Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାର୍କ ଲିଖିତ ସୁସମାଗ୍ଭର 14:1-26

ଯୀଶୁଙ୍କୁ ମାରିଦେବା ପାଇଁ ଯିହୂଦୀ ନେତାଙ୍କ ଯୋଜନା(A)

14 ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା’ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ। ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।

ଏକ ସ୍ତ୍ରୀର ବିଶେଷ କାର୍ଯ୍ୟ(B)

ଯୀଶୁ ବେଥନୀୟାରେ କୁଷ୍ଠରୋଗୀ ଶିମୋନଙ୍କ ଘରେ ଖାଇବାକୁ ବସିଥିବା ସମୟରେ ଜଣେ ସ୍ତ୍ରୀଲୋକ ତାହାଙ୍କ ପାଖକୁ ଆସିଲା। ସେ ଗୋଟିଏ ଧଳା, ଚି‌‌କ୍‌‌କଣ ସ୍ଫଟିକ ସିଲଖଡ଼ି ପାତ୍ରରେ ବହୁମୂଲ୍ୟ ଅତର ଭର୍ତ୍ତି କରି ଆଣିଥିଲା। ସେ ଅତର ଖାଣ୍ଟି ଜଟାମାଂସରୁ ତିଆରି ହୋଇଥିଲା। ସ୍ତ୍ରୀ ଲୋକଟି ପାତ୍ରଟି ଖୋଲିଦେଇ ସବୁତକ ଅତର ଯୀଶୁଙ୍କ ମୁଣ୍ଡରେ ଢାଳି ଦେଲା।

ଏହା ଦେଖି ସେଠାରେ ଉପସ୍ଥିତ ଥିବା କେତେକ ଲୋକ ଖୁବ୍ ବିରକ୍ତ ହେଲେ ଓ ପରସ୍ପର କୁହାକୁହି ହେଲେ, “ଅତରକୁ ଏଭଳି କାହିଁକି ନଷ୍ଟ କରାଗଲା? ଏହି ଅତରତକ ଜଣକର ସାରା ବର୍ଷର ପରିଶ୍ରମର ମୂଲ୍ୟ ସଙ୍ଗେ ସମାନ। ଏହା ବିକା ଯାଇ ପାରିଥା’ନ୍ତା ଏବଂ ତହିଁର ଅର୍ଥ ଗରିବ ଲୋକମାନଙ୍କୁ ବଣ୍ଟା ଯାଇ ପାରିଥା’ନ୍ତା।” ତେଣୁ ସେମାନେ ସ୍ତ୍ରୀଲୋକଟିକୁ ଦୃଢ଼ ଭାବରେ ସମାଲୋଚନା କରିବାକୁ ଲାଗିଲେ।

ଯୀଶୁ କହିଲେ, “ସେହି ସ୍ତ୍ରୀ ଲୋକଟିକୁ ହଇରାଣ କର ନାହିଁ। ତାକୁ ଛାଡ଼ିଦିଅ। ସେ ମୋ’ ପାଇଁ ଗୋଟିଏ ବହୁତ ଭଲ କାମ କରିଛି। କାରଣ ଗରିବମାନେ ତ ସବୁବେଳେ ତୁମ୍ଭ ପାଖରେ ରହିବେ। ତୁମ୍ଭେ ଯେତେବେଳେ ଗ୍ଭହିଁବ, ସେମାନଙ୍କୁ ସାହାଯ୍ୟ କରି ପାରିବ। କିନ୍ତୁ ତୁମ୍ଭେମାନେ ମୋତେ ସଦାବେଳେ ପାଇବ ନାହିଁ। “ଏ ସ୍ତ୍ରୀ ଲୋକଟି ମୋ’ ପାଇଁ ଯାହା କରି ପାରିବାର ଶକ୍ତି ଥିଲା, ସେ ସେତକ କରିଛି। ସମାଧି ନିମନ୍ତେ ମୋ’ ଦେହକୁ ପ୍ରସ୍ତୁତ କରିବା ପାଇଁ ସେ ମୋ’ ଦେହରେ ମୋର ମୃତ୍ୟୁ ପୂର୍ବରୁ ଅତର ଢାଳିଛି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ସାରା ସଂସାରରେ ଲୋକମାନଙ୍କ ମଧ୍ୟରେ ସୁସମାଗ୍ଭର ପ୍ରଗ୍ଭର କରାଯିବ। ଯେଉଁ ଯେଉଁ ସ୍ଥାନରେ ସୁସମାଗ୍ଭର ପ୍ରଗ୍ଭରିତ ହେବ, ସେହି ସେହି ସ୍ଥାନରେ ଏହି ସ୍ତ୍ରୀ ଲୋକଟିର ଏହି କାର୍ଯ୍ୟ ବିଷୟରେ କୁହାଯିବ। ଲୋକମାନେ ତାହାକୁ ମନେ ପକେଇବେ।”

ଯିହୂଦା ଯୀଶୁଙ୍କ ଶତ୍ରୁମାନଙ୍କୁ ସାହାଯ୍ୟ କରିବାକୁ ରାଜି(C)

10 ତା’ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା। 11 ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।

ନିସ୍ତାରପର୍ବର ଭୋଜି(D)

12 ଖମୀରଶୂନ୍ୟ ରୋଟୀ ପର୍ବର ପ୍ରଥମ ଦିନରେ ଯିହୂଦୀମାନେ ‘ନିସ୍ତାରପର୍ବର ମେଣ୍ଢାଛୁଆଟି’ [a]କୁ ବଳି ଦିଅନ୍ତି। ସେହି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ୟମାନେ ଆସି ପଗ୍ଭରିଲେ, “ନିସ୍ତାରପର୍ବର ଭୋଜିରେ ଆପଣଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ଯିବୁ ବୋଲି ଆପଣ ଗ୍ଭହୁଁଛନ୍ତି?”

13 ତା’ପରେ ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ନଗରକୁ ପଠାଇଲେ। ଯୀଶୁ ସେମାନଙ୍କୁ କହିଲେ, “ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ସେହି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା’ର ପଛେ ପଛେ ଯିବ। 14 ସେହି ଲୋକ ଗୋଟିଏ ଘରେ ପ୍ରବେଶ କରିବ, ତୁମ୍ଭେ ମଧ୍ୟ ଯାଇ ସେହି ଘରମାଲିକକୁ କହିବ ଯେ, ‘ଗୁରୁ କହି ପଠେଇଛନ୍ତି ମୁଁ ମୋ’ ଶିଷ୍ୟମାନଙ୍କ ସହିତ ନିସ୍ତାରପର୍ବର ଭୋଜି ଯେଉଁ ବଖରାଟିରେ ପାଳନ କରିବି, ସେହି ବଖରାଟି ଦେଖାଅ? ତାହାଙ୍କୁ କୁହ ଯେ ଗୁରୁ ଏହା ଜାଣିବାକୁ ଇଚ୍ଛା କରନ୍ତି।’ 15 ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।”

16 ତା’ପରେ ଶିଷ୍ୟମାନେ ସେଠାରୁ ନଗରକୁ ଗ୍ଭଲିଗଲେ। ଯୀଶୁ ସେମାନଙ୍କୁ ଯାହା କହିଥିଲେ, ସବୁକଥା ସେହିପରି ଘଟିଲା। ସେଠାରେ ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।

17 ସନ୍ଧ୍ୟା ବେଳକୁ ଯୀଶୁ ବାରଜଣଯାକ ପ୍ରେରିତଙ୍କୁ ସାଙ୍ଗରେ ଧରି ସେଠାରେ ଯାଇ ପହଞ୍ଚିଲେ। 18 ସେମାନେ ଖାଉଥିବା ବାଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ବର୍ତ୍ତମାନ ମୋ’ ସାଙ୍ଗରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”

19 ଏହା ଶୁଣି ଶିଷ୍ୟମାନେ ବହୁତ ମନ ଦୁଃଖ କଲେ। ପ୍ରତ୍ୟେକେ ଯୀଶୁଙ୍କୁ କହିଲେ, “ନିଶ୍ଚୟ ମୁଁ ସେହି ଲୋକ ନୁହେଁ।”

20 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ସେହି ଲୋକ ତୁମ୍ଭ ବାରଜଣଙ୍କ ମଧ୍ୟରୁ ଜଣେ, ଯେକି ମୋ’ ସହିତ ବିଶ୍ୱାସଘାତକତା କରିବ। ସେ ମୋ’ ସଙ୍ଗେ ଗୋଟିଏ ଗିନାରେ ରୋଟୀ ବୁଡ଼ାଉଛି। 21 ମନୁଷ୍ୟପୁତ୍ରଙ୍କୁ ଯାଇ ମରିବାକୁ ପଡ଼ିବ। ଏହା ଘଟିବ ବୋଲି ଶାସ୍ତ୍ରରେ ଲେଖାଅଛି। କିନ୍ତୁ ଯେଉଁ ଲୋକ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସଘାତକତା କରିବ, ସେହି ଲୋକ ଯଦି ଜନ୍ମ ହୋଇ ନ ଥା’ନ୍ତା, ତେବେ ବହୁତ ଭଲ ହୋଇଥା’ନ୍ତା।”

ପ୍ରଭୁଭୋଜ(E)

22 ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।”

23 ତା’ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ। 24 ତା’ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି। 25 ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”

26 ସବୁ ଶିଷ୍ୟମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା’ପରେ ଜୀତପର୍ବତ ଉପରକୁ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center