Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାଥିଉ ଲିଖିତ ସୁସମାଗ୍ଭର 26:26-50

ପ୍ରଭୁଭୋଜ(A)

26 ସେମାନେ ଖାଉଥିବା ବେଳେ, ଯୀଶୁ ରୋଟୀ ନେଲେ। ସେହି ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ରୋଟୀ ଛିଣ୍ଡେଇଲେ, ତାହାକୁ ଶିଷ୍ୟମାନଙ୍କୁ ଦେଲେ। ଯୀଶୁ କହିଲେ, “ଏହି ରୋଟୀ ନିଅ ଓ ଖାଅ। ଏ ରୋଟୀ ମୋର ଶରୀର।”

27 ତା’ପରେ ସେ ଗୋଟିଏ ଗିନାରେ ଦ୍ରାକ୍ଷାରସ ନେଲେ, ଓ ଏଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେ ସମସ୍ତେ ଏଥିରୁ ପିଅ। 28 ଏ ଦ୍ରାକ୍ଷାରସ ମୋର ରକ୍ତ। ମୋର ରକ୍ତରେ ପରମେଶ୍ୱରଙ୍କଠାରୁ ସେ ତାହାଙ୍କ ଲୋକମାନଙ୍କ ପାଇଁ କରିଥିବା ନୂଆ ଚୁକ୍ତି ଆରମ୍ଭ ହୁଏ। ଅନେକ ଲୋକଙ୍କର ପାପକୁ କ୍ଷମା କରିଦିଆଯିବା ପାଇଁ ଏ ରକ୍ତ ଦିଆ ଯାଉଛି। 29 ମୁଁ ତୁମ୍ଭମାନଙ୍କୁ ଏ କଥା କହି ରଖୁଛି: ମୋର ପରମପିତାଙ୍କ ରାଜ୍ୟରେ ଆମ୍ଭେ ସମସ୍ତେ ଏକାଠି ନ ହେବା ପର୍ଯ୍ୟନ୍ତ ଓ ନୂଆ ଦ୍ରାକ୍ଷାରସର ଅଂଶୀ ହେବା ପର୍ଯ୍ୟନ୍ତ ମୁଁ ଦ୍ରାକ୍ଷାରସ ପୁଣି ପାନ କରିବି ନାହିଁ। ତା’ପରେ ମୁଁ ତୁମ୍ଭମାନଙ୍କ ସହିତ ଏହାକୁ ପାନ କରିବି।”

30 ଏହା ପରେ ସେମାନେ ନିସ୍ତାରପର୍ବର ପ୍ରାର୍ଥନା ଗୀତ ବୋଲିଲେ ଓ ଜୀତପର୍ବତକୁ ଗ୍ଭଲିଗଲେ।

ଶିଷ୍ୟମାନେ ତାହାଙ୍କୁ ଛାଡ଼ି ଦେବେ ବୋଲି ଯୀଶୁ କହିଲେ(B)

31 ଯୀଶୁ ସେମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ମୋ’ ଉପରୁ ବିଶ୍ୱାସ ହରେଇ ବସିବ। ଶାସ୍ତ୍ରମାନଙ୍କରେ ଏ କଥା ଲେଖାଅଛି:

‘ମୁଁ ମେଷପାଳକଙ୍କୁ ମାରି ଦେବି
    ଏବଂ ମେଣ୍ଢାମାନେ ଏଣେତେଣେ ପଳେଇବେ।’ (C)

32 କିନ୍ତୁ ମୁଁ ପୁଣି ଥରେ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେବି। ତା’ପରେ ମୁଁ ଗାଲିଲୀକୁ ଗ୍ଭଲିଯିବି। ତୁମ୍ଭେମାନେ ସେଠାକୁ ଯିବା ପୂର୍ବରୁ ମୁଁ ସେଠାକୁ ଯାଇଥିବି।”

33 ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ଆପଣଙ୍କ ଉପରୁ ବିଶ୍ୱାସ ହରେଇ ପାରନ୍ତି, କିନ୍ତୁ ମୁଁ କେବେ ହେଲେ ମୋର ବିଶ୍ୱାସ ହରାଇବି ନାହିଁ।”

34 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ଆଜି ରାତିରେ ତୁମ୍ଭେ କହିବ ଯେ ମୋତେ ଚିହ୍ନି ନାହଁ। କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ତିନିଥର ଏହିକଥା କହିବ।”

35 ପିତର ଏ କଥା ଶୁଣି କହିଲେ, “ମୁଁ ବରଂ ଆପଣଙ୍କ ସହିତ ମୃତ୍ୟୁ ବରଣ କରିବି, କିନ୍ତୁ କେବେ ହେଲେ ଆପଣଙ୍କୁ ଚିହ୍ନି ନାହିଁ ବୋଲି କହିବି ନାହିଁ।” ପୁଣି ଅନ୍ୟ ସମସ୍ତ ଶିଷ୍ୟମାନେ ସେହି ଏକା କଥା କହିଲେ।

ଯୀଶୁଙ୍କ ଏକାନ୍ତ ପ୍ରାର୍ଥନା(D)

36 ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହିତ ଗେ‌ଥ୍‌ଶିମାନୀ ନାମକ ସ୍ଥାନକୁ ଗଲେ। ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ସେଠାରେ ଯାଇ ମୁଁ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ବସ।” 37 ଯୀଶୁ ପିତର ଓ ଜେବଦୀଙ୍କ ଦୁଇ ପୁଅଙ୍କୁ ସାଙ୍ଗରେ ନେଲେ। ତା’ପରେ ଯୀଶୁ ଦୁଃଖ ଓ ବ୍ୟାକୁଳତା ଅନୁଭବ କଲେ। 38 ଯୀଶୁ ସେମାନଙ୍କୁ କହିଲେ, “ମୋର ହୃଦୟ ଏତେ ଦୁଃଖରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ଯିବା ଉପରେ। ତୁମ୍ଭେମାନେ ମୋ’ ସହିତ ଏଠାରେ ଚେଇଁ କରି ରୁହ ଓ ଅପେକ୍ଷା କର।”

39 ସେମାନଙ୍କ ପାଖରୁ କିଛି ଦୂରକୁ ଗ୍ଭଲିକରି ଯିବାପରେ ଯୀଶୁ ତଳେ ଉବୁଡ଼ ହୋଇ ପଡ଼ିଲେ ଓ ପ୍ରାର୍ଥନା କଲେ, “ହେ ପରମପିତା! ଯଦି ସମ୍ଭବ ହୁଏ, ତେବେ ଯନ୍ତ୍ରଣାର ଏହି ପାତ୍ରଟି ମୋ’ଠାରୁ ଦୂର ହୋଇଯାଉ। କିନ୍ତୁ ମୋ’ ଇଚ୍ଛା ଅନୁସାରେ ନ ହୋଇ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।” 40 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ। ସେ ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଘଣ୍ଟାଏ ପାଇଁ ମଧ୍ୟ ଜାଗି ରହି ପାରିଲ ନାହିଁ? 41 ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”

42 ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, “ହେ ପରମପିତା, ଯଦି ଯନ୍ତ୍ରଣାର ଏ ପାତ୍ର ମୋ’ଠାରୁ ଦୂର ହୋଇ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତେବେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।”

43 ତା’ପରେ ସେ ଫେରି ଆସି ପୁଣି ଶିଷ୍ୟମାନଙ୍କୁ ଶୋଇଥିବାର ଦେଖିଲେ। ସେମାନଙ୍କ ଆଖି ବହୁତ ଭାରି ହୋଇଯାଇଥିଲା। ସେମାନେ ସେମାନଙ୍କର ଆଖି ଖୋଲି ପାରୁ ନ ଥିଲେ। 44 ଯୀଶୁ ଶିଷ୍ୟମାନଙ୍କୁ ଛାଡ଼ି ପୁଣି ଫେରି ଯାଇ ତୃତୀୟ ଥର ପ୍ରାର୍ଥନା କଲେ। ଏଥର ମଧ୍ୟ ସେ ପୂର୍ବଭଳି ସେହି ଏକା କଥା କହିଲେ।

45 ତା’ପରେ ସେ ଶିଷ୍ୟମାନଙ୍କ ପାଖକୁ ଫେରିଗଲେ ଓ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ସୁଦ୍ଧା ଶୋଇଛ ଓ ବିଶ୍ରାମ ନେଉଛ? ଶୁଣ, ସମୟ ଆସି ଗଲାଣି, ଏବେ ପାପୀମାନଙ୍କ ହାତରେ ମନୁଷ୍ୟପୁତ୍ରଙ୍କୁ ସମର୍ପି ଦିଆଯିବ। 46 ଉଠ, ଆମ୍ଭେ ଯିବା। ଦେଖ, ମୋତେ ଶତ୍ରୁମାନଙ୍କ ହାତରେ ଯେଉଁ ଲୋକଟି ଦେଇଦେବ, ସେ ଏଠାକୁ ଆସୁଛି।”

ଯୀଶୁ ବନ୍ଦୀ ହେଲେ(E)

47 ଯୀଶୁ ଏହି କଥା କହୁଥିବା ସମୟରେ ଯିହୂଦା ସେଠାକୁ ଆସିଲା। ସେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଥିଲା। ଯିହୂଦାଙ୍କ ସହିତ ମଧ୍ୟ ଅନେକ ଲୋକ ଥିଲେ। ଯିହୂଦା ଓ ସେହି ଲୋକମାନେ ଖଣ୍ଡା ଓ ଠେଙ୍ଗା ଧରିଥିଲେ। ସେମାନଙ୍କୁ ପ୍ରଧାନଯାଜକ ଓ ପ୍ରାଚୀନମାନେ ପଠାଇଥିଲେ। 48 ଯିହୂଦା ଲୋକମାନଙ୍କୁ ଯୀଶୁ କିଏ ବୋଲି ଚିହ୍ନେଇ ଦେବା ପାଇଁ ଗୋଟିଏ ସଙ୍କେତ ବତେଇ ଦେଲେ। ସେ କହିଲେ, “ମୁଁ ଯାହାକୁ ଚୁମ୍ବନ କରିବି, ସେ ସେହି ଲୋକ। ତାକୁ ବନ୍ଦୀ କରିବ।” 49 ତା’ପରେ ଯିହୂଦା ଯୀଶୁଙ୍କ ପାଖରେ ପହଞ୍ଚି ତାହାଙ୍କୁ କହିଲେ, “ହେ ଗୁରୁ, ନମସ୍କାର” ତା’ପରେ ସେ ଯୀଶୁଙ୍କୁ ଚୁମ୍ବନ ଦେଲେ।

50 ଯୀଶୁ କହିଲେ, “ବନ୍ଧୁ ତୁମ୍ଭେ ଯେଉଁ କାମରେ ଆସିଛ, ତାହା କର!”

ତା’ପରେ ଯିହୂଦାଙ୍କ ସହିତ ଆସିଥିବା ଲୋକମାନେ ସେଠାରେ ପହଞ୍ଚି ଯାଇ ଯୀଶୁଙ୍କୁ ବନ୍ଦୀ କରି ନେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center