Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 4:31-54

31 ସ୍ତ୍ରୀଲୋକଟି ନଗରରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କଲେ, “ଗୁରୁ କିଛି ଭୋଜନ କରନ୍ତୁ।”

32 କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୋ’ ପାଖରେ ଏପରି ଖାଦ୍ୟ ଅଛି, ଯାହା ବିଷୟରେ ତୁମ୍ଭେମାନେ ଜାଣ ନାହିଁ।”

33 ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”

34 ଯୀଶୁ କହିଲେ, “ଯେଉଁ ପରମେଶ୍ୱର ମୋତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ଯ୍ୟ ପୂର୍ଣ୍ଣ କରିବା ହେଉଛି ମୋର ଆହାର। 35 ତୁମ୍ଭେମାନେ ଯେତେବେଳେ କିଛି ରୋପଣ କର ସେତେବେଳେ ତୁମ୍ଭେ ସର୍ବଦା କୁହ, ‘ଶସ୍ୟ କଟା ହେବା ପାଇଁ ଆହୁରି ଗ୍ଭରି ମାସ ବାକି ଅଛି।’ କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସେମାନେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ୟ ଅଟନ୍ତି। 36 ବର୍ତ୍ତମାନ ମଧ୍ୟ ଯେଉଁ ଲୋକ ଶସ୍ୟ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ୟ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ ‌‌କଟାଳୀ ଉଭୟ ମିଳି ଆନନ୍ଦିତ କରିବେ। 37 କଥାରେ ଅଛି, ‘ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ’, ଏହି ଉକ୍ତିଟି ସତ୍ୟ। 38 ତୁମ୍ଭେ ଯାହା ବୁଣି ନ ଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭେମାନେ ସେମାନଙ୍କ କାମରୁ ଲାଭ ପାଇଲ।”

39 ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନେକ ଯୀଶୁଙ୍କୁ ବିଶ୍ୱାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟରେ ଯାହା କହିଥିଲା ସେଥିପାଇଁ ସେମାନେ ବିଶ୍ୱାସ କଲେ। ସେ ସେମାନଙ୍କୁ କହିଲା, “ଯୀଶୁ ମୋତେ ମୁଁ କରିଥିବା ପ୍ରତ୍ୟେକ ଘଟଣାମାନ କହିଲେ।” 40 ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ତାହାଙ୍କୁ ସେମାନଙ୍କ ସହିତ କିଛି ଦିନ ରହିବା ପାଇଁ ଅନୁରୋଧ କଲେ। ତେଣୁ ଯୀଶୁ ସେଠାରେ ଦୁଇ ଦିନ ରହିଲେ। 41 ଯୀଶୁଙ୍କଠାରୁ ବାଣୀ ଶୁଣି ବହୁତ ଲୋକ ତାହାଙ୍କଠାରେ ବିଶ୍ୱାସ କଲେ।

42 ଲୋକମାନେ ସେ ସ୍ତ୍ରୀକୁ କହିଲେ, “ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ୱାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ୱାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତରେ ଜଗତର ତ୍ରାଣକର୍ତ୍ତା।”

ଜଣେ ରାଜକର୍ମଗ୍ଭରୀଙ୍କ ପୁତ୍ରକୁ ଯୀଶୁ ସୁସ୍ଥ କଲେ(A)

43 ସେଠାରେ ଦୁଇ ଦିନ ରହିବା ପରେ ଯୀଶୁ ଗାଲିଲୀକୁ ଯାତ୍ରା କଲେ। 44 ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶରେ ସମ୍ମାନ ପାଏନାହିଁ। 45 ପୁଣି ଯୀଶୁ ଯେତେବେଳେ ଗାଲିଲୀରେ ପହଞ୍ଚିଲେ, ସେଠାରେ ଲୋକେ ତାହାଙ୍କୁ ସ୍ୱାଗତ କଲେ। ପୂର୍ବରୁ ଯିରୁଶାଲମରେ ନିସ୍ତାରପର୍ବ ବେଳେ ସେମାନେ ତାହାଙ୍କର କାର୍ଯ୍ୟ ସବୁ ଦେଖିଥିଲେ। ସେହି ଲୋକମାନେ ପର୍ବ ସମୟରେ ମଧ୍ୟ ଉପସ୍ଥିତ ଥିଲେ।

46 ଯୀଶୁ ଗାଲୀଲର କାନ୍ନା ନଗରକୁ ପୁଣି ଥରେ ଗଲେ। କାନ୍ନାରେ ସେ ଜଳକୁ ଦ୍ରାକ୍ଷାରସରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ୟକର୍ମଗ୍ଭରୀ କଫର୍ନାହୂମ ନଗରରେ ବାସ କରୁଥିଲେ। ଏହି ବ୍ୟକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା। 47 ସେହି ବ୍ୟକ୍ତି ଶୁଣିଲେ ଯେ ଯୀଶୁ ଯିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲିଲୀରେ ଅଛନ୍ତି, ତେଣୁ ସେ ବ୍ୟକ୍ତି କାନ୍ନାରେ ଯୀଶୁଙ୍କୁ ଦେଖାକଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବେଦନ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହେଇଥିଲା। 48 ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”

49 ରାଜକର୍ମଗ୍ଭରୀଜଣକ କହିଲେ, “ମହାଶୟ, ମୋ’ ପୁତ୍ର ମରିବା ପୂର୍ବରୁ ଆପଣ ମୋ’ ଘରକୁ ଆସନ୍ତୁ।”

50 ଯୀଶୁ ଉତ୍ତର ଦେଲେ, “ଯାଅ, ତୁମ୍ଭର ପୁଅ ବଞ୍ଚିବ।”

ଯୀଶୁଙ୍କ କଥା ସେ ବ୍ୟକ୍ତିଟି ଶୁଣି ବିଶ୍ୱାସ କଲେ ଓ ଘରକୁ ଗ୍ଭଲିଗଲେ। 51 ଘରକୁ ଯିବା ବାଟରେ ତାହାଙ୍କର କେତେଜଣ ଗ୍ଭକର ଆସି ତାହାଙ୍କୁ ଭେଟିଲେ। ସେମାନେ ତାହାଙ୍କୁ କହିଲେ, “ତୁମ୍ଭର ପୁଅ ସୁସ୍ଥ ହେଲାଣି।”

52 “ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡ଼କୁ ଗତି କଲା? ସେ ପଗ୍ଭରିଲେ।

ଗ୍ଭକରମାନେ କହିଲେ, “ଗତକାଲି ପ୍ରାୟ ଗୋଟାଏ ବେଳୁ ତା’ର ଜ୍ୱର ଛାଡ଼ିଗଲା।”

53 “ତୁମ୍ଭର ପୁଅ ବଞ୍ଚିବ,” ବୋଲି ଯୀଶୁ ଠିକ୍ ସେହି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସେହି ରାଜକର୍ମଗ୍ଭରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠାରେ ବିଶ୍ୱାସ କଲେ।

54 ଯିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ୱିତୀୟ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center