Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯୋହନ ଲିଖିତ ସୁସମାଗ୍ଭର 18:1-18

ଯୀଶୁ ବନ୍ଦୀ ହେଲେ(A)

18 ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ୟମାନଙ୍କ ସହିତ ଗ୍ଭଲିଗଲେ। ସେମାନେ କିଦ୍ରୋଣ ଉପତ୍ୟକା ପାରି ହୋଇଗଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଗ୍ଭ ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାକୁ ଗଲେ।

ଯିହୂଦା ଏହି ସ୍ଥାନ ଜାଣିଥିଲା। କାରଣ ଯୀଶୁ ପ୍ରାୟ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ସ୍ଥାନକୁ ଯାଉଥିଲେ। ସେହି ଯିହୂଦା ହିଁ ଯୀଶୁଙ୍କର ବିରୁଦ୍ଧରେ ଗଲା। ତେଣୁ ସେ ଦଳେ ସୈନ୍ୟଙ୍କୁ ନେଇ ବଗିଗ୍ଭକୁ ଗଲା। ସେ ମୁଖ୍ୟ ଯାଜକ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ପ୍ରହରୀମାନଙ୍କୁ ମଧ୍ୟ ଆଣିଥିଲା। ସେମାନେ ମଶାଲ, ଲଣ୍ଠନ ଓ ଅସ୍ତ୍ରଶସ୍ତ୍ର ଆଣି ସେଠାରେ ପହଞ୍ଚିଲେ।

ତାହାଙ୍କ ପ୍ରତି କ’ଣ ଘଟିବ, ସେ କଥା ଯୀଶୁ ଆଗରୁ ଜାଣିଥିଲେ। ସେ ସେମାନଙ୍କ ନିକଟକୁ ଯାଇ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?”

ସେହି ଲୋକମାନେ ଉତ୍ତର ଦେଲେ, “ନାଜରିତୀୟ ଯୀଶୁଙ୍କୁ।”

ଯୀଶୁ କହିଲେ, “ମୁଁ ନିଜେ ସେହି ଯୀଶୁ।” ଯୀଶୁଙ୍କ ବିରୁଦ୍ଧରେ ଯାଇଥିବା ଯିହୂଦା ମଧ୍ୟ ସେମାନଙ୍କ ସହିତ ଠିଆ ହୋଇଥିଲା। ଯେତେବେଳେ ଯୀଶୁ କହିଲେ, “ମୁଁ ଯୀଶୁ,” ଲୋକମାନେ ପଛକୁ ଘୁଞ୍ଚିଯାଇ ତଳେ ପଡ଼ିଗଲେ।

ଯୀଶୁ ସେମାନଙ୍କୁ ପୁଣି ଥରେ ପଗ୍ଭରିଲେ, “ତୁମ୍ଭେ କାହାକୁ ଖୋଜୁଛ?”

ସେମାନେ କହିଲେ, “ନାଜରିତୀୟ ଯୀଶୁଙ୍କୁ।”

ଯୀଶୁ କହିଲେ, “ମୁଁ ତ କହିଲି ଯେ ମୁଁ ସେହି ଯୀଶୁ। ଯଦି ତୁମ୍ଭେ ମୋତେ ଖୋଜୁଛ, ତେବେ ଏହି ଅନ୍ୟ ଲୋକମାନଙ୍କୁ ଏଠାରୁ ଯିବାକୁ ଛାଡ଼ିଦିଅ।” ଏପରି ଘଟିଲା ଯେହେତୁ ପୂର୍ବରୁ ତାହାଙ୍କ ଦ୍ୱାରା କଥିତ ବାଣୀ ସତ୍ୟ ହେବ: “ମୁଁ ତୁମ୍ଭେ ଦେଇଥିବା ଜଣେ ଲୋକକୁ ମଧ୍ୟ ହରେଇ ନାହିଁ।”

10 ଶିମୋନ ପିତରଙ୍କ ପାଖରେ ଗୋଟିଏ ଖଣ୍ଡା ଥିଲା। ସେ ଖଣ୍ଡା ବାହାର କରି ମୁଖ୍ୟ ଯାଜକଙ୍କ ଦାସକୁ ଆଘାତ କଲେ। ସେ ଦାସର ଡାହାଣ କାନ କଟି ଗଲା। ସେହି ଦାସର ନାମ ମା‌‌‌‌‌‌‌ଲ୍‌‌‌‌ଖ ଥିଲା। 11 ଯୀଶୁ ପିତରଙ୍କୁ କହିଲେ, “ତୁମ୍ଭେ ଖଣ୍ଡା ଖାପରେ ରଖିଦିଅ। ପରମପିତା ମୋତେ ଏହି ପିଆଲା ପିଇବାକୁ ଦେଇଛନ୍ତି, ମୁଁ ଏହା ଗ୍ରହଣ କରିବା ଉଚିତ୍।

ଯୀଶୁ ହାନାନଙ୍କ ଆଗକୁ ଅଣାଗଲେ(B)

12 ତା’ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ। 13 ସେମାନେ ତାହାଙ୍କୁ ବାନ୍ଧିଲେ ଓ ହାନାନଙ୍କ ନିକଟକୁ ଘେନିଗଲେ। ହାନାନ କୟାଫାଙ୍କର ଶ୍ୱଶୁର ଥିଲେ। ସେହି ବର୍ଷ କୟାଫା ମହାଯାଜକ ଥିଲେ। 14 କୟାଫା ଯିହୂଦୀମାନଙ୍କୁ ପରାମର୍ଶ ଦେଇଥିଲେ, “ସବୁ ଲୋକମାନଙ୍କ ମଙ୍ଗଳ ପାଇଁ ଜଣେ ପ୍ରାଣ ଦେବା ବରଂ ଭଲ।”

ଯୀଶୁଙ୍କୁ ଜାଣି ନାହାନ୍ତି ବୋଲି ପିତର ମିଥ୍ୟା କହିଲେ(C)

15 ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯୀଶୁଙ୍କ ସହିତ ଗଲେ। ସେହି ଶିଷ୍ୟଜଣ ମହାଯାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାଯାଜକଙ୍କ ଘର ଅଗଣା ପର୍ଯ୍ୟନ୍ତ ଗଲେ। 16 କିନ୍ତୁ ପିତର ଫାଟକ ବାହାରେ ଅପେକ୍ଷା କଲେ। ମହାଯାଜକଙ୍କୁ ଜାଣିଥିବା ସେହି ଶିଷ୍ୟ ଜଣକ ବାହାରକୁ ଫେରି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ। 17 ସେହି ଦାସୀ ପିତରଙ୍କୁ ପଗ୍ଭରିଲା, “ତୁମ୍ଭେ ବି କ’ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ?”

ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।”

18 ଶୀତ ହେଉଥିଲା। ଦାସ ଓ ପ୍ରହରୀମାନେ ନିଆଁ ଜାଳିଥିଲେ। ସେମାନେ ନିଆଁ ଗ୍ଭରିପଟେ ଠିଆ ହୋଇ ଦେହକୁ ସେକୁଥିଲେ। ପିତର ମଧ୍ୟ ସେଠାରେ ସେମାନଙ୍କ ସହିତ ଠିଆ ହୋଇଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center