New Testament in a Year
ଶାଉଲଙ୍କ ହୃଦୟ ପରିବର୍ତ୍ତନ
9 ଶାଉଲ ଯିରୁଶାଲମରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧରେ ହତ୍ୟାର ଭୟ ଦେଖାଇବା ପାଇଁ ଚେଷ୍ଟା କଲେ। 2 ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।
3 ସେ ଦମ୍ମେସକ ନିକଟକୁ ଆସିଲେ। ହଠାତ୍ ସ୍ୱର୍ଗରୁ ଗୋଟିଏ ଆଲୋକ ତାହାଙ୍କ ଗ୍ଭରିପଟେ ଉଦ୍ଭାସିତ ହୋଇଗଲା। 4 ସେ ଭୂମିରେ ପଡ଼ିଗଲେ। ସେ ଗୋଟିଏ ସ୍ୱର ଶୁଣିବାକୁ ପାଇଲେ, “ଶାଉଲ, ତୁମ୍ଭେ ମୋତେ କାହିଁକି ତାଡ଼ନା ଦେଉଛ?”
5 ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?”
ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ। 6 ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”
7 ତାହାଙ୍କ ସହିତ ଯାତ୍ରା କରୁଥିବା ଲୋକମାନେ ଆଶ୍ଚର୍ଯ୍ୟ ହୋଇ ଠିଆ ହେଲେ। ସେମାନେ ଏହି କଥା ଶୁଣିଲେ, କିନ୍ତୁ କାହାକୁ ସେଠାରେ ଦେଖିଲେ ନାହିଁ। 8 ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖି ପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମେସକକୁ ନେଇଗଲେ। 9 ସେ ତିନି ଦିନ ପର୍ଯ୍ୟନ୍ତ କିଛି ଦେଖି ପାରିଲେ ନାହିଁ ଓ କିଛି ଖିଆପିଆ ମଧ୍ୟ କଲେ ନାହିଁ।
10 ହନନିୟ ନାମକ ଜଣେ ଯୀଶୁଙ୍କର ଶିଷ୍ୟ ଦମ୍ମେସକରେ ଥିଲେ। ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହନନିୟ!”
ହନନିୟ କହିଲେ, “ପ୍ରଭୁ, ମୁଁ ଏଠାରେ ଅଛି।”
11 ପ୍ରଭୁ ତାହାଙ୍କୁ କହିଲେ, “ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ଯିହୂଦାଙ୍କ ଘରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ସନ୍ଧାନ ନିଅ। ଯେହେତୁ ସେ ପ୍ରାର୍ଥନା କରୁଅଛି। 12 ଏହି ଶାଉଲ ଗୋଟିଏ ଦର୍ଶନ ଦେଖିଅଛି ଯେ, ହନନିୟ ନାମକ ଜଣେ ଲୋକ ତା’ ନିକଟକୁ ଆସି, ତା’ ଉପରେ ହାତ ଥୋଇ ପ୍ରାର୍ଥନା କରୁଅଛି ଓ ତାହାଦ୍ୱାରା ସେ ପୁଣି ଦେଖି ପାରୁଛି।”
13 ହନନିୟ ଉତ୍ତର ଦେଲେ, ‘‘ପ୍ରଭୁ, ମୁଁ ବହୁତ ଲୋକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଛି। ମୁଁ ଶୁଣିଛି ଯେ, ସେ ଯିରୁଶାଲମରେ ଆପଣଙ୍କ ପବିତ୍ର ଲୋକମାନଙ୍କ ପ୍ରତି ବହୁତ ଅତ୍ୟାଗ୍ଭର କରିଛି। 14 ଏଠାରେ ମଧ୍ୟ ସେହି ଲୋକଟି ପ୍ରଧାନଯାଜକମାନଙ୍କଠାରୁ କ୍ଷମତା ପାଇ ଆପଣଙ୍କୁ ବିଶ୍ୱାସ କରୁଥିବା ସମସ୍ତ ଲୋକମାନଙ୍କୁ ବନ୍ଦୀ କରିବା ପାଇଁ ଆସିଛି।”
15 କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି। 16 ଅଣଯିହୂଦୀ, ରାଜା ଓ ଇସ୍ରାଏଲର ଲୋକମାନଙ୍କ ଆଗରେ ସେ ମୋ’ ନାମରେ ସାକ୍ଷ୍ୟ ଦେବ। ମୋ’ ନାମ ପାଇଁ ତାହାକୁ ଯେ, କେତେ କଷ୍ଟ ଦେଇ ଯିବାକୁ ହେବ ମୁଁ ନିଜେ ତାହାକୁ ଜଣାଇବି।”
17 ତେଣୁ ହନନିୟ ଯିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, “ଭାଇ ଶାଉଲ! ପ୍ରଭୁ ଯୀଶୁ ମୋତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦେଇଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖି ପାରିବ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇପାରିବ।” 18 ଏହି କଥା କହିବା ସଙ୍ଗେ ସଙ୍ଗେ ଶାଉଲଙ୍କ ଆଖିରୁ ମାଛ କାତି ପରି କିଛି ଖସି ପଡ଼ିଲା। ସେ ଦେଖି ପାରିଲେ। ତା’ପରେ ସେ ଉଠି ବାପ୍ତିଜିତ ହେଲେ। 19 କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା।
ଦମ୍ମେସକରେ ଶାଉଲଙ୍କ ପ୍ରଗ୍ଭର
ସେ ଦମ୍ମେସକ ନଗରରେ ଶିଷ୍ୟମାନଙ୍କ ସହିତ କିଛି ସମୟ ରହିଲେ। 20 ତା’ପରେ ଶାଉଲ ସିଧା ଯିହୂଦୀ ସମାଜଗୃହମାନଙ୍କରେ ପହଞ୍ଚି ସେଠାରେ ଯୀଶୁଙ୍କ ବିଷୟରେ ପ୍ରଗ୍ଭର କଲେ। ସେ ଲୋକମାନଙ୍କୁ କହିବାକୁ ଲାଗିଲେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି।’’
21 ତାହାଙ୍କ କଥା ଶୁଣୁଥିବା ସମସ୍ତ ଲୋକ ଆଶ୍ଚର୍ଯ୍ୟ ହେଲେ। ସେମାନେ କହିଲେ, “ଏ କ’ଣ ସେହି ଲୋକ ନୁହେଁ, ଯିଏ ଏହି ନାମରେ ବିଶ୍ୱାସ କରିଥିବା ଯିରୁଶାଲମର ଲୋକମାନଙ୍କୁ ତାଡ଼ନା କରୁଥିଲା? ଏହି ଲୋକ କ’ଣ ସେ ନୁହେଁ, ଯେ କି ସେମାନଙ୍କୁ ବାନ୍ଧି ନେଇ ପ୍ରଧାନଯାଜକମାନଙ୍କ ପାଖକୁ ନେଇଯିବା ପାଇଁ ଏଠାକୁ ଆସିଥିଲା।”
2010 by World Bible Translation Center