Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାର୍କ ଲିଖିତ ସୁସମାଗ୍ଭର 9:1-29

ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ ଯେଉଁମାନେ ଠିଆ ହୋଇଛ, ତୁମ୍ଭମାନଙ୍କ ମଧ୍ୟରୁ କେତେ ଜଣ ନିଜ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଏଠାକୁ ଆସିବାର ଦେଖିବ। ପରମେଶ୍ୱରଙ୍କ ରାଜ୍ୟ ତା’ର କ୍ଷମତା ନେଇ ଆସିବ।”

ଯୀଶୁଙ୍କ ସହିତ ମୋଶା ଓ ଏଲିୟ(A)

ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା। ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। ଏଲିୟ ଓ ମୋଶା [a] ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।

ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।

ତା’ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”

ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।

ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁ‌ତ୍‌ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା’ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ।

10 ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବାର ଅର୍ଥ କ’ଣ? 11 ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?”

12 ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ। 13 ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।”

ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କଲେ(B)

14 ତା’ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ୟମାନଙ୍କ ପାଖକୁ ଗଲେ। ସେମାନେ ଦେଖିଲେ ଯେ, ଅନେକ ଲୋକ ସେମାନଙ୍କୁ ଘେରି ରହିଛନ୍ତି। ସେମାନଙ୍କ ସହିତ ଧର୍ମଶାସ୍ତ୍ରୀମାନେ ଯୁକ୍ତିତର୍କ କରୁଛନ୍ତି। 15 ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ।

16 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତିତର୍କ କରୁଥିଲ?”

17 ଭିଡ଼ ଭିତରୁ ଜଣେ ଲୋକ ଉତ୍ତର ଦେଲୋ, “ହେ ଗୁରୁ, ମୁଁ ମୋ’ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦେହରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉ ନାହିଁ। 18 ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।”

19 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।”

20 ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା।

21 ଯୀଶୁ ପିଲାର ବାପାକୁ ପଗ୍ଭରିଲେ, “କେତେ ଦିନ ହେଲା ପିଲାର ଏମିତି ହେଉଛି?”

ତା’ର ବାପା କହିଲେ, “ପିଲାଟିଦିନରୁ ଏମିତି ହେଉଛି।” 22 ଦୁଷ୍ଟାତ୍ମା ତାକୁ ମାରିବାକୁ ଅନେକ ଥର ପାଣିକୁ ଓ ଅନେକ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା’ ପାଇଁ କିଛି କରି ପାରନ୍ତି, ତେବେ ଆମ୍ଭ ପ୍ରତି ଦୟା ହେବ ଓ ଆମ୍ଭକୁ ସାହାଯ୍ୟ ହେବ।”

23 ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।”

24 ପିଲାଟିର ବାପା ଉଚ୍ଚସ୍ୱର କରି କହିଲା, “ମୁଁ ବିଶ୍ୱାସ କରୁଛି। ମୋତେ ଅଧିକ ବିଶ୍ୱାସ କରିବା ପାଇଁ ସାହାଯ୍ୟ କରନ୍ତୁ।”

25 ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।”

26 ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।” 27 କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସେହି ପିଲା ଠିଆ ହେଲା।

28 ତା’ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?”

29 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଏହି ପ୍ରକାରର ଦୁଷ୍ଟାତ୍ମାକୁ କେବଳ ପ୍ରାର୍ଥନା ମାଧ୍ୟମରେ ବାହାର କରାଯାଇପାରିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center