New Testament in a Year
23 ଯୀଶୁଙ୍କୁ କ୍ରୁଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନେଇଗଲେ। ସେମାନେ ତାହାଙ୍କର ବସ୍ତ୍ର ଗ୍ଭରି ଭାଗ କଲେ। ପ୍ରତ୍ୟେକ ସୈନିକ ଗୋଟିଏ ଭାଗ ରଖିଲେ। ସେମାନେ ତାହାଙ୍କର ପିନ୍ଧା ପୋଷାକ ମଧ୍ୟ ନେଇଗଲେ। ଏହା ତଳୁ ଉପର ପର୍ଯ୍ୟନ୍ତ ବିନା ସିଲେଇରେ ଗୋଟିଏ ପୋଷାକ ଥିଲା। 24 ତେଣୁ ସେମାନେ ପରସ୍ପର କଥା ହେଲେ, “ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଲିବାଣ୍ଟ କରିବା ଉଚିତ୍।” ଏହା ଦ୍ୱାରା ଧର୍ମଶାସ୍ତ୍ରର ଉକ୍ତି ସତ୍ୟ ହେଲା:
“ସେମାନେ ନିଜ ନିଜ ମଧ୍ୟରେ ମୋର ବସ୍ତ୍ର ଭାଗ କଲେ
ଓ ମୋର ପିନ୍ଧା ପୋଷାକ ପାଇଁ ଗୁଲିବାଣ୍ଟ କଲେ।” (A)
ତେଣୁ ସୈନିକମାନେ ତାହା କଲେ।
25 ଯୀଶୁଙ୍କର ମା’ ତାହାଙ୍କ କ୍ରୁଶ ନିକଟରେ ଠିଆ ହୋଇଥିଲେ, ସେଠାରେ ତାହାଙ୍କର ମାଉସୀ, କ୍ଲୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ମଧ୍ୟ ଠିଆ ହୋଇଥିଲେ। 26 ଯୀଶୁ ତାହାଙ୍କ ମାଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ୟକୁ ମଧ୍ୟ ତାହାଙ୍କ ପାଖରେ ଠିଆ ହୋଇଥିବା ଦେଖିଲେ। ତାହାଙ୍କ ମାଙ୍କୁ କହିଲେ, “ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!” 27 ତା’ପରେ ଯୀଶୁ ତାହାଙ୍କର ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ଏଠାରେ ତୁମ୍ଭର ମା।” ତେଣୁ ଏହି ଶିଷ୍ୟ ଜଣକ ଯୀଶୁଙ୍କ ମା ଙ୍କୁ ତାହାଙ୍କ ଘରକୁ ନେଇଗଲେ।
ଯୀଶୁ ମୃତ୍ୟୁବରଣ କଲେ(B)
28 ଏବେ ସମସ୍ତ କିଛି ଶେଷ ହୋଇଯାଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ୟ ହେବା ପାଇଁ ସେ କହିଲେ, “ମୋତେ ଶୋଷ କରୁଛି।” [a] 29 ସେଠାରେ ଗୋଟିଏ ପାତ୍ରରେ ଭର୍ତ୍ତି ଖଟାପିତା ସ୍ୱାଦଯୁକ୍ତ ରସ ରଖାଯାଇଥିଲା। ସେମାନେ ଖଣ୍ଡେ ସ୍ପଞ୍ଜ୍କୁ ରସରେ ବୁଡ଼େଇ ଏଜୋପ ନଳରେ ଲଗାଇ ଯୀଶୁଙ୍କ ମୁଖ ପାଖକୁ ବଢ଼ାଇଲେ। 30 ଯୀଶୁ ତାହା ପାନ କରି କହିଲେ, “ସମାପ୍ତ ହେଲା।” ତା’ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ୟାଗ କଲେ।
31 ସେଦିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶେଷ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଗ୍ଭହୁଁ ନ ଥିଲେ ଯେ, ମୃତ ଶରୀରଗୁଡ଼ିକ କ୍ରୁଶ ଉପରେ ବିଶ୍ରାମବାର ଦିନ ପର୍ଯ୍ୟନ୍ତ ଝୁଲି ରହୁ। ତେଣୁ ସେମାନେ ପୀଲାତଙ୍କୁ ଅନୁରୋଧ କଲେ ଯେ, ସେମାନଙ୍କର ଗୋଡ଼ ଭାଙ୍ଗିଦେବା ପାଇଁ ଆଦେଶ ଦିଅନ୍ତୁ। ଯେପରି ସେମାନେ ଶ୍ରୀଘ୍ର ମରିଯିବେ ଓ ସେମାନଙ୍କର ଦେହ କ୍ରୁଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ। 32 ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ଼ ଭାଙ୍ଗିଦେଲେ। ତା’ପରେ ସେମାନେ ଅନ୍ୟ ଲୋକଟିର ଗୋଡ଼ ଭାଙ୍ଗିଦେଲେ। 33 କିନ୍ତୁ ସେମାନେ ଯେତେବେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତେବେଳେ ସେମାନେ ଦେଖିଲେ ଯେ, ସେ ମରି ସାରିଲେଣି। ତେଣୁ ସେମାନେ ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ।
34 କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ୱାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା। 35 ଯିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ଯଦ୍ଦ୍ୱାରା ତୁମ୍ଭେ ମଧ୍ୟ ଶୁଣି ବିଶ୍ୱାସ କରିବ। ସେ ଯାହା କହନ୍ତି, ତାହା ସତ୍ୟ। ସେ ଜାଣନ୍ତି ଯେ, ସେ ସତ୍ୟ କହନ୍ତି। 36 ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ରରେ ଯାହା ଲେଖା ଅଛି, ତାହା ସତ୍ୟ ହେବ, “ତାହାଙ୍କର ଗୋଟିଏ ହାଡ ମଧ୍ୟ ଭାଙ୍ଗି ଯିବ ନାହିଁ।” [b] 37 ଅନ୍ୟ ସ୍ଥାନରେ ଧର୍ମଶାସ୍ତ୍ରରେ ଲେଖାଅଛି: “ସେମାନେ ଯାହାଙ୍କୁ ବର୍ଚ୍ଛା ଦ୍ୱାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।” [c]
ଯୀଶୁଙ୍କର ସମାଧି(C)
38 ଏହା ପରେ ହାରାମାଥୀୟାର ଯୋସେଫ ନାମକ ଜଣେ ଲୋକ ପୀଲାତଙ୍କୁ ଯୀଶୁଙ୍କର ଶରୀରଟି ମାଗିଲେ। ଯୋସେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ତାହା କହିଲେ ନାହିଁ, କାରଣ ସେ ଯିହୂଦୀମାନଙ୍କୁ ଭୟ କରୁଥିଲେ। ପୀଲାତ ଯିହୂଦୀମାନଙ୍କୁ ଯୀଶୁଙ୍କର ଶରୀର ନେବା ପାଇଁ ଅନୁମତି ଦେଲେ। ତେଣୁ ଯୋସେଫ ଆସି ଯୀଶୁଙ୍କର ଶରୀର ନେଇଗଲେ।
39 ନୀକଦୀମ ମଧ୍ୟ ଯୋସେଫଙ୍କ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରିରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହୋଇଥିଲେ। ସେ ଯୀଶୁଙ୍କ ଦେହରେ ଲଗାଇବା ପାଇଁ ପ୍ରାୟ ପ୍ରଗ୍ଭଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ। 40 ଯିହୂଦୀମାନଙ୍କର ସମାଧି ଦେବା ପ୍ରଥାନୁସାରେ ସେମାନେ ଦୁହେଁ ଯୀଶୁଙ୍କର ମୃତଦେହକୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗାରେ ଗୁଡ଼େଇ ଦେଲେ। 41 ଯୀଶୁଙ୍କୁ ଯେଉଁଠାରେ କ୍ରୁଶବିଦ୍ଧ କରାଯାଇଥିଲା, ସେହି ସ୍ଥାନ ପାଖରେ ଗୋଟିଏ ବଗିଗ୍ଭ ଥିଲା। ସେହି ବଗିଗ୍ଭରେ ଗୋଟିଏ ନୂଆ କବର ଥିଲା, ଯେଉଁଥିରେ ପୂର୍ବରୁ କାହାକୁ ସମାଧି ଦିଆ ଯାଇ ନ ଥିଲା, 42 ବିଶ୍ରାମବାର ଆରମ୍ଭ ହେବା ପୂର୍ବରୁ ତାହାର ପ୍ରସ୍ତୁତି କାର୍ଯ୍ୟ ଶେଷ କରିବା ପାଇଁ ସେମାନେ ଯୀଶୁଙ୍କୁ ସେଠାରେ ସମାଧିସ୍ଥ କଲେ, କାରଣ ସେହି ସମାଧିଟି ପାଖରେ ଥିଲା।
2010 by World Bible Translation Center