New Testament in a Year
କେଉଁ ଆଦେଶ ବହୁତ ମହତ୍ତ୍ୱପୂର୍ଣ୍ଣ(A)
28 ଜଣେ ଧର୍ମଶାସ୍ତ୍ରୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀ ଓ ଫାରୂଶୀମାନଙ୍କ ସହିତ ଯୀଶୁଙ୍କୁ ଯୁକ୍ତିତର୍କ କରୁଥିବାର ସେ ଶୁଣିଲେ। ସେ ଦେଖିଲେ ଯେ, ଯୀଶୁ ସେମାନଙ୍କ ପ୍ରଶ୍ନର ଯଥାର୍ଥ ଉତ୍ତର ଦେଇଛନ୍ତି। ତେଣୁ ସେ ଯୀଶୁଙ୍କୁ ପଗ୍ଭରିଲେ, “କେଉଁ ଆଦେଶଟି ସବୁଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ?”
29 ଯୀଶୁ ଉତ୍ତର ଦେଲେ, “ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ଏହି ପ୍ରକାରର: ‘ହେ ଇସ୍ରାଏଲ, ଶୁଣ। ଆମ୍ଭ ପ୍ରଭୁ ପରମେଶ୍ୱର ଏକମାତ୍ର ପ୍ରଭୁ। 30 ସମସ୍ତ ହୃଦୟରେ ସମସ୍ତ ଆତ୍ମାରେ, ସମସ୍ତ ମନରେ ଓ ସମସ୍ତ ଶକ୍ତିରେ ତୁମ୍ଭେ ଆପଣା ପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର।’ [a] 31 ଦ୍ୱିତୀୟ ମହତ୍ତ୍ୱପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: ‘ତୁମ୍ଭେ ନିଜକୁ ଯେପରି ପ୍ରେମ କର, ନିଜର ପଡ଼ୋଶୀକୁ ସେହିପରି ପ୍ରେମ କର’ [b] ଏହି ଦୁଇଟି ଆଦେଶ ଛଡ଼ା ଆଉ ବଡ଼ ଆଦେଶ କିଛି ନାହିଁ।”
32 ଏହା ଶୁଣି ଧର୍ମଶାସ୍ତ୍ରୀ ଜଣକ କହିଲେ, “ଗୁରୁ, ପ୍ରଭୁ ପରମେଶ୍ୱର ଯେ, ଏକ ଓ ତାହାଙ୍କ ଛଡ଼ା ଆଉ ଅନ୍ୟ କେହି ନାହିଁ, ଏହା ତୁମ୍ଭେ ଠିକ୍ କହିଛ। 33 ପ୍ରକୃତରେ ଜଣେ ଲୋକକୁ ସମସ୍ତ ହୃଦୟ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପରମେଶ୍ୱରଙ୍କୁ ପ୍ରେମ କରିବାକୁ ହେବ। ସେ ଯେପରି ନିଜକୁ ଭଲ ପାଏ, ତାକୁ ଅନ୍ୟକୁ ମଧ୍ୟ ସେହିପରି ଭଲ ପାଇବାକୁ ହେବ। ଆମ୍ଭେ ପରମେଶ୍ୱରଙ୍କୁ ଯେତେ ପଶୁ ବଳି ଓ ଉତ୍ସର୍ଗ ଦାନ ଅର୍ପଣ କରୁ, ସେହି ଗୁଡ଼ିକଠାରୁ ଏହି ଦୁଇଟି ଆଦେଶ ଅଧିକ ମହତ୍ତ୍ୱପୂର୍ଣ୍ଣ।”
34 ଯୀଶୁ ଦେଖିଲେ ଯେ, ଲୋକଟି ବୁଝିବିଗ୍ଭରି ଜ୍ଞାନୀ ଭଳି ଉତ୍ତର ଦେଇଛି। ସେ ତାହାକୁ କହିଲେ, “ତୁମ୍ଭେ ପରମେଶ୍ୱରଙ୍କ ରାଜ୍ୟଠାରୁ ଦୂରରେ ନାହଁ।” ଏହା ପରେ ଆଉ କେହିହେଲେ ଯୀଶୁଙ୍କୁ କୌଣସି ଅଧିକ ପ୍ରଶ୍ନ ପଗ୍ଭରିବାକୁ ସାହସ କଲେ ନାହିଁ।
ଖ୍ରୀଷ୍ଟ ଦାଉଦଙ୍କର ପୁତ୍ର(B)
35 ଯୀଶୁ ମନ୍ଦିରରେ ଉପଦେଶ ଦେଲାବେଳେ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କିପରି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର? 36 ସ୍ୱୟଂ ଦାଉଦ ପବିତ୍ରଆତ୍ମାଙ୍କ ସାହାଯ୍ୟରେ କହିଥିଲେ,
‘ପ୍ରଭୁ ପରମେଶ୍ୱର ମୋର ପ୍ରଭୁଙ୍କୁ କହିଥିଲେ:
ତୁମ୍ଭେ ମୋ’ ପାଖରେ, ମୋହର ଡାହାଣ ପଟେ ବସ,
ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ଅଧୀନକୁ ନେଇ ଆସିବି।’(C)
37 ଦାଉଦ ନିଜେ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହିଥିଲେ। ତେବେ ଖ୍ରୀଷ୍ଟ କିଭଳି ଦାଉଦଙ୍କ ପୁତ୍ର ହୋଇ ପାରିବେ?” ଜମା ହୋଇଥିବା ଲୋକମାନେ ଯୀଶୁଙ୍କ ଉପଦେଶ ଖୁସୀ ମନରେ ଶୁଣୁଥିଲେ।
ଯୀଶୁ ବିଧି ପ୍ରଗ୍ଭରକମାନଙ୍କୁ ସମାଲୋଚନା କଲେ(D)
38 ଯୀଶୁ ଶିକ୍ଷା ଦେଇ ଗ୍ଭଲିଥିଲେ। ସେ କହିଲେ, “ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ସେମାନେ ଲମ୍ବା ଲମ୍ବା ରାଜକୀୟ ପୋଷାକ ପିନ୍ଧି ଏଣେ ତେଣେ ବୁଲିବାକୁ ଭଲ ପାଆନ୍ତି। ସେମାନେ ଭଲ ପାଆନ୍ତି ଯେ, ଲୋକେ ତାହାଙ୍କୁ ହାଟ ବଜାରରେ ସମ୍ମାନ ଦେଖାନ୍ତୁ। 39 ସମାଜଗୃହରେ ସେମାନେ ମହତ୍ତ୍ୱପୂର୍ଣ୍ଣ ଆସନରେ ବସିବାକୁ ଭଲ ପାଆନ୍ତି। ଭୋଜିରେ ସେମାନେ, ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ପାଇବାକୁ ଭଲ ପାଆନ୍ତି। 40 ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”
ଏକ ବିଧବାର ପ୍ରକୃତ ଦାନ(E)
41 ଯୀଶୁ ମନ୍ଦିରର ଦାନ ବାକ୍ସ ପାଖରେ ବସିଥିଲେ। ଲୋକମାନେ କିଭଳି ଭାବରେ ଦାନ ବାକ୍ସରେ ଟଙ୍କା ଭର୍ତ୍ତି କରୁଛନ୍ତି, ତାହା ସେ ଲକ୍ଷ୍ୟ କରୁଥିଲେ। ବହୁତ ଧନୀ ଲୋକ ଦାନ ବାକ୍ସରେ ପ୍ରଚୁର ଟଙ୍କା ପକାଉଥିଲେ। 42 ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।
43 ତା’ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି। 44 କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା’ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”
2010 by World Bible Translation Center