Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 6:27-49

ତୁମ୍ଭର ଶତ୍ରୁକୁ ପ୍ରେମ କର(A)

27 “ତୁମ୍ଭେମାନେ ଯେଉଁମାନେ ମୋ’ କଥା ଶୁଣୁଛ, ମୁଁ ସେହିମାନଙ୍କୁ କହୁଛି, ନିଜ ଶତ୍ରୁକୁ ପ୍ରେମ କର। ତୁମ୍ଭମାନଙ୍କୁ ଯେଉଁମାନେ ଘୃଣା କରୁଛନ୍ତି, ସେମାନଙ୍କର ମଙ୍ଗଳ କର। 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର। 29 ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ। 30 ଯଦି କେହି ତୁମ୍ଭକୁ କିଛି ମାଗୁଛି, ତାହା ତାକୁ ଦେଇଦିଅ। ଯଦି କୌଣସି ଲୋକ ତୁମ୍ଭର କିଛି ନେଇ ଯାଏ, ତେବେ ତାହା ତାକୁ ଫେରେଇ ଦେବାକୁ କୁହ ନାହିଁ। 31 ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।

32 “ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି। 33 ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି। 34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି।

35 “ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି। 36 ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।

ନିଜକୁ ଦେଖ(B)

37 “ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ। 38 ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା’ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”

39 ଯୀଶୁ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, “ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦେଖାଇ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲରେ ଖସି ପଡ଼ିବେ। 40 ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।

41 “ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ? 42 ତୁମ୍ଭେ ଯେତେବେଳେ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖି ପାରୁ ନାହିଁ, ସେତେବେଳେ ନିଜ ଭାଇକୁ କିପରି କହି ପାରିବ: ‘ଭାଇ, ଆସ ତୁମ୍ଭ ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରିଦେବି’। ଆରେ କପଟୀ! ଆଗ ନିଜ ଆଖିରେ ପଡ଼ିଥିବା କାଠ ଗୁଣ୍ଡଟି ବାହାର କରିଦିଅ, ତାହାହେଲେ ତୁମ୍ଭେ ସ୍ପଷ୍ଟ ଦେଖି ପାରିବ ଓ ଭାଇର ଆଖିରେ ପଡ଼ିଥିବା ଛୋଟ ଗୁଣ୍ଡଟି ବାହାର କରି ପାରିବ।

ଦୁଇ ପ୍ରକାରର ଫଳ(C)

43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ। 44 ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ। 45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।

ଦୁଇ ପ୍ରକାରର ମଣିଷ(D)

46 “ତୁମ୍ଭେମାନେ ମୋତେ କାହିଁକି ‘ପ୍ରଭୁ’, ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭେମାନେ ତ ତାହା କରୁ ନାହଁ? 47 ଯେଉଁ ଲୋକ ମୋ’ ପାଖକୁ ଆସେ, ମୋ’ ଉପଦେଶ ଶୁଣେ ଓ ତାହାକୁ ମାନେ, 48 ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ଼ ପଥର ଉପରେ ମୂଳଦୁଆ ପକାଏ! ଯେତେବେଳେ ବଢ଼ି ଆସେ, ପାଣି ସେ ଘରକୁ ଭସେଇ ନେବାକୁ ଧ‌‌କ୍‌‌କା ମାରେ, କିନ୍ତୁ ଆଦୌ ହଲେଇ ପାରେ ନାହିଁ। କାରଣ ଘରଟି ମ‌ଜ୍‌ଭୂତ ଭାବରେ ତିଆରି ହୋଇଥାଏ।

49 “କିନ୍ତୁ ଯେଉଁ ଲୋକ ମୋର ଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୂଳଦୁଆ ନ ପକାଇ କେବଳ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତେବେଳେ ବଢ଼ି ଆସେ, ଘରଟି ଅତି ସହଜରେ ପଡ଼ିଯାଏ ଏବଂ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center