Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 5:1-21

ହନନିୟ ଓ ଶଫୀରା

ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରିଦେଲେ। ସେ ତା’ ସ୍ତ୍ରୀକୁ ଜଣାଇ ତା’ର ସମ୍ମତିରେ ଏହି ସମ୍ପତ୍ତି ବିକ୍ରୀର କିଛି ଟଙ୍କା ନିଜ ପାଖରେ ରଖିଲା ଓ ବାକି ଟଙ୍କା ଆଣି ପ୍ରେରିତମାନଙ୍କ ଚରଣରେ ରଖିଲା।

ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ। ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।”

ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ। ତା’ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।

ପ୍ରାୟ ତିନିଘଣ୍ଟା ବିତିଗଲା ପରେ ତା’ ସ୍ତ୍ରୀ ଶଫୀରା ସେଠାରେ ପହଞ୍ଚିଲା। ସେ ଏହି ଘଟଣା ବିଷୟରେ କିଛି ମଧ୍ୟ ଜାଣି ନ ଥିଲା। ପିତର ତାହାକୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ ତୁମ୍ଭ ଜମି ସେତିକି ଦା‌‌‌ମ୍‌‌‌ରେ ବିକ୍ରୀ କରିଛ କି?”

ସେ ଉତ୍ତର ଦେଲା, “ହଁ, ସେହି ଦା‌‌‌ମ୍‌‌‌ରେ।”

ତା’ପରେ ପିତର କହିଲେ, “ତୁମ୍ଭେମାନେ ଦୁହେଁ ପ୍ରଭୁଙ୍କ ଆତ୍ମାକୁ ପରୀକ୍ଷା କରିବା ପାଇଁ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭର ସ୍ୱାମୀକୁ କବର ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ପହଞ୍ଚିଗଲେଣି। ତୁମ୍ଭକୁ ମଧ୍ୟ ସେମାନେ ବାହାରକୁ ଟାଣି ନେଇଯିବେ।” 10 ସେ ସ୍ତ୍ରୀଲୋକଟି ମଧ୍ୟ ତାହାଙ୍କ ପାଦତଳେ ପଡ଼ି ମରିଗଲା। ତା’ପରେ ଯୁବକମାନେ ଭିତରକୁ ଆସିଲେ ଓ ତାହାକୁ ମୃତ ଦେଖି ବାହାରକୁ ନେଇଗଲେ ଓ ତାହାର ସ୍ୱାମୀ ପାଖରେ ତାହାକୁ କବର ଦେଲେ। 11 ମଣ୍ଡଳୀର ସମସ୍ତ ବିଶ୍ୱାସୀ ଓ ଅନ୍ୟ ସମସ୍ତ ଲୋକ, ଯେଉଁମାନେ ଏ କଥା ଶୁଣିଲେ, ବହୁତ ଭୟଭୀତ ହେଲେ।

ପରମେଶ୍ୱରଙ୍କଠାରୁ ପ୍ରମାଣ

12 ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ। 13 ସେମାନଙ୍କ ସହିତ ଏକତ୍ର ଠିଆ ହେବା ପାଇଁ କେହିହେଲେ ସାହସ କଲେ ନାହିଁ। ସବୁଲୋକ ପ୍ରେରିତମାନଙ୍କର ଖୁବ୍ ପ୍ରଶଂସା କଲେ। 14 ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ। 15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ। 16 ଯିରୁଶାଲମରେ ଆଖପାଖ ସହରଗୁଡ଼ିକରୁ ଲୋକମାନେ ସେମାନଙ୍କ ରୋଗୀମାନଙ୍କୁ ଓ ଯେଉଁମାନେ ଭୂତମାନଙ୍କ ଦ୍ୱାରା ବ୍ୟତିବ୍ୟସ୍ତ ହେଉଥିଲେ, ସେମାନଙ୍କୁ ନେଇ ଆସୁଥିଲେ ଓ ସମସ୍ତେ ସୁସ୍ଥ ହୋଇ ଯାଉଥିଲେ।

ଯିହୂଦୀମାନେ ପ୍ରେରିତମାନଙ୍କୁ କ୍ଷାନ୍ତ କରିବାକୁ ଚେଷ୍ଟା

17 ମହାଯାଜକ ଓ ତାହାଙ୍କର ସବୁ ବନ୍ଧୁମାନେ, ଅର୍ଥାତ୍ ସାଦ୍ଦୂକୀ ଦଳ ଈର୍ଷାନ୍ୱିତ ହୋଇ ସେମାନଙ୍କ ବିରୁଦ୍ଧରେ ଠିଆ ହେଲେ। 18 ସେମାନେ ପ୍ରେରିତମାନଙ୍କୁ ବନ୍ଦୀକରି କାରାଗାରରେ ରଖିଲେ। 19 କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତିରେ ସେହି କାରାଗାରର କବାଟ ଖୋଲି ସେମାନଙ୍କୁ ବାହାର କରିଦେଲେ ଓ କହିଲେ, 20 “ତୁମ୍ଭେମାନେ ମନ୍ଦିରକୁ ଯାଇ, ଠିଆ ହୁଅ ଓ ଲୋକମାନଙ୍କୁ ପ୍ରଭୁ ଯୀଶୁଙ୍କ ଦତ୍ତ ଏହି ନୂତନ ଜୀବନ ବିଷୟରେ କୁହ।” 21 ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ।

ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center