଦୃଢ଼ ରହିଥିଲ। 33 ସେତେବେଳେ ଲୋକେ ତୁମ୍ଭମାନଙ୍କୁ ଘୃଣାପୂର୍ଣ୍ଣ କଥାମାନ କହିଥିଲେ, ଓ ଅନେକ ଲୋକଙ୍କ ଆଗରେ ତୁମ୍ଭମାନଙ୍କୁ ଅପଦସ୍ତ କରିଥିଲେ। ବେଳେବେଳେ ଏହିଭଳି ଖରାପ ବ୍ୟବହାର ମଧ୍ୟଦେଇ ଗତି କରୁଥିବା ଲୋକଙ୍କୁ ତୁମ୍ଭେମାନେ ସାହାଯ୍ୟ କଲ। 34 ଯେଉଁମାନେ ବନ୍ଦୀଘରେ ରଖା ଯାଇଥିଲେ, ସେମାନଙ୍କର ଅସୁବିଧାଗୁଡ଼ିକରେ ତୁମ୍ଭେମାନେ ଭାଗନେଲ, ଓ ସେମାନଙ୍କୁ ସାହାଯ୍ୟ କଲ। ତୁମ୍ଭମାନଙ୍କର ଧନ-ସମ୍ପତ୍ତି ସବୁ ତୁମ୍ଭମାନଙ୍କଠାରୁ ନେଇ ଯିବା ପରେ ମଧ୍ୟ ତୁମ୍ଭେମାନେ ଆନନ୍ଦରେ ଥିଲ। ତୁମ୍ଭେମାନେ ଆନନ୍ଦରେ ରହିଥିଲ, କାରଣ ଜାଣିଥିଲ ଯେ ତୁମ୍ଭମାନଙ୍କ ପାଖରେ ଯାହାକିଛି ଅଛି ତାହା ଅତ୍ୟଧିକ ଭଲ। ଏବଂ ତାହା ସବୁଦିନ ପାଇଁ ରହିବ।

35 ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭେମାନେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭେମାନେ ପ୍ରଚୁର ମାତ୍ରାରେ ପୁରସ୍କାର ପାଇବ। 36 ତୁମ୍ଭେମାନେ ଧୈର୍ଯ୍ୟବାନ ହେବା ଦରକାର। ପରମେଶ୍ୱର ଯାହା ଇଚ୍ଛା କରନ୍ତି, ସେହିସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭେମାନେ ପାଇବ। 37 ଆଜି ଅଳ୍ପ ସମୟରେ,

“ଯାହାଙ୍କ ଆସିବା କଥା ସେ ଆସିବେ,
    ତାହାଙ୍କର ଡେରି ହେବ ନାହିଁ।
38 ଯେଉଁ ଲୋକ ମୋ’ ସହିତ ଧାର୍ମିକ,
    ତା’ର ବିଶ୍ୱାସ ହେତୁ ସେ ଜୀବିତ ରହିବ।
କିନ୍ତୁ ଯଦି ସେ ଲୋକ ଭୟରେ ମୁହଁ ମୋଡ଼େ,
    ମୁଁ ତା’ ଉପରେ ପ୍ରସନ୍ନ ହେବି ନାହିଁ।” (A)

39 କିନ୍ତୁ ଆମ୍ଭେ ସେହି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ୱାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସେମାନଙ୍କ ଭଳି ଅଟୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center