Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 20:17-34

ଯୀଶୁ ତାଙ୍କ ନିଜ ମୃତ୍ୟୁ ବିଷୟରେ କହିଲେ(A)

17 ଯୀଶୁ ଯିରୁଶାଲମକୁ ଯାଉଥିଲେ। ତାହାଙ୍କର ବାରଜଣ ଶିଷ୍ୟ ତାହାଙ୍କ ସହିତ ଥିଲେ। ସେମାନେ ଗ୍ଭଲିକରି ଯାଉଥିବା ସମୟରେ ଯୀଶୁ ସେହି ବାରଜଣ ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡାକିନେଇ କହିଲେ, 18 “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ସେଠାରେ ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ। ସେମାନେ ତାହାଙ୍କୁ ମୃତ୍ୟୁଦଣ୍ଡ ଦେବାକୁ କହିବେ। 19 ସେମାନେ ଯୀଶୁଙ୍କୁ ଅଣଯିହୂଦୀ ଲୋକଙ୍କ ହାତରେ ଦେଇଦେବେ, ସେହି ଲୋକମାନେ ଯୀଶୁଙ୍କୁ ଉପହାସ କରିବେ, କୋରଡ଼ାରେ ପିଟିବେ ଏବଂ ଗୋଟିଏ କ୍ରୁଶରେ ଚଢ଼ାଇ ତାହାଙ୍କୁ ମାରିଦେବେ। କିନ୍ତୁ ମୃତ୍ୟୁର ତୃତୀୟ ଦିନ ସେ ପୁଣି ବଞ୍ଚି ଉଠିବେ।”

ଏକ ମାତାଙ୍କର ବିଶେଷ ଅନୁରୋଧ(B)

20 ତା’ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।

21 ଯୀଶୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ଭହୁଁଛ?”

ସେ କହିଲେ, “ଆପଣ ପ୍ରତିଜ୍ଞା କରି କୁହନ୍ତୁ ଯେ, ଆପଣଙ୍କ ରାଜ୍ୟରେ ମୋର ଏହି ଦୁଇ ପୁଅଙ୍କ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଅନ୍ୟ ଜଣକ ବାମପଟେ ବସିବ।”

22 ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କ’ଣ ମାଗୁଛ, ସେ କଥା ତୁମ୍ଭେ ଜାଣି ପାରୁ ନାହଁ। ଯେଉଁଭଳି ଯାତନା ମୁଁ ଭୋଗ କରିବାକୁ ଯାଉଛି, ତାହା କ’ଣ ତୁମ୍ଭେ ଭୋଗ କରି ପାରିବ?”

ସେମାନେ ଉତ୍ତର ଦେଲେ, “ହଁ, ଆମ୍ଭେ ପାରିବୁ।”

23 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁଭଳି ଯାତନା ଭୋଗ କରିବି, ତୁମ୍ଭେମାନେ ମଧ୍ୟ ପ୍ରକୃତରେ ସେହିଭଳି ଯାତନା ଭୋଗ କରିବ। କିନ୍ତୁ ମୋର ଡାହାଣ ପଟେ କିଏ ବସିବ ବା ବାମ ପଟେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। କାରଣ, କିଏ କେଉଁଠାରେ ବସିବେ, ତାହା ମୋର ପରମପିତା ଆଗରୁ ସ୍ଥିର କରି ସାରିଛନ୍ତି। ସେ ସେମାନଙ୍କ ପାଇଁ ଯେଉଁ ସ୍ଥାନ ପ୍ରସ୍ତୁତ କରିଛନ୍ତି, ସେମାନେ ସେହି ସ୍ଥାନରେ ବସିବେ।”

24 ଅନ୍ୟ ଦଶ ଜଣ ଶିଷ୍ୟ ଏ କଥା ଶୁଣି ସେହି ଦୁଇଭାଇଙ୍କ ଉପରେ ରାଗିଗଲେ। 25 ଯୀଶୁ ସବୁ ଶିଷ୍ୟଙ୍କୁ ଏକାଠି ଡାକି କହିଲେ, “ତୁମ୍ଭେ ଜାଣ ଯେ, ଅଣଯିହୂଦୀ ଶାସକମାନେ ସେମାନଙ୍କ କ୍ଷମତା ଅନ୍ୟ ଲୋକଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। ଆଉ ଏହା ମଧ୍ୟ ଜାଣ ଯେ, ସେମାନଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ସମାନଙ୍କର କର୍ତ୍ତୃତ୍ୱ ସେମାନଙ୍କ ଉପରେ ବ୍ୟବହାର କରିବାକୁ ଭଲ ପାଆନ୍ତି। 26 କିନ୍ତୁ ତୁମ୍ଭମାନଙ୍କ କ୍ଷେତ୍ରରେ ସେହିଭଳି ହେବ ନାହିଁ। ତୁମ୍ଭ ଭିତରୁ ଯଦି କେହି ବଡ଼ ହେବାକୁ ଇଚ୍ଛା କରୁଛି, ତେବେ ସେ ଜଣେ ସେବକ ଭଳି ତୁମ୍ଭମାନଙ୍କର ସେବା କରିବ। 27 ଯଦି ତୁମ୍ଭ ଭିତରୁ କେହି ପ୍ରଥମ ସ୍ଥାନ ପାଇବାକୁ ଇଚ୍ଛା କରୁଛି, ତେବେ ତାକୁ ଜଣେ କ୍ରୀତଦାସ ଭଳି ତୁମ୍ଭମାନଙ୍କର ସେବା କରିବାକୁ ହେବ। 28 ମନୁଷ୍ୟପୁତ୍ରଙ୍କ କ୍ଷେତ୍ରରେ ତାହା ଏକା ଭଳି। ମନୁଷ୍ୟପୁତ୍ର ଅନ୍ୟମାନଙ୍କଠାରୁ ସେବା ପାଇବେ ବୋଲି ଆସିନାହାନ୍ତି। ସେ ଅନ୍ୟମାନଙ୍କର ସେବା କରିବା ପାଇଁ ଆସିଅଛନ୍ତି। ମନୁଷ୍ୟପୁତ୍ର ଅନେକ ଲୋକଙ୍କ ମୁକ୍ତିର ମୂଲ୍ୟଭାବେ ନିଜ ଜୀବନଦାନ କରିବା ପାଇଁ ଆସିଛନ୍ତି।”

ଯୀଶୁ ଦୁଇଜଣ ଅନ୍ଧଙ୍କୁ ସୁସ୍ଥ କଲେ(C)

29 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୀଖୋରୁ ଗଲାବେଳେ ବହୁ ସଂଖ୍ୟାରେ ଲୋକମାନେ ଯୀଶୁଙ୍କୁ ଅନୁସରଣ କରିବାକୁ ଲାଗିଲେ। 30 ରାସ୍ତା ପାଖରେ ଦୁଇଜଣ ଅନ୍ଧ ବସିଥିଲେ। ସେମାନେ ଶୁଣିଲେ ଯେ ଯୀଶୁ ସେ ବାଟ ଦେଇ ଯାଉଛନ୍ତି। ସେମାନେ ପାଟି କଲେ, “ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।”

31 ଲୋକେ ସେମାନଙ୍କୁ ଧମକ ଦେଇ ‌‌‌‌‌‌‌‌‌‌ଚୁପ୍‌‌‌‌‌‌‌‌‌ ରହିବାକୁ କହିଲେ। କିନ୍ତୁ ଅନ୍ଧ ଦୁଇଜଣ ଅଧିକରୁ ଅଧିକ ପାଟି କରି କହିଲେ, “ହେ ପ୍ରଭୁ, ହେ ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟାକର।”

32 ଯୀଶୁ ରହିଗଲେ, ଦୁଇଜଣଙ୍କୁ ଡାକିଲେ ଓ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”

33 ସେମାନେ ତାହାଙ୍କୁ କହିଲେ, “ହେ ପ୍ରଭୁ, ଆମ୍ଭେ ଯେପରି ଦେଖି ପାରିବୁ, ତାହା ଗ୍ଭହୁଁଛୁ।”

34 ଯୀଶୁଙ୍କ ମନରେ ସେମାନଙ୍କ ପାଇଁ ଦୟା ଆସିଲା। ସେ ସେମାନଙ୍କର ଆଖି ଛୁଇଁଦେଲେ, ଓ ସେମାନେ ତୁରନ୍ତ ଦେଖି ପାରିଲେ। ତା’ପରେ ସେମାନେ ଯୀଶୁଙ୍କୁ ଅନୁସରଣ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center