Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7

ଇସ୍ରାଏଲର 144,000 ଲୋକ

ଏହିସବୁ ଘଟିବା ପରେ ମୁଁ ପୃଥିବୀର ଗ୍ଭରି କୋଣରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଠିଆ ହେବାର ଦେଖିଲି। ସେହି ଦୂତମାନେ ପୃଥିବୀର ଗ୍ଭରି ବାୟୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛରେ ପବନ ନ ବହେ। ତା’ପରେ ମୁଁ ଅନ୍ୟ ଜଣେ ସ୍ୱର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖରେ ଜୀବିତ ପରମେଶ୍ୱରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ୱରରେ ଗ୍ଭରି ଜଣ ସ୍ୱର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ୱର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦେଇଥିଲେ। ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।”

ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ।

ଯିହୂଦା ପରିବାରବର୍ଗରୁ 12,000

ରୁବେନ ପରିବାରବର୍ଗରୁ 12,000

ଗାଦ୍ ପରିବାରବର୍ଗରୁ 12,000

ଆଶେର ପରିବାରବର୍ଗରୁ 12,000

ନପ୍ତାଲି ପରିବାରବର୍ଗରୁ 12,000

ମନଃଶି ପରିବାରବର୍ଗରୁ 12,000

ଶିମିୟୋନ ପରିବାରବର୍ଗରୁ 12,000

ଲେବୀ ପରିବାରବର୍ଗରୁ 12,000

ଇସାଖର ପରିବାରବର୍ଗରୁ 12,000

ସବୁଲୂନ୍ ପରିବାରବର୍ଗରୁ 12,000

ଯୋଷେଫ ପରିବାରବର୍ଗରୁ 12,000

ବିନ୍ୟାମିନ ପରିବାରବର୍ଗରୁ 12,000

ବିଶାଳ ଜନତା

ତା’ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠାରେ ଏତେଲୋକ ଥିଲେ ଯେ, କେହି ସେମାନଙ୍କୁ ଗଣି ପାରିବ ନାହିଁ। ସେମାନେ ପ୍ରତ୍ୟେକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସେହି ଲୋକମାନେ ସିଂହାସନ ଓ ମେଷଶାବକଙ୍କ ସାମନାରେ ଠିଆ ହୋଇଥିଲେ। ସେମାନେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସେମାନଙ୍କର ହାତରେ ଖଜୁରି ବାହୁଙ୍ଗା ଥିଲା। 10 ସେମାନେ ଉଚ୍ଚ ସ୍ୱରରେ ପାଟିକରି କହୁଥିଲେ, “ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ୱର ଓ ମେଷଶାବକଙ୍କର।”

11 ପ୍ରାଚୀନମାନେ ଓ ଗ୍ଭରି ଜଣ ପ୍ରାଣୀ ସେଠାରେ ଥିଲେ। ସବୁ ଦୂତମାନେ ସେମାନଙ୍କର ଓ ସିଂହାସନର ଗ୍ଭରିପାଖରେ ଘେରି ଠିଆ ହୋଇଥିଲେ। ସେମାନେ ସିଂହାସନ ସମ୍ମୁଖରେ ପ୍ରଣାମ କରି ପରମେଶ୍ୱରଙ୍କ ଉପାସନା କଲେ। 12 ସେମାନେ କହିଲେ, “ଆମେନ୍! ପ୍ରଶଂସା, ମହିମା, ଧନ୍ୟବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ୱରଙ୍କର ଅଟେ। ଆମେନ୍!”

13 ତା’ପରେ ଜଣେ ପ୍ରାଚୀନ ମୋତେ କହିଲେ, “ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ? ସେମାନେ କେଉଁଠାରୁ ଆସିଅଛନ୍ତି?”

14 ମୁଁ ଉତ୍ତର ଦେଲି, “ମୋ’ ପ୍ରଭୁ! ଆପଣ ତାହା ଜାଣନ୍ତି, ସେମାନେ କିଏ।

ପ୍ରାଚୀନ ଜଣକ କହିଲେ, “ଏହି ଲୋକମାନେ ଭୟଙ୍କର ତାଡ଼ନା ଭିତରୁ ଆସିଛନ୍ତି। ସେମାନେ ମେଷଶାବକଙ୍କ ରକ୍ତରେ ଆପଣା ଆପଣାର ପୋଷାକ ପରିଷ୍କାର ଓ ଧଳା କରିଅଛନ୍ତି। 15 ତେଣୁ ଏହି ଲୋକମାନେ ପରମେଶ୍ୱରଙ୍କର ସିଂହାସନ ସମ୍ମୁଖରେ ଅଛନ୍ତି। ସେମାନେ ଦିନରାତି ପରମେଶ୍ୱରଙ୍କର ମନ୍ଦିରରେ ତାହାଙ୍କର ଉପାସନା କରନ୍ତି। ସିଂହାସନରେ ବସିଥିବା ଜଣେ ବ୍ୟକ୍ତି ସେମାନଙ୍କୁ ସୁରକ୍ଷା ପ୍ରଦାନ କରିବେ। 16 ସେହି ଲୋକମାନେ ଆଉ କେବେ କ୍ଷୁଧିତ ହେବେ ନାହିଁ। ସେମାନେ କଦାପି ତୃଷାର୍ତ୍ତ ହେବେ ନାହିଁ। ସୂର୍ଯ୍ୟ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସେମାନଙ୍କୁ ଜାଳି ପାରିବ ନାହିଁ । 17 ସିଂହାସନର ମଧ୍ୟରେ ଥିବା ମେଷଶାବକ ସେମାନଙ୍କର ମେଷପାଳକ ହେବେ। ସେ ସେମାନଙ୍କୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼େଇ ନେଇଯିବେ। ପରମେଶ୍ୱର ସେମାନଙ୍କର ଆଖିରୁ ସବୁ ଲୁହ ପୋଛି ଦେବେ।’’

Odia Holy Bible: Easy-to-Read Version (ERV-OR)

2010 by World Bible Translation Center