Print Page Options
Previous Prev Day Next DayNext

Old/New Testament

Each day includes a passage from both the Old Testament and New Testament.
Duration: 365 days
Oriya Bible: Easy-to-Read Version (ERV-OR)
Version
ଗୀତସଂହିତା 57-59

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ଗୁମ୍ଫାରେ ଶାଉଲ ସମ୍ମୁଖରୁ ପଳାଇବା ବେଳେ ରଚିତ।

57 ହେ ପରମେଶ୍ୱର, ମୋ’ ଉପରେ ଦୟାକର।
    ମୋ’ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ।
ବିପଦ ବହିଯିବା ପର୍ଯ୍ୟନ୍ତ
    ମୁଁ ତୁମ୍ଭ ପକ୍ଷର ଛାୟାରେ ଶରଣ ନେବାକୁ ଆସିଛି।
ମୁଁ ସର୍ବୋପରିସ୍ଥ ପରମେଶ୍ୱରଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କରିବି।
    ଏବଂ ପରମେଶ୍ୱର ମୋର ସମ୍ପୂର୍ଣ୍ଣ ଭାବରେ ରକ୍ଷା କରିବେ!
ସେ ସ୍ୱର୍ଗରୁ ମୋତେ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
    ଯେଉଁମାନେ ମୋତେ ଆକ୍ରମଣ କରନ୍ତି,
ସେ ସେମାନଙ୍କୁ ଲଜ୍ଜିତ କରନ୍ତି।
    ପରମେଶ୍ୱର ତାଙ୍କର ସ୍ୱର୍ଗୀୟ ପ୍ରେମ ଓ ବିଶ୍ୱସ୍ତ ମଙ୍ଗଳ ପ୍ରଦାନ କରନ୍ତି।

ମୋର ଜୀବନ ସଙ୍କଟପୂର୍ଣ୍ଣ।
    ମୋର ଶତ୍ରୁମାନେ ମୋର ଚତୁର୍ପାର୍ଶ୍ୱରେ ଘେରି ରହିଛନ୍ତି।
ସେମାନେ ମଣିଷ ଖିଆ ସିଂହ ପରି।
    ସେମାନଙ୍କର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ୟ।
    ସେମାନଙ୍କର ଜିହ୍ୱା ତୀ‌କ୍ଷ୍‌ଣ ଖ‌ଡ଼୍‌ଗ ତୁଲ୍ୟ।

ପରମେଶ୍ୱର, ସ୍ୱର୍ଗ ଉପରେ ଜାଗି ଉଠ।
    ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
ମୋର ଶତ୍ରୁମାନେ ମୋତେ ଫାନ୍ଦରେ ପକାଇବାକୁ
    ମୋ’ ପାଇଁ ଜାଲ ବିସ୍ତାର କରିଛନ୍ତି।
ସେମାନେ ମୋ’ ପାଇଁ ଏକ ବଡ଼ ଗାତ ଖୋଳିଛନ୍ତି।
    କିନ୍ତୁ ସେମାନେ ନିଜେ ସେଥିରେ ପଡ଼ିଛନ୍ତି।

ମୋର ହୃଦୟ ସ୍ଥିର ଅଟେ।
    ପରମେଶ୍ୱର, ମୋର ହୃଦୟ ସ୍ଥିର ଅଟେ।
    ମୁଁ ତାଙ୍କର ପ୍ରଶଂସା ଓ ଗାନ କରିବି।
ଜାଗ୍ରତ ହୁଅ, ହେ ମୋର ପ୍ରାଣ ଜାଗ୍ରତ ହୁଅ!
    ନେବଲ ଓ ବୀଣା, ଜାଗ୍ରତ ହୁଅ!
    ଓ ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
ହେ ପ୍ରଭୁ, ପ୍ରତ୍ୟେକ ବ୍ୟକ୍ତି ସମ୍ମୁଖରେ ମୁଁ ତୁମ୍ଭର ଗୁଣଗାନ କରିବି।
    ମୁଁ ପ୍ରତ୍ୟେକ ଜାତିଗଣ ମଧ୍ୟରେ ତୁମ୍ଭ ପ୍ରଶଂସାର ଗୀତ ଗାଇବି।
10 ତୁମ୍ଭର ପ୍ରେମ ଆକାଶ ପରି ଉଚ୍ଚ।
    ତୁମ୍ଭର ବିଶ୍ୱସନୀୟତା ମେଘମାଳାକୁ ସ୍ପର୍ଶ କରୁଛି।
11 ପରମେଶ୍ୱର, ସ୍ୱର୍ଗ ଉପରେ ଉଠ।
    ତୁମ୍ଭର ମହିମା ସାରାପୃଥିବୀକୁ ଆଚ୍ଛାଦନ କରୁ।

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍।

58 ବିଗ୍ଭରକଗଣ! ତୁମ୍ଭେ ନ୍ୟାୟ ଭାବରେ କୁହ କି?
    ତୁମ୍ଭେ ଲୋକମାନଙ୍କର ଧର୍ମ ବିଗ୍ଭର କର କି?
ନା, ତୁମ୍ଭେ କେବଳ ମନ୍ଦକାର୍ଯ୍ୟ କରିବା ପାଇଁ ଚିନ୍ତା କରୁଛ।
    ତୁମ୍ଭେମାନେ ନିଜେ ଏହି ଦେଶରେ ଅପରାଧ କରୁଛି।
ସେହି ଦୁଷ୍ଟ ଲୋକମାନେ ଜନ୍ମ ହେବା ମାତ୍ରେ ବିପଥଗାମୀ।
    ସେମାନେ ଜନ୍ମଠାରୁ ମିଥ୍ୟାବାଦୀ।
ସେମାନଙ୍କର କ୍ରୋଧ ସର୍ପର ବିଷତୁଲ୍ୟ ବିପଦପୂର୍ଣ୍ଣ।
    ଆଉ ନାଗସାପ ପରି ଯିଏ ଶୁଣିପାରିବ ନାହିଁ, ସେମାନେ ସତ କଥା ଶୁଣିବାକୁ ବାରଣ କରନ୍ତି।
ସାପୁଆକେଳାମାନଙ୍କର ବାଦ୍ୟ କିଅବା ଗୀତକୁ ନାଗସାପ ଶୁଣି ପାରିବ ନାହିଁ।
    ଆଉ ସେହି ମନ୍ଦ ଲୋକମାନେ ସେହିପରି, ଯେତେବେଳେ ସେମାନେ ସେମାନଙ୍କର ମନ୍ଦ ଯୋଜନା କରନ୍ତି।

ହେ ପରମେଶ୍ୱର, ସେହି ଲୋକମାନେ ସିଂହ ପରି।
    ତେଣୁ ହେ ପରମେଶ୍ୱର, ସେମାନଙ୍କର ଦାନ୍ତସବୁ ଭାଙ୍ଗି ଦିଅ।
ସେମାନେ ବହନ୍ତା ଜଳପରି ଅନ୍ତର୍ଦ୍ଧାନ ହୋଇ ଯାଆନ୍ତୁ।
    ରାସ୍ତାର ଘାସ ତୁଲ୍ୟ ସେମାନେ ପଦଦଳିତ ହୁଅନ୍ତୁ।
ଶାମୁକା ଗତି କଲାବେଳେ ତରଳି ଯିବା ପରି ସେମାନେ ତରଳି ଯାଆନ୍ତୁ।
    ସୂର୍ଯ୍ୟାଲୋକ ଦେଖି ନ ଥିବା ମୃତବସ୍ଥାରେ ଜନ୍ମଲାଭ କରିଥିବା ସନ୍ତାନ ପରି ହୁଅନ୍ତୁ।
ଜ୍ୱଳନ୍ତା କଣ୍ଟା ହାଣ୍ଡିକୁ ଗଲାପରି
    ସେମାନେ ଶୀଘ୍ର ଧ୍ୱଂସ ହୁଅନ୍ତି।

10 ଜଣେ ଧାର୍ମିକ ଲୋକ ଯେତେବେଳେ
    ସେହି ଦୁଷ୍ଟ ଲୋକମାନଙ୍କୁ ଦଣ୍ଡିତ ହେବାର ଦେଖେ, ସେ ଆନନ୍ଦିତ ହେବ।
11 ଯେତେବେଳେ ଏପରି ଘଟେ, ଲୋକମାନେ କହିବେ, “ଏଣୁ ଯେଉଁ ଲୋକମାନେ ଯାହା ଧାର୍ମିକ ତାହା କରନ୍ତି, ସତରେ ପୁରସ୍କୃତ ଅଟନ୍ତି।
    ସତରେ ପରମେଶ୍ୱର ଅଛନ୍ତି, ଯିଏ ପୃଥିବୀ ଉପରେ ବିଗ୍ଭର କରନ୍ତି।”

ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତ‌ଶ୍‌ହେତ୍ ସ୍ୱରରେ ଦାଉଦଙ୍କ ଗୀତ, ମିକ୍ତାମ୍ ଓ ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ।

59 ହେ ପରମେଶ୍ୱର, ମୋର ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର।
    ଆକ୍ରମଣ କରିବାକୁ ଆସିଥିବା ଲୋକମାନଙ୍କଠାରୁ ମୋତେ ରକ୍ଷା କର।
କୁକର୍ମ କରୁଥିବା ସେହି ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର।
    ସେହି ହତ୍ୟାକାରୀମାନଙ୍କଠାରୁ ମୋତେ ରକ୍ଷା କର।
ଦେଖ, ଲୋକମାନେ ମୋତେ ହତ୍ୟା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି।
    ବଳବାନ ଲୋକମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ
    କିନ୍ତୁ ସଦାପ୍ରଭୁ, ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
ମୁଁ କୌଣସି ଦୋଷ କରି ନାହିଁ।
    କିନ୍ତୁ ସେମାନେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି।
    ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ!
ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର!
    ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ।
    ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।

ସେହି ଦୁଷ୍ଟ ଲୋକମାନେ କୁକୁର ପରି।
    ସେମାନେ ସନ୍ଧ୍ୟାବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
ତୁମ୍ଭେ ସେମାନଙ୍କ ଧମକ ଓ ଅପମାନକୁ ଶୁଣ।
    ସେମାନେ ଭାବନ୍ତି ସେମାନଙ୍କୁ କେହି ଶୁଣନ୍ତି ନାହିଁ।
    ଯେହେତୁ ସେମାନେ ଖରାପ କଥା କହନ୍ତି।

କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ପରିହାସ କର।
    ତୁମ୍ଭେ ସେହି ସମସ୍ତ ଦେଶକୁ ବିଦ୍ରୂପ କର।
ହେ ମୋର ଶକ୍ତି! ମୁଁ ତୁମ୍ଭ ପାଇଁ ଅପେକ୍ଷା କରିଛି।
    ହେ ପରମେଶ୍ୱର, ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
10 ପରମେଶ୍ୱର ମୋତେ ଭଲପା’ନ୍ତି।
    ଏବଂ ସେ ଆସିବେ ଓ ମୋତେ ସହାୟ ହେବେ ଶତ୍ରୁମାନଙ୍କୁ ପରାସ୍ତ କରିବା ପାଇଁ ସେ ମୋତେ ସହାୟ ହେବେ।
11 ହେ ପରମେଶ୍ୱର, ସେମାନଙ୍କୁ କେବଳ ହତ୍ୟା କର ନାହିଁ।
    ହୁଏତ ମୋର ଲୋକମାନେ ପାଶୋରି ଯାଇପାରନ୍ତି।
    ହେ ମୋର ପ୍ରଭୁ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା, ତୁମ୍ଭ ମହାପରାକ୍ରମ ଶକ୍ତିରେ ସେମାନଙ୍କୁ ଛିନ୍ନଭିନ୍ନ କର ଓ ପରାସ୍ତ କର।
12 ସେହି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ୟା କହନ୍ତି।
    ସେମାନେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର।
    ସେମାନଙ୍କର ଅହଙ୍କାର ସେମାନଙ୍କୁ କବଳିତ କରୁ।
13 ସେମାନଙ୍କୁ ତୁମ୍ଭ କ୍ରୋଧରେ ଧ୍ୱଂସ କର।
    ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କର।
ତାହାହେଲେ ସମସ୍ତ ପୃଥିବୀବାସୀ ଜାଣିବେ ଯେ,
    ପରମେଶ୍ୱର ଇସ୍ରାଏଲର ଶାସକ।

14 ସେହି ଦୁଷ୍ଟ ଲୋକମାନେ କୁକୁର ପରି ଅଟନ୍ତି।
    ସେମାନେ ସନ୍ଧ୍ୟାବେଳେ ନଗରରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
15 ସେମାନେ କିଛିଦ୍ରବ୍ୟ ଖାଇବା ଅନ୍ୱେଷଣରେ ଏଣେତେଣେ ଭ୍ରମଣ କରନ୍ତି।
    ମୁଁ ରାଣ ପକାଉଛି, ଯଦି ସେମାନେ ଯଥେଷ୍ଟ ପାଆନ୍ତି ତଥାପି ସେମାନେ ରାଗରେ ଗଁ ଗଁ କରନ୍ତି ଏବଂ ଅଭିଯୋଗ କରନ୍ତି। [a]
16 କିନ୍ତୁ ପ୍ରଭାତରେ, ମୁଁ ତୁମ୍ଭର ଶକ୍ତିର ପ୍ରଶଂସାର ଗୀତ ଗାନ କରିବି।
    ତୁମ୍ଭ ପ୍ରେମରେ ମୁଁ ଆନନ୍ଦିତ ହେବି।
କାରଣ ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦ ସ୍ଥାନ ଅଟ।
    ମୁଁ ତୁମ୍ଭ ପାଖକୁ ବିପଦ ସମୟରେ ଯାଏ।
17 ମୁଁ ତୁମ୍ଭର ସ୍ତୁତିଗାନ କରିବି।
    କାରଣ ତୁମ୍ଭେ ହେଉଛ ମୋର ଉଚ୍ଚ ପର୍ବତର ନିରାପଦ ସ୍ଥାନ,
    ଯେଉଁଠାକୁ ଅସୁବିଧା ସମୟରେ ଗ୍ଭଲିଯାଏ।

ରୋମୀୟଙ୍କ ପ୍ରତି ପତ୍ର 4

ଅବ୍ରହାମଙ୍କର ଉଦାହରଣ

ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା? ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” [a]

କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:

“ଲୋକେ ପ୍ରକୃତରେ ଧନ୍ୟ,
    ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ,

ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!

ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ,
    ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” (A)

ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। 10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। [b] 11 ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି। 12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।

ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ପ୍ରତିଜ୍ଞା ପ୍ରାପ୍ତ

13 ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା। 14 ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଲୋକ ପରମେଶ୍ୱର ଯାହା ପ୍ରତିଜ୍ଞା ଦେଇଥିଲେ ତାହା ପାଏ, ତା’ହେଲେ ବିଶ୍ୱାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ୟ ନାହିଁ। 15 କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା’ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ।

16 ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା’ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା। 17 ଶାସ୍ତ୍ରରେ ଲେଖା ଅଛି, “ମୁଁ ତୁମ୍ଭକୁ (ଅବ୍ରହାମ) ଅନେକ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି।” [c] ପରମେଶ୍ୱରଙ୍କ ଆଗରେ ଏହା ସତ୍ୟ ଅଟେ। ଅବ୍ରହାମ ଯେଉଁ ପରମେଶ୍ୱରଙ୍କୁ ବିଶ୍ୱାସ କରିଥିଲେ, ସେହି ପରମେଶ୍ୱର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ୟାପି ଘଟି ନାହିଁ ସେଗୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।

18 ଅବ୍ରହାମଙ୍କର ସନ୍ତାନ ହେବାର ଆଶା ନ ଥିଲା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନେକ ଜାତିର ପିତା ହେଲେ। ପରମେଶ୍ୱର ତାହାଙ୍କୁ କହିଥିଲେ: “ତୁମ୍ଭର ଅଗଣିତ ବଂଶଧର ହେବେ।” [d] 19 ଅବ୍ରହାମଙ୍କୁ 100 ବର୍ଷ ବୟସ ହୋଇଥିଲା, ଅତଏବ ପିଲାପିଲି ହେବା ସମୟ ଗ୍ଭଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ୟ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରହାମ ଏ କଥା ଭାବିଥିଲେ। 20 କିନ୍ତୁ ପରମେଶ୍ୱରଙ୍କ ପ୍ରତି ତାହାଙ୍କର ବିଶ୍ୱାସ ଦୁର୍ବଳ ହେଲା ନାହିଁ। ପରମେଶ୍ୱର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାହା ସେ କରିବାରେ ସମର୍ଥ ଏଥିରେ ଅବ୍ରହାମ ଟିକେ ହେଲେ ସନ୍ଦେହ କଲେ ନାହିଁ। ବରଂ ତାହାଙ୍କର ବିଶ୍ୱାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ୱରଙ୍କୁ ଗୌରବ ଦେଲେ। 21 ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ। 22 ସେଥିପାଇଁ ପରମେଶ୍ୱର, “ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେ ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।” [e] 23 ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସ ଗ୍ରହଣ କଲେ, ଏହି ବାକ୍ୟଗୁଡ଼ିକ କେବଳ ଅବ୍ରହାମଙ୍କ ପାଇଁ ଲେଖା ଯାଇ ନ ଥିଲା। 24 ଏହି ବାକ୍ୟଗୁଡ଼ିକ ଆମ୍ଭ ପାଇଁ ମଧ୍ୟ ଲେଖା ଯାଇଥିଲା। ଆମ୍ଭେ ବିଶ୍ୱାସ କରୁଥିବା ଯୋଗୁଁ ପରମେଶ୍ୱର ଆମ୍ଭକୁ ମଧ୍ୟ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ୱାସ କରୁ ଯିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। 25 ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ।

Oriya Bible: Easy-to-Read Version (ERV-OR)

2010 by World Bible Translation Center