Old/New Testament
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ସ୍ମରୋଣ ପାୟ।
70 ହେ ପରମେଶ୍ୱର, ମୋତେ ରକ୍ଷା କର!
ହେ ପରମେଶ୍ୱର, ମୋତେ ଶୀଘ୍ର ଉଦ୍ଧାର କର!
2 ଲୋକମାନେ ମୋତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି।
ସେମାନଙ୍କୁ ନିରାଶ ଓ ଅପମାନିତ କର!
ଲୋକମାନେ ମୋର କ୍ଷତି କରିବା ପାଇଁ ଗ୍ଭହୁଁଛନ୍ତି।
ମୁଁ ଆଶାକରେ ସେମାନଙ୍କୁ ଲଜ୍ଜା ଦେଇ ବିଦାକର।
3 ଲୋକମାନେ ମୋତେ ପରିହାସ କରନ୍ତି।
ସେମାନେ ସେମାନଙ୍କର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ୱେଷଣ କରନ୍ତି,
ସେମାନେ ବହୁତ ଉଲ୍ଲସିତ ଓ ଖୁସୀ ହୁଅନ୍ତି।
ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି,
ସର୍ବଦା କହିବେ, “ପରମେଶ୍ୱର ମହାନ ଅଟନ୍ତି।”
5 ମୁଁ ଏକ ନିଃସହାୟ ଲୋକ।
ହେ ପରମେଶ୍ୱର, ଶୀଘ୍ର ମୋତେ ଉଦ୍ଧାର କର!
ହେ ପରମେଶ୍ୱର! ତୁମ୍ଭେ ହିଁ କେବଳ ମୋର ସହାୟ ଓ ରକ୍ଷକ।
ସଦାପ୍ରଭୁ ବିଳମ୍ବ କର ନାହିଁ।
71 ହେ ସଦାପ୍ରଭୁ, ମୁଁ ଉଦ୍ଧାର ପାଇଁ ତୁମ୍ଭ ପାଖକୁ ଯାଉଛି।
ମୋତେ ନିରାଶ ହେବାକୁ ଦିଅ ନାହିଁ।
2 କାରଣ ତୁମ୍ଭେ ଯଥାର୍ଥ ଅଟ।
ମୋତେ ଉଦ୍ଧାର କର ଓ ବଞ୍ଚାଅ।
ମୋହର ଗୁହାରି ଶୁଣ ଓ ମୋତେ ଉଦ୍ଧାର କର।
3 ମୋର ଦୁର୍ଗ ହୁଅ।
ତୁମ୍ଭେ ମୋ’ ପ୍ରତି ଶୈଳ ସ୍ୱରୂପ ସୁରକ୍ଷାର ଗଡ଼ ଯାହା ନିକଟକୁ ମୁଁ ଦୌଡ଼ି ଯିବି।
ମୋର ନିରାପଦର ସ୍ଥାନ,
ତୁମ୍ଭେ ମୋତେ ପରିତ୍ରାଣ କରିବାକୁ ଆଜ୍ଞା ଦିଅ।
4 ହେ ମୋର ପରମେଶ୍ୱର, ଦୁଷ୍ଟ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଅନ୍ୟାୟକାରୀ ଓ ନିର୍ଦ୍ଦୟଲୋକ ହାତରୁ ମୋତେ ରକ୍ଷା କର।
5 ହେ ମୋର ପ୍ରଭୁ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଭରସା।
ମୋର ବାଲ୍ୟକାଳରୁ ତୁମ୍ଭେ ହିଁ ମୋର ବିଶ୍ୱାସ ଭୂମି।
6 ଗର୍ଭରେ ଥିବା ସମୟରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି।
ମାତାର ଗର୍ଭରୁ ତୁମ୍ଭେ ମୋତେ ନିରାପତ୍ତା ସହିତ ଆଣିଲ।
ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
7 ତୁମ୍ଭେ ହେଉଛି ମୋର ଦୃଢ଼ ଆଶ୍ରୟ,
ତେଣୁ ମୁଁ ଅନେକ ଲୋକମାନଙ୍କର ଉଦାହରଣ ହୋଇଅଛି।
8 ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ଯ୍ୟ କର୍ମ ବିଷୟରେ ଗାନ କରୁଛି।
9 ବୃଦ୍ଧା ଅବସ୍ଥା ହେତୁ ମୋତେ ପରିତ୍ୟାଗ କର ନାହିଁ।
ମୁଁ ଦୁର୍ବଳ ହେବା ସମୟରେ ମୋତେ ପରିତ୍ୟାଗ କର ନାହିଁ।
10 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଯୋଜନା କରିଛନ୍ତି।
ସେହି ଲୋକମାନେ ଏକତ୍ରିତ ହେଲେ ଏବଂ ମୋତେ ମାରିବା ପାଇଁ ଯୋଜନା କଲେ।
11 ମୋର ଶତ୍ରୁମାନେ କହିଲେ, “ତାଙ୍କୁ ଅନୁଧାବନ କର ଏବଂ ଧରିଆଣ।
ପରମେଶ୍ୱର ତାଙ୍କୁ କରିତ୍ୟାଗ କରିଛନ୍ତି।
ତେଣୁ ତାଙ୍କୁ କୌଣସି ଲୋକ ଉଦ୍ଧାର କରିବେ ନାହିଁ।”
12 ହେ ପରମେଶ୍ୱର, ମୋ’ ପାଖରୁ ଦୂରେଇ ଯାଅ ନାହିଁ,
ହେ ପରମେଶ୍ୱର ଶୀଘ୍ର ମୋତେ ଉଦ୍ଧାର କର।
13 ମୋର ଶତ୍ରୁମାନଙ୍କୁ ପରାସ୍ତ କର!
ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କର।
ସେମାନେ ମୋତେ ମାରିବା ପାଇଁ ଚକ୍ରାନ୍ତ କରୁଛନ୍ତି।
ସେମାନେ ଅପମାନିତ ହୁଅନ୍ତୁ।
14 କିନ୍ତୁ ମୋ’ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ୱାସ ରଖିବି।
ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହେବି।
15 ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ।
ତୁମ୍ଭେ ମୋତେ କିପରି ଅଗଣିତ ଥର ରକ୍ଷା କରିଥିଲ,
ଯେପରିକି କେତେଥର ଗଣତି କରି ପାରିବ ନାହିଁ।
16 ହେ ସଦାପ୍ରଭୁ, ମୋର ପ୍ରଭୁ, ମୁଁ ତୁମ୍ଭର ମହାନତା ବିଷୟରେ କହିବି।
ମୁଁ କେବଳ ତୁମ୍ଭର ଉତ୍ତମତା ବିଷୟ ବର୍ଣ୍ଣନା କରିବି।
17 ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳରୁ ଶିକ୍ଷା ଦେଇ ଆସୁଅଛି।
ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ଲୋକମାନଙ୍କୁ କହିଛି।
18 ବର୍ତ୍ତମାନ ମୁଁ ବୃଦ୍ଧ ଓ ମୋର ବାଳ ପାଚିଯାଇଛି।
ମୋତେ ପରିତ୍ୟାଗ କର ନାହିଁ, ପରମେଶ୍ୱର।
ମୋ’ ସାଙ୍ଗରେ ରୁହ, ମୁଁ ଯେପରି ତୁମ୍ଭର ଶକ୍ତି ଏବଂ ମହାନତା ବିଷୟରେ ଭବିଷ୍ୟତ ବଂଶଧରଙ୍କ ଆଗରେ କହି ପାରିବି।
19 ହେ ପରମେଶ୍ୱର, ତୁମ୍ଭର ଧର୍ମ ବହୁତ ଉଚ୍ଚ।
ହେ ପରମେଶ୍ୱର, ତୁମପରି ଆଉ କେହି ପରମେଶ୍ୱର ନାହିଁ।
ତୁମ୍ଭେ ଅନେକ ଆଶ୍ଚର୍ଯ୍ୟ କର୍ମମାନ କର।
20 ତୁମ୍ଭେ ମୋ’ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦେଇଛ।
ମୋ’ ଜୀବନକୁ ପୁନଃସ୍ଥାପନ କର।
ଯେତେବେଳେ ମୁଁ ପ୍ରାୟ ମୃତ ପରି ଥିଲି, ମୋ’ ଜୀବନକୁ ରକ୍ଷା କଲ।
21 ମୋତେ ସମ୍ମାନ ସହିତ ବିଶାଳ ଆକାରରେ ପୁନଃସ୍ଥାପନ କର
ଏବଂ ମୋତେ ପୁଣି ଥରେ ସାନ୍ତ୍ୱନା ଦିଅ।
22 ତା’ପରେ ହେ ମୋର ପରମେଶ୍ୱର, ମୁଁ ତ୍ରିକୋଣାକାର ବୀଣା ସହିତ ତୁମ୍ଭର ପ୍ରଶଂସା କରିବି।
ତୁମ୍ଭ ଉପରେ ଭରସା ରଖାଯାଇ ପାରିବ ବୋଲି ମୁଁ ଗୀତ ଗାଇବି।
ତୁମେ ଇସ୍ରାଏଲର ପବିତ୍ର ସଦାପ୍ରଭୁ ବୋଲି
ମୁଁ ତୁମ୍ଭଙ୍କୁ ବୀଣା ବାଦନ କରି ପ୍ରଶଂସା ଗାନ କରିବି।
23 ତୁମ୍ଭେ ମୋତେ ରକ୍ଷା କଲ, ମୁଁ ବହୁତ ଖୁସୀ ଅଟେ।
ମୁଁ ନିଜ ଓଷ୍ଠ ଦ୍ୱାରା ତୁମ୍ଭ ପ୍ରଶଂସାର ଗୀତ ଗାଇବି।
24 ମୋର ଜିହ୍ୱା ତୁମ୍ଭର ସର୍ବଦା ଉତ୍ତମତା ଗାନ କରିବ,
କାରଣ ମୋତେ ହତ୍ୟା କରିବାକୁ ଗ୍ଭହିଁଥିବା ଲୋକମାନେ
ପରାସ୍ତ ଓ ଅପମାନିତ ହେବେ।
22 ଆମ୍ଭେ ଯାଣୁ ଯେ ପରମେଶ୍ୱରଙ୍କ ନିର୍ମିତ ପ୍ରତ୍ୟେକ ବିଷୟ, ଏବେ ସୁଦ୍ଧା ସନ୍ତାନକୁ ଜନ୍ମ ଦେବା ପ୍ରସବ ବେଦନା ସହିତ ପ୍ରତୀକ୍ଷାରତ ସ୍ତ୍ରୀଲୋକ ଭଳି ଅପେକ୍ଷାରେ ଅଛି। 23 କେବଳ ଜଗତ ନୁହେଁ, ଆମ୍ଭେ ମଧ୍ୟ ସେହିପରି ବେଦନାପୂର୍ବକ ଅପେକ୍ଷାରେ ଅଛୁ। ପରମେଶ୍ୱରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ୱରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥିପାଇଁ ଆମ୍ଭେ ଅପେକ୍ଷା କରିଛୁ ଯେ, ପରମେଶ୍ୱର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭେମାନେ ଶରୀରଗୁଡ଼ିକ ମୁକ୍ତି ପାଇଁ ଅପେକ୍ଷା କରିଛୁ। 24 ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା’ହେଲେ ତାହା ପ୍ରକୃତରେ ଭରସା ନୁହେଁ। ମଣିଷ, ଯାହା ତା’ ପାଖରେ ଏବେ ଅଛି, ସେ ଗୁଡ଼ିକ ପାଇଁ ଭରସା କରେ ନାହିଁ। 25 କିନ୍ତୁ ଯାହା ଆମ୍ଭ ପାଖରେ ଏବେ ସୁଦ୍ଧା ନାହିଁ ତା’ ପାଇଁ ଆମ୍ଭେ ଭରସାରେ ଅଛୁ। ଆମ୍ଭେ ଏହା ପାଇଁ ଧୈର୍ଯ୍ୟପୁର୍ବକ ଅପେକ୍ଷା କରି ରହିଛୁ।
26 ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ। 27 ଲୋକମାନଙ୍କର ହୃଦୟରେ କ’ଣ ଅଛି ପରମେଶ୍ୱର ତାହା ଦେଖି ପାରନ୍ତି। ପରମେଶ୍ୱର ଆତ୍ମାର ମନରେ କ’ଣ ଅଛି ତାହା ଜାଣନ୍ତି, କାରଣ ଆତ୍ମା ପରମେଶ୍ୱର ଜେପରି ଇଚ୍ଛା କରନ୍ତି, ସେହିଭଳି ତାଙ୍କ ଲୋକମାନଙ୍କ ପାଇଁ କରନ୍ତି।
28 ଆମ୍ଭେ ଜାଣୁ ଯେ, ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ସେମାନଙ୍କ ପାଇଁ ପରମେଶ୍ୱର ପ୍ରତେକ ବିଷୟରେ ମଙ୍ଗଳ ଜନ୍ମାନ୍ତି। ପରମେଶ୍ୱର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହା ହିଁ ତାହାଙ୍କର ଯୋଜନା ଥିଲା। 29 ପରମେଶ୍ୱର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ୱର ନିର୍ଣୟ କରିଥିଲେ ଯେ ସେହି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା’ହେଲେ ଯୀଶୁ ଅନେକ ଭାଇ ଭଉଣୀ ମାନଙ୍କ ଭିତରେ ପ୍ରଥମଜାତ [a] ବୋଲି ଧରା ହେବେ। 30 ପରମେଶ୍ୱରଙ୍କ ଯୋଜନା ସେମାନଙ୍କ ପାଇଁ ହେଲା ଯେ ସେମାନେ ତାହାଙ୍କର ପୁତ୍ର ଭଳି ହେବେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ୱର ସେମାନଙ୍କୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ୱର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସେହି ଲୋକମାନଙ୍କୁ ମହିମାନ୍ୱିତ କଲେ।
ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ପ୍ରେମ
31 ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ। 32 ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ। 33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି। 34 କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି। 35 ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ?ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା’ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! 36 ଶାସ୍ତ୍ରରେ ଏହିପରି ଲେଖା ଅଛି:
“ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ।
ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।” (A)
37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ। 38-39 ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ।
2010 by World Bible Translation Center