Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 1:21-38

21 ତେଣେ ଲୋକମାନେ ବାହାରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସେମାନେ ଆଶ୍ଚର୍ଯ୍ୟ ହେଲେ ଯେ ଏତେ ସମୟ ପର୍ଯ୍ୟନ୍ତ ଜିଖରିୟ ମନ୍ଦିର ଭିତରେ କାହିଁକି ଅଟକି ରହିଛନ୍ତି! 22 ଯେତେବେଳେ ଜିଖରିୟ ବାହାରକୁ ଆସିଲେ, ସେତେବେଳେ ସେ କିଛି କଥା କହି ପାରୁ ନ ଥିଲେ। ତେଣୁ ସେମାନେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତରେ କୌଣସି ଦିବ୍ୟଦର୍ଶନ ପାଇଛନ୍ତି। ସେ ମୂକ ହୋଇ ଯାଇଥିଲେ ଓ କେବଳ ଠାରରେ କହୁଥିଲେ। 23 ଜିଖରିୟଙ୍କ ସେବାକାର୍ଯ୍ୟର ସମୟ ଶେଷ ହୋଇଯିବା ପରେ ସେ ଘରକୁ ଫେରିଗଲେ।

24 ତା’ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ଯ୍ୟନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ, 25 “ଦେଖ, ଶେଷରେ ପରମେଶ୍ୱର ମୋତେ ସାହାଯ୍ୟ କରିଛନ୍ତି। ଲୋକମାନଙ୍କ ମଧ୍ୟରେ ମୋର ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମୋ’ ପ୍ରତି ସଦୟ ହୋଇଛନ୍ତି।”

କୁମାରୀ କନ୍ୟା ମରିୟମ

26-27 ଏଲୀଶାବେଥଙ୍କର ଗର୍ଭର ଷଷ୍ଠ ମାସ ଗ୍ଭଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତରେ ବାସ କରୁଥିବା ଜଣେ କୁମାରୀକନ୍ୟା ପାଖକୁ ପରମେଶ୍ୱର ଦୂତ ଗାବ୍ରିଏଲଙ୍କୁ ପଠାଇଲେ। ଦାଉଦଙ୍କ ବଂଶଜ ଯୋଷେଫ ନାମକ ଜଣେ ପୁରୁଷ ସହିତ ସେ କନ୍ୟାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା। 28 ସ୍ୱର୍ଗଦୂତ ସେହି କନ୍ୟା ପାଖକୁ ଆସି କହିଲେ, “ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।”

29 ମରିୟମ ସ୍ୱର୍ଗଦୂତଙ୍କ କଥା ଶୁଣି ଉ‌ଦ୍‌ବିଗ୍ନ ହୋଇଗଲେ। ତାହାଙ୍କ ଅଭିବାଦନର ଅର୍ଥ କ’ଣ ହୋଇପାରେ, ସେହି କଥା ଭାବି ସେ ଚିନ୍ତାରେ ପଡ଼ିଗଲେ।

30 ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ମରିୟମ! ଭୟ କର ନାହିଁ। କାରଣ ପରମେଶ୍ୱର ତୁମ୍ଭ ଉପରେ ପ୍ରସନ୍ନ ହୋଇଛନ୍ତି। 31 ଶୁଣ, ତୁମ୍ଭେ ଗର୍ଭବତୀ ହେବ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦେବ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ। 32 ସେ ମହାନ୍ ହେବେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ୱର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ। 33 ସେ ଅନନ୍ତକାଳ ପର୍ଯ୍ୟନ୍ତ ଯାକୁବବଂଶ ଉପରେ ରାଜତ୍ୱ କରିବେ। ଯୀଶୁଙ୍କ ରାଜ୍ୟର କେବେ ହେଲେ ଶେଷ ହେବ ନାହିଁ।”

34 ମରିୟମ ସ୍ୱର୍ଗଦୂତଙ୍କୁ ପଗ୍ଭରିଲେ, “ଏହା କିପରି ଘଟିବ? ମୁଁ ଏବେ ମଧ୍ୟ କୁମାରୀ ଅଛି?”

35 ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ। 36 ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ୟ ଗର୍ଭବତୀ ଅଛନ୍ତି। ବହୁତ ବୁଢ଼ୀ ହୋଇଯାଇଥିଲେ ମଧ୍ୟ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦେବେ। ସମସ୍ତେ ଭାବୁଥିଲେ ଯେ, ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହେବେ ନାହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି। 37 ପରମେଶ୍ୱର ସବୁକିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।”

38 ମରିୟମ କହିଲେ, “ମୁଁ ପ୍ରଭୁଙ୍କର ଦାସୀ କନ୍ୟା ଅଟେ। ତୁମ୍ଭେ ମୋତେ ଯାହା କହିଲ, ମୋ’ ପାଇଁ ତାହା ହିଁ ହେଉ।” ତା’ପରେ ସ୍ୱର୍ଗଦୂତ ତାହାଙ୍କ ପାଖରୁ ଗ୍ଭଲିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center