Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ହିତୋପଦେଶ 8-9

ଜ୍ଞାନ ଓ ଉତ୍ତମ ସ୍ତ୍ରୀ

ଶୁଣ, ଜ୍ଞାନ ତାଙ୍କଠାରୁ
    ଶୁଣିବାକୁ ଡାକୁଛନ୍ତି।
ମୋ’ ପଥ ପାର୍ଶ୍ୱସ୍ଥ ଉଚ୍ଚସ୍ଥାନରେ ଠିଆ ହୁଏ।
    ସେ ପ୍ରତ୍ୟେକ ସଂଯୋଗ ରାସ୍ତାରେ ଠିଆ ହୁଏ।
ସେ ନଗରଦ୍ୱାର ନିକଟରେ
    ଠିଆ ହୁଏ ଏବଂ ଡାକେ।

ଜ୍ଞାନୀ କହେ, “ହେ ମନୁଷ୍ୟଗଣ ମୁଁ ତୁମ୍ଭମାନଙ୍କୁ ଡାକୁଅଛି।
    ମୁଁ ପ୍ରତ୍ୟେକ ଲୋକଙ୍କୁ ଡାକେ।
ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ।
    ହେ ନିର୍ବୋଧମାନେ, ତୁମ୍ଭେମାନେ ସୁବିବେଚନା କର।
ଶୁଣ, କାରଣ ମୁଁ ତୁମ୍ଭକୁ ଉତ୍କୃଷ୍ଟ ବିଷୟ କହିବି।
    ଏବଂ ମୁଁ ତୁମ୍ଭମାନଙ୍କୁ ଉଚିତ୍ କଥା କହିବି।
    ଯାହା ମୋ’ ପାଟିରୁ ବାହାରିବ।
ମୋର ବାକ୍ୟସବୁ ସତ୍ୟ ଅଟେ।
    ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।
ମୁଁ ଯାହା କହେ, ତାହା ସତ୍ୟ ଓ ଯଥାର୍ଥ।
    ମୋର ବାକ୍ୟରେ ମିଥ୍ୟା କିମ୍ବା କୁଟିଳତା ନ ଥାଏ।
ଯେ ତାହା ସବୁ ବୁଝେ ସେସବୁ ତା’ ପାଇଁ ସ୍ପଷ୍ଟ।
    ଯେଉଁ ବ୍ୟକ୍ତିର ଜ୍ଞାନ ଅଛି, ସେ ସବୁ ବୁଝେ।
10 ମୋର ଶିକ୍ଷା ଗ୍ରହଣ କର, ଏହା ରୂପାଠାରୁ ମୂଲ୍ୟବାନ୍।
    ଏହା ମଧ୍ୟ ଗିନି ସୁନାଠାରୁ ମୂଲ୍ୟବାନ୍।
11 ଜ୍ଞାନ ମୁକ୍ତାଠାରୁ ମୂଲ୍ୟବାନ,
    ତୁମ୍ଭେ ଯାହା ଆଶା କରୁଛ ତାହା ଏହାଠାରୁ ଅଧିକ ମୂଲ୍ୟବାନ।

ଜ୍ଞାନ କ’ଣ କରିପାରେ

12 “ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି।
    ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ।
13 ଯଦି କେହି ଲୋକ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କରେ,
    ତେବେ ସେ ଲୋକ କୁକର୍ମକୁ ଘୃଣା କରିବ।
    ମୁଁ (ଜ୍ଞାନ) ଗର୍ବ, ଅହଙ୍କାର ଓ କୁପଥ ଏବଂ କୁଟିଳତାକୁ ଘୃଣା କରେ।
14 ମନ୍ତ୍ରଣା ଓ ତତ୍ତ୍ୱଜ୍ଞାନ ମୋ’ଠାରେ ଥାଏ।
    ମୁଁ ହିଁ ‘ସୁବିବେଚନା’ ମୋ’ଠାରେ ବଳ ଅଛି।
15 ମୋ’ ମାଧ୍ୟମରେ ରାଜାମାନେ ରାଜତ୍ୱ କରନ୍ତି।
    ଶାସନକର୍ତ୍ତାମାନେ ମୋ’ ଦ୍ୱାରା ଯଥାର୍ଥ ବିଗ୍ଭର କରନ୍ତି।
16 ମୋ’ ଦ୍ୱାରା ରାଜକୁମାରୀ ଏବଂ ଶ୍ରେଷ୍ଠଗଣ ଶାସନ କରନ୍ତି,
    ଯେଉଁମାନେ ଲୋକଙ୍କୁ ନିଷ୍କପଟ ଭାବରେ ଶାସନ କରନ୍ତି।
17 ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ।
    ଯେଉଁମାନେ ଚେଷ୍ଟା କରନ୍ତି, ମୋର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଆନ୍ତି।
18 ମୋ’ ସହିତ ଧନସମ୍ପଦ ଓ ସମ୍ମାନ ଅଛି।
    ମୁଁ ସତ୍ୟର ସମ୍ପତ୍ତି ଓ ଧାର୍ମିକତା ଦେଉଛି।
19 ମୋର ଫଳ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉତ୍ତମ ଅଟେ।
    ମୋର ଆୟୁ ରୂପା ଅପେକ୍ଷା ଉତ୍ତମ ଅଟେ।
20 ମୁଁ ଧାର୍ମିକତାର ମାର୍ଗରେ,
    ବିଗ୍ଭରର ପଥ ମଧ୍ୟରେ ଗମନ କରେ।
21 ଯେଉଁମାନେ ମୋତେ ପ୍ରେମ କରନ୍ତି, ସେମାନଙ୍କୁ ସବୁ ସମ୍ପତ୍ତିର ଅଧିକାରୀ କରେ।
    ସେମାନଙ୍କ ଭଣ୍ଡାର ପୂର୍ଣ୍ଣ କରେ।

22 “ସଦାପ୍ରଭୁ ନିଜ ଗତିର ଆରମ୍ଭରେ,
    ତାଙ୍କ କର୍ମ ସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
23 ଅନାଦିକାଳରୁ ଅବା ଆଦ୍ୟ କାଳାବଧି,
    ଅବା ପୃଥିବୀର ମୂଳ ସ୍ଥାପନର ପୂର୍ବରୁ ମୁଁ ସ୍ଥାପିତ ଅଛି।
24 ଯେତେବେଳେ ଗଭୀର ସମୁଦ୍ର ନ ଥିଲା,
    ଏବଂ ଯେତେବେଳେ ନିର୍ଝର ସକଳ ଜଳପୂର୍ଣ୍ଣ ନ ଥିବା ସମୟରେ ମୁଁ ଜନ୍ମ ହୋଇଥିଲି।
25 ପର୍ବତଗଣ ଓ ଉପପର୍ବତଗଣ ସ୍ଥାପିତ ହେବା ପୂର୍ବରୁ,
    ମୁଁ ଜନ୍ମ ହୋଇଥିଲି।
26 ସେସମୟରେ ଭୂମି କି ପ୍ରାନ୍ତର,
    କି ଜଗତସ୍ଥ ଧୂଳିର ଅଗ୍ରିମାଂଶ ସେ ସୃଷ୍ଟି କରି ନ ଥିଲେ।
27 ଯେଉଁ ସମୟରେ ସେ ସ୍ୱର୍ଗ ସ୍ଥାପନ କଲେ, ସମୁଦ୍ରର ସୀମା ସ୍ଥିର କଲେ।
    ସେ ସମୟରେ ମୁଁ ସେଠାରେ ଥିଲି।
28 ସେ ମେଘକୁ ଆକାଶରେ ଝୁଲାଇଲେ,
    ଯେତେବେଳେ ସେ ସମୁଦ୍ରର ଉତ୍ସକୁ ପୂର୍ଣ୍ଣ କଲେ।
29 ଯେଉଁ ସମୟରେ ସେ ସମୁଦ୍ରର ସୀମା ନିରୂପଣ କଲେ
    ଜଳସମୁହ ଯେପରି ତାଙ୍କର ଆଜ୍ଞା ଲଙ୍ଘନ କରି ନ ପାରେ,
ଯେଉଁ ସମୟରେ ଜଗତର ମୂଳଦୁଆସବୁ ତିଆରି କଲେ।
30 ସେହି ସମୟରେ ମୁଁ ତାଙ୍କ ନିକଟରେ କର୍ମକର୍ତ୍ତା ଥିଲି।
    ମୁଁ ପ୍ରତିଦିନ ଆନନ୍ଦଦାୟୀ ହୋଇ ତାଙ୍କ ସମ୍ମୁଖରେ ସର୍ବଦା ଆନନ୍ଦ ପ୍ରଦାନ କରୁଥିଲି।
31 ସେ ସୃଷ୍ଟି କରିଥିବା ପୃଥିବୀରେ ମୁଁ ଉପଭୋଗ କଲି।
    ମୋର ଆନନ୍ଦ ଲୋକମାନଙ୍କ ସହିତ ଥିଲା।

32 “ଏଥିପାଇଁ ହେ ମୋର ପୁତ୍ରମାନେ, ମୋର କଥା ଶୁଣ।
    ଯଦି ତୁମ୍ଭେମାନେ ମୋର ପଥ ଧରିବ, ତୁମ୍ଭେ ଧନ୍ୟ ହେବ।
33 ମୋର ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ।
    ତାହାକୁ ଅଗ୍ରାହ୍ୟ କର ନାହିଁ।
34 ଯେକେହି ମୋର କଥା ଶୁଣେ, ସେ ଖୁସୀ ହେବ।
    ସେ ମୋ’ ଦ୍ୱାର ନିକଟକୁ ସବୁଦିନ ଶୀଘ୍ର ଆସେ ଏବଂ ମୋର ଦ୍ୱାର ବାହାରେ ଅପେକ୍ଷା କରେ।
35 ଯେଉଁ ଲୋକ ମୋତେ ପାଏ, ସେ ଜୀବନ ପାଏ।
    ସେ ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାପ୍ତ ହେବ।
36 କିନ୍ତୁ ଯେ ମୋର ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ।
    ଯେଉଁସବୁ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭୟ କରନ୍ତି।”

ଜ୍ଞାନୀ ଏବଂ ଦୁଷ୍ଟ

ଜ୍ଞାନ ତା’ର ଗୃହ ନିର୍ମାଣ କରିଅଛି। ସେ ତା’ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି। ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମେଜରେ ଖାଦ୍ୟ ସଜାଇ ଅଛି। ସେ ଆପଣା ଦାସୀମାନଙ୍କୁ ପଠାଇ ଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, “ଯେଉଁ ଲୋକର ଅଭିଜ୍ଞତା ନାହିଁ ମୋ’ ପାଖକୁ ଆସୁ।” ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କହେ। “ଆସ ମୋର ଖାଦ୍ୟକୁ ଭକ୍ଷ୍ୟଣ କର ଏବଂ ମୋରଦ୍ରାକ୍ଷାରସ ପାନ କର। ଅବୋଧ ଲୋକମାନଙ୍କର ସାଙ୍ଗ ପରିତ୍ୟାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବେଚନାର ପଥରେ ଗ୍ଭଲ।”

ଜଣେ ଯିଏ ଗୋଟିଏ ମନୁଷ୍ୟକୁ ଭର୍ତ୍ସନା କରେ, ଯିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ। ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ ସେ ତୁମ୍ଭକୁ ଘୃଣା କରିବ। ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ। ଯଦି ଜ୍ଞାନୀକୁ ଉପଦେଶ ଦେବ ସେ ଆହୁରି ଜ୍ଞାନବାନ ହେବ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ୟକ୍ତିକୁ ଶିକ୍ଷା ଦେବ, ତା’ର ପାଣ୍ଡିତ୍ୟ ବୃଦ୍ଧି ପାଇବ।

10 ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ ଏବଂ ପବିତ୍ର ସ୍ୱରୂପଙ୍କ ବିଷୟକ ଜ୍ଞାନର ସୁବିବେଚନା ଅଟେ। 11 କାରଣ ମୋ’ ଦ୍ୱାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବୀ ହେବ। 12 ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ।

Foolishness­-the Othe Woman

13 ଅଜ୍ଞାନ କଳିହୁଡ଼ି ସ୍ତ୍ରୀ ଉଚ୍ଚସ୍ୱରରେ ନିର୍ବୋଧ ବିଷୟରେ କହେ। ସେ କିଛି ବୁଝିପାରେ ନାହିଁ। 14 ସେ ଆପଣା ଗୃହଦ୍ୱାର ନିକଟରେ ଓ ନଗରରେ ଉଚ୍ଚ ସ୍ଥାନରେ ଆସନ ପାରି ବସିବ। 15 ଯେତେବେଳେ ଲୋକମାନେ ନିଜ ନିଜ ପଥରେ ସଳଖ କରିଯା’ନ୍ତି, ସେହି ପଥିକମାନଙ୍କୁ ଡାକି କହେ, 16 “ଯେ ଅବୋଧ ସେ ଏଠାକୁ ଆସୁ,” ସେ ମୂର୍ଖ ଲୋକକୁ ଏହି କଥା କହେ। 17 କିନ୍ତୁ ସେ କହେ, “ଯଦି ତୁମ୍ଭେ ଜଳ ଗ୍ଭେରି କର ତାହା ତୁମ୍ଭ ନିଜ ଜଳଠାରୁ ମଧୁର। ଯଦି ତୁମ୍ଭେ ରୋଟୀ ଗ୍ଭେରି କର, ତାହା ତୁମ୍ଭ ନିଜ ଦ୍ୱାରା ପ୍ରସ୍ତୁତ ରୋଟୀଠାରୁ ସ୍ୱାଦିଷ୍ଟ।” 18 ସେହି ମୂର୍ଖ ଲୋକମାନେ ଜାଣନ୍ତି ନାହିଁ ଯେ ମୃତ ପ୍ରେତାତ୍ମା ତା’ର ଗୃହରେ ଅଛି ବୋଲି, ଏବଂ ତା’ର ନିମନ୍ତ୍ରିତଗଣ ପାତାଳର ଗଭୀର ସ୍ଥାନରେ ଅଛନ୍ତି ବୋଲି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3

ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ

ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି। ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ। ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ [a] ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।

ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି। ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

ନୂତନ ଚୁକ୍ତି ଅଧିକ ମହିମା ଆଣେ

ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା। ତା’ହେଲେ ଆତ୍ମାଙ୍କର ଜୀବନଦାୟକ ସେବା କେତେ ଅଧିକ ମହିମାଯୁକ୍ତ ନ ହେବ? ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା’ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ। 10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ। 11 ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା’ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।

12 ଆମ୍ଭମାନଙ୍କଠାରେ ଏହି ପ୍ରକାରର ଭରସା ରଖିଥିବା ହେତୁ ଆମ୍ଭେ ଅତି ସାହସୀ। 13 ଆମ୍ଭେ ମୋଶାଙ୍କ ଭଳି ନୋହୁଁ। ସେ ନିଜ ମୁଖ ମଣ୍ଡଳ ଉପରେ ଗୋଟିଏ ଆବରଣ ପକାଇଥିଲେ। ଇସ୍ରାଏଲର ଲୋକେ ଯେପରି ତାହାଙ୍କ ମୁହଁକୁ ଦେଖି ନ ପାରିବେ ତେଣୁ ମୋଶା ମୁଖ ଆଚ୍ଛାଦନ କରିଥିଲେ। ତହିଁର ମହିମା କମି କମି ଯାଉଥିଲା, ଓ ଲୋକେ ଏହି ସେବାର ଅନ୍ତ ଦେଖନ୍ତୁ, ମୋଶା ଏହା ଇଚ୍ଛା କରୁ ନ ଥିଲେ। 14 କିନ୍ତୁ ସେମାନଙ୍କର ମନଗୁଡ଼ିକ ଅବରୁଦ୍ଧ ହୋଇଯାଇଥିଲା। ଏପରିକି ଆଜି ମଧ୍ୟ ସେମାନେ ଯେତେବେଳେ ପୁରାତନ ଚୁକ୍ତିକୁ ପଢ଼ନ୍ତି ସେହି ଆବରଣଟି ଅର୍ଥକୁ ଲୁଗ୍ଭଇ ରଖେ। ସେ ଆବରଣ କଢ଼ା ଯାଇ ନାହିଁ। କେବଳ ଖ୍ରୀଷ୍ଟ ଯୀଶୁ ଏହି ଆବରଣ ଦୂର କରିଛନ୍ତି। 15 କିନ୍ତୁ ଏପରି କି ଆଜି ଯେତେବେଳେ ଏହି ଲୋକମାନେ ମୋଶାଙ୍କ ନିୟମକୁ ପଢ଼ନ୍ତି, ସେହି ଆବରଣ ହେତୁ ସେମାନେ ଏଥିର ଅର୍ଥ ବୁଝି ପାରନ୍ତି ନାହିଁ। 16 କିନ୍ତୁ ଜଣେ ଲୋକ ଯେତେବେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସେହି ଆବରଣଟି ବାହାର କରିଦିଆ ଯାଏ। 17 ପ୍ରଭୁ ଆତ୍ମା ଅଟନ୍ତି। ଯେଉଁଠାରେ ପ୍ରଭୁଙ୍କର ଆତ୍ମା ବିଦ୍ୟମାନ, ସେହିଠାରେ ସ୍ୱାଧୀନତା ଅଛି। 18 ଆମ୍ଭ ଚେହେରାଗୁଡ଼ିକ ଆଚ୍ଛାଦିତ ନୁହେଁ। ଆମ୍ଭେ ସମସ୍ତେ ପ୍ରଭୁଙ୍କର ମହିମା ପ୍ରତିଫଳିତ କରି ପାରୁ। ଆମ୍ଭେ ତାହାଙ୍କ ଭଳି ହେବାକୁ ନିଜକୁ ପରିବର୍ତ୍ତିତ କରୁ। ଏହି ପରିବର୍ତ୍ତନ ଆମ୍ଭ ଭିତରେ ଅଧିକରୁ ଅଧିକ ମହିମା ଆଣିଦିଏ। ଉକ୍ତ ମହିମା ପ୍ରଭୁଙ୍କଠାରୁ ଅର୍ଥାତ୍ ଆତ୍ମାଙ୍କଠାରୁ ପ୍ରାପ୍ତ ହେଉ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center