Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 53-55

53 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?

କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ। ଲୋକମାନେ ତାଙ୍କୁ ଘୃଣା କଲେ ଓ ବନ୍ଧୁମାନେ ତାଙ୍କୁ ପରିତ୍ୟାଗ କଲେ। ସେ ଦୁଃଖ ଓ ଶୋକ ସହିତ ପରିଚିତ ହେଲେ। ସେ ଲୋକମାନଙ୍କଠାରୁ ନିଜ ମୁଖ ଲୁଗ୍ଭଇ ରଖିଲେ। ସେ ଘୃଣିତ ହେଲେ ଏବଂ ଆମ୍ଭେମାନେ ତାଙ୍କୁ ସମ୍ମାନ ଦେଲୁ ନାହିଁ।

ମାତ୍ର ସେ ଆମ୍ଭର ଦୁଃଖ ଯାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ୟଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭେମାନେ ତାଙ୍କୁ ପରମେଶ୍ୱରଙ୍କ ଦ୍ୱାରା ନିର୍ଯ୍ୟାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ। ମାତ୍ର ସେ ଆମ୍ଭମାନଙ୍କ ପାପ ଏବଂ ଅପରାଧ ନିମନ୍ତେ କ୍ଷତବିକ୍ଷତ ହେଲେ ଓ ଆମ୍ଭମାନଙ୍କର ଭୁଲ୍ କାର୍ଯ୍ୟ ପାଇଁ ସେ ଚୂର୍ଣ୍ଣ ହେଲେ। ସେ ଆମ୍ଭମାନଙ୍କର ଶାନ୍ତିଜନକ ଶାସ୍ତିକୁ ଆପଣାର କରିଦେଲେ। ତାଙ୍କର କ୍ଷତରେ ଆମ୍ଭେମାନେ ଆରୋଗ୍ୟ ଲାଭ କଲୁ। ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।

ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ। ଲୋକମାନେ ବଳପୂର୍ବକ ତାଙ୍କୁ ବିଗ୍ଭର ପାଇଁ ଧରି ନେଲେ ଓ ଉପଯୁକ୍ତ ବିଗ୍ଭର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବେଚନା କଲା? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ। ସେ ମୃତ୍ୟୁବରଣ କଲେ ଓ ଧନୀମାନଙ୍କ ସହ କବର ନେଲେ। ପୁଣି ଦୁଷ୍ଟଗଣଙ୍କ ସହ ତାଙ୍କର କବର ନିରୂପଣ କରାଗଲା। ଯଦିଓ ତାଙ୍କର କିଛି ଛଳ ନ ଥିଲା ଓ ସେ ମିଥ୍ୟା କହି ନ ଥିଲେ, ତଥାପି ତାଙ୍କ ପ୍ରତି ଏହିପରି ଦୌରାତ୍ମ୍ୟ କରାଗଲା।

10 ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହେବ। 11 ଭୟଙ୍କର ଯାତନା ପରେ ମଧ୍ୟ ସେ ତୃପ୍ତ ହେବେ। ସେ ନିଜର ଜ୍ଞାନ ବଳରେ ପରିତୃପ୍ତ ହେବେ।

“ନିଜର ଧାର୍ମିକ ଦାସ ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହନ କରିବେ। 12 ଏହି କାରଣରୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାଙ୍କୁ ଭାରି କରାଇବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟ ଭାଗ କରି ନେବେ। କାରଣ ସେ ମୃତ୍ୟୁ ମୁଖରେ ତାଙ୍କର ଜୀବନ ଦେଇ ଦେଲେ ଓ ଅଧାର୍ମିକମାନଙ୍କ ସହିତ ପରିଗଣିତ ହେଲେ। ତଥାପି ସେ ଅନେକଙ୍କ ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।”

ପରମେଶ୍ୱର ଆପଣା ଲୋକଙ୍କୁ ଗୃହକୁ ଆଣନ୍ତି

54 “ହେ ବନ୍ଧ୍ୟା, ଅପ୍ରସୂତେ ନାରୀ! ତୁମ୍ଭେ ଗାନ କର।
ହେ ଗର୍ଭବେଦନାରହିତ ନାରୀ!
    ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର।

କାରଣ ସଦାପ୍ରଭୁ କୁହନ୍ତି,
    “ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।”

“ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ
    ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ।
    ବ୍ୟୟର ଆଶଙ୍କା କର ନାହିଁ।
ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।
    କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ
ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ
    ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।
ଭୟ କର ନାହିଁ,
    କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ;
କିମ୍ବା ବିଷଣ୍ଣମନା ହୁଅ ନାହିଁ;
    କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ।
ତୁମ୍ଭେ ଯୌବନକାଳର ଲଜ୍ଜା ଭୁଲିଯିବ
    ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।
କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି
    ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।
ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା;
    ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।

“କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା
    ଓ ମନୋଦୁଃଖିନୀ ଭାର୍ଯ୍ୟା
କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି
    ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”
“ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ୟାଗ କରିଅଛୁ,
    ମାତ୍ର ମହାକରୁଣାରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।
ଅତି କ୍ରୋଧରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଗ୍ଭଇଲୁ;
    ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା।”
    ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି।

“କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ;
    ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ,
ସେହିପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ
    କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

10 ସଦାପ୍ରଭୁ ଯେ କି ତୁମ୍ଭ ପ୍ରତି କରୁଣା କରିଅଛନ୍ତି କୁହନ୍ତି:
    “ଯଦିଓ ପର୍ବତଗୁଡ଼ିକ ବିଚଳିତ ହୋଇ ଘୁଞ୍ଚିଯିବେ;
ଉପପର୍ବତଗୁଡ଼ିକ ଟଳି ପଡ଼ିବେ,
    ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂରେଇ ଯିବ ନାହିଁ
କିମ୍ବା ଆମ୍ଭର ଶାନ୍ତିର ବ୍ୟବସ୍ଥା ଟଳିବ ନାହିଁ।”

11 “ହେ ଦୁଃଖିନୀ, ତୋଫାନ ବିଧ୍ୱସ୍ତ
    ଓ ସାନ୍ତ୍ୱନା ବିରହିତ ନଗରୀ!
    ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ
ତୁମ୍ଭର ପ୍ରସ୍ତର ବସାଇବା
    ଓ ନୀଳମଣିଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।
12 ଆମ୍ଭେ ପଦ୍ମରାଗ ମଣିରେ ତୁମ୍ଭ ସ୍ତମ୍ଭର ଚୂଡ଼ା,
    ସୂର୍ଯ୍ୟକାନ୍ତ ମଣିରେ ତୁମ୍ଭ ନଗରର ଦ୍ୱାର ସକଳ
    ଓ ମନୋରମ ପ୍ରସ୍ତରରେ ତୁମ୍ଭ ସମଗ୍ର ସୀମା ପ୍ରାଚୀର ନିର୍ମାଣ କରିବା।
13 ତୁମ୍ଭର ସନ୍ତାନମାନେ ସମସ୍ତେ ପରମେଶ୍ୱରଙ୍କ ଦ୍ୱାରା ଶିକ୍ଷିତ ହେବେ
    ଓ ସେମାନଙ୍କର ପରମ ଶାନ୍ତି ହେବ।
14 ତୁମ୍ଭେ ଧାର୍ମିକତାରେ ସ୍ଥିରୀକୃତ ହେବ;
    ତୁମ୍ଭେ ଅତ୍ୟାଗ୍ଭରରୁ ଦୂରେଇ ରହିବ;
କାରଣ ତୁମ୍ଭେ ଭୟଭୀତ ହେବ ନାହିଁ,
    ପୁଣି ଭୟଠାରୁ ଦୂରେଇ ରହିବ, କାରଣ ତାହା ତୁମ୍ଭ ନିକଟକୁ ଆସିବ ନାହିଁ।
15 ଏଠାକୁ ଦେଖ, ଲୋକମାନେ ତୁମ୍ଭ ବିରୁଦ୍ଧରେ ଏକମତ ହୋଇପାରନ୍ତି,
    କିନ୍ତୁ ସେମାନେ ମୋ’ ପ୍ରତି ଯେକେହି ତୁମ୍ଭ ବିରୁଦ୍ଧରେ ଯାଏ, ସେ ସେମାନଙ୍କ ପତିତକୁ ବହନ କରିବେ।

16 “ଦେଖ, ଯେଉଁ କମାର କୋଇଲାରେ ଅଗ୍ନିଦେଇ ତାଉ କରେ ଓ ଆପଣା କାର୍ଯ୍ୟ ପାଇଁ ଅସ୍ତ୍ର ନିର୍ମାଣ କଲେ, ଆମ୍ଭେ ତାହାର ସ୍ରଷ୍ଟା। ‘ବିନାଶପାଇଁ’ ବିନାଶକକୁ ହିଁ ଆମ୍ଭେ ସୃଷ୍ଟି କରିଅଛୁ।

17 “ତୁମ୍ଭ ବିପକ୍ଷରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହେବ ନାହିଁ। ତୁମ୍ଭ ପ୍ରତିକୂଳରେ କହୁଥିବା ବ୍ୟକ୍ତି ଦୋଷୀ ବୋଲି ବିଗ୍ଭରିତ ହେବ।”

ସଦାପ୍ରଭୁ କୁହନ୍ତି, “ଆମ୍ଭର ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ଧାର୍ମିକତା ଏହା ଅଟେ।”

ପରମେଶ୍ୱରଦତ୍ତ “ଖାଦ୍ୟ” ପ୍ରକୃତ ସନ୍ତୋଷ ଦିଏ

55 “ହେ ତୃଷାର୍ତ୍ତଗଣ, ତୁମ୍ଭେମାନେ ଜଳ ନିକଟକୁ ଆସ,
    ପୁଣି ଅର୍ଥଶୂନ୍ୟ ବ୍ୟକ୍ତି ମଧ୍ୟ ଆସୁ।
ତୁମ୍ଭେମାନେ ଆସ, କିଣ ଓ ଭୋଜନ କର।
    ହଁ, ଆସ, ଅର୍ଥ ଓ ବିନା ମୂଲ୍ୟରେ ଦ୍ରାକ୍ଷାରସ ଓ ଦୁ‌ଗ୍‌ଧ କିଣ।
ଅଖାଦ୍ୟ ପାଇଁ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ।
    ପୁଣି ଯାହା ତୃପ୍ତିକର ନୁହେଁ ସେଥିପାଇଁ କାହିଁକି ପରିଶ୍ରମ କରୁଅଛ।
ତେଣୁ ମନୋଯୋଗ ସହକାରେ ଆମ୍ଭ କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର।
    ପୁଣି ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ଆତ୍ମାକୁ ସନ୍ତୁଷ୍ଟ ହେବାକୁ ଦିଅ।
କର୍ଣ୍ଣଡେରି ଶୁଣ ଓ ଆମ୍ଭ ନିକଟକୁ ଆସ।
    ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ।
ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି
    ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ,
    ଗୋଷ୍ଠୀବର୍ଗରେ ଶାସକ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”

ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ୱାନ କରିବ
    ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ।
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପାଇଁ ଏହା ଘଟିବ।
    କାରଣ ସେ ତୁମ୍ଭକୁ ଗୌରବାନ୍ୱିତ କରିଅଛନ୍ତି।
ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କର,
    ଯେହେତୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳିଅଛି।
ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି,
    ସେ ପର୍ଯ୍ୟନ୍ତ ତାଙ୍କୁ ପ୍ରାର୍ଥନା କର।
ଦୁଷ୍ଟାଗ୍ଭରୀ ତା’ର ମନ୍ଦକାର୍ଯ୍ୟ
    ଓ ଅଧାର୍ମିକ ତା’ର ମନ୍ଦ ଚିନ୍ତା ପରିତ୍ୟାଗ କରୁ।
ସେ ସଦାପ୍ରଭୁଙ୍କ ନିକଟକୁ ଫେରି ଆସୁ ଏବଂ ସେ ତାକୁ ଦୟା କରିବେ।
    ସେ ତାକୁ କ୍ଷମା କରି ଦେବେ।
ତାକୁ ପରମେଶ୍ୱରଙ୍କ ପାଖକୁ ଫେରିବାକୁ ଛାଡ଼ିଦିଅ।

ସେ ତାକୁ ବହୁଳ ଭାବରେ କ୍ଷମା କରିବେ।

ପରମେଶ୍ୱରଙ୍କୁ ଲୋକେ ବୁଝିବେ ନାହିଁ

ସଦାପ୍ରଭୁ କୁହନ୍ତି, “ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ
    ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।
ସଦାପ୍ରଭୁ ସ୍ୱୟଂ ଏହିକଥା କହିଛନ୍ତି, ଯେପରି ପୃଥିବୀଠାରୁ ସ୍ୱର୍ଗମଣ୍ଡଳ ଉଚ୍ଚତର
    ସେହିପରି ଆମ୍ଭର ଚିନ୍ତାଧାରା ତୁମ୍ଭମାନଙ୍କର ଚିନ୍ତାଧାରାଠାରୁ ଉଚ୍ଚତର।
    ସେହିପରି ଆମ୍ଭର ମାର୍ଗସବୁ ତୁମ୍ଭମାନଙ୍କ ମାର୍ଗଠାରୁ ଉଚ୍ଚତର।”

10 “ବୃଷ୍ଟି ଓ ହିମ ଯେପରି ଆକାଶରୁ ପୃଥିବୀକୁ ଆସେ, ପୁନର୍ବାର ଫେରି ଯାଏ ନାହିଁ;
    ମାତ୍ର ଭୂମିକୁ ସିକ୍ତ କରେ ଓ ତାକୁ ଫଳବତୀ ଓ ତୃଣ ଆଦି ଉତ୍ପନ୍ନ କରାଏ,
କୃଷିକାରୀକୁ ବୀଜ ବପନ କରିବାରେ ସାହାଯ୍ୟ କରେ
    ଓ ଭୋଜନକାରୀକୁ ଶସ୍ୟ ଯୋଗାଏ।
11 ସେହିପରି ଆମ୍ଭ ମୁଖ ନିଃସୃତ ବାକ୍ୟ ନିଷ୍ଫଳ ହୋଇ
    ଆମ୍ଭ ନିକଟକୁ ଫେରି ଆସିବ ନାହିଁ;
ମାତ୍ର ଆମ୍ଭ ଇଚ୍ଛାନୁସାରେ ଆମ୍ଭ ବାକ୍ୟ ସିଦ୍ଧ ହେବ
    ଏବଂ ଯେଉଁ କାର୍ଯ୍ୟ ପାଇଁ ଆମ୍ଭେ ପ୍ରେରଣ କରିଅଛୁ, ତାହା ସଫଳ ହେବ।

12 “ଏଣୁ ତୁମ୍ଭେମାନେ ଆନନ୍ଦର ସହିତ ବାହାରି
    ଶାନ୍ତିରେ ଆଗେ ଆଗେ ଯିବ।
ପର୍ବତ ଓ ଉପପର୍ବତଗୁଡ଼ିକ ତୁମ୍ଭ ସମ୍ମୁଖରେ ଉଚ୍ଚସ୍ୱରରେ ଗାନ କରିବେ
    ଓ କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ କରତାଳି ଦେବେ।
13 କଣ୍ଟକ ବୃକ୍ଷ ପରିବର୍ତ୍ତେ ଦେବଦାରୁ ବୃକ୍ଷ ଜନ୍ମିବ।
    ପୁନଶ୍ଚ ତାହା ସଦାପ୍ରଭୁଙ୍କର ମହିମା ସ୍ୱରୂପ ହେବ
    ଓ କେବେ ଧ୍ୱଂସ ହେବ ନାହିଁ।”

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1

ପାଉଲ, ଶୀଲା ଓ ତୀମଥିଙ୍କଠାରୁ ଥେସଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର।

ତୁମ୍ଭେମାନେ ସମସ୍ତେ ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ରହିଛ।

ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କଠାରେ ରହିଥାଉ।

ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ୍ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ୱାସ ଯେହେତୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି। ତୁମ୍ଭମାନଙ୍କଠାରେ ପରସ୍ପର ପ୍ରତି ଥିବା ପ୍ରେମ ଭାବ ମଧ୍ୟ ବୃଦ୍ଧି ପାଉଛି। ଅତଏବ, ପରମେଶ୍ୱରଙ୍କର ଅନ୍ୟ ମଣ୍ଡଳୀମାନଙ୍କଠାରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରୁ। ଯେପ୍ରକାରେ ତୁମ୍ଭେମାନେ ଦୃଢ଼ ରହିଛ ଏବଂ ତୁମ୍ଭର ବିଶ୍ୱାସ ରହିଛି, ଆମ୍ଭେ ଏହା ବିଷୟରେ ପରମେଶ୍ୱରଙ୍କ ଅନ୍ୟ ମଣ୍ଡଳୀ ଗୁଡ଼ିକରେ କହୁ। ତୁମ୍ଭେମାନେ ଦୁଃଖ କଷ୍ଟ ଓ ଅନେକ ଅସୁବିଧାର ସମ୍ମୁଖୀନ ହେଉଛ; କିନ୍ତୁ ତୁମ୍ଭେମାନେ ନିଜର ଦୃଢ଼ତା ଓ ବିଶ୍ୱାସ ଆଦୌ ନ ହରାଇ ଆଗେଇ ଗ୍ଭଲିଛ।

ପରମେଶ୍ୱରଙ୍କ ନ୍ୟାୟ ସମ୍ପର୍କରେ ପାଉଲ କହନ୍ତି

ପରମେଶ୍ୱର ତାହାଙ୍କର ବିଗ୍ଭରରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ୱର ଗ୍ଭହାନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ୟରେ ପ୍ରବେଶ ପାଇଁ ଯୋଗ୍ୟ ହୁଅ, ଯେଉଁଥିପାଇଁ ତୁମ୍ଭେମାନେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ। ଯାହା ଠିକ୍ ପରମେଶ୍ୱର ତାହା କରିବେ। ଯେଉଁ ଲୋକମାନେ ତୁମ୍ଭମାନଙ୍କୁ କଷ୍ଟ ଦିଅନ୍ତି, ପରମେଶ୍ୱର ସେମାନଙ୍କୁ କଷ୍ଟ ଦେବେ। ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ୱର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ୟ ଶାନ୍ତି ଦେବେ। ଯେତେବେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ୱର୍ଗଦୂତମାନଙ୍କ ସହିତ ସ୍ୱର୍ଗରୁ ଆସିବେ, ସେତେବେଳେ ପରମେଶ୍ୱର ଆମ୍ଭର ଦୁଃଖ ଉପଶମ କରିଦେବେ। ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଗ୍ଭରକୁ ମାନନ୍ତି ନାହିଁ, ସେମାନଙ୍କୁ ଦଣ୍ଡ ଦେବା ଲାଗି ସେ ଜ୍ୱଳନ୍ତ ଅଗ୍ନିଶିଖା ସହିତ ଆସିବେ। ସେହି ଲୋକମାନେ ଅନନ୍ତ ବିନାଶ ଦ୍ୱାରା ଦଣ୍ଡିତ ହେବେ। ସେମାନଙ୍କୁ ପ୍ରଭୁଙ୍କ ସହିତ ରହିବାକୁ ଦିଆ ଯିବ ନାହିଁ। ପ୍ରଭୁଙ୍କର ମହାନଶକ୍ତିଠାରୁ ସେମାନଙ୍କୁ ଦୂରରେ ରଖାଯିବ। 10 ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣରେ ମହିମା ମଣ୍ଡିତ ହେବା ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ୱାସ କରିଛନ୍ତି, ସେମାନେ ଯୀଶୁଙ୍କୁ ଦେଖି ବିସ୍ମିତ ହେବେ। ଯେହେତୁ ତୁମ୍ଭେମାନେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ୱାସ କରିଛ, ସେଥିପାଇଁ ସେହି ବିଶ୍ୱାସୀ ମଣ୍ଡଳୀରେ ତୁମ୍ଭେମାନେ ମଧ୍ୟ ଥିବ।

11 ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପ୍ରାର୍ଥନା କରୁଛୁ। ପରମେଶ୍ୱର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଭାବିବେ, ସେଭଳି ଧାର୍ମିକ ଭାବରେ ଜୀବନଯାପନ କରିବା ପାଇଁ ଓ ସାହାଯ୍ୟ କରିବା ପାଇଁ, ଆମ୍ଭେ ଆମ୍ଭ ପରମେଶ୍ୱରଙ୍କୁ ପ୍ରାର୍ଥନା କରୁଛୁ। ତୁମ୍ଭମାନଙ୍କଠାରେ ଥିବା ଭଲ ବିଷୟ ତୁମ୍ଭକୁ ଭଲ କାମ କରିବା ପାଇଁ ଇଚ୍ଛୁକ କରୁ। ତୁମ୍ଭମାନଙ୍କଠାରେ ଥିବା ବିଶ୍ୱାସ ଦ୍ୱାରା ତୁମ୍ଭେମାନେ କାମ କର। ଉକ୍ତ କାମଗୁଡ଼ିକ ତୁମ୍ଭେ ଅଧିକରୁ ଅଧିକ କର ବୋଲି ପରମେଶ୍ୱର ନିଜ ଶକ୍ତି ଦ୍ୱାରା ତୁମ୍ଭମାନଙ୍କୁ ସାହାଯ୍ୟ କରନ୍ତୁ ବୋଲି ଆମ୍ଭେ ପ୍ରାର୍ଥନା କରୁ। 12 ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କ ମାଧ୍ୟମରେ ମହିମାନ୍ୱିତ ହେଉ। ଏହା ଆମ୍ଭେ ପ୍ରାର୍ଥନା କରୁ। ତୁମ୍ଭେମାନେ ମଧ୍ୟ ତାହାଙ୍କଠାରେ ମହିମାନ୍ୱିତ ହୋଇପାରିବ। ଆମ୍ଭ ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାରୁ ସେହି ମହିମା ପ୍ରାପ୍ତ ହୁଏ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center