New Testament in a Year
ଯୀଶୁ ଜଣେ ଜନ୍ମାନ୍ଧକୁ ଦୃଷ୍ଟିଶକ୍ତି ଦେଲେ
9 ଯୀଶୁ ଯାଉଥିବା ବେଳେ ଜଣେ ଅନ୍ଧକୁ ଦେଖିଲେ। ସେ ଲୋକଟି ଜନ୍ମରୁ ଅନ୍ଧ ଥିଲା। 2 ଯୀଶୁଙ୍କର ଶିଷ୍ୟମାନେ ତାହାଙ୍କୁ ପଗ୍ଭରିଲେ, “ଗୁରୁ, ଏହି ଲୋକଟି ଜନ୍ମରୁ ଅନ୍ଧ କିନ୍ତୁ ସେ କାହାର ପାପ ହେତୁ ଅନ୍ଧ ହୋଇ ଜନ୍ମ ହେଲା? ଏହା ତା’ ନିଜର ପାପ ନା ତା’ ପିତାମାତାଙ୍କର?”
3 ଯୀଶୁ ଉତ୍ତର ଦେଲେ, “ଏହା ତା’ର ପାପ କି ତା’ ବାପାମାଙ୍କର ପାପ ତାକୁ ଅନ୍ଧ କରି ନାହିଁ। ଏହି ଲୋକଟି ଅନ୍ଧ ହୋଇ ଜନ୍ମ ହୋଇଛି, ଯେପରି ଏହି ଲୋକକୁ ମୁଁ ସୁସ୍ଥ କଲାବେଳେ ଲୋକମାନଙ୍କ ଆଗରେ ପରମେଶ୍ୱରଙ୍କ ଶକ୍ତି ପ୍ରଦର୍ଶିତ ହୋଇପାରିବ। 4 ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ। 5 ମୁଁ ଜଗତରେ ଥିବା ପର୍ଯ୍ୟନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।”
6 ଯୀଶୁ ଏ କଥା କହିଲା ପରେ ଭୂଇଁରେ ଛେପ ପକାଇ କାଦୁଅ କରି, ସେହି କାଦୁଅକୁ ନେଇ ସେ ସେହି ଜନ୍ମାନ୍ଧ ଲୋକଟିର ଆଖିରେ ଲଗେଇ ଦେଲେ। 7 ଯୀଶୁ ତାହାଙ୍କୁ କହିଲେ, “ଯାଅ, ଶିଲୋହ ପୋଖରୀରେ ଧୋଇ ଦିଅ।” (ଶିଲୋହ ପଦର ଅର୍ଥ ‘ପ୍ରେରିତ’) ତା’ପରେ ସେ ଅନ୍ଧ ଲୋକଟି ପୋଖରୀରେ ଧୋଇ ହୋଇ ଆସିଲା। ସେ ବର୍ତ୍ତମାନ ଦେଖି ପାରୁଥିଲା।
8 କେତେକ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସେହି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, “ଦେଖ, ଯିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସେହି ନୁହେଁ କି?”
9 କେତେକ କହିଲେ, “ହଁ, ଏ ସେହି ଲୋକ।” କିନ୍ତୁ ଅନ୍ୟ ଲୋକମାନେ କହିଲେ, “ନାଁ, ଏ ସେହି ଲୋକ ନୁହେଁ। ଏ ଲୋକଟି ତା’ରି ଭଳି ଦେଖାଯାଉଛି।”
ତେଣୁ ସେ ଲୋକ ନିଜେ କହିଲା, “ମୁଁ ସେହି ଲୋକ, ଯିଏ ପ୍ରଥମେ ଅନ୍ଧ ଥିଲା।”
10 ଲୋକମାନେ ତାକୁ ପଗ୍ଭରିଲେ, “କ’ଣ ହେଲା? ତୁମ୍ଭେ କିପରି ଦୃଷ୍ଟି ଶକ୍ତି ପାଇଲ?”
11 ସେ ଲୋକଟି ଉତ୍ତର ଦେଲା “ଲୋକମାନେ ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେ ଛେପ ଦ୍ୱାରା ମାଟିକୁ କାଦୁଅ କରି ମୋ’ ଆଖିରେ ବୋଳି ଦେଲେ। ତା’ପରେ ସେ ମୋତେ ଶିଲୋହ ପୋଖରୀରେ ଧୋଇ ହେବା ପାଇଁ କହିଲେ। ତା’ପରେ ମୁଁ ସେହି ପୋଖରୀରେ ଧୋଇ ହେବା ପରେ ଦେଖି ପାରିଲି।”
12 ଲୋକମାନେ ତାହାକୁ ପଗ୍ଭରିଲେ, “ସେ ଲୋକ କେଉଁଠି ଅଛନ୍ତି?”
ଲୋକଟି କହିଲା, “ମୁଁ ଜାଣେ ନାହିଁ।”
ଯୀଶୁ ସୁସ୍ଥ କରିଥିବା ଲୋକକୁ ଯିହୂଦୀମାନଙ୍କର ପ୍ରଶ୍ନ
13 ଏହା ପରେ ଲୋକମାନେ ସେ ଲୋକଟିକୁ ଫାରୂଶୀମାନଙ୍କ ପାଖକୁ ନେଇଗଲେ। ଏହି ଲୋକଟି ପୂର୍ବରୁ ଅନ୍ଧ ଥିଲା, 14 ଯୀଶୁ କାଦୁଅ କରିଥିଲେ ଓ ତା’ ଆଖି ସୁସ୍ଥ କରିଥିଲେ। ସେ ଏ କାର୍ଯ୍ୟ ବିଶ୍ରାମବାର ଦିନ କରିଥିଲେ। 15 ତେଣୁ ଫାରୂଶୀମାନେ ମଧ୍ୟ ସେ ଲୋକକୁ ପଗ୍ଭରିଲେ. “ତୁମ୍ଭେ କିପରି ଦୃଷ୍ଟିଶକ୍ତି ପାଇଲ?”
ସେ କହିଲା, “ସେ ମୋ’ ଆଖିରେ କାଦୁଅ ଲଗେଇ ଦେଲେ। ଧୋଇବା ପରେ ମୁଁ ଏବେ ଦେଖି ପାରୁଛି।”
16 କେତେକ ଫାରୂଶୀମାନେ କହିଲେ, “ଏ ଲୋକ ବିଶ୍ରାମବାରର ନିୟମ ମାନୁନାହିଁ। ତେଣୁ ସେ ପରମେଶ୍ୱରଙ୍କ ପାଖରୁ ଆସି ନାହିଁ।”
ଅନ୍ୟମାନେ କହିଲେ, “ଜଣେ ପାପୀ କେବେ ଏଭଳି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ପାରିବ ନାହିଁ।” ଏହା ଯିହୂଦୀମାନଙ୍କ ମଧ୍ୟରେ ମତଭେଦ ହେଲା।
17 ଯିହୂଦୀମାନେ ସେହି ଲୋକକୁ ଆଉଥରେ ପଗ୍ଭରିଲେ, “ଏହି ଲୋକ (ଯୀଶୁ) ତୁମକୁ ସୁସ୍ଥ କଲା ଓ ତୁମେ ଦେଖି ପାରିଲ। ତୁମ୍ଭେ ତା’ ବିଷୟରେ କ’ଣ କହୁଛ?”
ସେହି ଲୋକଟି ଉତ୍ତର ଦେଲା, “ସେ ଜଣେ ଭବିଷ୍ୟଦ୍ବକ୍ତା।”
18 ଯିହୂଦୀମାନେ ତଥାପି ତାହାର ସୁସ୍ଥ ହେବା ବିଷୟ ବିଶ୍ୱାସ କଲେ ନାହିଁ। ସେ ଲୋକର ପିତାମାତାଙ୍କୁ ନ ଡାକିବା ପର୍ଯ୍ୟନ୍ତ ସେମାନେ ମୋଟେ ବିଶ୍ୱାସ କଲେ ନାହିଁ ଯେ, ସେ ଲୋକଟି ଅନ୍ଧ ଥିଲା ଓ ତାକୁ ସେ ଦେଖି ପାରୁଛି। 19 ଯିହୂଦୀମାନେ ତା’ର ପିତାମାତାଙ୍କୁ ପଗ୍ଭରିଲେ, “ଇଏ କ’ଣ ତୁମ୍ଭ ପୁଅ? ତୁମ୍ଭେ କହୁଛ ଯେ, ସେ ଜନ୍ମଠାରୁ ଅନ୍ଧ, ତେବେ ସେ ବର୍ତ୍ତମାନ କିପରି ଦେଖି ପାରୁଛି?”
20 ପିତାମାତା ଉତ୍ତର ଦେଲେ, “ଆମ୍ଭେ ଜାଣୁ ଯେ ଇଏ ଆମ ପୁଅ ଓ ସେ ଜନ୍ମରୁ ଅନ୍ଧ ଥିଲା। 21 କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତା’ର ଦୃଷ୍ଟିଶକ୍ତି ଦେଲା। ତାହା ଆମ୍ଭେ ଜାଣି ନାହୁଁ। ତାକୁ ପଗ୍ଭର। ନିଜ କଥା ନିଜେ କହିବା ପାଇଁ ତା’ର ବୟସ ହେଲାଣି।” 22 ଯିହୂଦୀ ନେତାମାନଙ୍କୁ ଭୟ କରି ତା’ର ପିତାମାତା ଏପରି କହିଲେ। ସେମାନେ ସେତେବେଳକୁ ସ୍ଥିର କରି ସାରିଥିଲେ, କାରଣ ଯେଉଁ ବ୍ୟକ୍ତି ଯୀଶୁଙ୍କୁ ମଶୀହ ବୋଲି ସ୍ୱୀକାର କରିବେ, ସେମାନେ ତାକୁ ଦଣ୍ଡଦେବେ ଓ ସେହି ଲୋକମାନଙ୍କୁ ସମାଜଗୃହରୁ ବାହାର କରିଦେବେ। 23 ତେଣୁ ତା’ର ପିତାମାତା କହିଲେ, “ତା’ର ଯଥେଷ୍ଟ ବୟସ ହୋଇଛି। ତାକୁ ପଗ୍ଭର।”
2010 by World Bible Translation Center