Old/New Testament
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୋଟିଏ ଗୀତ।
31 ହେ ସଦାପ୍ରଭୁ, ମୁଁ ତୁମ୍ଭ ଉପରେ ନିର୍ଭରଶୀଳ।
ମୋତେ ତୁମ୍ଭେ ନିରାଶ କର ନାହିଁ।
ମୋ’ ପ୍ରତି ଦୟା କର ଓ ମୋତେ ଉଦ୍ଧାର କର।
2 ହେ ପରମେଶ୍ୱର, ମୋ’ ନିବେଦନ ଶୁଣ।
ଶୀଘ୍ର ଆସି ମୋତେ ଉଦ୍ଧାର କର।
ମୋତେ ଚଟାଣ ସଦୃଶ ରକ୍ଷା କର।
ମୋର ନିରାପଦ ଆଶ୍ରୟସ୍ଥଳର ଦୁର୍ଗ ଭଳି କାର୍ଯ୍ୟ କର।
ମୋର ନିରାପତ୍ତା ବଳୟ ହୁଅ।
ମୋତେ ରକ୍ଷା କର।
3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ।
ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ।
4 ମୋର ଶତ୍ରୁମାନେ ମୋ’ ସମ୍ମୁଖରେ ଏକ ଯନ୍ତା ବସାଇଛନ୍ତି।
ସେମାନଙ୍କ ସେହି ଯନ୍ତାରୁ ମୋତେ ଉଦ୍ଧାର କର।
ତୁମ୍ଭେ ମୋର ନିରାପଦ ସ୍ଥଳ।
5 ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଯାହାଙ୍କୁ ଆମ୍ଭେ ବିଶ୍ୱାସ କରି ପାରିବୁ।
ମୁଁ ମୋର ପ୍ରାଣକୁ ତୁମ୍ଭ ହସ୍ତରେ ଅର୍ପଣ କରୁଛି।
ମୋତେ ରକ୍ଷା କର।
6 ଯେଉଁମାନେ ମିଥ୍ୟା ଦେବଦାଙ୍କୁ ପୂଜା କରନ୍ତି ମୁଁ ସେମାନଙ୍କୁ ଘୃଣା କରେ।
ମୁଁ କେବଳ ସଦାପ୍ରଭୁଙ୍କୁ ନିର୍ଭର କରେ।
7 ପରମେଶ୍ୱର ଦୟାର ସାଗର।
ତେଣୁ ମୋତେ ସୁଖରେ ରଖନ୍ତି।
ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ।
ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।
8 ତୁମ୍ଭେ ମୋର ଶତ୍ରୁଙ୍କ ହସ୍ତରେ ମୋତେ ଅର୍ପଣ କରିବ ନାହିଁ।
ତୁମ୍ଭେ ସେମାନଙ୍କ ଯନ୍ତାରୁ ମୋତେ ମୁକ୍ତ କରିବ।
9 ହେ ସଦାପ୍ରଭୁ, ମୋ’ ଉପରେ ଅନେକ ବିପଦ ପଡ଼ିଛି, ତେଣୁ ମୋ’ ପ୍ରତି କରୁଣା କର।
ମୁଁ ଏତେ ବିଚଳିତ ହୋଇ ପଡ଼ିଛି ଯେ ମୋର ଚକ୍ଷୁ ଯନ୍ତ୍ରଣା କରୁଛି।
ମୋର ଗଳା ଶୁଖି ଯାଉଛି, ମୋ’ ପାକସ୍ଥଳୀ ଯନ୍ତ୍ରଣା ଦେଉଛି।
10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି।
ମୋର ଜୀବନ ଦୁଃଖରେ ସରିଯିବ।
ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି
ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।
11 ମୋର ଶତ୍ରୁମାନେ ମୋତେ ଘୃଣା କରନ୍ତି,
ମୋର ପଡ଼ୋଶୀମାନେ ମଧ୍ୟ ମୋତେ ଘୃଣା କରନ୍ତି।
ମୋର ବନ୍ଧୁବାନ୍ଧବମାନେ ରାସ୍ତାରେ ଦେଖା ହେଲେ
ଭୟ କରି ମୋ’ଠାରୁ ଦୂରେଇ ଯାଆନ୍ତି।
12 ଲୋକମାନେ ମୋତେ ସମ୍ପୂର୍ଣ୍ଣ ଭୁଲି ଗଲେଣି
ଯେମିତି କୌଣସି ପୁରୁଣା ଭଙ୍ଗାପାତ୍ର ପରି।
13 ମୁଁ ଲୋକମାନେ କହୁଥିବା ସେହି ଭୟଙ୍କର କଥାସବୁ ଶୁଣେ,
ସେମାନେ ମୋ’ ବିରୁଦ୍ଧରେ ଯୋଜନା କରୁଛନ୍ତି।
ସେମାନେ ମୋତେ ମାରିବାକୁ ମନ୍ତ୍ରଣା କରୁଛନ୍ତି।
14 ହେ ସଦାପ୍ରଭୁ ମୁଁ ତୁମ୍ଭର ଆଶ୍ରିତ ଅଟେ।
ତୁମ୍ଭେ ହିଁ ମୋର ପରମେଶ୍ୱର।
15 ମୋର ଜୀବନ ତୁମ୍ଭ ହାତରେ, ମୋତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର।
କେତେକ ଲୋକ ମୋ’ ପଛରେ ଗୋଡ଼ାଇଛନ୍ତି।
ସେମାନଙ୍କଠାରୁ ମୋତେ ରକ୍ଷା କର।
16 ଆପଣା ସେବକକୁ ଦୟାକର
ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ପ୍ରଦର୍ଶନ କରି ମୋର ଜୀବନ ରକ୍ଷା କର।
17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି,
ତୁମ୍ଭେ ମୋତେ ନିରାଶ କରିବ ନାହିଁ।
ଦୁଷ୍ଟ ଲୋକମାନେ ନିରାଶ ହେବେ।
ସେମାନେ ନୀରବରେ କବରକୁ ଯିବେ।
18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ।
ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି।
ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ।
ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ।
19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ।
ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର।
ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ।
20 ଦୁଷ୍ଟ ଲୋକମାନେ ଏକତ୍ରିତ ହୋଇ ଉତ୍ତମ ଲୋକଙ୍କର କ୍ଷତି କରିବାକୁ ଗ୍ଭହାନ୍ତି।
ସେହି ଦୁଷ୍ଟ ଲୋକମାନେ ବିବାଦ ଆରମ୍ଭ କରନ୍ତି କିନ୍ତୁ ତୁମ୍ଭେ ସେହି ଉତ୍ତମ ଲୋକଙ୍କୁ ଲୁଗ୍ଭଇ ରଖି ସେମାନଙ୍କୁ ସୁରକ୍ଷା ପ୍ରଦାନ କର ଓ ତୁମ୍ଭେ ସେମାନଙ୍କୁ ଆପଣା ଆଶ୍ରୟ ସ୍ଥଳରେ ରକ୍ଷାକର।
21 ସଦାପ୍ରଭୁ ମୋତେ ଆଶୀର୍ବାଦ କରନ୍ତୁ।
ମୁଁ ଯେତେବେଳେ ଶତ୍ରୁମାନଙ୍କ ଦ୍ୱାରା ବେଷ୍ଟିତ ନଗରରେ କବଳିତ ହେଲି, ସେତେବେଳେ ସେ ମୋତେ ଅନୁଗ୍ରହ ପ୍ରଦର୍ଶନ କଲେ।
22 ମୁଁ ଭୟଭୀତ ହୋଇ ପଡ଼ିଲି ଓ ମୁଁ କହିଲି, “ମୁଁ ଏମିତି ଏକ ସ୍ଥାନରେ ଅଛି, ଯେଉଁଠାରୁ ପରମେଶ୍ୱର ମୋତେ ଦେଖି ପାରିବେ ନାହିଁ।”
କିନ୍ତୁ ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଓ “ପରମେଶ୍ୱର” ତୁମ୍ଭେ ସହାୟତା ପାଇଁ ମୋର ଡାକ ଶୁଣିଲ।
23 ହେ ପରମେଶ୍ୱରଙ୍କ ଆଶ୍ରିତଗଣ, ତୁମ୍ଭେ ସଦାପ୍ରଭୁଙ୍କୁ ଭଲ ପାଅ।
ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି, ଯେଉଁମାନେ ତାଙ୍କର ଆଶ୍ରିତ ଅଟନ୍ତି,
କିନ୍ତୁ ସଦାପ୍ରଭୁ ସେହି ଲୋକମାନଙ୍କୁ ଦଣ୍ଡ ଦିଅନ୍ତି, ଯେଉଁମାନେ ନିଜ ଶକ୍ତିର ଅପବ୍ୟବହାର କରନ୍ତି।
ସେ ସେହିମାନଙ୍କୁ ଦଣ୍ଡ ପ୍ରଦାନ କରନ୍ତି, ଯେଉଁମାନେ ଦଣ୍ଡର ଅଧିକାରୀ।
24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ।
ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।
ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ
32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା’ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
2 ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।
3 ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
4 ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ।
5 କିନ୍ତୁ ତା’ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ।
6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
7 ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି।
8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
9 ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”
10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।
16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ। 17 ତା’ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା’ର ତାହାଙ୍କୁ କିଛି କହିବାର ଅଛି।” 18 ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”
19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”
20 ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି। 21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”
22 ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”
ପାଉଲଙ୍କୁ କାଇସରୀଆକୁ ସ୍ଥାନାନ୍ତରିତ
23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। 24 ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀକ୍ସଙ୍କ ପାଖରେ ଉପସ୍ଥିତ କରାଅ।” 25 ସେନାଧ୍ୟକ୍ଷ ରାଜ୍ୟପାଳଙ୍କୁ ଗୋଟିଏ ପତ୍ର ଲେଖିଲେ, ପତ୍ରର ମର୍ମ ହେଲା;
26 “ମହାମହିମ ରାଜ୍ୟପାଳ ଫେଲୀକ୍ସଙ୍କୁ
କ୍ଳାଉଦିଅ ଲୂସିୟାଙ୍କର ନମସ୍କାର।
27 ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ। 28 ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି। 29 ତା’ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ। 30 ହଠାତ୍ ମୁଁ ତାକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା’ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସେମାନେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।
31 ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ। 32 ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ। 33 ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା’ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।
34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। 35 ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ।
2010 by World Bible Translation Center