Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଲୂକ ଲିଖିତ ସୁସମାଗ୍ଭର 21:1-19

ପ୍ରକୃତ ଦାନ(A)

21 ଯୀଶୁ ଦେଖିଲେ ଯେ କେତେକ ଧନୀଲୋକ ମନ୍ଦିରର ଦାନବାକ୍ସରେ ପରମେଶ୍ୱରଙ୍କ ପାଇଁ ଦାନ ଦେଉଛନ୍ତି। ଯୀଶୁ ଗୋଟିଏ ଗରିବ ବିଧବାକୁ ଦେଖିଲେ। ସେହି ବିଧବା ଲୋକଟି ଦାନବାକ୍ସରେ ଦୁଇଟି ତମ୍ବା ପଇସା ପକାଇଲା। ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏହି ଗରିବ ବିଧବାଟି କେବଳ ଦୁଇଟି ତମ୍ବା ପଇସା ଦାନ ଦେଲା। କିନ୍ତୁ ପ୍ରକୃତରେ ସେ ଏହି ଧନୀଲୋକମାନଙ୍କଠାରୁ ବହୁତ ଅଧିକ ଦେଲା। ଧନୀଲୋକମାନଙ୍କର ପ୍ରଚୁର ଅର୍ଥ ଅଛି। ସେମାନେ ସେମାନଙ୍କର ଦରକାର ନ ଥିବା ଅର୍ଥ ଦାନ କଲେ। ଏ ସ୍ତ୍ରୀଲୋକଟି ବହୁତ ଗରିବ। କିନ୍ତୁ ସେ ତା’ର ସର୍ବସ୍ୱ ଦାନ କରିଦେଲା। ସେହି ଅର୍ଥ ତା’ର ବଞ୍ଚିବା ପାଇଁ ଦରକାର ଥିଲା।”

ମନ୍ଦିରର ଧ୍ୱଂସ(B)

କେତେକ ଶିଷ୍ୟ ମନ୍ଦିର ବିଷୟରେ କଥାବାର୍ତ୍ତା ହେଉଥିଲେ। ସେମାନେ କହିଲେ, “ଏହା ଗୋଟିଏ ସୁନ୍ଦର ମନ୍ଦିର। ଏହା ସବୁଠାରୁ ଭଲ ପଥରରେ ତିଆରି ହୋଇଛି। ଦେଖ ପରମେଶ୍ୱରଙ୍କୁ କିପରି ଭଲଭଲ ଦାନ ଅର୍ପଣ କରାଯାଇଛି!”

କିନ୍ତୁ ଯୀଶୁ କହିଲେ, “ଏବେ ତୁମ୍ଭେମାନେ ଏଠାରେ ଯାହାସବୁ ଦେଖୁଛ, ସମୟ ଆସିବ, ଯେତେବେଳେ ଏସବୁ ଧ୍ୱଂସ ହୋଇଯିବ। ଏହି ଭବନଗୁଡ଼ିକର ପ୍ରତ୍ୟେକ ପଥର ଭୂମିସାତ୍ ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ଗୋଟିଏ ପଥର ଉପରେ ରହି ପାରିବ ନାହିଁ।”

କେତେକ ଶିଷ୍ୟ ଯୀଶୁଙ୍କୁ ପଗ୍ଭରିଲେ, “ଗୁରୁ! ଏସବୁ ଘଟଣା କେବେ ଘଟିବ? କି ପ୍ରକାରର ଲକ୍ଷଣ ଦ୍ୱାରା ଜଣା ପଡ଼ିବ ଯେ ଏ ସବୁ ଘଟଣା ଘଟିବାର ସମୟ ଆସି ଗଲାଣି?”

ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ। ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କେବେ ଡରିଯିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହେବ।”

10 ଯୀଶୁ ସେମାନଙ୍କୁ କହିଲେ, “ଦେଶ ଦେଶ ବିରୁଦ୍ଧରେ ଲଢ଼େଇ କରିବେ। ରାଜ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବେ। 11 ଭୟାନକ ଭୂମିକମ୍ପ, ରୋଗ ଓ ଅମଙ୍ଗଳର ବିଷୟ ସବୁ ଅନେକ ସ୍ଥାନରେ ଘଟିବ। କେତେକ ସ୍ଥାନରେ ମରୁଡ଼ି ପଡ଼ିବ, ଲୋକେ ଖାଇବାକୁ ପାଇବେ ନାହିଁ। ଭୟଙ୍କର ଘଟଣାମାନ ଘଟିବ। ଲୋକମାନଙ୍କୁ ଚେତାବନୀ ଦେବା ପାଇଁ ଆକାଶରେ ଅନେକ ଆଶ୍ଚର୍ଯ୍ୟ ଜନକ ବିଷୟ ଦେଖାଯିବ।

12 “କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ। 13 କିନ୍ତୁ ଏହା ତୁମ୍ଭମାନଙ୍କୁ ମୋ’ ବିଷୟରେ କହିବାକୁ ସୁଯୋଗ ଦେବ। 14 ତୁମ୍ଭେମାନେ ନିଜକୁ ରକ୍ଷା କରିବା ପାଇଁ କ’ଣ କହିବ, ସେଥିପାଇଁ ଆଦୌ ବ୍ୟସ୍ତ ହୁଅ ନାହିଁ। 15 ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭେମାନେ ଯାହା କହିବ, ତୁମ୍ଭର କୌଣସି ଶତ୍ରୁ ତା’ର ଉତ୍ତର ଦେଇ ପାରିବ ନାହିଁ। 16 ଏପରିକି ତୁମ୍ଭମାନଙ୍କର ବାପାମା, ଭାଇ, ସମ୍ପର୍କୀୟ ଓ ବନ୍ଧୁମାନେ ତୁମ୍ଭମାନଙ୍କର ବିରୋଧୀ ହୋଇଯିବେ। ସେମାନେ ତୁମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ମାରିଦେବେ। 17 ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ସବୁ ଲୋକେ ତୁମ୍ଭମାନଙ୍କୁ ଘୃଣା କରିବେ। 18 କିନ୍ତୁ ପ୍ରକୃତରେ ଏଥି ମଧ୍ୟରୁ କାହାରି ଦ୍ୱାରା ମଧ୍ୟ ତୁମ୍ଭମାନଙ୍କ କ୍ଷତି ହେବ ନାହିଁ। 19 ଏହିସବୁ ଘଟଣା ଭିତରେ ତୁମ୍ଭେମାନେ ତୁମ୍ଭ ବିଶ୍ୱାସରେ ଦୃଢ଼ ରହିଲେ ନିଜକୁ ରକ୍ଷା କରି ପାରିବ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center