Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 14:1-24

ବିଶ୍ରାମବାରରେ ଲୋକଙ୍କୁ ସୁସ୍ଥ କରିଦେବା କ’ଣ ଠିକ୍

14 ଗୋଟିଏ ବିଶ୍ରାମବାରରେ ଯୀଶୁ ଜଣେ ପ୍ରଧାନ ଫାରୂଶୀଙ୍କ ଘରକୁ ତାହାଙ୍କ ସହିତ ଏକାଠି ଖାଇବା ପାଇଁ ଗଲେ। ସେଠାରେ ଥିବା ପ୍ରତ୍ୟେକ ଲୋକ ଯୀଶୁଙ୍କୁ ସତର୍କତାର ସହିତ ଲକ୍ଷ୍ୟ କରୁଥିଲେ। ଜଣେ ‘ଜଳୋଦର’ [a] ରୋଗୀକୁ ଯୀଶୁଙ୍କ ସାମନାକୁ ଅଣାଗଲା। ଯୀଶୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନଙ୍କୁ ପଗ୍ଭରିଲେ, “ବିଶ୍ରାମବାରରେ ଭଲ କରିଦେବା ଠିକ୍ ନା ଭୁଲ୍?” ସେମାନେ କିନ୍ତୁ ଚୁପ୍ ରହିଲେ। ତେଣୁ ଯୀଶୁ ଲୋକଟିକୁ ଧରି ସୁସ୍ଥ କରିଦେଲେ। ତା’ପରେ ସେହି ଲୋକଟି ଗ୍ଭଲିଗଲା। ଯୀଶୁ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନଙ୍କୁ କହିଲେ, “ଯଦି ବିଶ୍ରାମବାରରେ ତୁମ୍ଭମାନଙ୍କ ପୁଅ କିମ୍ବା ତୁମ୍ଭମାନଙ୍କ ବଳଦଟି କୂଅ ଭିତରେ ଖସିପଡ଼େ, ତେବେ ତୁମ୍ଭେମାନେ କ’ଣ ତାକୁ ସଙ୍ଗେ ସଙ୍ଗେ ବାହାରକୁ ଟାଣି ଆଣିବ ନାହିଁ?” ଯୀଶୁ ଯାହା ପଗ୍ଭରିଲେ ସେମାନେ କିଛି ଉତ୍ତର ଦେଇ ପାରିଲେ ନାହିଁ।

ନିଜକୁ ମହାନ୍ ବୋଲି ଭାବ ନାହିଁ।

ଯୀଶୁ ଲକ୍ଷ୍ୟ କଲେ ଯେ, କେତେକ ଅତିଥି ବସିବା ପାଇଁ ଭଲ ଆସନଟିଏ ଖୋଜୁଥିଲେ। ତେଣୁ ଯୀଶୁ ଏହି ଦୃଷ୍ଟାନ୍ତ କହିଲେ: “ଯଦି ଜଣେ ତୁମ୍ଭକୁ ବିବାହଉତ୍ସବରେ ନିମନ୍ତ୍ରଣ କରୁଛି, ତେବେ ସବୁଠାରୁ ମୁଖ୍ୟ ଆସନରେ ବସ ନାହିଁ। କାରଣ ସେହି ଲୋକଟି ତୁମ୍ଭଠାରୁ ଅଧିକ ମହାନ୍ ଲୋକକୁ ମଧ୍ୟ ଡାକି ଥାଇପାରେ। ତୁମ୍ଭେ ଯଦି ସବୁଠାରୁ ମୁଖ୍ୟ ଆସନରେ ବସିଥିବ, ତେବେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି କହିବେ, ‘ଏହି ଲୋକଙ୍କୁ ତୁମ୍ଭ ଆସନଟି ଦେଇଦିଅ।’ ତା’ପରେ ତୁମ୍ଭେ ସେଠାରୁ ଉଠି ପଛରେ ଥିବା ଶେଷ ଆସନଟିକୁ ଯିବ। ସେତେବେଳେ ତୁମ୍ଭକୁ ବଡ଼ ଅପମାନ ଲାଗିବ।

10 “ତେଣୁ ଯେତେବେଳେ ଜଣେ ଲୋକ ତୁମ୍ଭକୁ ନିମନ୍ତ୍ରଣ କରିଛି, ତୁମ୍ଭେ ଗୋଟିଏ ନିମ୍ନତମ ଆସନରେ ବସ। ସେତେବେଳେ ତୁମ୍ଭକୁ ନିମନ୍ତ୍ରଣ କରିଥିବା ଲୋକଟି ଆସି ତୁମ୍ଭକୁ କହିବ, ‘ବନ୍ଧୁ, ତୁମ୍ଭେ ଏଠାରେ ନ ବସି ଟିକିଏ ଆଗକୁ ଆସି ଏ ଭଲ ଆସନରେ ବସ।’ ସେତେବେଳେ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ତୁମ୍ଭକୁ ସମ୍ମାନ କରିବେ। 11 ଯେଉଁ ଲୋକ ନିଜକୁ ମହାନ୍ ଭାବେ, ତାକୁ ହୀନ କରି ଦିଆଯିବ। ଯେଉଁ ଲୋକ ନିଜକୁ ହୀନ ଭାବେ, ତାହାକୁ ମହାନ୍ କରାଯିବ।”

ତୁମ୍ଭେ ପୁରସ୍କାର ପାଇବ

12 ଯୀଶୁ ତାହାଙ୍କୁ ନିମନ୍ତ୍ରଣ କରିଥିବା ଫାରୂଶୀ ଜଣଙ୍କୁ କହିଲେ, “ତୁମ୍ଭେ କାହାରିକୁ ଦିନରେ ବା ରାତିରେ ଖାଇବାକୁ ନିମନ୍ତ୍ରଣ କଲାବେଳେ କେବଳ ତୁମ୍ଭର ଭାଇ, ବନ୍ଧୁ, କୁଟୁମ୍ବ ଓ ଧନୀ ପଡ଼ୋଶୀମାନଙ୍କୁ ଡାକ ନାହିଁ। କାରଣ ଅନ୍ୟ ବେଳେ ସେମାନେ ମଧ୍ୟ ତୁମ୍ଭକୁ ତାହାଙ୍କ ସହିତ ଖାଇବାକୁ ଡାକିବେ। ସେତେବେଳେ ତୁମ୍ଭେ ତୁମ୍ଭର ପ୍ରତିଦାନ ପାଇଯିବ। 13 ବରଂ ଭୋଜି ଦେବା ସମୟରେ ଗରିବ, ପଙ୍ଗୁ, ଛୋଟା ଓ ଅନ୍ଧମାନଙ୍କୁ ଡାକ। 14 ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।”

ଗୋଟିଏ ବଡ଼ ରାତ୍ରୀ ଭୋଜି ବିଷୟରେ ଦୃଷ୍ଟାନ୍ତ(A)

15 ଯୀଶୁଙ୍କ ସହିତ ଖାଇବାକୁ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଲୋକ ଏ ସବୁ କଥା ଶୁଣି ଯୀଶୁଙ୍କୁ କହିଲା, “ପରମେଶ୍ୱରଙ୍କ ରାଜ୍ୟରେ ଭୋଜନ କରୁଥିବା ଲୋକ ବହୁତ ଖୁସୀ ହେବ।”

16 ଯୀଶୁ ସେହି ଲୋକକୁ କହିଲେ, “ଥରେ ଜଣେ ଲୋକ ଗୋଟିଏ ବଡ଼ ରାତ୍ରିଭୋଜିର ବ୍ୟବସ୍ଥା କରିଥିଲେ। ସେ ବହୁତ ଲୋକଙ୍କୁ ନିମନ୍ତ୍ରଣ କରିଥିଲେ। 17 ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’ 18 କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’ 19 ଆଉ ଜଣେ କହିଲା, ‘ମୁଁ ଏବେ ପାଞ୍ଚ ହଳ ବଳଦ କିଣିଛି। 20 ମୁଁ ତାହାଙ୍କୁ ପରଖିବାକୁ ଯିବାକୁ ବାହାରିଲିଣି। ଦୟାକରି ମୋତେ କ୍ଷମା କର।’ ତୃତୀୟ ଲୋକଟି କହିଲା, ‘ମୋର ତ ଏବେ ବାହାଘର ହୋଇଛି। ମୁଁ ଯାଇ ପାରିବି ନାହିଁ।’

21 “ତେଣୁ ଗ୍ଭକରଟି ଫେରି ଆସିଲା। ଯାହାସବୁ ଘଟିଥିଲା, ସେ ତା’ ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, “ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡ଼ିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ ଛୋଟାମାନଙ୍କୁ ଏଠାକୁ ନେଇଆସ।’

22 “ପରେ ଗ୍ଭକରଟି ତାହାଙ୍କୁ କହିଲା, “ମାଲିକ ତୁମ୍ଭେ ଯାହା କହିଲ, ମୁଁ ତ କଲି। ତଥାପି ଆଉ ଅଧିକ ଲୋକଙ୍କ ପାଇଁ ଜାଗା ବଳିଛି।’ 23 ମାଲିକ ଗ୍ଭକରକୁ କହିଲେ, ‘ରାଜପଥ ଓ ଗ୍ରାମପଥକୁ ଗ୍ଭଲିଯାଅ। ସେଠାରେ ଥିବା ଲୋକଙ୍କୁ ଆସିବାକୁ କୁହ। ମୁଁ ଗ୍ଭହେଁ, ମୋ’ ଘର ପୁରାପୁରି ଭରିଯାଉ।’ 24 ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ମଧ୍ୟ ମୋ’ ସହିତ ଆଉ କେବେ ହେଁ ଭୋଜି ଖାଇବେ ନାହିଁ।’”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center