Old/New Testament
ଆସଫର ମସ୍କୀଲ୍।
74 ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ?
ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?
2 ପୂର୍ବରୁ ତୁମ୍ଭର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭର ନିଜର କଲ।
ତୁମ୍ଭର ଖୁବ୍ ନିଜର ଲୋକମାନଙ୍କୁ ସ୍ମରଣ କର ଯେଉଁମାନଙ୍କୁ ତୁମ୍ଭେ ରକ୍ଷା କଲ
ଏବଂ ସିୟୋନ ପର୍ବତକୁ ସ୍ମରଣ କର ଯେଉଁଠାରେ ତୁମ୍ଭେ ବାସ କଲ।
3 ପରମେଶ୍ୱର, ସେହି ପ୍ରାଚୀନର ଭଗ୍ନାବଶେଷ ଉପରେ ଗ୍ଭଲନ୍ତୁ।
ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।
4 ତୁମ୍ଭର ଶତ୍ରୁଗଣ ବାହାର ମନ୍ଦିରରେ ଯୁଦ୍ଧ ଧ୍ୱନି କଲେ।
ସେମାନେ ତାଙ୍କର ବିଜୟଧ୍ୱଜା ମନ୍ଦିର ଉପରେ ଉଡ଼ାଇଲେ।
5 ଜଙ୍ଗଲରେ କୁରାଢ଼ୀ ବ୍ୟବହାର କରୁଥିବା ଲୋକମାନଙ୍କ ପରି
ଶତ୍ରୁ ସୈନ୍ୟମାନେ ଦେଖାଯାଉଥିଲେ।
6 ହେ ପରମେଶ୍ୱର, ସେମାନେ କୁହ୍ରାଡ଼ି ଓ ଟାଙ୍ଗିଆ ଦ୍ୱାରା
ତୁମ୍ଭ ମନ୍ଦିରର ଖୋଦିତ କାଠ ପଟାଗୁଡ଼ିକ ନଷ୍ଟ କଲେ।
7 ସେହି ସୈନ୍ୟଗଣ ତୁମ୍ଭ ପବିତ୍ର ସ୍ଥାନକୁ ଜାଳି ଦେଲେ।
ସେହି ମନ୍ଦିର ତୁମ୍ଭ ନାମର ସମ୍ମାନାର୍ଥେ ତିଆରି ହୋଇଥିଲା,
କିନ୍ତୁ ସେମାନେ ତାକୁ ଅଶୁଚି କରି ଧୂଳିସାତ୍ କରି ଦେଲେ।
8 ଆମ୍ଭମାନଙ୍କୁ ପୂରାପୂରି ଧ୍ୱଂସ କରିବାକୁ ସେମାନେ ନିଷ୍ପତ୍ତି କଲେ,
ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ପବିତ୍ର ସ୍ଥାନ ଦଗ୍ଧ କରି ଦେଲେ।
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ।
କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହାନ୍ତି।
କ’ଣ କରିବାକୁ ହେବ କେହି ଜାଣନ୍ତି ନାହିଁ।
10 ହେ ପରମେଶ୍ୱର, ଶତ୍ରୁମାନେ କେତେକାଳ ତୁମ୍ଭର ନିନ୍ଦା କରିବେ?
ତୁମ୍ଭେ ଚିରଦିନ କ’ଣ ତୁମ୍ଭର ଶତ୍ରୁମାନଙ୍କୁ ଅପମାନ କରିବା ପାଇଁ ସୁଯୋଗ ଦେବ?
11 ତୁମ୍ଭେ ଆମ୍ଭମାନଙ୍କୁ କାହିଁକି, ସାହାଯ୍ୟ କରିବ ନାହିଁ?
ତୁମ୍ଭେ ଆପଣା ମହାଶକ୍ତିକୁ ବ୍ୟବହାର କରି ଶତ୍ରୁମାନଙ୍କୁ ପରାଜୟ କର।
12 ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହୋଇଅଛ।
ଏହି ଦେଶରେ ବହୁତ ଯୁଦ୍ଧରେ ଜିତିବାରେ ଆମ୍ଭକୁ ସାହାଯ୍ୟ କରିଛ।
13 ହେ ପରମେଶ୍ୱର, ତୁମ୍ଭେ ଆପଣା ମହାନ ଶକ୍ତିକୁ ବ୍ୟବହାର କରି
ଲୋହିତ ସମୁଦ୍ରକୁ ଦୁଇଭାଗ କଲ।
14 ତୁମ୍ଭେ ସମୁଦ୍ରରେ ଥିବା ମହାନ ରାକ୍ଷସକୁ ବଧ କଲ।
ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡଖଣ୍ଡ କରି କାଟି ପକାଇଲ।
ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
15 ତୁମ୍ଭେ ନଦୀ ଓ ଝରଣା ସୃଷ୍ଟିକରି ସେଥିରୁ ପାଣି ବୁହାଇଲ
ଏବଂ ତୁମ୍ଭେ ନଦୀସବୁକୁ ଶୁଷ୍କ କରାଇଲ।
16 ହେ ପରମେଶ୍ୱର, ଦିବସ ଓ ରାତ୍ରିର ଶାସକ,
ତୁମ୍ଭେ ଚନ୍ଦ୍ର ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ନିର୍ଦ୍ଧାରଣ କରିଅଛ।
ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
18 ଅନନ୍ତର ସଦାପ୍ରଭୁ, ଶତ୍ରୁମାନେ ତୁମ୍ଭର ନାମକୁ ଅପମାନିତ କରିଥିବା କଥାଗୁଡ଼ିକ ମନେ ପକାଅ ଯେ,
କିପରି ସେହି ମୂର୍ଖ ଲୋକମାନେ ତୁମ୍ଭରି ନାମକୁ ଅପମାନିତ କଲେ।
19 ତୁମ୍ଭ କପୋତକୁ, ବନ୍ୟ ପଶୁକୁ ସମର୍ପଣ କର ନାହିଁ।
ଆପଣା ଦୁଃଖୀ ଲୋକକୁ ସବୁଦିନ ପାଇଁ ଭୁଲ ନାହିଁ।
20 ଆମ୍ଭମାନଙ୍କ ଚୁକ୍ତି ପୂରଣ କର।
ଏହି ଭୂମିର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହେଲା।
21 କଷ୍ଟ ପାଉଥିବା ଲୋକମାନଙ୍କୁ
ଆଉ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗରିବ ଏବଂ ଅଭାବ୍ୟକ୍ତି ତୁମ୍ଭର ନାମକୁ ପ୍ରଶଂସା କରନ୍ତୁ।
22 ପରମେଶ୍ୱର, ଉଠ ଏବଂ ତୁମ୍ଭର ସମ୍ମାନ ରକ୍ଷା କର।
ମୂର୍ଖ ଲୋକମାନେ କିପରି ଦିନଯାକ ତୁମ୍ଭକୁ ଅପମାନିତ କରୁଛନ୍ତି ସ୍ମରଣ କର!
23 ତୁମ୍ଭର ଶତ୍ରୁମାନଙ୍କର ଉଦ୍ଘୋଷ କେବେ ଭୁଲିଯାଅ ନାହିଁ।
ସେମାନେ ତୁମ୍ଭକୁ ବାରମ୍ବାର ଅପମାନିତ କରନ୍ତି।
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ। “ନଷ୍ଟ କର ନାହିଁ” ସ୍ୱରରେ ଆସଫର ଗୀତ।
75 ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ପ୍ରଶଂସା କରୁଛୁ।
ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ କରୁଛୁ! କାରଣ ତୁମ୍ଭେ ଅତି ନିକଟବର୍ତ୍ତୀ;
ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟା ସକଳ ବର୍ଣ୍ଣନା କରନ୍ତି।
2 ପରମେଶ୍ୱର କହିଲେ, “ମୁଁ ବିଗ୍ଭର ଦିନ ନିରୂପିତ କଲେ,
ମୁଁ ନିରପେକ୍ଷଭାବେ ବିଗ୍ଭର କରିବି।
3 ପୃଥିବୀ ଓ ତହିଁରେ ବାସ କରୁଥିବା ସମସ୍ତ ଜୀବନ ଟଳମଳ ହୋଇ ପତନ ହେବାକୁ ଯାଉଛନ୍ତି,
କିନ୍ତୁ ମୁଁ ତାକୁ ସ୍ଥିର କରିବି।
4-5 “କିଛି ଲୋକ ବହୁତ ଗର୍ବୀ,
ସେମାନେ ଭାବନ୍ତି ସେମାନେ ବହୁତ ଶକ୍ତିଶାଳୀ।
ଏବଂ ନିଜକୁ ବହୁତ ମୁଖ୍ୟବ୍ୟକ୍ତି ବୋଲି ଭାବନ୍ତି।
କିନ୍ତୁ ମୁଁ ସେହି ଲୋକମାନଙ୍କୁ କହେ, ‘ଆତ୍ମଶ୍ଲାଘା ହୁଅ ନାହିଁ’ ‘ଗର୍ବ କର ନାହିଁ।”’
6 କୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ କରିବାରେ
ପୃଥିବୀର କୌଣସି ଶକ୍ତି ନାହିଁ।
7 ପରମେଶ୍ୱର ବିଗ୍ଭରକର୍ତ୍ତା ଅଟନ୍ତି
ଏବଂ ପରମେଶ୍ୱର ନିଷ୍ପତ୍ତି ନେବେ କିଏ ଯେ ମହାନ ହେବ।
ପରମେଶ୍ୱର ହିଁ ଯେକୌଣସି ବ୍ୟକ୍ତିକୁ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ସ୍ଥାପନ କରି ପାରନ୍ତି।
8 ସଦାପ୍ରଭୁଙ୍କ ହସ୍ତରେ ଏକ ପିଆଲା ଅଛି,
ଯାହାକି ବିଷାକ୍ତ ଦ୍ରାକ୍ଷାରସରେ ପରିପୂର୍ଣ୍ଣ।
ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳିବେ
ଏବଂ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ପାନୀୟ ନିଗାଡ଼ି ପିଇବେ।
9 ମୁଁ ଏହିସବୁ ବିଷୟରେ ସଦାକାଳ ପ୍ରଗ୍ଭର କରିବି।
ମୁଁ ଇସ୍ରାଏଲ ପରମେଶ୍ୱରଙ୍କର ପ୍ରଶଂସା କରିବି।
10 ପରମେଶ୍ୱର କହନ୍ତି, “ମୁଁ ଦୁଷ୍ଟ ଲୋକମାନଙ୍କର ଶକ୍ତିସବୁ ପୋଛି ଦେବି
ଏବଂ ଧାର୍ମିକ ଲୋକମାନଙ୍କର ଶକ୍ତି ଉଚ୍ଚ କରିବି।”
ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ।
76 ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି।
ଇସ୍ରାଏଲ ମଧ୍ୟରେ ତାଙ୍କ ନାମ ମହତ୍।
2 ପରମେଶ୍ୱରଙ୍କର ମନ୍ଦିର ଶାଲେମରେ ଅବସ୍ଥିତ।
ପରମେଶ୍ୱରଙ୍କର ବାସସ୍ଥାନ ସିୟୋନ ପର୍ବତରେ ଅବସ୍ଥିତ।
3 ସେହି ସ୍ଥାନରେ ପରମେଶ୍ୱର ଧନୁର୍ବାଣ, ଢାଲ, ଖଡ଼୍ଗ
ଏବଂ ସମସ୍ତ ଯୁଦ୍ଧାସ୍ତ୍ର ଭଙ୍ଗ କଲେ।
4 ପରମେଶ୍ୱର, ତୁମ୍ଭେ ପର୍ବତରୁ ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରି
ତେଜ୍ଜୋମୟ ଓ ମହିମାନ୍ୱିତ ଭାବେ ଫେରି ଆସ।
5 ସେହି ସୈନିକମାନେ ଭାବୁଥିଲେ, ସେମାନେ ଅତି ଶକ୍ତିଶାଳୀ ଯୋଦ୍ଧା ଅଟନ୍ତି।
କିନ୍ତୁ ସେମାନେ ବର୍ତ୍ତମାନ ଯୁଦ୍ଧ ଭୂମିରେ ମରିପଡ଼ିଛନ୍ତି।
ସେମାନଙ୍କର ଶରୀର କ୍ଷତବିକ୍ଷତ ହୋଇଅଛି।
ସେହି ଯୋଦ୍ଧା ସୈନିକମାନଙ୍କ ମଧ୍ୟରୁ କେହି ହସ୍ତ ଉଠାଇ ପାରି ନ ଥିଲେ।
6 ଯାକୁବର ପରମେଶ୍ୱର, ଯେତେବେଳେ ତୁମ୍ଭେ ଆପଣାର ଯୁଦ୍ଧରବ କଲ,
ସେମାନଙ୍କର ଅଶ୍ୱଗଣ ଏବଂ ରଥାରୋହୀଗଣ ପଡ଼ି ମୃତ୍ୟୁବରଣ କଲେ।
7 ହେ ପରମେଶ୍ୱର, ତୁମ୍ଭେ ହିଁ ସମସ୍ତଙ୍କ ଦ୍ୱାରା ଭୟର ପାତ୍ର।
ତୁମ୍ଭେ ଥରେ କ୍ରୋଧ କଲେ, କେହି ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବେ ନାହିଁ।
8-9 ସଦାପ୍ରଭୁ, ବିଗ୍ଭରକ ପରି ଠିଆ ହୋଇଛନ୍ତି, ତୁମ୍ଭେ ନ୍ୟାୟ ବିଗ୍ଭର କଲ,
ପରମେଶ୍ୱର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,
ସ୍ୱର୍ଗରୁ ତାଙ୍କର ବିଗ୍ଭର ଶୁଣାଇଛନ୍ତି।
ସମସ୍ତ ପୃଥିବୀବାସୀ ସ୍ତବ୍ଧ ଓ ଭୟଭୀତ ହୋଇଛନ୍ତି।
10 ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି।
ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ [a] ଶକ୍ତିଶାଳୀ ହୁଅନ୍ତୁ।
11 ଲୋକମାନେ ପରମେଶ୍ୱରଙ୍କଠାରେ ମାନସିକ କରନ୍ତି,
ଏବଂ ସେସବୁକୁ ପରମେଶ୍ୱରଙ୍କଠାରେ ଅର୍ପଣ କରନ୍ତି।
ଲୋକମାନେ ଚତୁର୍ଦ୍ଦିଗରେ ଥିବା ଜାତିଗଣ ପରମେଶ୍ୱରଙ୍କ ନିକଟକୁ ଉପହାର ଆଣିବା ଉଚିତ୍,
ଯେଉଁମାନେ କି ସମ୍ମାନ ପାଇଁ ଉପଯୁକ୍ତ ଅଟନ୍ତି।
12 ପରମେଶ୍ୱର ମହାନ ନେତାମାନଙ୍କୁ ପରାସ୍ତ କରନ୍ତି।
ପୃଥିବୀର ସମସ୍ତ ରାଜା ତାହାଙ୍କୁ ଭୟ କରନ୍ତି।
16 ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ । 17 ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ [a] କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।” [b] 18 ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।
19 ତା’ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?” 20 ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?” 21 କୁମ୍ଭାରର ଅଧିକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନେଇ ବିଶେଷ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।
22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ। 23 ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ। 24 ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ। 25 ଆମ୍ଭେମାନେ ସେହି ଲୋକ। ପରମେଶ୍ୱର କେବଳ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ଭିତରୁ ମଧ୍ୟ ଆମ୍ଭ ମାନଙ୍କୁ ଡାକିଲେ। ହୋଶେୟ ପୁସ୍ତକରେ ଏହିପରି ଲେଖା ଅଛି:
“ଯେଉଁ ଲୋକମାନେ ଆମ୍ଭର ନ ଥିଲେ
ସେମାନେ ଆମ୍ଭର ଲୋକ ବୋଲି ଆମ୍ଭେ ଡାକିବା
ଓ ଯେଉଁମାନଙ୍କୁ ଆମ୍ଭେ ପ୍ରେମ କରୁ ନ ଥିଲୁ,
ସେହି ଲୋକମାନଙ୍କୁ ଆମ୍ଭେ ପ୍ରିୟ ବୋଲି ଡାକିବା।” (A)
26 ଏବଂ
“ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ,
‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’-
ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।” (B)
27 ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି:
“ସମୁଦ୍ରର ବାଲିକଣିକା ପରି
ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ।
କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।
28 କାରଣ ପ୍ରଭୁ ନିଜ ନ୍ୟାୟ ବଳରେ ବିଗ୍ଭର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରିଦେବେ।” [c]
29 ଯିଶାଇୟ ଆହୁରି ମଧ୍ୟ କହିଥିଲେ:
“ପ୍ରଭୁ ସର୍ବଶକ୍ତିମାନ।
ସେ ତାହାଙ୍କ ଲୋକମାନଙ୍କ ଭିତରୁ କେତେକଙ୍କୁ ଆମ୍ଭ ପାଇଁ ବଞ୍ଚାଇ ରଖିଲେ।
ସେ ଏପରି କରି ନ ଥିଲେ
ଆମ୍ଭ ଅବସ୍ଥା ଏବେ ସଦୋମ ଓ ଗମୋରା [d] ଭଳି ହୋଇ ଯାଇ ଥା’ନ୍ତା”(C)
30 ତା’ହେଲେ ଏସବୁର ଅର୍ଥ କ’ଣ? ଏହାର ଅର୍ଥ ଯେ, ଅଣଯିହୂଦୀମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ହେବା ପାଇଁ ଯତ୍ନ ଶୀଳ ନୁହନ୍ତି। କିନ୍ତୁ ସେମାନେ ପରମେଶ୍ୱରଙ୍କ ଦ୍ୱାରା ନିଜ ବିଶ୍ୱାସ ହେତୁ ଧାର୍ମିକ ହେଲେ। 31 ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ। 32 କାରଣ ସେମାନଙ୍କର ବିଶ୍ୱାସ ନ ଥିଲା ଯେ ସେମାନେ ନିଜର କାର୍ଯ୍ୟ ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କଲେ ତେଣୁ ସେମାନେ ଝୁଣ୍ଟି ପଡ଼ିବା ପଥରରେ ଝୁଣ୍ଟି ପଡ଼ିଲେ। 33 ଧର୍ମଶାସ୍ତ୍ର ସେ ପଥର ବିଷୟରେ କୁହେ:
“ଦେଖ, ଆମ୍ଭେ ସିୟୋନଠାରେ ପଥରଟିଏ ରଖିଛୁ ଏହି ପଥରଟି ଲୋକମାନଙ୍କୁ ପକାଇ ଦିଏ।
ଏହି ପଥରଟି ଲୋକମାନଙ୍କୁ ପାପ କରିବା ପାଇଁ ପ୍ରବର୍ତ୍ତାଏ
କିନ୍ତୁ ଯେଉଁ ଲୋକ ସେ ପଥରଟିରେ ବିଶ୍ୱାସ କରେ
ସେ ଲଜ୍ଜିତ ହେବ ନାହିଁ।” (D)
2010 by World Bible Translation Center