New Testament in a Year
ଯୀଶୁ ପ୍ରାର୍ଥନା ବିଷୟରେ ଉପଦେଶ ଦେଲେ(A)
11 ଥରେ ଯୀଶୁ ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ। ସେ ପ୍ରାର୍ଥନା କରି ସାରିବା ପରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲେ, “ପ୍ରାର୍ଥନା କିପରି କରିବାକୁ ହେବ ତାହା ଯୋହନ ତାହାଙ୍କ ଶିଷ୍ୟମାନଙ୍କୁ ଶିଖାଇ ଦେଇଥିଲେ। ପ୍ରଭୁ, ପ୍ରାର୍ଥନା କିପରି କରିବାକୁ ହୁଏ, ତାହା ଆପଣ ମଧ୍ୟ ଆମ୍ଭମାନଙ୍କୁ ବତେଇ ଦିଅନ୍ତୁ।
2 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ:
‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ।
ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ।
3 ଆମ୍ଭେମାନେ ଆବଶ୍ୟକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।
4 ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ,
କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ।
ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’”
ତୁମ୍ଭର ଆବଶ୍ୟକ ପାଇଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର(B)
5-6 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମନେକର ତୁମ୍ଭମାନଙ୍କ ଭିତରୁ ଜଣେ କେହି ନିଜ ସାଙ୍ଗ ପାଖକୁ ରାତିରେ ବହୁତ ଡେରିରେ ଯାଇ କହିବ, ‘ମୋର ଅନ୍ୟ ସହରରେ ଜଣେ ବନ୍ଧୁ ମୋତେ ଦେଖା କରିବାକୁ ଆସିଛନ୍ତି। ତାହାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ହେଲେ ନାହିଁ। ଦୟାକରି ମୋତେ ତିନିଖଣ୍ଡ ରୋଟୀ ଦିଅ।’ 7 ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେବ, ‘ତୁମ୍ଭେ ଗ୍ଭଲିଯାଅ। ମୋତେ ହଇରାଣ କର ନାହିଁ। ଦୁଆର ବନ୍ଦ ହୋଇ ଗଲାଣି। ମୁଁ ଓ ମୋ’ ପିଲାମାନେ ଶୋଇବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦେବାକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।’ 8 ମୁଁ ତୁମ୍ଭକୁ କହୁଛି। ସେ ଲୋକଟି ଶେଯ ଛାଡ଼ି ଉଠିବ, ଓ ତୁମ୍ଭକୁ ରୋଟୀ ଦେବା ପାଇଁ ହୁଏତ ତୁମ୍ଭର ବନ୍ଧୁତ୍ୱ ଯଥେଷ୍ଟ ହୋଇ ପାରି ନ ଥାଏ। କିନ୍ତୁ ତୁମ୍ଭେ ଯଦି ନିରନ୍ତର ମାଗି ଗ୍ଭଲିଥାଅ, ତେବେ ସେ ନିଶ୍ଚୟ ଉଠିବ, ଓ ତୁମ୍ଭର ଯାହା ଦରକାର, ତାହା ଦେବ। 9 ତେଣୁ ମୁଁ ତୁମ୍ଭମାନଙ୍କୁ କହୁଛି, ବାରମ୍ବାର ମାଗୁଥାଅ। ତା’ହେଲେ ପରମେଶ୍ୱର ତୁମ୍ଭମାନଙ୍କୁ ଦେବେ। ଖୋଜୁଥାଅ। ତୁମ୍ଭେମାନେ ପାଇବ। ଦୁଆର ଠକ୍ଠକ୍ କରି ଗ୍ଭଲି ଥାଅ। ତୁମ୍ଭ ପାଇଁ ଦୁଆର ଖୋଲିଯିବ। 10 କାରଣ ଯେଉଁ ଲୋକମାନେ ମାଗୁଥା’ନ୍ତି, ସେମାନେ ପ୍ରତ୍ୟେକେ ପାଇଥା’ନ୍ତି। ଯେଉଁମାନେ ଖୋଜୁଥା’ନ୍ତି, ସେମାନେ ପାଇଥା’ନ୍ତି। ଯେଉଁମାନେ ଦୁଆର ବାଡ଼େଇ ଥା’ନ୍ତି, ସେମାନଙ୍କ ପାଇଁ ଦୁଆର ଖୋଲିଯାଏ। 11 ତୁମ୍ଭମାନଙ୍କ ଭିତରୁ କାହାର ପୁଅଟିଏ ଅଛି କି? ତୁମ୍ଭକୁ ତୁମ୍ଭ ପୁଅ ମାଛଟିଏ ମାଗିଲେ ତୁମ୍ଭେ କ’ଣ କରିବ? କୌଣସି ବାପା ତା ପୁଅକୁ ମାଛଟିଏ ବଦଳରେ ସାପଟିଏ ଦିଏ କି? ନା, ତୁମ୍ଭେମାନେ ତାକୁ ମାଛ ଦେବ। 12 କିମ୍ବା ପୁଅ ଯଦି ଅଣ୍ଡାଟିଏ ମାଗେ, ତେବେ ତା’ ହାତରେ ତୁମ୍ଭେମାନେ କଙ୍କଡ଼ାବିଛାଟିଏ ଦେବ କି? ନା। 13 ତୁମ୍ଭେମାନେ ଖରାପ ଲୋକ ହୋଇଥିଲେ ମଧ୍ୟ ତୁମ୍ଭମାନଙ୍କ ପିଲାମାନଙ୍କୁ କିଭଳି ଭଲ ଉପହାର ଦିଆଯାଏ ତୁମ୍ଭେମାନେ ଜାଣ। ତେବେ ସ୍ୱର୍ଗରେ ରହୁଥିବା ତୁମ୍ଭମାନଙ୍କର ପରମପିତା ଜାଣନ୍ତି ଯେ ତାହାଙ୍କୁ ମାଗୁଥିବା ଲୋକମାନଙ୍କୁ ସେ ପବିତ୍ରଆତ୍ମା କିପରି ଦେବେ।”
ଯୀଶୁଙ୍କଠାରେ ପରମେଶ୍ୱରଙ୍କର ଶକ୍ତି(C)
14 ଥରେ ଯୀଶୁ କଥା କହି ପାରୁ ନ ଥିବା ଗୋଟିଏ ଲୋକ ଦେହରୁ ଭୂତକୁ ତଡ଼ି ଦେଉଥିଲେ। ଭୂତଟି ମୂକ ଲୋକ ଦେହରୁ ବାହାରି ଆସିବା ମାତ୍ରେ, ଲୋକଟି ପୁଣି କଥା କହିବାକୁ ଲାଗିଲା। ଜମା ହୋଇଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। 15 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କହିଲେ, “ଯୀଶୁ ଭୂତପତି ବାଆଲ୍ଜିବୂଲ୍ର ଶକ୍ତି ଦ୍ୱାରା ଭୂତ ଛଡ଼ାଉଛନ୍ତି, ଭୂତମାନଙ୍କୁ ତଡ଼ି ଦେବାକୁ ବ୍ୟବହାର କରୁଛନ୍ତି।
16 ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ। 17 କିନ୍ତୁ ଯୀଶୁ ସେହି ଲୋକମାନଙ୍କ ଭାବନା ଜାଣି ପାରିଲେ। ସେ କହିଲେ, “ଗୋଟିଏ ରାଜ୍ୟ ଭାଗଭାଗ ହୋଇ ନିଜ ବିରୁଦ୍ଧରେ ଲଢ଼େଇ କଲେ ଶେଷରେ ଧ୍ୱଂସ ହୋଇଯିବ। ଗୋଟିଏ ପରିବାରର ଲୋକେ ନିଜ ବିରୁଦ୍ଧରେ ଲଢ଼େଇ କଲେ ସେ ପରିବାର ମଧ୍ୟ ଭାଙ୍ଗିଯିବ। 18 ତେଣୁ ଯଦି ଶୟତାନ ନିଜ ବିରୁଦ୍ଧରେ ଲଢ଼େଇ କରେ, ତେବେ କିଭଳି ତା ରାଜ୍ୟ ତିଷ୍ଠି ରହି ପାରିବ? ମୁଁ ବାଆଲ୍ଜିବୂଲ୍ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି ବୋଲି ତୁମ୍ଭେମାନେ କହୁଛ। 19 କିନ୍ତୁ ମୁଁ ଯଦି ବାଆଲ୍ଜିବୂଲ୍ ସାହାଯ୍ୟରେ ଭୂତମାନଙ୍କୁ ବାହାର କରି ଦେଉଛି, ତେବେ ତୁମ୍ଭମାନଙ୍କ ଲୋକମାନେ କାହା ସାହାଯ୍ୟରେ ଭୂତମାନଙ୍କୁ ବାହାର କରୁଛନ୍ତି? ତେବେ ତୁମ୍ଭମାନଙ୍କର ନିଜ ଲୋକେ ପ୍ରମାଣିତ କରି ଦେଉଛନ୍ତି ଯେ, ତୁମ୍ଭେମାନେ ଭୁଲ୍ କହୁଛ। 20 ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।
21 “ଯେତେବେଳେ ଜଣେ ଶକ୍ତିଶାଳୀ ଲୋକ ଅନେକ ଅସ୍ତ୍ରଶସ୍ତ୍ର ଧରି ନିଜ ଘରକୁ ଜଗିରହେ, ସେତେବେଳେ ତା’ର ସମସ୍ତ ସମ୍ପତ୍ତି ସୁରକ୍ଷିତ ରହେ। 22 କିନ୍ତୁ, ଯେତେବେଳେ ତା’ଠାରୁ ଜଣେ ଅଧିକ ଶକ୍ତିଶାଳୀ ଲୋକ ଆସେ ଓ ତା’ ଉପରେ ଆକ୍ରମଣ କରି ତାକୁ ହରେଇ ଦିଏ, ଯେଉଁ ଅସ୍ତ୍ରଶସ୍ତ୍ର ଗୁଡ଼ିକ ଉପରେ ପ୍ରଥମ ଲୋକଟିର ଭରସା ଥିଲା, ସେହି ସମସ୍ତ ଅସ୍ତ୍ରଶସ୍ତ୍ରଗୁଡ଼ିକୁ ଅଧିକତର ବଳବାନ ଲୋକଟି ଛଡ଼େଇ ନିଏ ଓ ତାହାର ଜିନିଷଗୁଡ଼ିକୁ ଯାହା ଇଚ୍ଛା ତାହା କରେ।
23 “ଯେଉଁ ଲୋକ ମୋ’ ସହିତ ନାହିଁ, ସେ ମୋ’ ବିରୁଦ୍ଧରେ ଅଛି, ଯେଉଁ ଲୋକ ମୋ’ ସହିତ କାମ କରୁନି, ସେ ମୋ’ ବିରୁଦ୍ଧରେ କାମ କରୁଛି।
ଶୂନ୍ୟ ମଣିଷ(D)
24 “ଯେତେବେଳେ କୌଣସି ଭୂତ କୌଣସି ମଣିଷ ଦେହରୁ ବାହାରି ଆସେ, ସେତେବେଳେ ସେହି ଆତ୍ମା ବିଶ୍ରାମ ସ୍ଥାନ ଖୋଜି ଖୋଜି ଶୁଖିଲା ଜାଗାସବୁରେ ବୁଲେ। କିନ୍ତୁ ସେ ବିଶ୍ରାମ ନେବାକୁ ଜାଗା ଟିକିଏ ନ ପାଇଲେ କୁହେ, ‘ମୁଁ ଯେଉଁଠାରୁ ଆସିଛି, ପୁଣି ସେହି ଘରକୁ ଫେରିଯିବି।’ 25 ଯେତେବେଳେ ଭୂତଟି ସେହି ମଣିଷ ନିକଟକୁ ଫେରି ଆସେ, ସେ ଦେଖେ ଯେ ସେହି ଘରଟି ସଫାସୁତୁରା ଓ ସବୁ ଠିକ୍ଠାକ୍ ଅଛି। 26 ତା’ପରେ ସେ ଯାଇ ତା’ଠାରୁ ଆହୁରି ଅଧିକ ଦୁଷ୍ଟ ସାତ ଜଣ ଭୂତଙ୍କୁ ଡାକିଆଣେ, ସେମାନେ ସମସ୍ତେ ସେହି ମଣିଷ ମଧ୍ୟରେ ପ୍ରବେଶ କରି ଏକତ୍ର ରହନ୍ତି। ଏହିଭଳି ଭାବରେ ସେହି ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଖରାପ ହୋଇ ପଡ଼େ।”
ଏହି ଲୋକମାନେ ପ୍ରକୃତରେ ସୁଖୀ
27 ଯୀଶୁ ଏହିସବୁ କଥା କରୁଥିବା ସମୟରେ ଭିଡ଼ ଭିତରୁ ସ୍ତ୍ରୀ ଲୋକଟିଏ ଉଠିପଡ଼ି ଉଚ୍ଚ ସ୍ୱରରେ କହିବାକୁ ଲାଗିଲା, “ଧନ୍ୟ ତୁମ୍ଭର ମା। କାରଣ ସେ ତୁମ୍ଭକୁ ଜନ୍ମ ଦେଇଛନ୍ତି ଓ କ୍ଷୀରପାନ କରାଇଛନ୍ତି।”
28 କିନ୍ତୁ ଯୀଶୁ କହିଲେ, “ପରମେଶ୍ୱରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତରେ ସେହିମାନେ ହିଁ ଧନ୍ୟ।”
2010 by World Bible Translation Center