Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାର୍କ ଲିଖିତ ସୁସମାଗ୍ଭର 13:1-20

ମନ୍ଦିର ଧ୍ୱଂସ ସମ୍ପର୍କରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ(A)

13 ଯୀଶୁ ମନ୍ଦିର ମଧ୍ୟରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲା, “ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡ଼ିକ ଓ ତା’ର ବିଶାଳ ପଥରଗୁଡ଼ିକ କେତେ ସୁନ୍ଦର ହୋଇଛି।”

ଯୀଶୁ କହିଲେ, “ତୁମ୍ଭେ ଏହି ବିଶାଳ ଭବନଗୁଡ଼ିକ ଦେଖୁଛ? ଏହି ସମସ୍ତ ଭବନ ଧ୍ୱଂସ ପାଇଯିବ। ସବୁତକ ପଥର ଭୂମି ଉପରେ ଓଜାଡ଼ି ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବ ନାହିଁ।”

ପରେ ଯୀଶୁ ମନ୍ଦିର ସାମନାରେ ଥିବା ଜୀତପର୍ବତ [a] ଉପରେ ବସିଥିଲେ। ତାହାଙ୍କ ସହିତ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ଥିଲେ। ସେମାନେ ଯୀଶୁଙ୍କୁ ବ୍ୟକ୍ତିଗତଭାବେ ପଗ୍ଭରିଲେ, “ଏ ସବୁ କେବେ ଘଟିବ, ଆମ୍ଭକୁ କୁହ? ଏ ସବୁ ଘଟିବା ସମୟ ହୋଇଗଲା ବୋଲି, କ’ଣ କ’ଣ ଚିହ୍ନମାନ ଦେଖାଯିବ?”

ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ସାବଧାନ! ତୁମ୍ଭକୁ କେହି ଯେପରି ପ୍ରତାରଣା କରି ନ ପାରେ। ଅନେକ ଲୋକ ଆସିବେ ଏବଂ ସେମାନେ ମୋର ନାମ ବ୍ୟବହାର କରିବେ। ସେମାନେ ଦାବି କରିବେ, ‘ମୁଁ ସେହି’। ସେମାନେ ବହୁତ ଲୋକଙ୍କୁ ପ୍ରତାରଣା କରିବେ। ତୁମ୍ଭେ ଯୁଦ୍ଧ ବିଷୟରେ କିମ୍ବା ଯୁଦ୍ଧ ଗ୍ଭଲିଥିବା ବିଷୟରେ ଉଡ଼ା ଖବର ଶୁଣି ଭୟଭୀତ ହୋଇ ଯିବ ନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ। ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି।

“ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ। 10 କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର [b] ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ। 11 ସେମାନେ ତୁମ୍ଭମାନଙ୍କୁ ବନ୍ଦୀକରି ତୁମ୍ଭମାନଙ୍କୁ ଜେରା କରିବେ। ସେମାନେ ତୁମ୍ଭମାନଙ୍କୁ ବିଗ୍ଭର ପାଇଁ ଯଦି ନିଅନ୍ତି, ତେବେ ତୁମ୍ଭେ ସେଠାରେ କ’ଣ କହିବ, ସେ ବିଷୟରେ ଆଗରୁ କେବେ ହେଲେ ଚିନ୍ତା କର ନାହିଁ। ସେ ସମୟରେ ତୁମ୍ଭକୁ ପରମେଶ୍ୱର ଯାହାକିଛି କହିବା ପାଇଁ ଦେବେ, ତୁମ୍ଭେ ତାହା କହିବ, କାରଣ ସେତେବେଳେ ପ୍ରକୃତରେ ତୁମ୍ଭେ କଥା କହିବ ନାହିଁ ମାତ୍ର ପବିତ୍ରଆତ୍ମା କଥା କହିବେ।

12 “ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ। 13 ତୁମ୍ଭେମାନେ ମୋର ଶିଷ୍ୟ ହୋଇଥିବା ଯୋଗୁଁ ସମସ୍ତେ ତୁମ୍ଭମାନଙ୍କୁ ଘୃଣା କରିବେ। କିନ୍ତୁ ଯେଉଁ ଲୋକ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ଦୃଢ଼ ହୋଇ ରହିବ, ସେ ରକ୍ଷା ପାଇବ।

14 “ତୁମ୍ଭେମାନେ, ‘ଧ୍ୱଂସ ଘଟାଉଥିବା ଭୟଙ୍କର ବସ୍ତୁକୁ’ [c] ଯେଉଁଠାରେ ନ ରହିବା ଉଚିତ୍, ସେହି ସ୍ଥାନରେ ଥିବାର ଦେଖିବ।” ଯେଉଁମାନେ ଏହା ପଢ଼ିବେ, ସେମାନେ ବୁଝିନେବା ଉଚିତ୍ ଯେ ଏହାର ଅର୍ଥ କ’ଣ? “ସେତେବେଳେ ଯିହୂଦାର ଲୋକମାନେ ପାହାଡ଼ ଉପରକୁ ପଳେଇବା ଉଚିତ୍। 15 ଯେଉଁ ଲୋକ ଘରର ଛାତ ଉପରେ ଥିବ, ସେ ଘର ଭିତରକୁ ଯାଇ କିଛି ହେଲେ ପାଇବାକୁ ତଳକୁ ନ ଆସିବା ଉଚିତ୍। 16 ଯଦି କେହି ବାହାରେ ପଡ଼ିଆରେ ଥାଏ, ସେ ନିଜ ଗ୍ଭଦର ଆଣିବା ପାଇଁ ଘରକୁ ଫେରି ନ ଯାଉ।

17 “ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ। 18 ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ। 19 କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ। 20 ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center