New Testament in a Year
20 ବିଶ୍ୱାସ କାରଣରୁ ଇସ୍ହାକ, ଯାକୁବ ଓ ଏସୌଙ୍କୁ ସେମାନଙ୍କ ଭବିଷ୍ୟତ ବିଷୟରେ ଆଶୀର୍ବାଦ ଦେଲେ। 21 ବିଶ୍ୱାସ କାରଣରୁ ହିଁ, ମଲାବେଳେ ଯାକୁବ, ଯୋଷେଫଙ୍କ ପ୍ରତ୍ୟେକ ପୁତ୍ରକୁ ଆଶୀର୍ବାଦ କଲେ। ସେ ନିଜର ବାଡ଼ି ଉପରେ ନଇଁ ପଡ଼ି ପରମେଶ୍ୱରଙ୍କୁ ଉପାସନା କଲେ।
22 ବିଶ୍ୱାସ ଦ୍ୱାରା ହଁ, ନିଜର ଶେଷ ସମୟ ନିକଟ ହେବା ପୂର୍ବରୁ ଯୋଷେଫ ଇସ୍ରାଏଲ ନିବାସୀମାନଙ୍କର ମିଶର ଦେଶରୁ ନିର୍ଗମନ ବିଷୟରେ, ତାହାଙ୍କ ମୃତ୍ୟୁ ପରେ ତାହାଙ୍କୁ କିପରି କବର ଦେବେ, ସେ ବିଷୟରେ କହିଥିଲେ।
23 ବିଶ୍ୱାସ ଦ୍ୱାରା ମୁଁ, ମୋଶାଙ୍କର ମା ଓ ବାପା ମୋଶାଙ୍କୁ ଜନ୍ମ ଦେଲା ପରେ ତିନି ମାସ ଧରି ଲୁଗ୍ଭଇ ରଖିଲେ। କାରଣ ସେମାନେ ଦେଖିଲେ ଯେ ମୋଶା ସୁନ୍ଦର ଶିଶୁଟିଏ। ସେମାନେ ରାଜାଜ୍ଞାକୁ ଅବଜ୍ଞା କରିବାକୁ ଭୟ କରି ନ ଥିଲେ।
24 ମୋଶା ବଡ଼ ହୋଇ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହେବା ପାଇଁ ମନା କଲେ। 25 ସେ ପାପର କ୍ଷଣିକ ସୁଖଭୋଗ କରିବା ପାଇଁ ଗ୍ଭହିଁଲେ ନାହିଁ। ତା’ ପରିବର୍ତ୍ତେ ସେ ଈଶ୍ୱରଙ୍କ ଲୋକମାନଙ୍କ ଅସହ୍ୟ ହେଉଥିବା ଦୁର୍ବ୍ୟବହାର ସହିବା ପସନ୍ଦ କଲେ। ନିଜର ବିଶ୍ୱାସ ହେତୁ ସେ ଏପରି କଲେ। 26 ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମୋଶା ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ୱରଙ୍କ ଦ୍ୱାରା ଭବିଷ୍ୟତରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।
27 ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ। 28 ମୋଶା ନିସ୍ତାର ଭୋଜି [a] (ପର୍ବ) କରି ଦ୍ୱାର ମାନଙ୍କରେ ରକ୍ତ ସିଞ୍ଚନ କଲେ। ଯିହୂଦୀମାନଙ୍କର ପ୍ରଥମଜାତ ସନ୍ତାନମାନଙ୍କୁ ମୃତ୍ୟୁର ଦୂତ ଯେପରି ମାରି ପାରିବେ ନାହିଁ, ସେଥିପାଇଁ ମୋଶା ଏପରି କଲେ। ମୋଶାଙ୍କର ବିଶ୍ୱାସ ଥିବାରୁ ସେ ଏପରି କଲେ।
29 ବିଶ୍ୱାସଥିବା ହେତୁ ହିଁ ମୋଶାଙ୍କ ନେତୃତ୍ୱରେ ସମସ୍ତେ ସୁଫସାଗର ମଧ୍ୟଦେଇ ଶୁଖିଲା ଭୂଇଁ ଥିଲା ଭଳି ଗ୍ଭଲିଗ୍ଭଲି ପାର ହୋଇଗଲେ। ଯେତେବେଳେ ମିଶରଦେଶର ଲୋକେ ସୁଫସାଗର ଦେଇ ଯିବା ପାଇଁ ଚେଷ୍ଟା କଲେ ସେମାନେ ବୁଡ଼ି ଗଲେ।
30 ଈଶ୍ୱରଙ୍କ ଲୋକମାନଙ୍କ ବିଶ୍ୱାସ ହେତୁ ଯିରୀହୋ ନଗରର ପାଚେରୀଗୁଡ଼ିକ ସେମାନେ ସାତ ଦିନ ପରିକ୍ରମା କଲାପରେ, ଭାଙ୍ଗି ପଡ଼ିଗଲା।
31 ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।
32 ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶାମ୍ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ, 33 ସେ ସମସ୍ତଙ୍କର ବହୁତ ଅଧିକ ବିଶ୍ୱାସ ଥିଲା। ସେହି ବିଶ୍ୱାସ ବଳରେ ସେମାନେ ସାମ୍ରାଜ୍ୟଗୁଡ଼ିକୁ ପରାସ୍ତ କରିଥିଲେ। ସେମାନ ସମସ୍ତେ ଧାର୍ମିକ କାର୍ଯ୍ୟ କଲେ, ପରମେଶ୍ୱରଙ୍କ ପ୍ରତିଜ୍ଞାର ବିଷୟ ଗୁଡ଼ିକ ପାଇଲେ। ସେମାନେ ନିଜ ବିଶ୍ୱାସ ଦ୍ୱାରା ସିଂହମାନଙ୍କର ମୁହଁ ବନ୍ଦ କଲେ। 34 ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ଼୍ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ। 35 ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ। 36 କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ। 37 ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖଡ଼୍ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ। 38 ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପଯୁକ୍ତ ନ ଥିଲା। ସେମାନେ ମରୁଭୂମିରେ ଓ ପାହାଡ଼ରେ ବୁଲିଲେ ଓ ଗୁମ୍ପା ଏବଂ ଭୂମିରେ ଥିବା ଗାତମାନଙ୍କରେ ନିଜକୁ ଲୁଗ୍ଭଇ ରଖିଲେ।
39 ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ। 40 ପରମେଶ୍ୱର ଆମ୍ଭକୁ କିଛି ଅପେକ୍ଷାକୃତ ଭଲ ଦେବା ପାଇଁ ଯୋଜନା କରିଥିଲେ। ପରମେଶ୍ୱରଙ୍କ ଯୋଜନା ଥିଲା ଯେ, ସେମାନେ କେବଳ ଆମ୍ଭ ସହିତ ପରିପୂର୍ଣ୍ଣ ହେବେ।
2010 by World Bible Translation Center