Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 2:1-24

ଯୀଶୁଙ୍କ ଜନ୍ମ(A)

ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ। ଏହା ପ୍ରଥମ ଜନଗଣନା ଥିଲା। କ୍ୱିରୀଣିୟ ସୁରିୟାର ରାଜ୍ୟପାଳ ଥିବା ସମୟରେ ଏହା ହେଲା। ତେଣୁ ପ୍ରତ୍ୟେକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।

ଯୋଷେଫ ଦାଉଦଙ୍କ ବଂଶର ହୋଇଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେ‌ଥ୍‌ଲେହିମକୁ ଗଲେ। ବେ‌ଥ୍‌ଲେହିମ ନଗର ଦାଉଦଙ୍କ ନଗର ନାମରେ ପରିଚିତ ଥିଲା। ଯୋଷେଫ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇ ସାରିଥିଲା। ମରିୟମ ସେତେବେଳେ ଗର୍ଭବତୀ ଥିଲେ। ଯୋଷେଫ ଓ ମରିୟମ ବେ‌ଥ୍‌ଲେହିମରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା। ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସେମାନେ ରହିବାକୁ ଚଟିଘରେ ଆଉ ଜାଗା ନ ଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟାରେ ଗୁଡ଼ାଇ ଗୁହାଳରେ ଗୋରୁ କୁଣ୍ଡରେ ରଖିଦେଲେ।

ମେଷପାଳକମାନେ ଯୀଶୁଙ୍କ ଜନ୍ମ ଖବର ପାଇଲେ

ସେହି ରାତିରେ କେତେକ ମେଷପାଳକ ସେମାନଙ୍କର ମେଣ୍ଢାଗୁଡ଼ିକୁ ରାତିସାରା ପଦାରେ ଜଗି ରହିଥିଲେ। ପ୍ରଭୁଙ୍କର ଜଣେ ଦୂତ ମେଷପାଳକମାନଙ୍କ ସମ୍ମୁଖରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ୟୋତିଃ ସେମାନଙ୍କର ଚତୁର୍ଦ୍ଦିଗରେ ଝଲକି ଉଠିଲା। 10 ମେଷପାଳକମାନେ ଅତ୍ୟନ୍ତ ଭୟଭୀତ ହୋଇଗଲେ। ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ସମାଗ୍ଭର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦେବ। 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି। 12 ତୁମ୍ଭେମାନେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କେତ: “ତୁମ୍ଭେମାନେ ଗୋଟିଏ ଶିଶୁକୁ କନାରେ ଗୁଡ଼ାଇ ହୋଇ ଗୋରୁ କୁଣ୍ଡରେ ଶୋଇଥିବାର ଦେଖିବ।”

13 ସେହି ସମୟରେ ସ୍ୱର୍ଗରୁ ବହୁସଂଖ୍ୟାରେ ସ୍ୱର୍ଗଦୂତମାନେ ଆସି ସେହି ସ୍ୱର୍ଗଦୂତଙ୍କ ସହିତ ଯୋଗ ଦେଲେ। ସମସ୍ତ ସ୍ୱର୍ଗଦୂତ ଏହିପରି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ:

14 “ସ୍ୱର୍ଗରେ ରହୁଥିବା ପରମେଶ୍ୱରଙ୍କ ଜୟ ହେଉ,
    ଏବଂ ଏ ପୃଥିବୀରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।”

15 ସ୍ୱର୍ଗଦୂତମାନେ ମେଷପାଳକମାନଙ୍କୁ ଛାଡ଼ି ସ୍ୱର୍ଗକୁ ଫେରିଗଲେ। ମେଷପାଳକମାନେ ପରସ୍ପର କୁହାକୁହି ହେଲେ: “ଆମ୍ଭେମାନେ ବେ‌ଥ୍‌ଲେହିମ ଯିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।”

16 ତେଣୁ ସେମାନେ ଶୀଘ୍ର ଗଲେ ଓ ମରିୟମ ଏବଂ ଯୋଷେଫଙ୍କୁ ଖୋଜି ପାଇଲେ। ସେହି ଶିଶୁ ଗୋଟିଏ ଗୋରୁ କୁଣ୍ଡରେ ଶୋଇଥିଲେ। 17 ମେଷପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟରେ ସ୍ୱର୍ଗଦୂତମାନେ ଯାହା କହିଥିଲେ, ତାହା ସେମାନେ ସମସ୍ତଙ୍କୁ କହିଲେ। 18 ମେଷପାଳକମାନେ ଯାହା କହିଲେ, ତାହା ଶୁଣି, ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। 19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତରେ ଗୋପନ ରଖି, ନିରନ୍ତର ଚିନ୍ତା କରିବାକୁ ଲାଗିଲେ। 20 ମେଷପାଳକମାନେ ନିଜ ମେଷମାନଙ୍କ ନିକଟକୁ ଫେରିଗଲେ ଏବଂ ଯାହାସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ୱରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ୱର୍ଗଦୂତମାନେ ଯେପରି କହିଥିଲେ, ସେମାନେ ପ୍ରତ୍ୟେକ ଜିନିଷକୁ ସେହିପରି ଦେଖିଲେ।

21 ଶିଶୁଟି ଆଠ ଦିନର ହେବାରୁ ତା’ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ।

ଯୀଶୁଙ୍କୁ ମନ୍ଦିରରେ ହାଜିର କରାଗଲା

22 ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି [a] ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ। 23 ପ୍ରଭୁଙ୍କ ‘ନିୟମ’ [b]ରେ ଲେଖାଅଛି: “ପରିବାରରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ ‘ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ’ ହେବ।” [c] 24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” [d] ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center