Old/New Testament
5 “ଆୟୁବ, ତୁମ୍ଭେ ତାଙ୍କୁ ଡାକ, ଯଦି ତୁମ୍ଭେ ଗ୍ଭହୁଁଛ, କିନ୍ତୁ କେହି ତୁମ୍ଭକୁ ଉତ୍ତର ଦେବାକୁ ଏଠାରେ ନାହିଁ।
ତୁମ୍ଭେ ସ୍ୱର୍ଗଦୂତମାନଙ୍କୁ ବଦଳାଇ ପାରିବ ନାହିଁ।
2 ଜଣେ ନିର୍ବୋଧଲୋକର ରାଗ ହିଁ ତାକୁ ହତ୍ୟା କରେ
ଓ କ୍ରୋଧ ନିରୀହ ଲୋକକୁ ବଧ କରେ।
3 ମୁଁ ଜଣେ ଏପରି ନିର୍ବୋଧଲୋକକୁ ଦେଖିଛି ଯିଏ ଭାବୁଥିଲା ଯେ ସେ ସୁରକ୍ଷିତ,
କିନ୍ତୁ ହଠାତ୍ ସେ ଅଭିଶପ୍ତ ହେଲା।
4 ତା’ର ସନ୍ତାନମାନଙ୍କୁ ସାହାଯ୍ୟ କରିବାକୁ କେହି ନ ଥିଲେ।
ସେମାନଙ୍କୁ ଦରବାରରେ କେହି ପକ୍ଷସମର୍ଥନ କଲେ ନାହିଁ।
5 କ୍ଷୁଧାର୍ତ୍ତ ଲୋକେ ସେମାନଙ୍କର ଶସ୍ୟସବୁ ଖାଇଦେଇଛନ୍ତି।
ସେହି କ୍ଷୁଧାର୍ତ୍ତ ଲୋକେ ମଧ୍ୟ କଣ୍ଟା ମଧ୍ୟରୁ ଶସ୍ୟକଣାକୁ ନେଇଯାଇଛନ୍ତି।
ଲୋଭୀ ଲୋକ ସେମାନଙ୍କର ସବୁକିଛି ଲୁଟି ନେଇଛନ୍ତି।
6 ଦୁଃସମୟ ଧୂଳିରୁ ଉତ୍ପନ୍ନ ହୁଏ ନାହିଁ,
କଷ୍ଟ ଭୂମିରୁ ଉତ୍ପନ୍ନ ହୁଏ ନାହିଁ।
7 କିନ୍ତୁ ମଣିଷ ଜନ୍ମ ହୋଇଛି କଷ୍ଟ ସହିବା ଲାଗି,
ଯେପରି ନିଶ୍ଚୟ ଅଗ୍ନିକଣିକା ଅଗ୍ନିରୁ ଉପରକୁ ଉଡ଼ିବୁଲେ।
8 କିନ୍ତୁ ଆୟୁବ ମୁଁ ଯଦି ତୁମ୍ଭ ଜାଗାରେ ଥା’ନ୍ତି
ନିଶ୍ଚୟ ପରମେଶ୍ୱରଙ୍କୁ ଡାକି ନିଜର ସମସ୍ତ ଦୁଃଖ ତାଙ୍କୁ ଜଣାନ୍ତି।
9 ଲୋକେ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକର୍ମକୁ ବୁଝିପାରନ୍ତି ନାହିଁ,
କି ତାଙ୍କର ଅଲୌକିକ କାର୍ଯ୍ୟର ମଧ୍ୟ ଅନ୍ତ ନାହିଁ।
10 ପରମେଶ୍ୱର ପୃଥିବୀରେ ବର୍ଷା କରାନ୍ତି
ଓ ଶସ୍ୟକ୍ଷେତ୍ରକୁ ଜଳ ପ୍ରଦାନ କରନ୍ତି।
11 ପରମେଶ୍ୱର ନମ୍ର ଲୋକକୁ ଉପରକୁ ଉଠାନ୍ତି
ଏବଂ ଯେଉଁମାନେ ଅତି ଦୁଃଖୀ ସେମାନଙ୍କୁ ଖୁସୀ କରାନ୍ତି।
12 ପରମେଶ୍ୱର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ୟର୍ଥ କରନ୍ତି
ଏବଂ ସେମାନଙ୍କୁ ସଫଳତା ଦିଅନ୍ତି ନାହିଁ।
13 ପରମେଶ୍ୱର ଚତୁର ଲୋକମାନଙ୍କୁ ମଧ୍ୟ ତାଙ୍କ ଫାନ୍ଦରେ ଧରନ୍ତି,
ସେମାନଙ୍କର ଚତୁର ଯୋଜନା ସଫଳ କରାନ୍ତି ନାହିଁ।
14 ସେହି ଚତୁର ଲୋକମାନେ ଦିନ ବେଳେ ଝୁଣ୍ଟି ପଡ଼ନ୍ତି, ଯେପରି କି ତାହା ଅନ୍ଧକାର,
ମଧ୍ୟାହ୍ନରେ ମଧ୍ୟ ସେମାନେ ଏପରି ଲୋକପରି ରାସ୍ତା ଅଣ୍ଡାଳି ହୁଅନ୍ତି, ଯେପରି କି ତାହା ମଧ୍ୟରାତ୍ରି।
15 ପରମେଶ୍ୱର ଗରିବ ଲୋକମାନଙ୍କୁ ସେହି ଚତୁର ଲୋକଙ୍କର କଟୁବାକ୍ୟରୁ ରକ୍ଷା କରନ୍ତି।
ସେ ଗରିବ ଲୋକଙ୍କୁ ପରାକ୍ରମୀ ଲୋକ କବଳରୁ ଉଦ୍ଧାର କରନ୍ତି।
16 ସେଥିପାଇଁ ଗରିବ ଲୋକଙ୍କ ପାଇଁ ଭରସା ଅଛି
ଓ ଅନ୍ୟାୟକାରୀ ନିଶ୍ଚୟ ନୀରବ ରହିବ।
17 ଯେଉଁ ମନୁଷ୍ୟକୁ ପରମେଶ୍ୱର ସଂଶୋଧନ କରନ୍ତି, ସେ ଭାଗ୍ୟବାନ୍।
ତେଣୁ ସେହି ସର୍ବଶକ୍ତିମାନ ପରମେଶ୍ୱର ଯେତେବେଳେ ତୁମ୍ଭକୁ ଦଣ୍ଡ ଦିଅନ୍ତି, ତାଙ୍କ ବିରୁଦ୍ଧରେ ଅଭିଯୋଗ କର ନାହିଁ।
18 ପରମେଶ୍ୱରଙ୍କ ଦଣ୍ଡରେ ଯେଉଁ କ୍ଷତ ହୁଏ ପୁଣି ସେ ନିଜେ ସେମାନଙ୍କର କ୍ଷତରେ ପଟି ବାନ୍ଧନ୍ତି।
ପରମେଶ୍ୱର ହୁଏତ ଜଣକୁ ଆଘାତ କରନ୍ତି, କିନ୍ତୁ ତାଙ୍କ ହାତ ସୁସ୍ଥତା ମଧ୍ୟ ଆଣେ।
19 ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରି ପାରିବେ।
ହଁ, ଦରକାର ପଡ଼ିଲେ ବିନା ଆଘାତରେ ସାତୋଟି ଦୁର୍ବିପାକରୁ ରକ୍ଷା କରି ପାରିବେ।
20 ଦୁର୍ଭିକ୍ଷ ସମୟରେ ପରମେଶ୍ୱର
ତୁମ୍ଭକୁ ମୃତ୍ୟୁ ମୁଖରୁ ରକ୍ଷା କରି ପାରିବେ।
ଯୁଦ୍ଧ ସମୟରେ ତୁମ୍ଭକୁ
ଖଡ଼୍ଗ ମୁଖରୁ ବଞ୍ଚାଇ ପାରିବେ।
21 ପରମେଶ୍ୱର ତୁମ୍ଭକୁ ଲୋକଙ୍କ ଜିହ୍ୱାର ଅନିଷ୍ଟକର ବାକ୍ୟରୁ ଉଦ୍ଧାର କରି ପାରିବେ।
ପରମେଶ୍ୱର ତୁମ୍ଭକୁ ରକ୍ଷା କରିବେ,
ତେଣୁ ଯେତେବେଳେ ବିପଦ ଆସୁଛି, ତୁମ୍ଭେ ଭୟଭୀତ ହୁଅ ନାହିଁ।
22 ବିନାଶ ଓ ଦୁର୍ଭିକ୍ଷ ପ୍ରତି ତୁମ୍ଭେ ହସିପାର।
ତୁମ୍ଭେ ବଣୁଆ ହିଂସ୍ର ଜନ୍ତୁକୁ ଭୟ କର ନାହିଁ।
23 ତୁମ୍ଭର ପରମେଶ୍ୱରଙ୍କ ସହିତ ଚୁକ୍ତି ହୋଇଛି।
ତେଣୁ କ୍ଷେତର ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ୟ ତୁମ୍ଭ ସହିତ ଶାନ୍ତିରେ ରହିବେ।
24 ତୁମ୍ଭେ ଶାନ୍ତିରେ ରହିପାରିବ କାରଣ ତୁମ୍ଭର ତମ୍ବୁ ସୁରକ୍ଷିତ ଅଛି।
ତୁମ୍ଭେ ତୁମ୍ଭର ସମ୍ପତ୍ତିକୁ ଗଣି ପାରିବ ଏବଂ ଦେଖିବ କିଛି ହଜିଯାଇ ନାହିଁ।
25 ତୁମ୍ଭର ଅନେକ ସନ୍ତାନସନ୍ତତି ହେବେ,
ଏତେ ଅଧିକ ଯେପରି କି ପୃଥିବୀ ଉପରେ ଘାସର ଝାଡ଼ ପରି।
26 ତୁମ୍ଭେ ଗହମ କ୍ଷେତ୍ରରେ ଗହମ ସଦୃଶ ଯିଏ ଅମଳ ସମୟ ପର୍ଯ୍ୟନ୍ତ ବୃଦ୍ଧି ପାଇବ।
ହଁ ତୁମ୍ଭେ ଅତ୍ୟଧିକ ବୃଦ୍ଧି ହେଲା ପର୍ଯ୍ୟନ୍ତ ବଞ୍ଚି ରହିବ।
27 ଆୟୁବ, ଦେଖ ଆମ୍ଭେମାନେ ଏସବୁ ଜିନିଷ ଅନୁସନ୍ଧାନ କରି ସେମାନଙ୍କୁ ଜାଣିଛୁ ଏବଂ ଏସବୁ ସତ୍ୟ ବୋଲି ମଧ୍ୟ ଜାଣିଛୁ।
ତେଣୁ ଆମ୍ଭ କଥା ଶୁଣ ଏବଂ ସେଗୁଡ଼ିକ ଆପଣା ମଙ୍ଗଳ ନିମନ୍ତେ ଶିକ୍ଷା କର।”
ଆୟୁବ ଇଲିଫସ୍କୁ ଉତ୍ତର ଦେଲା
6 ଏହା ପରେ ଆୟୁବ ଉତ୍ତର ଦେଇ କହିଲା,
2 “ଯଦି ମୋର ଦୁଃଖ ଓଜନ କରାଯାଇ ପାରନ୍ତା।
ଯଦି ମୋର ସମସ୍ତ ଦୁର୍ଗତି ତରାଜୁର ଏକ ପାଖରେ ରଖାଯା’ନ୍ତା,
3 ତୁମ୍ଭେ ମୋର ଦୁଃଖକୁ ବୁଝି ପାରନ୍ତ।
ମୋର ଦୁଃଖ ସମୁଦ୍ରର ସମସ୍ତ ବାଲିଠାରୁ ଅଧିକ ଭାରୀ ହୁଅନ୍ତା।
ତେଣୁ ସେଥିପାଇଁ ମୋର କଥାସବୁ ମୂର୍ଖାମୀ ବୋଲି ଜଣା ପଡ଼ୁଛି।
4 ପରମେଶ୍ୱର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମୋ’ ଅନ୍ତରକୁ ବିଦ୍ଧ କରୁଛି।
ମୋର ଆତ୍ମା ସେହି ବାଣର ବିଷକୁ ପାନ କରୁଛି।
ପରମେଶ୍ୱରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମୋର ବିରୁଦ୍ଧରେ ଗୋଟିଏ ଧାଡ଼ିରେ ସଜାଇ ରଖାଯାଇଛି।
5 ତୁମ୍ଭର ବାକ୍ୟସବୁ କହିବାକୁ ସହଜ, ଯେତେବେଳେ କିଛି ଅଘଟଣ ଘଟି ନ ଥାଏ।
ଏପରିକି ଗୋଟିଏ ବଣୁଆ ଗଧ ମଧ୍ୟ କିଛି ଅଭିଯୋଗ କରେ ନାହିଁ, ଯେତେବେଳେ ସେ ପ୍ରଚୁର ଘାସ ଖାଇବାକୁ ପାଏ
ଏବଂ ଗୋଟିଏ ଗାଈ ମଧ୍ୟ କିଛି ଅଭିଯୋଗ କରେ ନାହିଁ, ଯେତେବେଳେ ତା’ ନିକଟରେ ତା’ ନିଜର ଖାଦ୍ୟ ଥାଏ।
6 ଲବଣ ବିନା ଖାଦ୍ୟ ସ୍ୱାଦିଷ୍ଟ ଲାଗେ ନାହିଁ।
ଅଣ୍ଡାର ଧଳା ଲାଳର ଯେମିତି କୌଣସି ସ୍ୱାଦ ନ ଥାଏ।
7 ମୁଁ ତାକୁ ସ୍ପର୍ଶ କହିବାକୁ ମନା କରେ
କାରଣ ସେପ୍ରକାର ଖାଦ୍ୟ ମୋତେ ରୋଗୀଣା କରି ପକାଏ।
8 “ମୁଁ ଗ୍ଭହୁଁଛି, ମୁଁ ଯାହା ମାଗିଛି ତାହା ମୁଁ ପାଆନ୍ତି।
ମୁଁ ଇଚ୍ଛାକରେ ଯାହା ମୋର ଦରକାର ପରମେଶ୍ୱର ମୋତେ ଦେବେ।
9 ମୁଁ ଇଚ୍ଛା କରେ ପରମେଶ୍ୱର ମୋତେ ଦଳି ଦିଅନ୍ତୁ,
ତୁମ୍ଭର ହାତ ବଢ଼ାଅ ଓ ମାରି ଦିଅ।
10 ଯଦି ସେ ତାହା କରି ମୋତେ ମାରି ଦିଅନ୍ତେ, ମୁଁ ଗୋଟିଏ ବିଷୟରେ ଅନ୍ତତଃ ସାନ୍ତ୍ୱନା ପାଆନ୍ତି,
ଏହି ନିଷ୍ଠୁର ଯନ୍ତ୍ରଣା ମଧ୍ୟରେ ମୁଁ ଆନନ୍ଦ ପାଆନ୍ତି,
କାରଣ ପରମେଶ୍ୱରଙ୍କ ସେହି ପବିତ୍ର ଜଣଙ୍କର କୌଣସି ଆଜ୍ଞାକୁ ମୁଁ ଅବମାନନା କରି ନାହିଁ।
11 ମୋର କ’ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି?
ମୁଁ ଜାଣେନା ମୋର କ’ଣ ହେବାକୁ ଯାଉଛି।
ସେଥିପାଇଁ ମୋର ଧୈର୍ଯ୍ୟ ଧରିବା ପାଇଁ କୌଣସି କାରଣ ନାହିଁ।
12 ମୁଁ ପଥର ଭଳି ଶକ୍ତ ନୁହେଁ।
ମୋର ମାଂସ ତମ୍ବାରେ ତିଆରି ନୁହେଁ।
13 ନିଜକୁ ସାହାଯ୍ୟ କରିବାକୁ ମୋର ଶକ୍ତି ବର୍ତ୍ତମାନ ନାହିଁ।
କାରଣ ସମସ୍ତ ସଫଳତା ମୋ’ଠାରୁ କାଢ଼ି ନିଆଯାଇଅଛି।
14 ଜଣେ ବ୍ୟକ୍ତିର ସାଙ୍ଗମାନେ ତା’ର କଷ୍ଟ ସମୟରେ ତାକୁ ଦୟା କରିବା କଥା,
ଯଦିଓ ସେ ସର୍ବଶକ୍ତିମାନ ପରମେଶ୍ୱରଙ୍କଠାରୁ ବିମୁଖ ହୁଏ।
15 କିନ୍ତୁ ତୁମ୍ଭେ ମୋର ଭାଇମାନେ ମୋ’ ପ୍ରତି ବିଶ୍ୱସ୍ତ ନୁହଁ।
ମୁଁ ତୁମ୍ଭ ଉପରେ ନିର୍ଭର କରି ପାରିବି ନାହିଁ।
ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ।
ତୁମ୍ଭେ ସେହି ଉଛୁଳିବା ଝରଣାପରି।
16 କେତେବେଳେ ବରଫରେ ଭର୍ତ୍ତି ହୋଇଯାଏ ଏବଂ ବରଫ ତରଳି ଯାଏ।
17 କିନ୍ତୁ ଯେତେବେଳେ ପାଗ ଉତ୍ତପ୍ତ ଓ ଶୁଖିଲା ଥାଏ
ଜଳ ପ୍ରବାହିତ ବନ୍ଦ ହୁଏ।
and the stream disappears.
18 ବ୍ୟବସାୟୀ ତାଙ୍କ ପଥରୁ ପାଣି ଖୋଜିବା ପାଇଁ ବିମୁଖ ହୁଅନ୍ତି।
ସେମାନେ ମରୁଭୂମିକୁ ଗ୍ଭଲିଯାଆନ୍ତି ଓ ହଜିଯାଆନ୍ତି।
19 ମୋର ବ୍ୟବସାୟୀ ପାଣିର ଅନ୍ୱେଷଣ କଲେ।
ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।
20 ସେମାନେ ନିଶ୍ଚିତ ଥିଲେ ଯେ ସେମାନେ ନିଶ୍ଚୟ ପାଣି ପାଇବେ
କିନ୍ତୁ ଶେଷରେ ସେମାନେ ନିରାଶ ହେଲେ।
21 ବର୍ତ୍ତମାନ ତୁମ୍ଭେ ସେହି ସ୍ରୋତଭଳି କିଛି ନୁହଁ।
ତୁମ୍ଭେ ମୋର ବିପଦ ଦେଖି ଭୟଭୀତ ହେଉଅଛ କି?
22 ମୁଁ ତୁମ୍ଭକୁ ସାହାଯ୍ୟ ମାଗିଛି କି?
ନାଁ, କିନ୍ତୁ ତୁମ୍ଭେ ସ୍ୱଇଚ୍ଛାରେ ମୋତେ ତୁମ୍ଭର ଉପଦେଶ ଦେଉଅଛ।
23 ମୁଁ ତୁମ୍ଭକୁ କହିଛି କି? ‘ମୋତେ ଶତ୍ରୁ କବଳରୁ ଉଦ୍ଧାର କର।
ମୋତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।’
24 ମୋତେ ଶିକ୍ଷା ଦିଅ, ତା’ ଉତ୍ତାରେ ମୁଁ ନୀରବ ରହିବି।
ମୋତେ କୁହ ମୁଁ କ’ଣ ଭୁଲ୍ କରୁଛି।
25 ସାଧୁ ବାକ୍ୟ ବଡ଼ ଶକ୍ତିଶାଳୀ,
କିନ୍ତୁ ତୁମ୍ଭର ଯୁକ୍ତି କିଛି ପ୍ରମାଣ କରୁ ନାହିଁ।
26 ତୁମ୍ଭେ କ’ଣ ମୋତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ?
ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।
27 ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ୟ ଗୁଲିବାଣ୍ଟ କରିବ,
ତୁମ୍ଭେ ନିଜର ବନ୍ଧୁକୁ ମଧ୍ୟ ବିକ୍ରି କରିଦେବ।
28 ଏବେ ବର୍ତ୍ତମାନ ତୁମ୍ଭେ ମୋର ମୁହଁ ଦେଖି କୁହ,
ମୁଁ ତୁମ୍ଭକୁ ମିଛ କହିବି ନାହିଁ!
29 ସେଥିପାଇଁ ତୁମ୍ଭର ମନ ପରିବର୍ତ୍ତନ କର ଓ ପକ୍ଷପାତ କର ନାହିଁ।
ପୁନର୍ବାର ବିଗ୍ଭର କର ମୁଁ ନିରୀହ ଅଟେ।
30 ମୁଁ ମିଛ କହୁ ନାହିଁ।
ଏବଂ ମୁଁ ଜାଣେ କେଉଁଟି ଭଲ ଓ ମନ୍ଦ।”
7 ଆୟୁବ ଉତ୍ତର ଦେଲା, “ପୃଥିବୀରେ କ’ଣ ମନୁଷ୍ୟ ସଂଗ୍ରାମ କରେ ନାହିଁ?
ତା’ର ଜୀବନ ହେଉଛି ଜଣେ ବେତନ ପାଉଥିବା ଶ୍ରମିକର ଜୀବନ ସଦୃଶ।
2 ମଣିଷ, ଜଣେ ଦାସ ଯେଭଳି ଦିନର କଠିନ ଶ୍ରମ ପରେ ଶୀତଳ ଛାୟା ଗ୍ଭହେଁ।
ମଣିଷ ଜଣେ ମୂଲ ପାଉଥିବା ବ୍ୟକ୍ତି ଯେମିତି ତା’ର ବେତନ ଦିନକୁ ଅପେକ୍ଷା କରେ।
3 ଅନେକ ମାସ ମୋତେ ନିରାଶ କରି
ରାତ୍ରି ପରେ ରାତ୍ରି କଷ୍ଟ ଦିଆଯାଇ ଥିଲା।
4 ଯେତେବେଳେ ମୁଁ ଶୟନ କରେ, ମୁଁ କହେ,
‘ଆଉ କେତେ ସମୟ ପରେ ଶଯ୍ୟା ତ୍ୟାଗ କରିବି?’
ମାତ୍ର ରାତ୍ରି ଦୀର୍ଘ ହୁଏ।
ଏବଂ ପ୍ରଭାତ ପର୍ଯ୍ୟନ୍ତ ମୁଁ ବିଛଣାରେ ଛଟପଟ ହୁଏ।
5 ଯଦିଓ ମୋର ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର।
ମୋର ଚର୍ମ ଫାଟିଯାଏ ଏବଂ ବହୁଥିବା ଘାଁରେ ଢାଙ୍କି ହୋଇଛି।
6 “ମୋର ଦିନଗୁଡ଼ିକ ଶୀଘ୍ର ଗଡ଼ିଯାଏ।
ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ।
ଶେଷରେ ଜୀବନଟା କୌଣସି ଆଶାର ପୂରଣ ବିନା ଶେଷ ହୋଇଯାଏ।
7 ପରମେଶ୍ୱର, ସ୍ମରଣ କର, ମୋର ଜୀବନ କେବଳ ଗୋଟିଏ ପ୍ରଶ୍ୱାସ।
ମୁଁ କେବେ ଆଉ କୌଣସି ଭଲ ବିଷୟ ଦେଖିବି ନାହିଁ।
8 ତୁମ୍ଭେ ବି ମୋତେ ଆଉ ଦେଖିବ ନାହିଁ।
ତୁମ୍ଭେ ମୋତେ ଖୋଜିବ କିନ୍ତୁ ମୁଁ ନ ଥିବି।
9 ଭଷା ମେଘ ଅଦୃଶ୍ୟ ହେଲାପରି, ଜଣେ ବ୍ୟକ୍ତି କବର [a] ଭିତରକୁ ଯାଏ
ଏବଂ ସେ ସେଥିରୁ ଫେରି ଆସେ ନାହିଁ।
10 ସେ ଆଉ ତା’ର ଆପଣା ବାସଗୃହକୁ କେବେ ଆସିବ ନାହିଁ।
ଏବଂ ତା’ର ସେ ପୁରୁଣା ଘର ମଧ୍ୟ ତାକୁ ଆଉ ଚିହ୍ନିବ ନାହିଁ।
11 “ତେଣୁ ମୁଁ ଆଉ ନୀରବ ରହି ପାରିବି ନାହିଁ,
ମୁଁ ମୋର ଆତ୍ମାର ବେଦନା ପ୍ରକାଶ କରିବି।
ମୁଁ ଅଭିଯୋଗ କରିବି କାରଣ ମୋର ଆତ୍ମା ତିକ୍ତ ହୋଇଅଛି।
12 ହେ ପରମେଶ୍ୱର, କାହିଁକି ତୁମ୍ଭେ ମୋତେ ପ୍ରହରା ଦେଉଛ?
ମୁଁ କ’ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି?
13 ଯଦି ମୁଁ କହେ ମୋର ବିଛଣା ମୋତେ ଆନନ୍ଦ ଆଣି ଦେବା ଉଚିତ୍।
ମୋର ବିଛଣା ମୋତେ ବିଶ୍ରାମ ଓ ଶାନ୍ତି ଆଣି ଦେବା ଉଚିତ୍।
14 କିନ୍ତୁ ହେ ପରମେଶ୍ୱର, ମୋର ଶୟନ ସମୟରେ ତୁମ୍ଭେ ମୋତେ ସ୍ୱପ୍ନରେ ଭୟ ଦେଖାଉଛ।
ତା’ପରେ ତୁମ୍ଭେ ମୋତେ ଦର୍ଶନରେ ଡରାଉଛ।
15 ତେଣୁ ମୁଁ ବଞ୍ଚିବାଠାରୁ ଶ୍ୱାସରୋଧ ହୋଇ
ମରିବାକୁ ଅଧିକ ପସନ୍ଦ କରେ।
16 ମୁଁ ଏ ଜୀବନକୁ ଘୃଣା କରେ।
ମୁଁ ତ୍ୟାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ।
ମୋତେ ଛାଡ଼,
ମୋର ବଞ୍ଚିବାର କିଛି ଅର୍ଥ ନାହିଁ।
17 ହେ ପରମେଶ୍ୱର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ୱପୂର୍ଣ୍ଣ?
ତୁମ୍ଭେ କାହିଁକି ତାକୁ ସମ୍ମାନ ଦେବ, ତୁମ୍ଭେ କାହିଁକି ତା’ ପ୍ରତି ଧ୍ୟାନ ଦେବ?
18 କାହିଁକି ମଣିଷକୁ ତୁମ୍ଭେ ପ୍ରତ୍ୟେକ ସକାଳରେ ସାକ୍ଷାତ କର
ଏବଂ ତା’ର ପ୍ରତ୍ୟେକ ମୁହୂର୍ତ୍ତକୁ ପରୀକ୍ଷା କର?
19 ତୁମ୍ଭେ କେତେକାଳ ପର୍ଯ୍ୟନ୍ତ ମୋ’ଠାରୁ ଆପଣା ଦୃଷ୍ଟି ଦୂରେଇ ରଖିବ?
ତୁମ୍ଭେ ମୋତେ ଏକାଳି ବହୁକାଳ ପର୍ଯ୍ୟନ୍ତ ଗ୍ରାସିତ ହେବାକୁ ଛାଡ଼ିଦିଅ ନାହିଁ।
20 ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି?
ଯିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି।
କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ସ୍ୱରୂପ ରଖିଛ?
ମୁଁ କ’ଣ ତୁମ୍ଭ ପାଇଁ କୌଣସି ସମସ୍ୟା ହୋଇଛି?
21 କାହିଁକି ତୁମ୍ଭେ ମୋତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ?
କାହିଁକି ମୋର କୌଣସି ପାପ କ୍ଷମା କରୁ ନାହଁ?
କାରଣ ମୁଁ ଶୀଘ୍ର ମରିବି ଓ କବରରେ ଶୟନ କରିବି,
ତୁମ୍ଭେ ମୋତେ ଖୋଜିବ, କିନ୍ତୁ ପାଇବ ନାହିଁ।”
8 ସ୍ତିଫାନଙ୍କ ମୃତ୍ୟୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ। କେତେକ ନିଷ୍ଠାପର ଲୋକ ସ୍ତିଫାନଙ୍କୁ କବର ଦେଲ ଓ ତାହାଙ୍କ ପାଇଁ ବହୁତ କାନ୍ଦିଲେ।
ବିଶ୍ୱାସୀମାନଙ୍କ ଉପରେ ଉଦ୍ବେଗ ଅଶାନ୍ତି
ସେହି ଦିନ ଯିରୁଶାଲମରେ ଥିବା ବିଶ୍ୱାସୀମାନଙ୍କ ବିରୁଦ୍ଧରେ ଗୋଟିଏ ଭୀଷଣ ତାଡ଼ନା ହେଲା। ପ୍ରେରିତମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ବିଶ୍ୱାସୀ ଯିହୂଦା ଓ ଶମିରୋଣ ଦେଶର ବିଭିନ୍ନ ସ୍ଥାନରେ ଛିନ୍ନଭିନ୍ନ ହୋଇଗଲେ। କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାରରେ ରଖିଲେ ଓ ମଣ୍ଡଳୀ ଧ୍ୱଂସ କରିବା ପାଇଁ ଚେଷ୍ଟା କଲେ। 4 ଯେଉଁମାନେ ଛିନ୍ନ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।
ଶମିରୋଣରେ ଫିଲିପ୍ପଙ୍କର ପ୍ରଗ୍ଭର
5 ଫିଲିପ୍ପ ଶମିରୋଣ ନଗରକୁ ଯାଇ ଖ୍ରୀଷ୍ଟଙ୍କ ବିଷୟରେ ସେମାନଙ୍କ ନିକଟରେ ପ୍ରଗ୍ଭର କଲେ। 6 ସେଠାକାର ଲୋକମାନେ ଫିଲିପ୍ପଙ୍କର କଥା ଶୁଣିଲେ ଓ ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ଦେଖି ତାହାଙ୍କ କଥାରେ ଅଧିକ ମନଦେଲେ। 7 ବହୁତ ଲୋକଙ୍କ ଭିତରେ ଭୂତମାନେ ଥିଲେ। କିନ୍ତୁ ସେମାନଙ୍କୁ ବାହାର କରିଦେଲେ। ବାହାରକୁ ଆସିବା ବେଳେ ଭୂତମାନେ ଉଚ୍ଚସ୍ୱରରେ ପାଟି କରୁଥିଲେ। ବହୁତ ପକ୍ଷାଘାତୀ ଏବଂ ଛୋଟ ଲୋକ ମଧ୍ୟ ଫିଲିପ୍ପଙ୍କ ଦ୍ୱାରା ଆରୋଗ୍ୟ ହେଲେ। 8 ଏଥି ଯୋଗୁଁ, ସେ ନଗରର ଲୋକମାନେ ବହୁତ ଖୁସୀ ହେଲେ।
9 ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା। 10 ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।” 11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁଗ୍ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ। 12 କିନ୍ତୁ ଯେତେବେଳେ ସେମାନେ ଫିଲିପ୍ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲିପ୍ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ। 13 ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ।
14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। 15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। 16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ। 17 ତା’ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।
18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, 19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”
20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। 21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। 22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। 23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।”
24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”
25 ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।
2010 by World Bible Translation Center