Print Page Options
Previous Prev Day Next DayNext

New Testament in a Year

Read the New Testament from start to finish, from Matthew to Revelation.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 7:22-43

22 ମୋଶା ମିଶରବାସୀମାନଙ୍କର ସମସ୍ତ ବିଦ୍ୟାରେ ଶିକ୍ଷିତ ହେଲେ। ସେ ନିଜ ବକ୍ତବ୍ୟ ଓ କାମରେ ଶକ୍ତିଶାଳୀ ଥିଲେ।

23 “ତାହାଙ୍କୁ ଗ୍ଭଳିଶ୍ ବର୍ଷ ବୟସ ହେବା ବେଳେ ସେ ନିଜ ଭାଇମାନଙ୍କୁ ତଥା ଇସ୍ରାଏଲ ଲୋକମାନଙ୍କୁ ସାକ୍ଷାତ କରିବା ପାଇଁ ଇଚ୍ଛା କଲେ। 24 ମୋଶା ସେଠାରେ ଜଣେ ମିଶରୀୟ, ଜଣେ ଯିହୂଦୀ ସହିତ ଅନ୍ୟାୟ କରୁଥିବାର ଦେଖିଲେ। ତେଣୁ ସେ ଯିହୂଦୀୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ମିଶରୀୟକୁ ଦଣ୍ଡ ଦେଲେ। ସେ ତାହାକୁ ଏପରି ଆଘାତ କଲେ ଯେ, ମିଶରୀୟ ଜଣକ ସେହିଠାରେ ମରିଗଲା। 25 ମୋଶା ଭାବିଲେ ଯେ, ପରମେଶ୍ୱର ସେମାନଙ୍କର ମୁକ୍ତି ପାଇଁ ତାହାଙ୍କୁ ଏହି କାର୍ଯ୍ୟରେ ଲଗାଇ ଅଛନ୍ତି, ତାହା ତାହାଙ୍କ ଯିହୂଦୀୟ ଭାଇମାନେ ବୁଝିବେ, ମାତ୍ର ସେମାନେ ତାହା ବୁଝିଲେ ନାହିଁ।

26 “ତା’ ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧ୍ୟରେ କଳି କରୁଥିବାର ଦେଖିଲେ। ସେ ସେମାନଙ୍କ ମଧ୍ୟରେ ଶାନ୍ତି ସ୍ଥାପନ କରିବାକୁ ଚେଷ୍ଟା କଲେ ଓ କହିଲେ, ‘ହେ ଲୋକମାନେ, ତୁମ୍ଭେମାନେ ପରସ୍ପର ଭାଇ ଭାଇ। ତୁମ୍ଭେମାନେ ପରସ୍ପର ଭିତରେ କାହିଁକି କଳି କରୁଛ?’ 27 ଏହା ଶୁଣି ପଡ଼ୋଶୀ ପ୍ରତି ଅନ୍ୟାୟ କରୁଥିବା ଲୋକଟି ମୋଶାଙ୍କୁ ଠେଲିଦେଇ କହିଲା, ‘ତୁମ୍ଭକୁ ଆମ୍ଭ ଶାସକ ଓ ବିଗ୍ଭରକ ରୂପେ କିଏ ନିଯୁକ୍ତି ଦେଲା? 28 ଗତକାଲି ତୁମ୍ଭେ ଯେପରି ମିଶରୀୟକୁ ମାରିଦେଲ ସେହିପରି କ’ଣ ମୋତେ ମାରି ଦେବା ପାଇଁ?’ [a] 29 ମୋଶା ଏହା ଶୁଣି ଅତିଶୀଘ୍ର ମିଶରରୁ ଗ୍ଭଲିଗଲେ ଓ ମିଦିୟନ ଦେଶରେ ଜଣେ ବିଦେଶୀ ହୋଇ ରହିଲେ। ସେଠାରେ ତାହାଙ୍କର ଦୁଇଟି ପୁତ୍ର ହେଲେ।

30 “ଦୀର୍ଘ ଗ୍ଭଳିଶ୍ ବର୍ଷ ଅତିବାହିତ ହେବା ପରେ ଜଣେ ସ୍ୱର୍ଗଦୂତ ସୀନୟ ପର୍ବତ ନିକଟରେ ଥିବା ମରୁଭୂମିରେ ଗୋଟିଏ ଜ୍ୱଳନ୍ତ ବୁଦାର ଅଗ୍ନିଶିଖାରେ ମୋଶାଙ୍କୁ ଦର୍ଶନ ଦେଲେ। 31 ମୋଶା ସେ ଦୃଶ୍ୟ ଦେଖି ଅତ୍ୟନ୍ତ ଆଶ୍ଚର୍ଯ୍ୟ ହୋଇଗଲେ। ତାହାକୁ ଭଲଭାବେ ଦେଖିବା ପାଇଁ ନିକଟକୁ ଯିବାବେଳକୁ ସେ ପ୍ରଭୁଙ୍କର ସ୍ୱର ଶୁଣିଲେ: 32 ‘ମୁଁ ତୁମ୍ଭ ପୂର୍ବପୁରୁଷମାନଙ୍କର ପରମେଶ୍ୱର। ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର।’ [b] ଏହା ଶୁଣି ମୋଶା ଭୟରେ ଥରିଲେ ଓ ଆଉ ଦେଖିବା ପାଇଁ ସାହସ କଲେ ନାହିଁ।

33 “ତା’ପରେ ପ୍ରଭୁ ତାହାଙ୍କୁ କହିଲେ, ‘ତୁମ୍ଭେ ପାଦରୁ ପାଦୁକା କାଢ଼ିଦିଅ, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହୋଇଛ ତାହା ପବିତ୍ରଭୂମି। 34 ମୁଁ ମିଶର ଦେଶରେ ମୋ’ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ୟବହାର ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଲି। ମୁଁ ସେମାନଙ୍କୁ ମୁକ୍ତି ଦେବା ପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।’ [c]

35 “ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ। 36 ତେଣୁ ମୋଶା ମିଶର ଦେଶରେ ଓ ସୂଫ ସମୁଦ୍ରରେ ତଥା ମରୂଭୂମିରେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟ ପୂର୍ଣ୍ଣ ଚିହ୍ନ ଓ କାର୍ଯ୍ୟମାନ କରି ସେମାନଙ୍କୁ ବାହାରକୁ ଆଣିଲେ।

37 “ସେ ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ‘ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରୁ ମୋ’ ପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।’ [d] 38 ଏହି ମୋଶା ମରୁଭୂମିରେ ଯିହୂଦୀମାନଙ୍କ ମଣ୍ଡଳୀରେ ଥିଲେ। ଯେଉଁ ସ୍ୱର୍ଗଦୂତ ସୀନୟ ପର୍ବତରେ ରହି ତାହାଙ୍କ ସହିତ କଥାବାର୍ତ୍ତା ହୋଇଥିଲେ, ସେହି ସ୍ୱର୍ଗଦୂତ ଆମ୍ଭ ପିତୃପୁରୁଷ ମୋଶାଙ୍କ ସହିତ ଥିଲେ, ମୋଶା ପରମେଶ୍ୱରଙ୍କଠାରୁ ଜୀବନ ଦାନକାରୀ ଆଜ୍ଞା ପାଇଥିଲେ। ଏହି ଆଜ୍ଞାସବୁ ମୋଶା ଆମ୍ଭମାନଙ୍କୁ ଦେଲେ।

39 “କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ। 40 ସେମାନେ ହାରୋଣଙ୍କୁ ଯାଇ କହିଲେ, ‘ଆମ୍ଭମାନଙ୍କର ପଥ ଦେଖାଇବା ପାଇଁ କେତେ ଜଣ ଦେବତାଙ୍କୁ ନିର୍ମାଣ କର। ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ’ଣ ହେଲା ଆମ୍ଭେ ଜାଣି ନାହୁଁ।’ [e] 41 ସେହି ସମୟରେ ସେମାନେ ଗୋଟିଏ ବାଛୁରିର ମୂର୍ତ୍ତି ତିଆରି କରି ସେହି ମୂର୍ତ୍ତି ଆଗରେ ବଳି ଦେଲେ। ସେମାନେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସୀ ହେଲେ। 42 କିନ୍ତୁ ପରମେଶ୍ୱର ସେମାନଙ୍କଠାରୁ ବିମୁଖ ହେଲେ। ସେ ସେମାନଙ୍କୁ ଆକାଶସ୍ଥ ଭଣ୍ଡ ଦେବତାମାନଙ୍କର ପୂଜା କରିବା ପାଇଁ ଛାଡ଼ି ଦେଲେ। ଏହି ବିଷୟରେ ଭାବବାଦୀମାନଙ୍କର ପୁସ୍ତକରେ ଯେପରି ଲେଖାଅଛି,

‘ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ,
    ମୋ’ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରି ନାହଁ।
43 ତୁମ୍ଭେମାନେ ତୁମ୍ଭମାନଙ୍କ ସହିତ ମୋଲଖର ତମ୍ବୁ
    ଏବଂ ନକ୍ଷତ୍ର ଦେବତା ରମ୍ପାର ମୂର୍ତ୍ତିକୁ ମଧ୍ୟ ବୋହି ନେଇଯାଇଥିଲ।
ଏଗୁଡ଼ିକୁ ତୁମ୍ଭେମାନେ ପୂଜା କରିବା ପାଇଁ ତିଆରି କରିଥିଲ।
    ତେଣୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦେବି।’ (A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center