Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ମାର୍କ ଲିଖିତ ସୁସମାଗ୍ଭର 15:26-47

26 ଯୀଶୁଙ୍କ ବିରୁଦ୍ଧରେ ଗୋଟିଏ ଅଭିଯୋଗପତ୍ର ଫଳକ ଉପରେ ଲେଖା ଯାଇଥିଲା ଏ “ ଯିହୂଦୀମାନଙ୍କର ରାଜା।” 27 ଯୀଶୁଙ୍କ ସହିତ ଆଉ ଦୁଇଜଣ ଡକାୟତଙ୍କୁ ମଧ୍ୟ ସେମାନେ କ୍ରୁଶ ବିଦ୍ଧ କଲେ। ଜଣକୁ ତାହାଙ୍କର ଡାହାଣ ପଟେ ଓ ଆଉ ଜଣକୁ ବାମ ପଟେ କ୍ରୁଶ ବିଦ୍ଧ କରାଗଲା। 28 [a]

29 ଯୀଶୁଙ୍କ ପାଖଦେଇ ଗ୍ଭଲିଯାଉଥିବା ଲୋକେ ତାହାଙ୍କୁ ଅପମାନିତ କରୁଥିଲେ। ସେମାନେ ମୁଣ୍ଡ ହଲେଇ ହଲେଇ କହୁଥିଲେ, “ଆରେ ବାଃ, ତୁ ସେହି ଲୋକ, ଯିଏ ମନ୍ଦିରକୁ ଭାଙ୍ଗି ଦେଇ ତିନି ଦିନ ମଧ୍ୟରେ ତାହା ପୁଣି ତିଆରି କରି ଦେବୁ ବୋଲି କହୁଥିଲୁ। 30 ଏବେ କ୍ରୁଶ ଉପରୁ ଓହ୍ଲେଇ ଆସି ନିଜକୁ ରକ୍ଷା କର।”

31 ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଅନ୍ୟ ଲୋକମାନେ ଯୀଶୁଙ୍କୁ ଯେଭଳି ଭାବରେ ଥଟ୍ଟା କରୁଥିଲେ, ସେମାନେ ମଧ୍ୟ ଠିକ୍ ସେହିଭଳି ଯୀଶୁଙ୍କୁ ଥଟ୍ଟା କଲେ। ସେମାନେ କୁହାକୁହି ହେଉଥିଲେ, “ସେ ଅନ୍ୟକୁ ରକ୍ଷା କରୁଥିଲା, କିନ୍ତୁ ଏବେ ସେ ନିଜକୁ ରକ୍ଷା କରି ପାରିଲା ନାହିଁ। 32 ଯଦି ପ୍ରକୃତରେ ସେ ଖ୍ରୀଷ୍ଟ, ଇସ୍ରାଏଲର ରାଜା, ତେବେ ବର୍ତ୍ତମାନ ସେ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆସୁ। ନିଜକୁ ରକ୍ଷା କରୁ। ତା’ହେଲେ ଆମ୍ଭେମାନେ ତାହା ଦେଖିବା ଓ ତାକୁ ବିଶ୍ୱାସ କରିବା। ଯେଉଁମାନଙ୍କୁ ଯୀଶୁଙ୍କ ସହିତ ପାଖରେ କ୍ରୁଶ ବିଦ୍ଧ କରାଯାଉଥିଲା, ସେମାନ ମଧ୍ୟ ଯୀଶୁଙ୍କ ଅପମାନିତ କଲେ।

ଯୀଶୁଙ୍କ ମୃତ୍ୟୁ(A)

33 ଦ୍ୱିପ୍ରହର ବେଳକୁ ସମଗ୍ରଦେଶ ଉପରେ ଅନ୍ଧକାର ମାଡ଼ି ଆସିଲା। ଏହି ଅନ୍ଧକାର ଅପରାହ୍ନ ତିନିଟା ବେଳ ପର୍ଯ୍ୟନ୍ତ ରହିଲା। 34 ସେହି ସମୟରେ ଯୀଶୁ ବଡ଼ ପାଟିରେ କହି ଉଠିଲେ, “‌‌ଏଲୀ, ‌‌ଏଲୀ, ଲାମା ଶବ‌‌କ୍‌‌ଥାନୀ।” ଅର୍ଥାତ, “ହେ ମୋର ପରମେଶ୍ୱର, ହେ ମୋର ପରମେଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?”

35 ସେଠାରେ ଠିଆ ହୋଇଥିବା କେତେକ ଲୋକ ଏ କଥା ଶୁଣିଲେ। ସେମାନେ କହିଲେ, “ଶୁଣ, ସେ ଏଲିୟଙ୍କୁ ଡାକୁଛି।”

36 ସେଠାରୁ ଜଣେ ଲୋକ ଦୌଡ଼ିଯାଇ ଅମ୍ଳରସରେ ଭିଜାଇଥିବା ଗୋଟିଏ ସ୍ପ‌ଞ୍ଜ୍‌ଆଣିଲା। ସ୍ପ‌ଞ୍ଜ୍‌କୁ ଗୋଟିଏ ବାଡ଼ିରେ ବାନ୍ଧିଲା। ଯୀଶୁ ସ୍ପ‌ଞ୍ଜ୍‌ରୁ ଅମ୍ଳରସ ପିଇବେ ବୋଲି ସେ ବାଡ଼ିଟିର ସ୍ପ‌ଞ୍ଜ୍‌ ବନ୍ଧା ହୋଇଥିବା ପାଖଟି ତାହାଙ୍କ ଆଡ଼କୁ ବଢ଼ାଇଲା। ଲୋକଟି କହିଲା, “ଏବେ ଆମ୍ଭେ ଅପେକ୍ଷା କରିବା ଏବଂ ଏଲିୟ ଆସି ତାକୁ କ୍ରୁଶ ଉପରୁ ତଳକୁ ନେବାକୁ ଆସୁଛନ୍ତି କି ନାହିଁ, ଦେଖିବା।”

37 ତା’ପରେ ଯୀଶୁ ଉଚ୍ଚ ସ୍ୱରରେ ପାଟି କରି ପ୍ରାଣତ୍ୟାଗ କଲେ।

38 ଯୀଶୁ ଯେତେବେଳେ ପ୍ରାଣତ୍ୟାଗ କଲେ, ସେତେବେଳେ ମନ୍ଦିରର ପରଦା ଉପରୁ ତଳ ପର୍ଯ୍ୟନ୍ତ ଦୁଇଖଣ୍ଡ ହୋଇ ଚିରିଗଲା। 39 କ୍ରୁଶ ଆଗରେ ଠିଆ ହୋଇଥିବା ସେନାପତି ଯୀଶୁ କିପରି ପ୍ରାଣତ୍ୟାଗ କଲେ, ତାହା ଦେଖିଲେ। ସେ କହିଲେ, “ପ୍ରକୃତରେ ଏହି ଲୋକ ପରମେଶ୍ୱରଙ୍କ ପୁତ୍ର ଥିଲେ।”

40 କେତେକ ସ୍ତ୍ରୀଲୋକ କ୍ରୁଶଠାରୁ କିଛି ଦୂରରେ ଠିଆ ହୋଇ ଦେଖୁଥିଲେ। ସେମାନଙ୍କ ମଧ୍ୟରେ ମ‌ଗ୍‌ଦଲୀନୀ ସହରରୁ ଆସିଥିବା ମରିୟମ, ଶଲୋମୀ, ଯାକୁବ ଓ ଯୋସିଙ୍କ ମା ମରିୟମ ଥିଲେ। ଯାକୁବ ମରିୟମଙ୍କର ସାନ ପୁଅ ଥିଲା। 41 ଏହି ସ୍ତ୍ରୀଲୋକମାନେ ଯୀଶୁ ଗାଲିଲୀରେ ଥିବା ବେଳେ ତାହାଙ୍କର ସହିତ ଥିଲେ। ସେମାନେ ତାହାଙ୍କର ସେବାଯତ୍ନ କରୁଥିଲେ। ଅନ୍ୟ ଅନେକ ସ୍ତ୍ରୀଲୋକ ମଧ୍ୟ ସେଠାରେ ଥିଲେ। ସେମାନେ ଯୀଶୁଙ୍କ ସହିତ ଯିରୁଶାଲମକୁ ଆସିଥିଲେ।

ଯୀଶୁଙ୍କୁ ସମାଧି ଦିଆଗଲା(B)

42 ସନ୍ଧ୍ୟା ହୋଇଯାଇଥିଲା। ଏହି ଦିନଟି ଆୟୋଜନ ଦିବସ (ବିଶ୍ରାମ ଦିବସର ପୂର୍ବ ଦିନ) ଥିଲା। 43 ହାରାମାଥୀୟାର ଯିହୂଦୀ ଯୋସେଫ ମହାସଭାର ଜଣେ ସମ୍ମାନିତ ସଦସ୍ୟ ଥିଲେ ଓ ସେ ପରମେଶ୍ୱରଙ୍କ ରାଜ୍ୟ ଆସୁ ବୋଲି ଗ୍ଭହୁଁଥିଲେ। ସେ ସାହସର ସହିତ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶବକୁ ମାଗିଲେ।

44 ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲେଣି ଶୁଣି ପୀଲାତ ବହୁତ ଆଶ୍ଚର୍ଯ୍ୟ ହୋଇଗଲେ। ସେ ଯୀଶୁଙ୍କୁ ଜଗିଥିବା ସେନାପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲେଣି କି ନାହିଁ ପଗ୍ଭରିଲେ। 45 ସେନାପତି ଜଣକ ପୀଲାତଙ୍କୁ ଯୀଶୁ ପ୍ରାଣତ୍ୟାଗ କରି ସାରିଥିବା କଥା କହିଲେ। ତା’ପରେ ପୀଲାତ ଯୋସେଫଙ୍କୁ କହିଲେ ଯେ, ସେ ଯୀଶୁଙ୍କ ଶବ ନେଇ ଯାଇ ପାରିବେ।

46 ଯୋସେଫ ଖଣ୍ଡିଏ ବସ୍ତ୍ର କିଣିଲେ। ସେ ଶବକୁ କ୍ରୁଶ ଉପରୁ ତଳକୁ ଓହ୍ଲେଇ ଆଣିଲେ। ସେ ଶବକୁ ବସ୍ତ୍ରରେ ସମ୍ପୂର୍ଣ୍ଣ ଘୋଡ଼େଇ ଦେଲେ ଓ ପଥର କଟା ହୋଇ ତିଆରି ହୋଇଥିବା ଗୋଟିଏ କବରରେ ତାହାଙ୍କୁ ରଖିଦେଲେ। ଖଣ୍ଡିଏ ବଡ଼ ପଥର ଗଡ଼େଇ ଆଣି କବରର ମୁହଁକୁ ବନ୍ଦ କରିଦେଲେ। 47 ମ‌ଗ୍‌ଦଲୀନୀ ମରିୟମ ଓ ଯୋସିଙ୍କ ମା ଯୀଶୁଙ୍କୁ ଯେଉଁଠାରେ ରଖାଗଲା, ସେହି ସ୍ଥାନଟି ଦେଖିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center