New Testament in a Year
45 ଭାବବାଣୀରେ ଏହିପରି ଲେଖା ଅଛି: ‘ପରମେଶ୍ୱର ଲୋକମାନଙ୍କୁ ଶିକ୍ଷା ଦେବେ।’ [a] ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା’ପରେ ମୋ’ ପାଖକୁ ସେ ଲୋକମାନେ ଆସନ୍ତି। 46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ୟକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କେବଳ ସେହି ଜଣେ ଦେଖିଛନ୍ତି, ଯିଏ କି ପରମେଶ୍ୱରଙ୍କଠାରୁ ଆସିଛନ୍ତି। ସେହି ଲୋକ ପରମପିତାଙ୍କୁ ଦେଖିଛନ୍ତି।
47 “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ବ୍ୟକ୍ତି ବିଶ୍ୱାସ କରେ ତେବେ ସେ ଅନନ୍ତ ଜୀବନ ଲାଭ କରେ। 48 ମୁଁ ନିଜେ ସେହି ଜୀବନଦାୟକ ଖାଦ୍ୟ। 49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତରରେ ପରମେଶ୍ୱର ଦେଇଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସେମାନେ ଅନ୍ୟ ଲୋକଙ୍କ ପରି ମରିସାରିଲେଣି। 50 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ସେହି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତେବେ ସେ କଦାପି ମରିବ ନାହିଁ। 51 ମୁଁ ସ୍ୱର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତେବେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମୋର ଶରୀର। ମୁଁ ମୋର ଶରୀର ଦେଇଦେବି, ତଦ୍ଦ୍ୱାରା ଜଗତର ଲୋକମାନେ ଜୀବନ ପାଇ ପାରିବେ।”
52 ତା’ପରେ ଯିହୂଦୀମାନେ ପରସ୍ପର ଭିତରେ ଯୁକ୍ତିତର୍କ କରିବାକୁ ଲାଗିଲେ। ସେମାନେ କହିଲେ, “ଏ ଲୋକ କିପରି ଆମ୍ଭମାନଙ୍କୁ ତା’ର ଶରୀର ଖାଇବା ପାଇଁ ଦେଇ ପାରିବ?”
53 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେ ନିଶ୍ଚୟ ମନୁଷ୍ୟପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନ କରିବ, ତେବେ ତୁମ୍ଭ ଭିତରେ ପ୍ରକୃତ ଜୀବନ ନାହିଁ। 54 ଯେଉଁ ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋ’ ରକ୍ତ ପିଏ, ସେ ଅନନ୍ତ ଜୀବନ ପାଏ। ମୁଁ ସେହି ଲୋକକୁ ଶେଷ ଦିନରେ ମୃତ୍ୟୁରୁ ଉଠେଇବି। 55 ମୋର ମାଂସ ପ୍ରକୃତ ଆହାର। ମୋର ରକ୍ତ ପ୍ରକୃତ ପାନୀୟ। 56 ଯଦି କୌଣସି ବ୍ୟକ୍ତି ମୋ’ ମାଂସ ଖାଏ ଓ ମୋର ରକ୍ତ ପିଏ, ତେବେ ସେହି ବ୍ୟକ୍ତି ମୋ’ ଭିତରେ ରହେ ଓ ମୁଁ ତା’ ଭିତରେ ରୁହେ।
57 “ପରମପିତା ମୋତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହେତୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମୋତେ ଭୋଜନ କରେ, ସେ ମୋ’ ହେତୁ ଜୀବିତ ରହିବ। 58 ମୁଁ ସେହି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସେମାନେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସେମାନେ ମୃତ୍ୟୁବରଣ କଲେ। ମୁଁ ସ୍ୱର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।”
59 ଯୀଶୁ କଫର୍ନାହୂମର ସମାଜଗୃହରେ ଏହିସବୁ କଥା ଉପଦେଶ ଦେଉଥିଲେ।
ଯୀଶୁଙ୍କୁ ଅନୁଗମନ କରୁଥିବା ଅନେକ ଲୋକ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ
60 ଯୀଶୁଙ୍କର ଶିଷ୍ୟମାନେ ଏହିସବୁ କଥା ଶୁଣିଲେ। ସେମାନଙ୍କ ଭିତରୁ ଅନେକ କହିଲେ, “ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରି ପାରିବ?”
61 ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ୟମାନେ ଏ ବିଷୟରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, “ଏ ଉପଦେଶ କ’ଣ ତୁମ୍ଭକୁ ଅସୁବିଧାରେ ପକାଉଛି? 62 ତେବେ ମନୁଷ୍ୟପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେହି ସ୍ଥାନକୁ ଫେରିଯିବେ, ଏହା ମଧ୍ୟ କ’ଣ ତୁମ୍ଭକୁ ବ୍ୟତିବ୍ୟସ୍ତ କରୁଛି? 63 ଶରୀର ମନୁଷ୍ୟକୁ ଜୀବନ ଦାନ କରେ ନାହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ। 64 କିନ୍ତୁ ତୁମ୍ଭ ଭିତରୁ କେତେକ ବିଶ୍ୱାସ କରୁ ନାହଁ। ଯୀଶୁ ବିଶ୍ୱାସ ନ କରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ଯିଏ ବିଶ୍ୱାସଘାତକତା କରିବ ସେହି ଲୋକକୁ ମଧ୍ୟ ସେ ଜାଣିଥିଲେ। 65 ଯୀଶୁ କହିଲେ, “ସେଥିପାଇଁ ମୁଁ କହିଥିଲି, ‘ଯଦି ପରମପିତା କୌଣସି ଲୋକକୁ ମୋ’ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତେବେ ସେ ଲୋକ ମୋ’ ନିକଟକୁ ଆସିପାରିବ ନାହିଁ।’”
66 ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନେକ ଶିଷ୍ୟ ତାହାଙ୍କୁ ଛାଡ଼ି ଗ୍ଭଲିଗଲେ। ସେମାନେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
67 ଯୀଶୁ ବାରଜଣ ପ୍ରେରିତଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ ମଧ୍ୟ କ’ଣ ମୋତେ ଛାଡ଼ିଯିବା ପାଇଁ ଗ୍ଭହଁ କି?”
68 ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ଆମ୍ଭେ କାହା ପାଖକୁ ଯିବୁ? ତୁମ୍ଭ ପାଖରେ ଅନନ୍ତ ଜୀବନ ଅଛି। 69 ଆମ୍ଭେ ତୁମ୍ଭଠାରେ ବିଶ୍ୱାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ୱରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ୟକ୍ତି।”
70 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।” 71 ଯୀଶୁ ଶିମୋନ ଇଷ୍କାରିୟୋତର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଥିଲେ। ସେ ବାରଜଣଙ୍କ ମଧ୍ୟରୁ ଜଣେ ଥିଲା। ପରେ ସେହି ଯିହୂଦା ତାହାଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଥିଲା।
2010 by World Bible Translation Center