New Testament in a Year
ଯୀଶୁ ତାଙ୍କ ମୃତ୍ୟୁ ବିଷୟରେ ପୁଣି ଥରେ କହନ୍ତି(A)
32 ଯୀଶୁ ଓ ତାହାଙ୍କ ସହିତ ଲୋକମାନେ ଯିରୁଶାଲମକୁ ଯାଉଥିଲେ। ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ ଯାଉଥିଲେ। କିନ୍ତୁ ତାହାଙ୍କୁ ଅନୁସରଣ କରି ଆସୁଥିବା ଲୋକେ ସବୁ ଡରି ଯାଇଥିଲେ। ଯୀଶୁ ତାହାଙ୍କର ବାରଜଣ ପ୍ରେରିତଙ୍କୁ ଅଲଗା ଡାକି ଯିରୁଶାଲମରେ ଯାହାସବୁ ଘଟିବ, ସେ ବିଷୟରେ କହିବାକୁ ଲାଗିଲେ। 33 ଯୀଶୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ମନୁଷ୍ୟପୁତ୍ରଙ୍କୁ ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ହାତରେ ଦେଇ ଦିଆଯିବ ଏବଂ ସେମାନେ ତାହାଙ୍କୁ ମୃତ୍ୟୁ ଦଣ୍ଡ ଦେବା ପାଇଁ ଅଣଯିହୂଦୀମାନଙ୍କୁ ସମର୍ପି ଦେବେ। 34 ସେମାନେ ତାହାଙ୍କୁ ଉପହାସ କରିବେ ଓ ତାହାଙ୍କ ଉପରେ ଛେପ ପକାଇବେ। ତାହାଙ୍କୁ କୋରଡ଼ାରେ ପିଟିବେ ଓ ଶେଷରେ ମାରି ପକାଇବେ। କିନ୍ତୁ ମୃତ୍ୟୁଠାରୁ ତୃତୀୟ ଦିନରେ ସେ ପୁନରୁତ୍ଥାନ ହେବେ।”
ଯାକୁବ ଓ ଯୋହନଙ୍କର ଅନୁଗ୍ରହର ଅନୁରୋଧ(B)
35 ଜେବଦୀଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, “ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଗ୍ଭହୁଁଛୁ।”
36 ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ମୋ’ ଦ୍ୱାରା ତୁମ୍ଭ ପାଇଁ କ’ଣ ପାଇବାକୁ ଗ୍ଭହୁଁଛ?”
37 ସେମାନେ କହିଲେ, “ଆପଣଙ୍କ ରାଜ୍ୟରେ ଆପଣ ମହିମା ପ୍ରାପ୍ତ ହେବା ବେଳେ ଆମ୍ଭ ଭିତରୁ ଜଣେ ତୁମ୍ଭର ଡାହାଣ ପଟେ ଓ ଆଉ ଜଣେ ବାମ ପଟେ ବସିବା ପାଇଁ ଆମ୍ଭକୁ ଅଧିକାର ପ୍ରଦାନ କରନ୍ତୁ।”
38 ଯୀଶୁ କହିଲେ, “ତୁମ୍ଭେ କ’ଣ ମାଗୁଛ, ତାହା ତୁମ୍ଭେ ଜାଣି ପାରୁ ନାହଁ। ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ମଧ୍ୟ କ’ଣ ସେହିଭଳି ଯାତନା ଭୋଗ କରି ପାରିବ? ମୁଁ ଯେଉଁଭଳି ବାପ୍ତିଜିତ ହେବି, ତୁମ୍ଭେ କ’ଣ ସେହିଭଳି ବାପ୍ତିଜିତ ହୋଇ ପାରିବ?”
39 ସେମାନେ ତାହାଙ୍କୁ କହିଲେ, “ହଁ ଆମ୍ଭେ ପାରିବୁ।”
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ଯାତନା ଭୋଗ କରିବି, ତୁମ୍ଭେ ତାହା ଭୋଗ କରିବ। ମୁଁ ଯାହା ଦ୍ୱାରା ବାପ୍ତିଜିତ ହେବି, ତୁମ୍ଭେମାନେ ମଧ୍ୟ ତା ଦ୍ୱାରା ବାପ୍ତିଜିତ ହେବ। 40 କିନ୍ତୁ ମୋର ଡାହାଣ ବା ବାମ ପଟରେ କିଏ ବସିବ, ତାହା ବାଛିବାର ଅଧିକାର ମୋର ନାହିଁ। ଯେଉଁମାନଙ୍କ ପାଇଁ ଏହା ପ୍ରସ୍ତୁତ କରାଯାଇଛି, କେବଳ ସେହିମାନେ ସେଥିରେ ବସି ପାରିବେ।”
41 ଅନ୍ୟ ଦଶ ଜଣ ପ୍ରେରିତ ଏହା ଶୁଣିଲେ। ସେମାନେ ଯାକୁବ ଓ ଯୋହନଙ୍କ ଉପରେ ରାଗିଗଲେ। 42 ଯୀଶୁ ସମସ୍ତ ପ୍ରେରିତମାନଙ୍କୁ ଏକାଠି ଡାକିଲେ। ସେ ସେମାନଙ୍କୁ କହିଲେ, “ଅଣଯିହୂଦୀମାନଙ୍କ ଭିତରେ ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କୁ ସେମାନେ ଶାସକ କହନ୍ତି। ତୁମ୍ଭେ ଜାଣ ଯେ, ଏହି ଶାସକମାନେ ଲୋକଙ୍କ ଉପରେ ପ୍ରଭୁତ୍ୱ ଦେଖାଇବାକୁ ଭଲ ପାଆନ୍ତି। ତାହାଙ୍କର ମହତ୍ତ୍ୱପୂର୍ଣ୍ଣ ନେତାମାନେ ମଧ୍ୟ ଲୋକଙ୍କ ଉପରେ ତାହାଙ୍କର ଅଧିକାର ସାବ୍ୟସ୍ତ କରିବାକୁ ଭଲ ପାଆନ୍ତି। 43 କିନ୍ତୁ ତୁମ୍ଭ ମଧ୍ୟରେ ଏଭଳି କିଛି ହେବା ଅନୁଚିତ୍। ଯଦି ତୁମ୍ଭ ଭିତରୁ କେହି ବଡ଼ ହେବାକୁ ଗ୍ଭହୁଁଥାଏ, ତେବେ ସେ ଜଣେ ସେବକ ଭଳି ତୁମ୍ଭ ସମସ୍ତଙ୍କର ସେବା କରୁ। 44 ଯଦି ତୁମ୍ଭ ଭିତରୁ କେହି ମହତ୍ତ୍ୱପୂର୍ଣ୍ଣ ହେବାକୁ ଗ୍ଭହୁଁଥାଏ, ତେବେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସେବା କରୁ। 45 ସେହିଭଳି ମନୁଷ୍ୟପୁତ୍ର ଅନ୍ୟଠାରୁ ସେବା ପାଇବା ପାଇଁ ଆସି ନାହାନ୍ତି, ବରଂ ସେ ସେବା କରିବା ପାଇଁ ଆସିଛନ୍ତି। ସେ ବହୁତ ଲୋକଙ୍କୁ ଉଦ୍ଧାର କରିବା ପାଇଁ ନିଜର ଜୀବନ ଦେବା ପାଇଁ ଆସିଛନ୍ତି।”
ଯୀଶୁ ଜଣେ ଅନ୍ଧକୁ ଚକ୍ଷୁଦାନ କଲେ(C)
46 ତା’ପରେ ସେମାନେ ଯିରୀହୋକୁ ଆସିଲେ। ଯୀଶୁ ତାହାଙ୍କ ଶିଷ୍ୟ ଓ ଅନେକ ଲୋକଙ୍କ ସହିତ ସେହି ସହର ଛାଡ଼ିଯିବା ସମୟରେ ଟୀମାୟର ପୁଅ ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକାରୀ ରାସ୍ତା କଡ଼ରେ ବସିଥିଲା। ସେ ସଦାବାଳେ ଲୋକଙ୍କୁ ଭିକ ମାଗୁଥିଲା। 47 ସେ ଶୁଣିଲା ଯେ, ନାଜରିତୀୟ ଯୀଶୁ ସେହି ବାଟ ଦେଇ ଯାଉଛନ୍ତି। ସେ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ: ମୋ’ ଉପରେ କୃପାକର।”
48 ଅନେକ ଲୋକ ତାକୁ ତୁନି ହେବା ପାଇଁ ଧମକ ଦେଲେ। କିନ୍ତୁ ସେହି ଅନ୍ଧ ଭିକାରୀଟି ଅଧିକରୁ ଅଧିକ ଚିତ୍କାର କରି କହିଲା, “ହେ ଦାଉଦଙ୍କ ପୁତ୍ର ଯୀଶୁ, ମୋ’ ଉପରେ କୃପାକର।”
49 ଯୀଶୁ ଅଟକି ଗଲେ ଓ କହିଲେ, “ତାହାକୁ କୁହ ମୋ’ ପାଖକୁ ଆସୁ।”
ଲୋକମାନେ ଅନ୍ଧ ଲୋକଟିକୁ ଡାକି କହିଲେ, “ସାହସ ଧର, ଉଠ। ଯୀଶୁ ତୁମ୍ଭକୁ ଡାକୁଛନ୍ତି।” 50 ଅନ୍ଧ ଲୋକଟି ତତ୍କ୍ଷଣାତ୍ ତା’ର ଗ୍ଭଦରଟି ଫିଙ୍ଗିଦେଲା ଓ ଡେଇଁ ପଡ଼ିଲା। ସେ ଯୀଶୁଙ୍କ ନିକଟକୁ ଆସିଲା।
51 ଯୀଶୁ ଅନ୍ଧ ଲୋକଟିକୁ ପଗ୍ଭରିଲେ, “ମୁଁ ତୁମ୍ଭ ପାଇଁ କ’ଣ କରିବି ବୋଲି ତୁମ୍ଭେ ଗ୍ଭହୁଁଛ?”
ଅନ୍ଧଟି ଉତ୍ତର ଦେଲୋ, “ଗୁରୁ, ମୁଁ ଦେଖିବାକୁ ଗ୍ଭହୁଁଛି।”
52 ଯୀଶୁ କହିଲେ, “ଯାଅ, ତୁମ୍ଭେ ଭଲ ହୋଇଗଲ, କାରଣ ତୁମ୍ଭେ ବିଶ୍ୱାସ କଲ।” ତା’ପରେ ଲୋକଟି ସବୁକିଛି ଦେଖି ପାରିଲା ଓ ସେ ପଥରେ ଯୀଶୁଙ୍କୁ ଅନୁସରଣ କଲା।
2010 by World Bible Translation Center