New Testament in a Year
ଫିଲିପ୍ପଙ୍କର ଇଥିଓପିଆରୁ ଆସିଥିବା ଲୋକଙ୍କୁ ଶିକ୍ଷା
26 ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଫିଲିପ୍ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ। ଯିରୁଶାଲମରୁ ମରୁଭୂମି ଦେଇ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସେହି ରାସ୍ତାରେ ଯାଅ।”
27 ଫିଲିପ୍ପ ପ୍ରସ୍ତୁତ ହୋଇ ବାହାରିଲେ। ସେହି ରାସ୍ତାରେ ଜଣେ ନପୁଂସକ ସଙ୍ଗରେ ଦେଖା ହେଲା। ସେହି ନପୁଂସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଗ୍ଭରି ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ଥିଲେ। ନପୁଂସକ ଜଣକ ଉପାସନା କରିବା ପାଇଁ ଯିରୁଶାଲମକୁ ଯାଇଥିଲେ। 28 ସେ ରଥରେ ବସି ଫେରିବା ସମୟରେ ଭାବବାଦୀ ଯିଶାଇୟଙ୍କର ପୁସ୍ତକରୁ ପଢୁଥିଲେ।
29 ସେତେବେଳେ ପବିତ୍ରଆତ୍ମା ଫିଲିପ୍ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।” 30 ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”
31 ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ। 32 ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:
“ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା।
ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁପ୍ହୋଇ ଠିଆ ହୁଏ,
ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।
33 ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା।
ଏହି ପୃଥିବୀରେ ତାହାଙ୍କର ଜୀବନକାଳ ଶେଷ ହେଲା।
କିଏ ତାହାଙ୍କ ବଂଶ ବିଷୟରେ କଥାବାର୍ତ୍ତା କରିବ?”(A)
34 ନପୁଂସକ ଫିଲିପ୍ପଙ୍କୁ କହିଲେ, “ମୋତେ ଦୟାକରି କୁହ, କାହା ବିଷୟରେ ଭବିଷ୍ୟଦ୍ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟରେ କହୁଛନ୍ତି ନା ଆଉ କାହା ବିଷୟରେ କହୁଛନ୍ତି?” 35 ତା’ପରେ ଫିଲିପ୍ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।
36 ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?” 37 [a] 38 ତା’ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା’ପରେ ଫିଲିପ୍ପ ଓ ନପୁଂସକ ଦୁହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ। 39 ସେମାନେ ଦୁହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନେଇଗଲେ। ନପୁଂସକ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। ସେ ଖୁସୀରେ ତାହାଙ୍କ ବାଟରେ ଗ୍ଭଲିଗଲେ। 40 କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।
2010 by World Bible Translation Center