Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 3:1-18

ଯୀଶୁ ଓ ନୀକଦୀମ

ନୀକଦୀମ ନାମକ ଜଣେ ବ୍ୟକ୍ତି ଥିଲେ। ସେ ଜଣେ ଫାରୂଶୀ ଥିଲେ। ସେ ଯିହୂଦୀମାନଙ୍କର ଜଣେ ମୁଖ୍ୟ ନେତା ଥିଲେ। ସେ ଦିନେ ରାତ୍ରିରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, “ହେ ଗୁରୁ, ଆମ୍ଭେ ଜାଣିଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ୱରଙ୍କ ଦ୍ୱାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଛ, ସେ ଗୁଡ଼ିକ ପରମେଶ୍ୱରଙ୍କ ସାହାଯ୍ୟ ନ ପାଇ କେହି କରି ପାରିବେ ନାହିଁ।”

ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”

ନୀକଦୀମ ତାହାଙ୍କୁ କହିଲେ, “କିନ୍ତୁ ଯଦି କୌଣସି ବ୍ୟକ୍ତି ବୃଦ୍ଧ ହୋଇ ସାରିଛି, ତେବେ ସେ କିପରି ପୁନର୍ବାର ଜନ୍ମ ନେଇ ପାରିବ? ଜଣେ ଲୋକ କଦାପି ତା’ର ମାତାର ଗର୍ଭରେ ଆଉ ଥରେ ପ୍ରବେଶ କରି ପାରିବ ନାହିଁ। ତେଣୁ ଜଣେ ବ୍ୟକ୍ତି କଦାପି ଦ୍ୱିତୀୟ ଥର ଜନ୍ମ ଗ୍ରହଣ କରି ପାରିବ ନାହିଁ।”

ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ। ଜଣେ ଲୋକର ଶରୀର ତା’ର ପିତା-ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ। ତେଣୁ ଆଶ୍ଚର୍ଯ୍ୟ ହୁଅ ନାହିଁ, କାରଣ ତୁମ୍ଭକୁ କହିଲି ଯେ, ‘ତୁମ୍ଭକୁ ନିଶ୍ଚୟ ପୁନର୍ବାର ଜନ୍ମ ହେବାକୁ ପଡ଼ିବ।’ ପବନ ତା’ ଇଚ୍ଛା ଅନୁସାରେ ବହେ ଓ ନିଜ ଇଚ୍ଛାରେ ଗତି କରେ। ତୁମ୍ଭେ ପବନ ବହିବାର ଶବ୍ଦ ଶୁଣିଥାଅ, କିନ୍ତୁ ତୁମ୍ଭେ ଜାଣି ନ ଥାଅ, ପବନ କେଉଁଠାରୁ ଆସେ ଓ କେଉଁଠାକୁ ଯାଏ। ଆତ୍ମାରୁ ଜନ୍ମ ନେଇଥିବା ପ୍ରତ୍ୟେକ ଲୋକ ଠିକ୍ ସେହିପରି।”

ନୀକଦୀମ ପଗ୍ଭରିଲେ, “ଏସବୁ କିପରି ସମ୍ଭବ ହୋଇ ପାରିବ?”

10 ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ? 11 ମୁଁ ତୁମ୍ଭକୁ ସତ୍ୟ କହୁଛି, ଆମ୍ଭେ ଯାହାସବୁ ଜାଣୁ ତାହା ସବୁ କହୁଛୁ, ଆମ୍ଭେ ଯାହା ଦେଖିଛୁ ତାହା ତୁମ୍ଭକୁ କହୁଛୁ, କିନ୍ତୁ ଆମ୍ଭେ ତୁମ୍ଭମାନଙ୍କୁ ଯାହା କହୁଛୁ, ତୁମ୍ଭେମାନେ ତାହା ଗ୍ରହଣ କରୁ ନାହଁ। 12 ମୁଁ ତୁମ୍ଭକୁ ଏ ସଂସାରର ବିଷୟ ସବୁ କହିଛି। କିନ୍ତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ। ମୁଁ ଯଦି ତୁମ୍ଭକୁ ସ୍ୱର୍ଗ ବିଷୟରେ କହିବି, ତେବେ ନିଶ୍ଚିତ ଭାବେ ତୁମ୍ଭେ ବିଶ୍ୱାସ କରିବ ନାହିଁ। 13 ମନୁଷ୍ୟପୁତ୍ର [a] କେବଳ ସେହି ଜଣେ ଯିଏ ସ୍ୱର୍ଗରୁ ଆସିଛନ୍ତି, ଓ ସେ ହିଁ ଏକମାତ୍ର ଯିଏ ସ୍ୱର୍ଗକୁ ଯାଇଛନ୍ତି।

14 “ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। [b] ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ। 15 ଏହା ଦ୍ୱାରା ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ଅନନ୍ତ ଜୀବନ ଲାଭ କରିବ।”

16 ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। 17 ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ। 18 ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center